Shuru
Apke Nagar Ki App…
ପୋଲସରା ଏନ୍.ଏ.ସି ବସଷ୍ଟାଣ୍ଡ ଠାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ତିରୋଧାନ ଦିବସ ଉପଲକ୍ଷେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ମେଡିକାଲ୍ କୁ ଯାଇ ରୋଗୀ ମାନଙ୍କୁ ଫଳ ବଣ୍ଟନ କରିଛନ୍ତି।ଜନପ୍ରତିନିଧି ଏବଂ ବିଜୁ ଜନତା ଦଳ ର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ।
Ganjam Khabar
ପୋଲସରା ଏନ୍.ଏ.ସି ବସଷ୍ଟାଣ୍ଡ ଠାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ତିରୋଧାନ ଦିବସ ଉପଲକ୍ଷେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ମେଡିକାଲ୍ କୁ ଯାଇ ରୋଗୀ ମାନଙ୍କୁ ଫଳ ବଣ୍ଟନ କରିଛନ୍ତି।ଜନପ୍ରତିନିଧି ଏବଂ ବିଜୁ ଜନତା ଦଳ ର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ।
More news from Ganjam and nearby areas
- Post by Ganjam Khabar1
- କୃଷିଭିତ୍ତିକ ପର୍ବ ପବିତ୍ର ଅକ୍ଷୟ ତୃତୀୟା ଅବସରରେ କୁକୁଡ଼ାଖଣ୍ତି ବ୍ଳକ ଶିହଳା ପଞ୍ଚାୟତ ର ଏକ କ୍ଷେତ ରେ ଧାନ ବୁଣା ଅନୁକୂଳ କରିବାର ସୌଭାଗ୍ୟ ଲାଭ କରିଲି ଅଖି ମୁଠି ଅନୁକୂଳ କଲେ ଭାରପ୍ରାପ୍ତ ଅଧ୍ୟକ୍ଷା , ବିଡିଓ , ଅତିରିକ୍ତ ତହସିଲଦାର, ଗୋଗାଣ ଅଧିକାରୀ, ଗୋଷ୍ଠୀ କୃଷି ଅଧିକାରୀଙ୍କ ସମେତ ବିଭିନ୍ନ ବିଭାଗର କର୍ମଚାରୀମାନେ ଉପସ୍ଥିତ ଥିଲେ।1
- ଗଞ୍ଜାମ ଜିଲ୍ଲା ପୋଲସରା ଓ ବୁଗୁଡ଼ା ରେ ବିଜେଡି ପାଳିଲା ବିଜୁବାବୁ ଙ୍କ ତିରୋଧାନ ଦିବସ ପୋଲସରା/ବୁଗୁଡ଼ା :- ପୋଲସରା ନିର୍ବାଚନ ମଣ୍ଡଳୀ ପୋଲସରା ଓ ବୁଗୁଡ଼ାରେ ବିଜେଡି ପକ୍ଷରୁ ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ରନାଥ ପ୍ରଧାନ ଓ ବୁଗୁଡ଼ା ନଗର ସଭାପତି କେ ତ୍ରିଲୋଚନ ଦୋରା ଙ୍କ ତତ୍ୱାବଧାନ ରେ ବିଜୁବାବୁ ଙ୍କ ୨୯ତମ ତିରୋଧାନ ଦିବସ ଆଜି ପାଳିତ ହୋଇଯାଇଛି । ଉକ୍ତ ଦୁଇ କାର୍ଯ୍ୟକ୍ରମ ରେ ପୂର୍ବତନ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ ଯୋଗଦେଇ ପୋଲସରା ବସଷ୍ଟାଣ୍ଡ ଓ ବୁଗୁଡ଼ା ବସଷ୍ଟାଣ୍ଡ ଠାରେ ବିଜୁବାବୁ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟାର୍ପଣ କରିବା ସହିତ ପୋଲସରା ଓ ବୁଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ରୋଗୀମାନଙ୍କୁ ଫଳ ବଣ୍ଟନ କରି ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଥିଲେ । ବିଜେଡି ର ସମ୍ପୃକ୍ତ କାର୍ଯ୍ୟକ୍ରମରେ ବ୍ଲକ ଅଧକ୍ଷା କଳ୍ପନା କୁମାରୀ ପ୍ରଧାନ, ଉପାଧକ୍ଷ କାହ୍ନୁଚରଣ ପରିଡା, ଏନ୍ ଏ ସି ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, ଜିଲ୍ଲା ପରିଷଦ ସଭ୍ୟ ଅଶୋକ କୁମାର ବିଷୋୟୀ, ବିକ୍ରମ ନାୟକ,ନଗର ସଭାପତି ଗୋପାଳ ସାହାଣୀ,କନକ ରାଉତ,ବନ୍ଥପଲ୍ଲୀ ସରପଞ୍ଚ ପବିତ୍ର ରାଉତ,ବିଜୟ ସ୍ବାଇଁ,ଜକର ସରପଞ୍ଚ ଦୀପିକା ବାରିକ, ନିବାସୀ ପରିଡ଼ା,ନଗର ବିଜେଡି ସମ୍ପାଦକ ବାବୁଲା ପଟ୍ଟନାୟକ ଓ ବୁଗୁଡ଼ା ବ୍ଲକର ବ୍ଳକ ସଭାପତି ଖଦାଳ ଖଟେଇ, ସୁଧାଂଶୁ ଶେଖର ପାଢ଼ୀ,କବିରାଜ ଗୌଡ଼, ସୁବ୍ରତ ରାଖଲ ଦାସ, କିଶୋର ବେହେରା,ଚିକୁ ବାରିକ,ମନୋରଞ୍ଜନ ଦାସ, ଜିତେନ୍ଦ୍ର କୁମାର ନାୟକ, କାର୍ତ୍ତିକ ସାହାଣୀ, ସନ୍ମଥ ସାମଲ, ସୂର୍ଯ୍ୟନାରାୟଣ ମହାନ୍ତି,ହରିହର ବିଷୋୟୀ,ଭାଗ୍ଯଲତା ରାଉତ, ଚିତ୍ରସେନ ନାୟକ, ନାରାୟଣ ସାହୁ ସମେତ ବହୁ ବିଜୁ ପ୍ରେମୀ ଉପସ୍ଥିତ ଥିଲେ । ଗଣେଶ ପାଣିଗ୍ରାହୀ ରିପୋର୍ଟ1
- ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ଙ୍କୁ ସମ୍ବର୍ଦ୍ଧନା ଭାଜପା କର୍ମୀମାନେ ଜଣାଇଥିଲେ। ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ରାଜ୍ୟ ସ୍ତରୀୟ ପଦାଧିକାରୀ ମାନଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ଙ୍କ ଅଧୀନରେ ଭାଜପା ପଂଚାୟତ ନିର୍ବାଚନ ରେ ଭଲ ପ୍ରଦର୍ଶନ କରିବ ବୋଲି ଭାଜପା କର୍ମୀ ଆଶା କରୁଛନ୍ତି।1
- ମହିଳା ସଂରକ୍ଷଣ ବିଲ୍କୁ ନେଇ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି କୋରାପୁଟ ସାଂସଦ ସପ୍ତଗିରି ଉଲାକା। ସରକାର ମହିଳାମାନଙ୍କୁ ସଶକ୍ତ କରିବା ପରିବର୍ତ୍ତେ କେବଳ ମିଥ୍ୟା ପ୍ରତିଶ୍ରୁତି ଦେଇ ଭୋଟ୍ ରାଜନୀତି କରୁଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି। ଏନେଇ କଣ କହୁଛନ୍ତି ସପ୍ତଗିରି ଉଲାକା, ଆସନ୍ତୁ ଶୁଣିବା...1
- କାର୍ଯ୍ୟ ରେ ଆସୁନାହିଁ ତାଳକଣି ଉପ ସ୍ୱାସ୍ଥ୍ୟକେନ୍ଦ୍ର,,, ଦିନରାତି ଜଳୁଛି ଷ୍ଟ୍ରିଟ୍ ଲାଇଟ୍,,, ଜଙ୍ଗଲ ପାଲଟିଛି ପାଣି ଟାଙ୍କି,,,, ସରପଞ୍ଚ ଙ୍କ ତାଳକଣି ଗ୍ରାମକୁ ଉପେକ୍ଷା,,1
- ପାନୀୟ ଜଳଯୋଗାଣର ଅବ୍ୟବସ୍ଥା ନେଇ ନୁଆସାହିରେ ରାସ୍ତାରୋକ l ପଦ୍ମପୁର, ୨୦।୦୪ (ନିପ୍ର) ପଦ୍ମପୁରବାସୀଙ୍କ ଜଳକଷ୍ଟ ଏବେ ଜନ ଆନ୍ଦୋଳନର ରୂପ ନେଇଛି। ଦୀର୍ଘ ଦିନର ଜଳାଭାବ ଏବଂ କୋଟି କୋଟି ଟଙ୍କାର ବସୁଧା ପ୍ରକଳ୍ପରେ ଦେଖାଦେଇଥିବା ବାରମ୍ବାର ଯାନ୍ତ୍ରିକ ତ୍ରୁଟିକୁ ନେଇ ଆଜି ପଦ୍ମପୁରରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ପାନୀୟ ଜଳ ଯୋଗାଣରେ ବିପର୍ଯ୍ୟସ୍ତ ଅବସ୍ଥାକୁ ପ୍ରତିବାଦ କରି ଆଜି ପଦ୍ମପୁର ନୂଆସାହି ନିକଟରେ ଶତାଧିକ ମହିଳା ଓ ପୁରୁଷ ଗୁଣପୁର ପଦ୍ମପୁର ମୁଖ୍ୟ ରାସ୍ତାକୁ ଦୀର୍ଘ ଘଣ୍ଟା ଧରି ଅବରୋଧ କରିଥିଲେ। ଫଳରେ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିବା ବେଳେ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନର ଲମ୍ବା ଧାଡ଼ି ଦେଖିବାକୁ ମିଳିଥିଲା। ଏଠାରେ ସୂଚନାଯୋଗ୍ୟ ଯେ, ଗୁମୁଡ଼ା ନଦୀ କୂଳରେ ଥିବା ପ୍ରକଳ୍ପର ମୁଖ୍ୟ ପ୍ରଡକ୍ସନ ୱେଲ ମଧ୍ୟରେ ଅତ୍ୟଧିକ ବାଲି ଓ ମାଟି ଜମିଯିବା ସହ ଏକ ୧୫ ଏଚ.ପି.ର ପମ୍ପ ମୋଟର ପୋଡ଼ି ଯାଇଥିଲା। ଫଳରେ ତିନୋଟି ଯାକ ବୋରୱେଲ୍କୁ କମ୍ପ୍ରେସର ମାଧ୍ୟମରେ ସଫା କରାଯିବା ସହ ଦୁଇଟି ନୂତନ ଉଚ୍ଚ କ୍ଷମତା ସମ୍ପନ୍ନ ମୋଟର ସ୍ଥାପନ କରାଯାଇଛି। ଏହି ଯାନ୍ତ୍ରିକ ତ୍ରୁଟି ଏବଂ ପୂର୍ବରୁ ବିଛାଯାଇଥିବା ନିମ୍ନ ମାନର ପାଇପ୍ ଫାଟି ପାଣି ନଷ୍ଟ ହେଉଥିବାରୁ ନୂଆସାହି, ମାର୍କମା ସାହି, ଇନ୍ଦିରା ନଗର, ବଡ଼ ସାହି, ସୌରା ସାହି ଏବଂ ସୁନାରୀ ସାହି ଭଳି ଅଞ୍ଚଳରେ ଦୀର୍ଘ ଦିନ ହେଲା ଜଳ ଯୋଗାଣ ବନ୍ଦ ରହିଥିଲା। ପ୍ରଖର ଗ୍ରୀଷ୍ମ ପ୍ରବାହ ମଧ୍ୟରେ ପାଣି ମୁନ୍ଦାଏ ପାଇଁ ହନ୍ତସନ୍ତ ହୋଇ ଶେଷରେ ସ୍ଥାନୀୟ ବାସିନ୍ଦା ରାସ୍ତାକୁ ଓହ୍ଲାଇଥିଲେ। ଖବରପାଇ ଘଟଣା ସ୍ଥଳରେ ପଦ୍ମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ କୁରେଶ ଜାନୀ ଏବଂ ଆରଡବ୍ଲୁଏସଏସ ବିଭାଗର କନିଷ୍ଠ ଯନ୍ତ୍ରୀ ଅଜୟ ମାଝୀ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା କରିଥିଲେ। ଉକ୍ତ ସାହି ଗୁଡ଼ିକୁ ଦିନ ଛାଡ଼ି ଦିନେ ନିୟମିତ ଭାବେ ଜଳ ଯୋଗାଣ କରାଯିବ ବୋଲି ପ୍ରଶାସନିକ ସ୍ତରରେ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ପ୍ରଶମିତ ହୋଇଥିଲା ଏବଂ ଯାତାୟାତ ସ୍ୱାଭାବିକ ହୋଇଥିଲା।3
- କୁକୁଡ଼ାଖଣ୍ତି ବ୍ଳକର ଶିହଳା ଗ୍ରାମ ପଞ୍ଚାୟତରେ ଜନଅଭିଯୋଗ ଶୁଣାଣି ଶିବିର1