logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ* *ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ* *ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡ଼ିଶା* *ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ* *ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ* *୯୧୧ ଆଶ୍ରୟସ୍ଥଳୀର ରକ୍ଷଣାବେକ୍ଷଣ ପାଇଁ* *ମିଳିବ ୬ ଲକ୍ଷ ଟଙ୍କା ଲେଖାଏଁ ପାଣ୍ଠି* *ସୋସିଆଲ ମିଡିଆ ମାଧ୍ୟମରେ ମୋବାଇଲରେ ମିଳିବ ସଠିକ୍ ସୂଚନା* *'ଜିରୋ କାଜୁଆଲ୍‌ଟି' ଆମର ସଙ୍କଳ୍ପ,* *ବିପର୍ଯ୍ୟୟ ପରିଚାଳନାରେ କୌଣସି ଶିଥିଳତା* *ବରଦାସ୍ତ କରାଯିବ ନାହିଁ* *ଏଲ୍ ନିନୋ ପ୍ରଭାବଜନିତ ପରିସ୍ଥିତିକୁ ସାମ୍‌ନା କରିବା ପାଇଁ ସରକାରଙ୍କ ସମସ୍ତ ସମ୍ପୃକ୍ତ ବିଭାଗ ମିଳିତ ଭାବେ (Whole of Government Approach) ପଦକ୍ଷେପ ନେବାକୁ ପରାମର୍ଶ, କୃଷି ବିଭାଗକୁ କଣ୍ଟିନ୍‌ଜେନ୍ସି ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ* *ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଫୁଲ୍ ପ୍ରୁଫ୍ କରିବା ଉପରେ* *ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ* ଭୁବନେଶ୍ୱର ୨୨ ଜୁନ ୨୦୨୬ ରାଜ୍ୟରେ ଆଗାମୀ ପ୍ରାକୃତିକ ବିପର୍ଯ୍ୟୟର ସଫଳ ମୁକାବିଲା ଓ ପ୍ରାକ୍-ପ୍ରସ୍ତୁତି ନିମନ୍ତେ ଗୁରୁତ୍ୱପୂର୍ଣ୍ଣ ‘ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ-୨୦୨୬’ (SLNCC) ସ୍ଥାନୀୟ ଲୋକସେବା ଭବନ କନଭେନସନ୍ ସେଣ୍ଟର ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶା ଏକ ସମ୍ପୂର୍ଣ୍ଣ 'ଫୁଲ୍ ପ୍ରୁଫ୍' ବ୍ୟବସ୍ଥା ବିକଶିତ କରିଛି। ଏହି ଫୁଲ୍ ପ୍ରୁଫ୍ ବ୍ୟବସ୍ଥାକୁ ବଜାୟ ରଖିବା ଉପରେ ସେ ଗୁରୁତ୍ୱ ଆରୋପ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂ ଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରେ ରାଜ୍ୟର ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ 'ଏଲ୍ ନିନୋ' ପ୍ରଭାବ ଯୋଗୁଁ କମ୍ ବୃଷ୍ଟିପାତ ହେବାର ଆଶଙ୍କା ଥିବାରୁ ଖରିଫ ଫସଲ ଯେପରି ପ୍ରଭାବିତ ନହେବ, ସେଥିପାଇଁ କୃଷି, ଜଳସେଚନ ଓ ଅନ୍ୟ ସମ୍ପୃକ୍ତ ବିଭାଗକୁ ସମନ୍ୱୟ ରକ୍ଷା କରି 'Whole of Government' ଆଭିମୁଖ୍ୟରେ କାମ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। କୃଷି ବିଭାଗକୁ ସ୍ୱତନ୍ତ୍ର 'Contingency Plan' ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏକ ରାଜ୍ୟସ୍ତରୀୟ ମନିଟରିଂ ମେକାନିଜିମ୍ ଜରିଆରେ ବୃଷ୍ଟିପାତ, ଜଳସ୍ତର, କ୍ରପ-ପ୍ଲାନିଙ୍ଗ୍ ଏବଂ ସାର ଓ ବିହନ ଯୋଗାଣର ନିୟମିତ ତଦାରଖ କରାଯାଉଛି। ଚଳିତ ବର୍ଷ ମଧ୍ୟପ୍ରାଚ୍ୟରେ ଅଶାନ୍ତ ପରିବେଶ ଯୋଗୁଁ ବିଶ୍ୱବ୍ୟାପୀ ସାର ସଙ୍କଟ ଦେଖାଦେଇପାରେ, ତେଣୁ ୟୁରିଆ ଓ କମ୍ପ୍ଲେକ୍ସ ସାର ଯୋଗାଣ ଉପରେ ତୀକ୍ଷଣ ନଜର ରଖିବା ସହ ଆବଶ୍ୟକ ସ୍ଥଳେ ପର୍ଯ୍ୟାପ୍ତ 'ନାନୋ ୟୁରିଆ' ମହଜୁଦ ରଖିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି। ବିଶେଷ କରି ସାରର କଳାବଜାରୀ ରୋକିବା ପାଇଁ ପ୍ରତ୍ୟେକ ପଞ୍ଚାୟତରେ 'ନିରକ୍ଷଣ ସମିତି' ଗଠନ କରାଯାଇଛି । ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଦକ୍ଷ ବିପର୍ଯ୍ୟୟ ପରିଚାଳନା ଉପରେ ଆଲୋକପାତ କରିଛନ୍ତି। ଓଡ଼ିଶାର ଏହି ସଫଳ 'ଜିରୋ କାଜୁଆଲ୍‌ଟି' (ଶୂନ୍ୟ ମୃତ୍ୟୁହାର) ନୀତି ଆଜି ବିଶ୍ୱବ୍ୟାପୀ ଆଦୃତ ହୋଇଛି। ନିକଟରେ ପୁରୀଠାରେ ଅନୁଷ୍ଠିତ ବ୍ରିକ୍ସ (BRICS) ବିପର୍ଯ୍ୟୟ ବିପଦ ହ୍ରାସ କାର୍ଯ୍ୟଗୋଷ୍ଠୀର ବୈଷୟିକ ବୈଠକରେ ସଦସ୍ୟ ରାଷ୍ଟ୍ରଗୁଡ଼ିକ ମଧ୍ୟ ରାଜ୍ୟର ଏହି ଦୀର୍ଘକାଳୀନ ବିପର୍ଯ୍ୟୟ ପ୍ରଶମନ ଓ ନିରାକରଣ ବ୍ୟବସ୍ଥାକୁ ଭୂୟସୀ ପ୍ରଶଂସା କରିଛନ୍ତି ବୋଲି ଶ୍ରୀ ମାଝୀ ସୂଚନା ଦେଇଛନ୍ତି। ଗତ ଅକ୍ଟୋବର ମାସରେ ଓଡ଼ିଶା ଉପକୂଳ ଅତିକ୍ରମ କରିଥିବା ସାମୁଦ୍ରିକ ବାତ୍ୟା "ମୋନ୍ଥା" ଏବଂ ପୂର୍ବର "ଦାନା" ବାତ୍ୟା ସମୟରେ ରାଜ୍ୟର ଦକ୍ଷ ପରିଚାଳନା ଦେଖିବାକୁ ମିଳିଥିଲା। "ମୋନ୍ଥା" ଦ୍ୱାରା ରାଜ୍ୟର ୧୧ଟି ଜିଲ୍ଲା ପ୍ରଭାବିତ ହୋଇଥିବା ବେଳେ ସରକାରଙ୍କ ସମୟୋଚିତ ପଦକ୍ଷେପ ଯୋଗୁଁ ସମ୍ବେଦନଶୀଳ ଅଞ୍ଚଳରୁ ପ୍ରାୟ ୩୮ ହଜାର ଲୋକଙ୍କୁ ସୁରକ୍ଷିତ ଭାବେ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇଥିଲା। ଏହି ଯୁଦ୍ଧକାଳୀନ ଉଦ୍ଧାର କାର୍ଯ୍ୟରେ ୩୩ଟି ଓଡ୍ରାଫ୍ (ODRAF), ୫ଟି ଏନଡିଆରଏଫ୍ (NDRF) ଏବଂ ୧୨୩ଟି ଅଗ୍ନିଶମ ବାହିନୀ ନିୟୋଜିତ ହୋଇ ରେକର୍ଡ ସମୟ ମଧ୍ୟରେ ସ୍ଥିତି ସ୍ୱାଭାବିକ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଚାଷୀ ଭାଇମାନଙ୍କ ସ୍ୱାର୍ଥ ରକ୍ଷା ପାଇଁ ଆମ ସରକାର ସର୍ବଦା ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ଚାଷୀମାନଙ୍କୁ ସହାୟତା ଦେବା ପାଇଁ ରାଜ୍ୟ ସରକାର 'ଅଦିନିଆ ବର୍ଷା'କୁ ଏକ 'ରାଜ୍ୟ-ନିର୍ଦ୍ଦିଷ୍ଟ ବିପର୍ଯ୍ୟୟ' (State Specific Disaster ) ଭାବେ ଘୋଷଣା କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଭିତ୍ତିଭୂମି ପ୍ରସ୍ତୁତି କ୍ରମରେ ରାଜ୍ୟରେ ଥିବା ୯୧୧ଟି ବହୁମୁଖୀ ଆଶ୍ରୟସ୍ଥଳୀର ବାର୍ଷିକ ରକ୍ଷଣାବେକ୍ଷଣ ପାଇଁ ଆଶ୍ରୟସ୍ଥଳୀ ପିଛା ୬ ଲକ୍ଷ ଟଙ୍କା ଲେଖାଏଁ ଜିଲ୍ଲା ପ୍ରଶାସନକୁ ପ୍ରଦାନ କରାଯାଇଛି, ଯେଉଁଠାରେ ପାନୀୟ ଜଳ, ଆଲୋକ ଓ ରନ୍ଧାଖାଦ୍ୟର ବ୍ୟବସ୍ଥା ପ୍ରାକ୍-ପ୍ରସ୍ତୁତି ସମୟରେ ହିଁ ସୁନିଶ୍ଚିତ କରାଯିବ। ଜାତୀୟ ସ୍ତରର କମନ ଆଲର୍ଟିଂ ପ୍ରୋଟୋକଲ (CAP) ମାଧ୍ୟମରେ SMS ପ୍ରେରଣ ବ୍ୟବସ୍ଥା, ୨୪ ଘଣ୍ଟିଆ ଜରୁରୀକାଳୀନ ନିୟନ୍ତ୍ରଣ କକ୍ଷ ଏବଂ ୧୧୨ ହେଲ୍ପଲାଇନ ସମ୍ପୂର୍ଣ୍ଣ ସକ୍ରିୟ ରହିଛି। ବିପର୍ଯ୍ୟୟ ସମୟରେ ଗୁଜବ ରୋକିବା ପାଇଁ ଟେଲିଭିଜନ ସହିତ ସୋସିଆଲ ମିଡିଆ ମାଧ୍ୟମରେ ମୋବାଇଲ୍‌ରେ ଲୋକଙ୍କୁ ସଠିକ୍ ଓ ନିର୍ଭୁଲ ସୂଚନା ଦେବାକୁ ମୁଖ୍ୟମନ୍ତ୍ରୀ ବିଶେଷ ପରାମର୍ଶ ଦେଇଛନ୍ତି। ବର୍ତ୍ତମାନର ୨୦ଟି ଓଡ୍ରାଫ୍ (ODRAF) ଟିମ୍ ଏବଂ ୩୪୭ଟି ଅଗ୍ନିଶମ କେନ୍ଦ୍ର ଅତ୍ୟାଧୁନିକ ସରଞ୍ଜାମ ସହ ପ୍ରସ୍ତୁତ ଥିବାବେଳେ, ରାଜ୍ୟରେ ଆଉ ୧୦ଟି ନୂତନ ଓଡ୍ରାଫ୍ ବାହିନୀ ଗଠନ ପ୍ରକ୍ରିୟା ଜାରି ରହିଛି। ଶେଷରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶାର ସ୍ୱତନ୍ତ୍ରତାକୁ ବଜାୟ ରଖିବା ପାଇଁ ସରକାର ଓ ଜନସାଧାରଣଙ୍କ ମିଳିତ ପ୍ରୟାସ ଏକାନ୍ତ ଆବଶ୍ୟକ ଏବଂ ସମସ୍ତ ବିଭାଗ ସମନ୍ୱୟ ରକ୍ଷା କରି ଓଡ଼ିଶାବାସୀଙ୍କ ଜୀବନ ଓ ଜୀବିକାର ସୁରକ୍ଷା ପାଇଁ ସଙ୍କଳ୍ପବଦ୍ଧ ହୋଇ କାର୍ଯ୍ୟ କରିବେ। ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ପୂଜାରୀ ଦର୍ଶାଇଥିଲେ ଯେ ଓଡ଼ିଶା କିଭଳି ବିଗତ ଦିନରେ ପ୍ରାକୃତିକ ସଂକଟଗୁଡ଼ିକର ସଫଳତାର ସହ ମୁକାବିଲା କରି ସାରା ବିଶ୍ୱରେ ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିପାରିଛି। ବିଶେଷ କରି ସରକାରଙ୍କ ସୁଚିନ୍ତିତ ପ୍ରାକ୍-ପ୍ରସ୍ତୁତି ଏବଂ ସମୟୋଚିତ ଉଦ୍ଧାର କାର୍ଯ୍ୟ ଯୋଗୁଁ ରାଜ୍ୟ 'ଜିରୋ କାଜୁଆଲ୍‌ଟି' ବା ଶୂନ୍ୟ ମୃତ୍ୟୁହାର ନୀତିକୁ ସଫଳତାର ସହ ପାଳନ କରିବାରେ ସମର୍ଥ ହୋଇଛି। ରାଜ୍ୟର ବିପର୍ଯ୍ୟୟ ପରିଚାଳନା ପାଇଁ ଆବଶ୍ୟକୀୟ ଆର୍ଥିକ ଅନୁଦାନ ଓ ଭିତ୍ତିଭୂମିର ସମୀକ୍ଷା କରିବା ସହ ରାଜ୍ୟ ବିପର୍ଯ୍ୟୟ ସହାୟତା ପାଣ୍ଠି (SDRF) ର ସଠିକ୍ ବିନିଯୋଗ ଉପରେ ଶ୍ରୀ ପୂଜାରୀ ଆଲୋକପାତ କରିଥିଲେ। ସେ ସୂଚନା ଦେଇଥିଲେ ଯେ ବିଗତ ବନ୍ୟା ଓ ବାତ୍ୟା ସମୟରେ ଉତ୍ତର ଓଡ଼ିଶା ଏବଂ ଆକସ୍ମିକ ବନ୍ୟା ପ୍ରଭାବିତ ଜିଲ୍ଲାଗୁଡ଼ିକୁ କୋଟି କୋଟି ଟଙ୍କାର ତୁରନ୍ତ ରିଲିଫ୍ ଓ ସାଧାରଣ ସମ୍ପତ୍ତିର ସାମୟିକ ମରାମତି ସହାୟତା ଯୋଗାଇ ଦିଆଯାଇଛି ବୋଲି କହିଥିଲେ । ଗୁରୁତ୍ୱପୂର୍ଣ୍ଣ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଉପସ୍ଥିତ ବିଧାୟକବୃନ୍ଦ ଏବଂ ସାଂସଦଗଣ ନିଜ ନିଜ ନିର୍ବାଚନ ମଣ୍ଡଳୀର ବାସ୍ତବ କ୍ଷେତ୍ରସ୍ତରୀୟ ସ୍ଥିତିକୁ ଆଧାର କରି ଅନେକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଉପସ୍ଥାପନ କରିଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ରାଜସ୍ୱ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଜନପ୍ରତିନିଧିମାନଙ୍କ ସମସ୍ତ ମୂଲ୍ୟବାନ ପରାମର୍ଶକୁ ସ୍ୱାଗତ କରିବା ସହ ରାଜ୍ୟର ବିପର୍ଯ୍ୟୟ ପରିଚାଳନା ଯୋଜନାରେ ଏହାକୁ ଉପଯୁକ୍ତ ସ୍ଥାନ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏହି ଅବସରରେ ରାଜ୍ୟ ମନ୍ତ୍ରମଣ୍ଡଳର ସଦସ୍ୟବୃନ୍ଦ, ସାଂସଦ, ବିଧାୟକ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ଓ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

8 hrs ago
user_Santosh Nayak PRESS
Santosh Nayak PRESS
Local News Reporter Balangir, Odisha•

More news from Odisha and nearby areas
  • ଖୋର୍ଦ୍ଧା ଅଞ୍ଚଳରେ ଏକ ନୂଆ ବସଷ୍ଟାଣ୍ଡ ନିର୍ମାଣ ହେଲେ ଅନେକ କିଛି ଉନ୍ନତି ହେବ ବୋଲି ଜଣେ ବିଧାୟକ ମତ ପ୍ରକାଶ କରିଛନ୍ତି।
    1
    ଖୋର୍ଦ୍ଧା ଅଞ୍ଚଳରେ ଏକ ନୂଆ ବସଷ୍ଟାଣ୍ଡ ନିର୍ମାଣ ହେଲେ ଅନେକ କିଛି ଉନ୍ନତି ହେବ ବୋଲି ଜଣେ ବିଧାୟକ ମତ ପ୍ରକାଶ କରିଛନ୍ତି।
    user_Santosh Nayak PRESS
    Santosh Nayak PRESS
    Local News Reporter Balangir, Odisha•
    8 hrs ago
  • କଣ୍ଟାମାଳ ଅଞ୍ଚଳରେ ନିର୍ମାଣାଧୀନ ଚେକ୍ ଡେମ୍ ଗୁଡ଼ିକର କାର୍ଯ୍ୟ ନିମ୍ନମାନର ହେଉଥିବା ନେଇ ଅଭିଯୋଗ ହୋଇଛି। ସାଧାରଣତଃ ଲୋକଙ୍କ ଗାଧୋଇବା ଉଦ୍ଦେଶ୍ୟରେ ନାଳମାନଙ୍କରେ ଚେକ୍ ଡେମ୍ ନିର୍ମାଣ କରାଯାଇଥାଏ। ଏହିପରି କଣ୍ଟାମାଳ ଅଞ୍ଚଳର ବିଭିନ୍ନ ନାଳରେ ବହୁସଂଖ୍ୟକ ଚେକ୍ ଡେମ୍ ନିର୍ମାଣ କାର୍ଯ୍ୟ ଚାଲିଥିବାବେଳେ, ଏହି କାମ ନିମ୍ନମାନର ହେଉଛି ବୋଲି ଅଭିଯୋଗ କରାଯାଉଛି।
    1
    କଣ୍ଟାମାଳ ଅଞ୍ଚଳରେ ନିର୍ମାଣାଧୀନ ଚେକ୍ ଡେମ୍ ଗୁଡ଼ିକର କାର୍ଯ୍ୟ ନିମ୍ନମାନର ହେଉଥିବା ନେଇ ଅଭିଯୋଗ ହୋଇଛି। ସାଧାରଣତଃ ଲୋକଙ୍କ ଗାଧୋଇବା ଉଦ୍ଦେଶ୍ୟରେ ନାଳମାନଙ୍କରେ ଚେକ୍ ଡେମ୍ ନିର୍ମାଣ କରାଯାଇଥାଏ। ଏହିପରି କଣ୍ଟାମାଳ ଅଞ୍ଚଳର ବିଭିନ୍ନ ନାଳରେ ବହୁସଂଖ୍ୟକ ଚେକ୍ ଡେମ୍ ନିର୍ମାଣ କାର୍ଯ୍ୟ ଚାଲିଥିବାବେଳେ, ଏହି କାମ ନିମ୍ନମାନର ହେଉଛି ବୋଲି ଅଭିଯୋଗ କରାଯାଉଛି।
    user_Biswamitra padhi
    Biswamitra padhi
    କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    8 hrs ago
  • ସୁବର୍ଣ୍ଣପୁର ଜିଲ୍ଲାର ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କ୍ଷେମାଲୋଏ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ୨୨.୦୬.୨୦୨୬ ତାରିଖରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ ଡ. ନୃପରାଜ ସାହୁ ଓ ସୁବର୍ଣ୍ଣପୁର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତାପ କୁମାର ରଣା ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ଏହି ଶୁଣାଣିରେ ମୋଟ ୭୧ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା। ଗ୍ରହଣ କରାଯାଇଥିବା ୭୧ଟି ଦରଖାସ୍ତ ମଧ୍ୟରୁ ୫୬ଟି ବ୍ୟକ୍ତିଗତ ଏବଂ ୧୫ଟି ସାମୂହିକ ଦରଖାସ୍ତ ଥିଲା। ସମସ୍ତ ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପଠାଯାଇଛି। ଏହି ଅବସରରେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଅଭିଯୋଗ ଶୁଣାଣି ପାଇଁ ଆସିଥିବା ଲୋକଙ୍କର, ଛୁଆଠୁ ନେଇ ବୃଦ୍ଧମାନଙ୍କ ପର୍ଯ୍ୟନ୍ତ, ସମସ୍ତଙ୍କର ମାଗଣାରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ଉଲୁଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଦିଲ୍ଲୀପ ବାଡାଙ୍କ ଦ୍ୱାରା ଆୟୋଜିତ ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର ଶ୍ରୀ ଅଶ୍ୱିନୀ ମେହେର, ଉପ ଜିଲ୍ଲାପାଳ ଶ୍ରୀ ସୁରେନ୍ଦ୍ର ମେହେର, ଉଲୁଣ୍ଡା ଅତିରିକ୍ତ ତହସିଲଦାର ଶ୍ରୀ ନିରଞ୍ଜନ ଧଳ ଓ କ୍ଷେମାଲୋଏ ସରପଞ୍ଚ ଶ୍ରୀ ଯଶୋବନ୍ତ ପଣ୍ଡା ପ୍ରମୁଖ ମଞ୍ଚାସୀନ ଥିଲେ। ଏହା ବ୍ୟତୀତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଶ୍ରୀମତୀ ଉଷାରାଣୀ ଦାସ, ସହକାରୀ କଲେକ୍ଟର (ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।
    1
    ସୁବର୍ଣ୍ଣପୁର ଜିଲ୍ଲାର ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କ୍ଷେମାଲୋଏ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ୨୨.୦୬.୨୦୨୬ ତାରିଖରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ ଡ. ନୃପରାଜ ସାହୁ ଓ ସୁବର୍ଣ୍ଣପୁର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତାପ କୁମାର ରଣା ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ଏହି ଶୁଣାଣିରେ ମୋଟ ୭୧ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା।

ଗ୍ରହଣ କରାଯାଇଥିବା ୭୧ଟି ଦରଖାସ୍ତ ମଧ୍ୟରୁ ୫୬ଟି ବ୍ୟକ୍ତିଗତ ଏବଂ ୧୫ଟି ସାମୂହିକ ଦରଖାସ୍ତ ଥିଲା। ସମସ୍ତ ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପଠାଯାଇଛି। ଏହି ଅବସରରେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଅଭିଯୋଗ ଶୁଣାଣି ପାଇଁ ଆସିଥିବା ଲୋକଙ୍କର, ଛୁଆଠୁ ନେଇ ବୃଦ୍ଧମାନଙ୍କ ପର୍ଯ୍ୟନ୍ତ, ସମସ୍ତଙ୍କର ମାଗଣାରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା।

ଉଲୁଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଦିଲ୍ଲୀପ ବାଡାଙ୍କ ଦ୍ୱାରା ଆୟୋଜିତ ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର ଶ୍ରୀ ଅଶ୍ୱିନୀ ମେହେର, ଉପ ଜିଲ୍ଲାପାଳ ଶ୍ରୀ ସୁରେନ୍ଦ୍ର ମେହେର, ଉଲୁଣ୍ଡା ଅତିରିକ୍ତ ତହସିଲଦାର ଶ୍ରୀ ନିରଞ୍ଜନ ଧଳ ଓ କ୍ଷେମାଲୋଏ ସରପଞ୍ଚ ଶ୍ରୀ ଯଶୋବନ୍ତ ପଣ୍ଡା ପ୍ରମୁଖ ମଞ୍ଚାସୀନ ଥିଲେ। ଏହା ବ୍ୟତୀତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଶ୍ରୀମତୀ ଉଷାରାଣୀ ଦାସ, ସହକାରୀ କଲେକ୍ଟର (ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    7 hrs ago
  • ଆଜି ବୀରମହାରାଜପୁର ଅନ୍ତର୍ଗତ ରଥପୁରରେ ପ୍ରାୟ ଚାରି ଘଣ୍ଟା ଧରି ଝିପିଝିପି ବର୍ଷା ଲାଗିରହିଥିଲା। ବର୍ତ୍ତମାନ ମଧ୍ୟ ଆକାଶରେ ମେଘୁଆ ପାଗ ଲାଗିରହିଛି।
    1
    ଆଜି ବୀରମହାରାଜପୁର ଅନ୍ତର୍ଗତ ରଥପୁରରେ ପ୍ରାୟ ଚାରି ଘଣ୍ଟା ଧରି ଝିପିଝିପି ବର୍ଷା ଲାଗିରହିଥିଲା। ବର୍ତ୍ତମାନ ମଧ୍ୟ ଆକାଶରେ ମେଘୁଆ ପାଗ ଲାଗିରହିଛି।
    user_Jagadish meher
    Jagadish meher
    ସୋନପୁର, ସୋନପୁର, ଓଡ଼ିଶା•
    15 hrs ago
  • 🌹🌹🌹🌹🌹🌹🌹🌹🌹🌹
    1
    🌹🌹🌹🌹🌹🌹🌹🌹🌹🌹
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    18 hrs ago
  • ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ୨୫ରୁ ଅଧିକ ଗ୍ରାମରେ ଆଜି ସକାଳୁ ବିଦ୍ୟୁତ ବିଚ୍ଛିନ୍ନ ହୋଇରହିଛି। ଏହି ବିଦ୍ୟୁତ ବିଚ୍ଛିନ୍ନତା ଯୋଗୁଁ ସାଧାରଣ ଜୀବନଯାତ୍ରା ବାଧାପ୍ରାପ୍ତ ହୋଇଛି ଏବଂ ଅଞ୍ଚଳବାସୀ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବହଳପଦର, ଅମରପାଲି, ଲୁତୁରପଙ୍କ, କର୍ଡାପାଲ, ମାଣିକପୁର, ଘିଚାପାଲି ଭଳି ଗ୍ରାମଗୁଡ଼ିକରେ ବିଦ୍ୟୁତ ସେବା ବନ୍ଦ ରହିଛି। ବିଦ୍ୟୁତ ବିଚ୍ଛିନ୍ନ ଯୋଗୁଁ ପାନୀୟ ଜଳ ଯୋଗାଣ ସମେତ ଅନ୍ୟାନ୍ୟ ଦୈନନ୍ଦିନ କାର୍ଯ୍ୟଗୁଡ଼ିକ ଏକ ପ୍ରକାର ଠପ୍ ହୋଇ ପଡ଼ିଛି, ଯାହା ଲୋକଙ୍କ ପାଇଁ ବଡ଼ ସମସ୍ୟା ସୃଷ୍ଟି କରିଛି। ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି ସାଧାରଣ ଲୋକେ ତୁରନ୍ତ ବିଦ୍ୟୁତ ମରାମତି କରି ଅଞ୍ଚଳରେ ବିଦ୍ୟୁତ ସଂଯୋଗ ପୁନଃସ୍ଥାପିତ କରିବାକୁ ଦାବୀ କରିଛନ୍ତି।
    3
    ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ୨୫ରୁ ଅଧିକ ଗ୍ରାମରେ ଆଜି ସକାଳୁ ବିଦ୍ୟୁତ ବିଚ୍ଛିନ୍ନ ହୋଇରହିଛି। ଏହି ବିଦ୍ୟୁତ ବିଚ୍ଛିନ୍ନତା ଯୋଗୁଁ ସାଧାରଣ ଜୀବନଯାତ୍ରା ବାଧାପ୍ରାପ୍ତ ହୋଇଛି ଏବଂ ଅଞ୍ଚଳବାସୀ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ବହଳପଦର, ଅମରପାଲି, ଲୁତୁରପଙ୍କ, କର୍ଡାପାଲ, ମାଣିକପୁର, ଘିଚାପାଲି ଭଳି ଗ୍ରାମଗୁଡ଼ିକରେ ବିଦ୍ୟୁତ ସେବା ବନ୍ଦ ରହିଛି। ବିଦ୍ୟୁତ ବିଚ୍ଛିନ୍ନ ଯୋଗୁଁ ପାନୀୟ ଜଳ ଯୋଗାଣ ସମେତ ଅନ୍ୟାନ୍ୟ ଦୈନନ୍ଦିନ କାର୍ଯ୍ୟଗୁଡ଼ିକ ଏକ ପ୍ରକାର ଠପ୍ ହୋଇ ପଡ଼ିଛି, ଯାହା ଲୋକଙ୍କ ପାଇଁ ବଡ଼ ସମସ୍ୟା ସୃଷ୍ଟି କରିଛି।

ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି ସାଧାରଣ ଲୋକେ ତୁରନ୍ତ ବିଦ୍ୟୁତ ମରାମତି କରି ଅଞ୍ଚଳରେ ବିଦ୍ୟୁତ ସଂଯୋଗ ପୁନଃସ୍ଥାପିତ କରିବାକୁ ଦାବୀ କରିଛନ୍ତି।
    user_Pitambar Sahu
    Pitambar Sahu
    Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
    15 hrs ago
  • ସନ୍ତାନ ପ୍ରାପ୍ତି ପାଇଁ ଇଚ୍ଛୁକ ଥିବା ବ୍ୟକ୍ତିମାନଙ୍କୁ ସ୍ତ୍ରୀ ଏବଂ ପୁରୁଷଙ୍କ ରୋଗ ଉପରେ ଗବେଷଣା ନିମନ୍ତେ ଅନୁରୋଧ କରାଯାଇଛି। ଏହି ସମ୍ବନ୍ଧରେ ଅଧିକ ସୂଚନା ପାଇଁ କିମ୍ବା ଗବେଷଣାରେ ଅଂଶଗ୍ରହଣ କରିବା ପାଇଁ 8349010110 ମୋବାଇଲ୍ ନମ୍ବରରେ ଯୋଗାଯୋଗ କରିବାକୁ କୁହାଯାଇଛି।
    1
    ସନ୍ତାନ ପ୍ରାପ୍ତି ପାଇଁ ଇଚ୍ଛୁକ ଥିବା ବ୍ୟକ୍ତିମାନଙ୍କୁ ସ୍ତ୍ରୀ ଏବଂ ପୁରୁଷଙ୍କ ରୋଗ ଉପରେ ଗବେଷଣା ନିମନ୍ତେ ଅନୁରୋଧ କରାଯାଇଛି। ଏହି ସମ୍ବନ୍ଧରେ ଅଧିକ ସୂଚନା ପାଇଁ କିମ୍ବା ଗବେଷଣାରେ ଅଂଶଗ୍ରହଣ କରିବା ପାଇଁ 8349010110 ମୋବାଇଲ୍ ନମ୍ବରରେ ଯୋଗାଯୋଗ କରିବାକୁ କୁହାଯାଇଛି।
    user_NWA NEWS
    NWA NEWS
    Mandi Agent ବରଗଡ଼, ବରଗଡ଼, ଓଡ଼ିଶା•
    7 hrs ago
  • ହଳଦୀ ପଞ୍ଚାୟତର ଚାଷୀମାନେ ସାର ଏବଂ ବିହନକୁ ନେଇ ଗଭୀର ଚିନ୍ତାରେ ଥିବା ଜଣାପଡ଼ିଛି। ରାଇଘରରୁ ମାମନି ଚକ୍ରବର୍ତ୍ତୀଙ୍କ ଏହି ରିପୋର୍ଟ ମାଧ୍ୟମରେ ଏହି ସମସ୍ୟା ଉପରେ ଦୃଷ୍ଟି ଆକର୍ଷଣ କରାଯାଇଛି।
    1
    ହଳଦୀ ପଞ୍ଚାୟତର ଚାଷୀମାନେ ସାର ଏବଂ ବିହନକୁ ନେଇ ଗଭୀର ଚିନ୍ତାରେ ଥିବା ଜଣାପଡ଼ିଛି। ରାଇଘରରୁ ମାମନି ଚକ୍ରବର୍ତ୍ତୀଙ୍କ ଏହି ରିପୋର୍ଟ ମାଧ୍ୟମରେ ଏହି ସମସ୍ୟା ଉପରେ ଦୃଷ୍ଟି ଆକର୍ଷଣ କରାଯାଇଛି।
    user_Santosh Nayak PRESS
    Santosh Nayak PRESS
    Local News Reporter Balangir, Odisha•
    9 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.