ଇଟିପୁର ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକୋତ୍ସବ ପାଳିତ ଭୁବନେଶ୍ୱର: ଭୁବନେଶ୍ୱର ବ୍ଲକ ଅନ୍ତର୍ଗତ ଇଟିପୁର ସ୍ଥିତ ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ମହାସମାରୋହରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଅଭିଭାବକମାନେ ଉତ୍ସାହର ସହ ଯୋଗ ଦେଇଥିଲେ। ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଶ୍ରୀମତୀ ସନ୍ଧ୍ୟାରାଣୀ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ଭୁବନେଶ୍ୱର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ନିରୁପମା ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଅବସରପ୍ରାପ୍ତ ଶିକ୍ଷକ ମାନସ ମିଶ୍ର ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ଶୃଙ୍ଖଳିତ ଜୀବନ ଗଠନ ପାଇଁ ପରାମର୍ଶ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ଜ୍ଞାନରଞ୍ଜନ ସାହୁ, ସଭାପତି, ପଞ୍ଚସଖା ଶିକ୍ଷାସେତୁ ସଂଗଠନ ଗଦାଧର ସାହୁ, ସଭାପତି, ପରିଚାଳନା କମିଟି (SMC),ପ୍ରସନ୍ନ କୁମାର ପରିଡ଼ା, ପୂର୍ବତନ SMC ସଭାପତି,ଶ୍ରୀ ବସନ୍ତ କୁମାର ସୁବୁଦ୍ଧି, ଅବସରପ୍ରାପ୍ତ କର୍ମଚାରୀ ଯୋଗ ଦେଇଥିଲେ ଏହି ଅବସରରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ଜ୍ୟୋତିରାଣୀ ଷଡ଼ଙ୍ଗୀ ଓ ଶୁଭ୍ରଶ୍ରୀ ଦାସ ମଧ୍ୟ ମଞ୍ଚାସୀନ ଥିଲେ ଏବଂ ଶ୍ରୀମତୀ ଷଡ଼ଙ୍ଗୀ ବାର୍ଷିକ ବିବରଣୀ ପାଠ କରିଥିଲେ I ବର୍ଷ ସାରା ବିଭିନ୍ନ ପ୍ରତିଯୋଗିତାରେ କୃତୀତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା। ଏହା ପରେ ଦ୍ୱିତୀୟ ଶ୍ରେଣୀରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷାର୍ଥୀମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା। ଓଡ଼ିଶା ର ପାରମ୍ପରିକ ନୃତ୍ୟରୁ ଆରମ୍ଭ କରି ଆଧୁନିକ ସଙ୍ଗୀତ ପର୍ଯ୍ୟନ୍ତ ବିଭିନ୍ନ କଳା ନୈପୁଣ୍ୟ ଦର୍ଶକଙ୍କ ମନ ମୋହିଥିଲା। ସମଗ୍ର କାର୍ଯ୍ୟକ୍ରମକୁ ବିଦ୍ୟାଳୟର ଯୁବ ଶିକ୍ଷୟତ୍ରୀ ସୋନାଲି ଭୂୟାଁ, ସବ୍ୟଜିତ ବେହେରା ଏବଂ ଦିନେଶ କୁମାର ଲେଙ୍କା ସଫଳତାର ସହ ସଂଯୋଜନା କରିଥିଲେ। ପରିଶେଷରେ ହିନ୍ଦୀ ଶିକ୍ଷୟିତ୍ରୀ ଶ୍ରୀମତୀ ସନ୍ଧ୍ୟାରାଣୀ ପ୍ରହରାଜ ଦୀକ୍ଷିତ ଉପସ୍ଥିତ ସମସ୍ତ ଅତିଥି ଓ ଅଭିଭାବକଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

- Post by NEWS MANORANJAN1
- Post by Sibanava Panda1
- ପେଟାନାଳରେ ପଡ଼ିଗଲେ ନନ୍ଦୀ ମହାରାଜ! ଷଣ୍ଢ ଟିକୁ ଉଦ୍ଧାର କରିବାକୁ ନାକେଦମ୍ ହେଲା ଅଗ୍ନିଶମ ବାହିନୀ। କଟକ ସିଡିଏସ୍ଥିତ ପେଟାନାଳରେ ଫସିଲେ ନନ୍ଦୀ ମହାରାଜ। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଷଣ୍ଢ ଟିକୁ ବାହାର କରିଛନ୍ତି।1
- Post by ନିଷ୍ଠୁର ଦୁନିଆ Live1
- ok2
- ଜଗତସିଂହପୁର ୪/୪- ଅପ୍ରେଲ ୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ ଅବସରରେ ଏପ୍ରିଲ ୨ ତାରିଖ ଓ ୩ ତାରିଖ ପାରମ୍ପରିକ ପୋଷାକ ପରିଧାନ ଦିବସ 'ଆମ ପୋଷାକ ଆମ ପରିଚୟ' ପାଳିତ ହେଉଅଛି।ଜଗତସିଂହପୁର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟରେ ପାରମ୍ପରିକ ପୋଷାକ ପରିଧାନ ଦିବସ ପାଳିତ ହୋଇଯାଇଛି । ଜିଲ୍ଲାପାଳ ଜେ ସୋନାଲ , ଅତିରିକ୍ତ ଜିଲ୍ଲାପାଳ ସମ୍ବିତ କୁମାର ରାଉତ, ଅତିରିକ୍ତ ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ, ଉପ ଜିଲ୍ଲପାଳ ପ୍ରଶାନ୍ତ କୁମାର ତରାଇଙ୍କ ସମେତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ତଥା ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ର ଅଧିକାରୀ ଓ କର୍ମଚାରୀ ପାରମ୍ପରିକ ପୋଷାକ ପରିଧାନ ପୂର୍ବକ କାର୍ଯ୍ୟାଳୟକୁ ଆସିଥିଲେ । “ଆମ ପୋଷାକ ଆମ ପରିଚୟ” ସ୍ଲୋଗାନ୍କୁ ସମ୍ମାନ ଜଣାଇ ଆଜି ଖଦୀ, ସମ୍ବଲପୁରୀ, ସୋନପୁରୀ, କୋଟପାଡ, ମାଣିଆବନ୍ଧ, ନୂଆପାଟଣା, ବୋମକାଇ ଆଦି ରାଜ୍ୟର ବିଭିନ୍ନ ସ୍ଥାନର ହସ୍ତତନ୍ତ ବୁଣା ପୋଷାକ ପରିଧାନ କରିଥିଲେ । ଆମ ବସ୍ତ୍ର ହେଉଛି ଆମ ସ୍ୱାଭିମାନ ଓ ଆମ ପରିଚୟ । ଓଡ଼ିଶା ହସ୍ତତନ୍ତ ସମଗ୍ର ବିଶ୍ୱରେ ପ୍ରସିଦ୍ଧି ଲାଭ କରିଛି । ଏଣୁ କେବଳ ଓଡ଼ିଆ ପକ୍ଷ ପାଳନ ନୁହେଁ ଦୈନନ୍ଦିନ ଜୀବନରେ ସମସ୍ତେ ହସ୍ତତନ୍ତ ପୋଷାକ ପିନ୍ଧିବାକୁ ଅଭ୍ୟାସରେ ପରିଣତ କରି ଆମ ବୁଣାକାର ଓ ଗ୍ରାମ୍ୟ ଅର୍ଥନୀତିକୁ ସଶକ୍ତ କରିବା ସହ ସମୃଦ୍ଧ ଓଡ଼ିଶା ଗଠନରେ ଅଂଶୀଦାର ହେବାକୁ ଜିଲ୍ଲାପାଳ ଆହ୍ଵାନ ଦେଇଛନ୍ତି । ଏହି ଅବସରରେ ଜିଲ୍ଲାପାଳଙ୍କ ସମେତ ସମସ୍ତ ଅଧିକାରୀ ଓ କର୍ମଚାରୀ ଏକତ୍ରିତ ହୋଇ ଫଟୋ ଉଠାଇଥିଲେ । ଜିଲ୍ଲାର ବିଭିନ୍ନ ବ୍ଲକ କାର୍ଯ୍ୟାଳୟଠାରେ ମଧ୍ୟ ପାରମ୍ପରିକ ପୋଷାକ ପରିଧାନ ଦିବସ ଅନୁରୂପ ଭାବେ ପାଳିତ ହୋଇଯାଇଛି । ଏହା ମାଧ୍ୟମରେ ଲୋକମାନଙ୍କ ମନରେ ନିଜ ସଂସ୍କୃତି ପ୍ରତି ସମ୍ମାନ ବଢ଼ିବା ସହ ଏହାକୁ ଆଗାମୀ ପିଢି ପର୍ଯ୍ୟନ୍ତ ପହଞ୍ଚାଇବାର ଏହା ଏକ ପ୍ରୟାସ l ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ, ଜଗତସିଂହପୁର4
- ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ଶୁଭାରମ୍ଭ । ଶିଶୁ ବାଟିକା ଓ ପ୍ରଥମ ଶ୍ରେଣୀରେ ନାମ ଲେଖାଇବେ ୧୦,୧୩୪ ଶିଶୁ । ଢ଼େଙ୍କାନାଳ, ତା. ୪.୪. ୨୦୨୬- ଓଡ଼ିଆ ପକ୍ଷ ପାଳନ ଅବସରରେ ଆଜି ସାରା ରାଜ୍ୟରେ ବିଦ୍ୟାଳୟରେ ଶିଶୁମାନଙ୍କ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଛି । ଏହି ଉପଲକ୍ଷେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଜି ସ୍ଥାନୀୟ ପି.ଏମ. ଶ୍ରୀ ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟ ଠାରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀ କୃଷ୍ଣ ଚ଼ନ୍ଦ୍ର ପାତ୍ର ଯୋଗ ଦେଇ, ଶିଶୁମାନଙ୍କୁ ଖଡ଼ି ଛୁଆଁଇ ସେମାନଙ୍କର ବିଦ୍ୟାରମ୍ଭ କରିଥିଲେ। ବିଦ୍ୟା ମହାଧନ ଅଟେ, ସମସ୍ତଙ୍କୁ ଶିକ୍ଷା ପ୍ରଦାନକରିବା ଆମର ଲକ୍ଷ୍ୟ ହେବା ଉଚ଼ିତ ବୋଲି ପ୍ରକାଶ କରିଥିଲେ । ଶିକ୍ଷିତ ମାନେ ସମାଜରେ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗ୍ରହଣ କରିିବେ । ସମସ୍ତେ ଶିକ୍ଷିତ ହେଲେ ଜ୍ଞାନ ଓ ବିଜ୍ଞାନର ଦ୍ରୁତ ବିକାଶ ହେବ ଏବଂ ଦେଶର ସର୍ବାଙ୍ଗୀନ ଉନ୍ନତି ହେବ । ସାର୍ବଜନୀକ ଶିକ୍ଷା ନିମନ୍ତେ ସରକାର ସଂକଳ୍ପବଦ୍ଧ, ଏଥି ନିମନ୍ତେ ଗୁରୁଜୀମାନଙ୍କ ଦାୟୀତ୍ବ ଖୁବ ଅଧିକ । ପଢ଼ିଲେ ଜାଣିବା, ଜାଣିଲେ ଜିଣିବା ବୋଲି ମତବ୍ୟକ୍ତ କରି ମନ୍ତ୍ରୀ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ଅତିଥିମାନେ ଶିଶୁମାନଙ୍କୁ ଖଡ଼ି ଛୁଆଁଇ ବିଦ୍ଯାରମ୍ଭ କରାଇଥିଲେ । ଏହି ଅବସରରେ ଏକ ସଚ଼େତନତା ପ୍ରଚାର ରଥକୁ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ପାତ୍ର, ଜିଲ୍ଲା ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ପୂହାଣ, ପୌର ଅଧ୍ୟକ୍ଷା ଶ୍ରୀମତୀ ଜୟନ୍ତୀ ପାତ୍ର, ଜିଲ୍ଲାପାଳ ଶ୍ରୀ ଆଶିଷ ଈଶ୍ଵର ପାଟିଲ , ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପରେଶ ଚ଼ନ୍ଦ୍ର ପାତ୍ର, ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷ ଶ୍ରୀ ଲକ୍ଷ୍ମଣ ସାହୁ ପ୍ରମୂଖ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ବିଦ୍ୟାଳୟ ପରିସରରେ ହୋଇଥିବା ରଙ୍ଗର ଦୂନିଆ, ଗପ ରାଇଜ ଓ ଖେଳଘର ଷ୍ଟଲକୁ ଅତିଥି ମାନେ ପରିଦର୍ଶନ କରିଥିଲେ । ଜିଲ୍ଲାରେ ଶିଶୁ ବାଟିକାରେ ୮,୭୮୨ ଜଣ ଏବଂ ପ୍ରଥମ ଶ୍ରେଣୀରେ ୧,୩୫୨ ଜଣ, ସମୁଦାୟ ୧୦,୧୩୪ ଜଣ ଶିଶୁଙ୍କର ନାମ ଲେଖାଯିବ ବୋଲି ଜଣାଯାଇଛି । କାର୍ଯ୍ୟକ୍ରମ ଶେଷରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ବ୍ରହ୍ମୋତ୍ରୀ ବିଶ୍ୱାଳ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।3
- Post by NEWS MANORANJAN1