ଜୟପୁର ଟାଉନ ପୁଲିସ ଚୋରମାନଙ୍କୁ ଧରିବାରେ ଏକ ବଡ଼ ସଫଳତା ହାସଲ କରିଛି। ମୋଟ ୪ଟି ମାମଲାରେ ୬ ଜଣଙ୍କୁ ଗିରଫ କରାଯାଇଛି, ଯେଉଁମାନଙ୍କ ମଧ୍ୟରେ ୩ ଜଣ ନାବାଳକ ଅଛନ୍ତି। ଗିରଫ ଅଭିଯୁକ୍ତମାନଙ୍କ ନିକଟରୁ ପ୍ରାୟ ୩ ଲକ୍ଷ ଟଙ୍କା, ବିଭିନ୍ନ ମାରଣାସ୍ତ୍ର, ମହାପ୍ରଭୁଙ୍କ ରୁପା ମୁକୁଟ ଏବଂ ଚୋରି କାର୍ଯ୍ୟରେ ବ୍ୟବହୃତ ଏକ ଅଟୋ ଜବତ ହୋଇଛି। ଏହି ତଥ୍ୟ ଆଜି ଅପରାହ୍ନରେ ଟାଉନଥାନା ପରିସରରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏସଡିପିଓ ଅର୍ଚ୍ଚିତା ମିଶ୍ରଲଙ୍କ ଦ୍ୱାରା ପ୍ରଦାନ କରାଯାଇଛି। ପୁଲିସକୁ ଭ୍ରମିତ କରିବା ଉଦ୍ଦେଶ୍ୟରେ ଜଣେ ଅଭିଯୁକ୍ତ ଚୋରି ସମୟରେ ମହିଳାଙ୍କ ପୋଷାକ ପିନ୍ଧିଥିଲା। ସାମ୍ବାଦିକ ସମ୍ମିଳନୀରେ ଏସଡିପିଓ ଅର୍ଚ୍ଚିତାଙ୍କ ସମେତ ଆଇଆଇସି ଉଲ୍ଲାସ ଚନ୍ଦ୍ର ପ୍ରଧାନ, ଏସଆଇ ସିଦ୍ଧାନ୍ତ କୁମାର ବେହେରା, ଏସଆଇ କାର୍ତ୍ତିକ ପୂର୍ଣ୍ଣଚନ୍ଦ୍ର ମିଶ୍ର ଏବଂ ଦିଗନ୍ତ ବିହାରୀ ପ୍ରମୁଖ ଉପସ୍ଥିତ ଥିଲେ। ଗିରଫ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବେଳେ, ନାବାଳକମାନଙ୍କୁ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର କରାଯାଇଛି।

- କୋଟପାଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ ଏବଂ ପଞ୍ଚାୟତ ସମିତି ପକ୍ଷରୁ ଇଣ୍ଡର ଷ୍ଟାଡିୟମ ଠାରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଛି।1
- ନବରଙ୍ଗପୁର ଜିଲ୍ଲାର ଝରିଗାଁ ବ୍ଲକ ଅନ୍ତର୍ଗତ ଚକଳାପଦର ପଞ୍ଚାୟତର ହରଡାପଡା ଗ୍ରାମରେ ପ୍ରବଳ ବର୍ଷା ଯୋଗୁଁ ଏକ ଘରର ଟିଣ ଛାତ ସମ୍ପୂର୍ଣ୍ଣ ଭାବେ ଉଡ଼ିଯାଇଥିବା ସୂଚନା ମିଳିଛି।1
- କୋକସରା ଥାନା ଅନ୍ତର୍ଗତ ଡଙ୍ଗରୀଗୁଡ଼ା ଏନଏଚ-୨୬ ରାସ୍ତା କଡ଼ରୁ କୋକସରା ୟଙ୍ଗ୍ ଷ୍ଟାର୍ ଯୁବ ଗୋଷ୍ଠୀ ମଇଁଷି ବୋଝେଇ ଏକ କଣ୍ଟେନରକୁ ଧରିଛନ୍ତି। ସୂଚନାନୁସାରେ, ଏହି ଯୁବ ଗୋଷ୍ଠୀ ଉକ୍ତ କଣ୍ଟେନରକୁ କୋକସରା ଥାନା ପୋଲିସକୁ ଜିମା ଦେଇଛନ୍ତି।3
- ନବରଙ୍ଗପୁର ଜିଲ୍ଲା ଡାବୁଗାଁ ରେଞ୍ଜ ଅନ୍ତର୍ଗତ ପାତ୍ରୀ ସଂରକ୍ଷିତ ଜଙ୍ଗଲରୁ ୧୦ ଲକ୍ଷ ଟଙ୍କାରେ ବିକ୍ରି ଉଦ୍ୟମ କରାଯାଉଥିବା ଏକ ମହାବଳ ବାଘ ଛାଲ ଜବତ ହୋଇଛି। ଏହି ଘଟଣାରେ ବନ ବିଭାଗ ଗ୍ରାହକ ସାଜି ଜଣକୁ ଗିରଫ କରିଥିବା ବେଳେ ଅନ୍ୟ ଦୁଇ ଜଣ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ନବରଙ୍ଗପୁର ବନଖଣ୍ଡ ଅଧିକାରୀ ଉଦୟନ ସୁବୁଦ୍ଧିଙ୍କ ସୂଚନା ଅନୁସାରେ, ଗତ କିଛି ଦିନ ଧରି ଜିଲ୍ଲାରେ ମହାବଳ ବାଘ ଛାଲ ବିକ୍ରି ହେଉଥିବା ନେଇ ଗୁପ୍ତ ସୂଚନା ମିଳିବା ପରେ ବନ ବିଭାଗ ସତର୍କ ହୋଇଥିଲା। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଏସିଏଫ୍ ସୁବାଷ ଚନ୍ଦ୍ର ଖୁଣ୍ଟିଆ ଏବଂ ଡାବୁଗାଁ ବନାଞ୍ଚଳ ଅଧିକାରୀ ରାମଚନ୍ଦ୍ର ଭତରାଙ୍କ ତତ୍ୱାବଧାନରେ ଏକ ଟିମ୍ ଗଠନ କରାଯାଇଥିଲା। ଏହି ଟିମ୍ ଡାବୁଗାଁ ବନାଞ୍ଚଳ ଅନ୍ତର୍ଗତ ପାତ୍ରୀ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପଛରେ ଥିବା ପାତ୍ରୀ ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଜଣେ ସନ୍ଦିଗ୍ଧ ବ୍ୟକ୍ତି ଏକ ବ୍ୟାଗରେ ରୟାଲ ବେଙ୍ଗଲ (ମହାବଳ) ବାଘ ଛାଲ ଚୋରା ଚାଲାଣ ପାଇଁ ପ୍ରସ୍ତୁତ ହେଉଥିବା ବେଳେ ବନ କର୍ମଚାରୀମାନେ ଗ୍ରାହକ ସାଜି ତାଙ୍କୁ ଧରିବାରେ ସଫଳ ହୋଇଥିଲେ। ବାଘ ଛାଲକୁ ସିଲାଇ କରାଯାଇ ୧୦ ଲକ୍ଷ ଟଙ୍କାରେ ବିକ୍ରି କରିବା ଉଦ୍ଦେଶ୍ୟରେ ରଖାଯାଇଥିଲା। ଗିରଫ ହୋଇଥିବା ଅଭିଯୁକ୍ତ ଜଣକ ଡାବୁଗାଁ ଥାନା ଅନ୍ତର୍ଗତ ପାତ୍ରୀ ଗ୍ରାମର ଶିବୁନ ଟାକ୍ରୀ ବୋଲି ଜଣାପଡିଛି, ଯିଏକି ଜଣେ ପାଷ୍ଟର ଭାବେ କାର୍ଯ୍ୟ କରୁଥିବା ଡିଏଫଓ ସୂଚନା ଦେଇଛନ୍ତି। ତାଙ୍କ ନିକଟରୁ ବାଘ ଛାଲ ସହ ଏକ ବାଇକ୍ ମଧ୍ୟ ଜବତ କରାଯାଇଛି। ବନ ବିଭାଗ ତରଫରୁ ଏ ନେଇ ଏକ ମାମଲା ରୁଜୁ କରାଯାଇଥିବା ବେଳେ ଫେରାର ହୋଇଥିବା ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଉଦ୍ୟମ ଜାରି ରହିଛି। ଏଥିରେ ସଂପୃକ୍ତ ଅନ୍ୟମାନଙ୍କୁ ଚିହ୍ନଟ କରିବା ପାଇଁ ଅଧିକ ତଦନ୍ତ ଚାଲିଛି।1
- କୋରାପୁଟ ଜିଲ୍ଲାର କୋଟପାଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଛି। ଏହି ଅବସରରେ ଜଣେ ଯୋଗଗୁରୁ ଯୋଗ ଶିକ୍ଷା ପ୍ରଦାନ କରିଥିଲେ।1
- ଓଡ଼ିଶା ଅମଲା ସଂଘର ପ୍ରତିଷ୍ଠା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି।1
- ଡାବୁଗାଁ ବନ ବିଭାଗ ପାଟ୍ରି ଜଙ୍ଗଲ ନିକଟରେ ମହାବଳ ବାଘ ଛାଲ ବିକ୍ରି ସମୟରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରିବା ସହ ବାଘ ଛାଲ ଜବତ କରିବାରେ ସଫଳ ହୋଇଛି। ବିଶେଷ ସୂତ୍ରରୁ ଖବର ପାଇ ନବରଙ୍ଗପୁର DFO ଉଦୟମାନ ସୁବୁଦ୍ଧିଙ୍କ ନେତୃତ୍ୱରେ ନବରଙ୍ଗପୁର ଏବଂ ଡାବୁଗାଁ ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉ ବେଳେ ତିନି ଜଣ ବ୍ୟବସାୟୀ ୧୦ ଲକ୍ଷ ଟଙ୍କାରେ ବାଘ ଛାଲ ବିକ୍ରି ପାଇଁ ମୂଲଚାଲ କରୁଥିଲେ। ବନ ବିଭାଗର ଚଢ଼ାଉ ସମୟରେ ଦୁଇ ଜଣ ବ୍ୟବସାୟୀ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ଜଣେ ବ୍ୟବସାୟୀଙ୍କୁ ବାଘ ଛାଲ ସହ ଧରାଯାଇଛି। ଗିରଫ ହୋଇଥିବା ବ୍ୟକ୍ତି ଜଣକ ପାଟ୍ରି ଗ୍ରାମ ପଞ୍ଚାୟତର ଖୋଲିଗୁଡ଼ା ଗାଁର ବୋଲି ଜଣାପଡ଼ିଛି। ସେ ତେନ୍ତୁଳିଖୁଣ୍ଟି ବ୍ଲକର ଅମଳଭଟା ଚର୍ଚ୍ଚରେ ଫାଷ୍ଟର ଭାବେ କାର୍ଯ୍ୟ କରୁଥିଲେ। ଏହି ବାଘ ଛାଲଟି ଝାରସୁଗୁଡ଼ା ଜିଲ୍ଲାରୁ ଅଣାଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଏହି ରାକେଟରେ ଅନ୍ୟ କେଉଁ ଅଭିଯୁକ୍ତମାନେ ସଂଶ୍ଳିଷ୍ଟ ଅଛନ୍ତି, ତାହାକୁ ନେଇ ପୋଲିସ ପକ୍ଷରୁ ଅନୁସନ୍ଧାନ ଜାରି ରହିଛି। ନବରଙ୍ଗପୁର DFO ଉଦୟମାନ ସୁବୁଦ୍ଧିଙ୍କ ନେତୃତ୍ୱରେ ଏହି ଅପରେସନରେ ନବରଙ୍ଗପୁର ACF ସୁବାସ ଚନ୍ଦ୍ର ଖୁଣ୍ଟିଆ, ଡାବୁଗାଁ ରେଞ୍ଜର ରାମଚନ୍ଦ୍ର ଭତ୍ରା, ଜୋଟାବାଲ ଫରେଷ୍ଟର ପ୍ରଫୁଲ କୁମାର ମାଝୀ, ଫରେଷ୍ଟର ଉମାକାନ୍ତ ପଟ୍ଟନାୟକ, ଫରେଷ୍ଟ ଗାର୍ଡ ଟିମ ଏବଂ ନବରଙ୍ଗପୁର ୱାଇଲ୍ଡ ଲାଇଫ ସ୍କ୍ୱାଡ୍ ସାମିଲ ଥିଲେ।1