ଆସନ୍ତା ବର୍ଷା ଋତୁ ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ସଫଳ ମୁକାବିଲା ନିମନ୍ତେ ବୌଦ୍ଧ ଜିଲ୍ଲାର ଜିଲ୍ଲା ପ୍ରଶାସନ ଏବଂ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (OSDMA)ଙ୍କ ମିଳିତ ଆୟୋଜନରେ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହ ଠାରେ ଜିଲ୍ଲାସ୍ତରୀୟ ଟେବୁଲ ଟପ୍ ଏକ୍ସରସାଇଜ (TTEX)-୨୦୨୬ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ତହସିଲଦାର ବୌଦ୍ଧ ଅନିତା କୁମାରୀ ସାହୁ, ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀ ତଥା ସମସ୍ତ ଲାଇନ ବିଭାଗର ଅଧିକାରୀମାନେ ଯୋଗଦେଇଥିଲେ। ପ୍ରାରମ୍ଭରେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଜ୍ୟୋତି ରଞ୍ଜନ ଭୁଏ ଅତିଥିମାନଙ୍କୁ ସ୍ୱାଗତ କରିଥିଲେ। ପରେ OSDMAର ଜିଲ୍ଲା ପ୍ରକଳ୍ପ ଅଧିକାରୀଙ୍କ ଦ୍ୱାରା ଟେବୁଲ ଟପ୍ ଏକ୍ସରସାଇଜର ଉଦ୍ଦେଶ୍ୟ, କଳ୍ପିତ ବିପର୍ଯ୍ୟୟ ପରିସ୍ଥିତି ଓ ପ୍ରତିକ୍ରିୟା ବ୍ୟବସ୍ଥା ସମ୍ପର୍କରେ ଏକ ବିସ୍ତୃତ ଉପସ୍ଥାପନା କରାଯାଇଥିଲା। ଏହି ଅବସରରେ ଜିଲ୍ଲା ଦୁର୍ଯ୍ୟୋଗ ପରିଚାଳନା ପ୍ରାଧିକରଣ (DDMA) ପକ୍ଷରୁ ବିପର୍ଯ୍ୟୟ ପୂର୍ବ ପ୍ରସ୍ତୁତି, ଜରୁରୀକାଳୀନ ପରିଚାଳନା, ଉଦ୍ଧାର ଓ ରିଲିଫ୍ ବ୍ୟବସ୍ଥା ଉପରେ ଆଲୋଚନା କରାଯାଇଥିଲା। ରାଜସ୍ୱ, ପୁଲିସ, ସ୍ୱାସ୍ଥ୍ୟ, ଅଗ୍ନିଶମ, ବିଦ୍ୟୁତ, ଜଳସମ୍ପଦ, ପରିବହନ, ପଞ୍ଚାୟତିରାଜ, କୃଷି, ପଶୁସମ୍ପଦ, ବନ, ଶିକ୍ଷା, ରେଳବାଇ ଓ ଅନ୍ୟାନ୍ୟ ବିଭାଗର ଅଧିକାରୀମାନେ ନିଜ ନିଜ ବିଭାଗ ପକ୍ଷରୁ ଗ୍ରହଣ କରାଯାଇଥିବା ପ୍ରସ୍ତୁତିମୂଳକ ପଦକ୍ଷେପଗୁଡ଼ିକୁ ଉପସ୍ଥାପନ କରିଥିଲେ। ରାଜ୍ୟ ପର୍ଯ୍ୟବେକ୍ଷକ ତଥା DMTC, ROTIର ପ୍ରଶିକ୍ଷକ ଅରୁଣ କୁମାର ପ୍ରଧାନ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ବିଭିନ୍ନ ବିଭାଗର ପ୍ରସ୍ତୁତି ସମ୍ପର୍କରେ ମତାମତ ଓ ପରାମର୍ଶ ଦେଇଥିଲେ ଏବଂ ଅଂଶଗ୍ରହଣକାରୀମାନଙ୍କ ଠାରୁ ମଧ୍ୟ ସୁପାରିଶ ଓ ମତାମତ ଗ୍ରହଣ କରାଯାଇଥିଲା। ଅତିରିକ୍ତ ଜିଲ୍ଲାପାଳ ବିପର୍ଯ୍ୟୟ ସମୟରେ ସମସ୍ତ ବିଭାଗ ମଧ୍ୟରେ ସୁଦୃଢ଼ ସମନ୍ୱୟ, ତ୍ୱରିତ ସୂଚନା ଆଦାନ-ପ୍ରଦାନ ଏବଂ ଜନସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେଇ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ। ଶେଷରେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅଭ୍ୟାସ ଜରିଆରେ ଜିଲ୍ଲାର ବିପର୍ଯ୍ୟୟ ମୁକାବିଲା କ୍ଷମତା, ଜରୁରୀକାଳୀନ ପ୍ରତିକ୍ରିୟା ବ୍ୟବସ୍ଥା ଏବଂ ଆନ୍ତଃବିଭାଗୀୟ ସମନ୍ୱୟ ଆହୁରି ସୁଦୃଢ଼ ହେବ ବୋଲି ଆଶା ପ୍ରକାଶ ପାଇଥିଲା।

- ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ସ୍ୱାମୀ ଅଶୋକ ନନ୍ଦ ଏକ ଗୁଳି କାଣ୍ଡ ଘଟଣା ଉପରେ ନିଜ ପ୍ରତିକ୍ରିୟା ରଖିଛନ୍ତି। ଏହି ପ୍ରତିକ୍ରିୟା ଶୁଣିବା ପାଇଁ ସୂଚନା ଦିଆଯାଇଛି।1
- ଜଣେ ଭକ୍ତ ସମସ୍ତ ଗ୍ରହମାନଙ୍କ ମଧ୍ୟରେ ଶନିଶ୍ଚର ଦେବଙ୍କୁ ସାର ଭାବରେ ସ୍ୱୀକାର କରିଛନ୍ତି ଏବଂ ତାଙ୍କୁ ଗ୍ରହ ପୀଡ଼ା ଦଶାରୁ ମୁକ୍ତି ପ୍ରଦାନ କରିବାକୁ ନିବେଦନ କରିଛନ୍ତି। ଏହି ପ୍ରାର୍ଥନା ମାଧ୍ୟମରେ ଶନିଶ୍ଚର ଦେବଙ୍କ ପ୍ରତି ଗଭୀର ଶ୍ରଦ୍ଧା ଏବଂ ଭକ୍ତିଭାବ ପ୍ରକାଶ କରାଯାଇଛି।1
- ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତକୁ ନେଇ ପୂର୍ବତନ ସୁବର୍ଣ୍ଣପୁର ଜିଲ୍ଲା ବିଜେଡି ଉପସଭାପତି କିଶୋର ହୋତା ନିଜର ପ୍ରତିକ୍ରିୟା ବ୍ୟକ୍ତ କରିଛନ୍ତି।1
- Post by Bighne Rana1
- ଚେମେଲୀଙ୍କ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ମୋଡ଼ ଆସିବାକୁ ଯାଉଛି। ଯେଉଁମାନେ ଏହି ମାମଲା ସମ୍ବନ୍ଧୀୟ ଭିଡିଓ ତିଆରି କରିଛନ୍ତି, ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ ବର୍ତ୍ତମାନ ଜୋରଦାର ଚର୍ଚ୍ଚା ଚାଲିଛି।1
- ବୌଦ୍ଧ ବ୍ଲକ କାର୍ଯ୍ୟାଳୟ ପରିସରରେ 'ବିକାଶର ଧାରା ଓଡ଼ିଶା ସାରା' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ବିଭୂତି ଭୂଷଣ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଭିନ୍ନ ସରକାରୀ ଯୋଜନାର ହିତାଧିକାରୀମାନଙ୍କୁ ସହାୟତା ବଣ୍ଟନ କରିଥିଲେ। କାର୍ଯ୍ୟକ୍ରମରେ କନ୍ଧମାଳ ସାଂସଦଙ୍କ ପ୍ରତିନିଧି ଯୁଗଳ କିଶୋର ସାମଲ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ବୌଦ୍ଧ ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ, ବିଡିଓ ଯୁଗଳ କିଶୋର ବିଶ୍ୱାଳ ଏବଂ ତହସିଲଦାର ଅନିତା କୁମାରୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ କଲ୍ୟାଣମୂଳକ ଯୋଜନା ଅଧୀନରେ ୧୦ ଜଣ ଅଙ୍ଗନବାଡ଼ି କର୍ମୀଙ୍କୁ ସ୍ମାର୍ଟ ମୋବାଇଲ୍ ପ୍ରଦାନ କରାଯାଇଥିଲା। ଏହା ସହ ହିତାଧିକାରୀମାନଙ୍କୁ ୧୫ଟି ଅନ୍ନପୂର୍ଣ୍ଣା କାର୍ଡ, ୧୦ଟି ବୟୋ ବନ୍ଦନା କାର୍ଡ, ୧୦ଟି ଅନ୍ତ୍ୟୋଦୟ ଗୃହ ଯୋଜନା (AGY) କାର୍ଯ୍ୟାଦେଶ, ୧୨ଟି ଭୂମି ଅଧିକାର ପଟ୍ଟା (RoR), ୧୦ଟି ଆୟୁଷ୍ମାନ ଭାରତ କାର୍ଡ, ୧୦ଟି ଆଇଏଚଏଚଏଲ୍ (IHHL) କାର୍ଯ୍ୟାଦେଶ, ୪ଟି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଋଣ ମଞ୍ଜୁରୀ ପତ୍ର, ୧ଟି ଲକ୍ଷପତି ଦିଦି ଋଣ ମଞ୍ଜୁରୀ ପତ୍ର ବଣ୍ଟନ କରାଯାଇଥିଲା। ଏଥିସହ MBPY ଯୋଜନାରେ ୩ଟି ବୃଦ୍ଧାଭତ୍ତା (OAP) ଏବଂ ୧ଟି UMW ଭତ୍ତା ଅନୁମୋଦନ ପତ୍ର, ୮ଟି ଶ୍ରମିକ ପରିଚୟ ପତ୍ର ଏବଂ ୫୦ ହଜାର ଟଙ୍କାର ବିବାହ ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଥିଲା। ଅତିଥିମାନେ ସେମାନଙ୍କ ଉଦ୍ବୋଧନରେ କହିଥିଲେ ଯେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଲୋକାଭିମୁଖୀ ଯୋଜନାଗୁଡ଼ିକର ସୁଫଳ ପ୍ରକୃତ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ପାଇଁ ପ୍ରଶାସନ ସଦା ତତ୍ପର ରହିଛି। ସେମାନେ ଆହ୍ୱାନ କରିଥିଲେ ଯେ ଏଭଳି କାର୍ଯ୍ୟକ୍ରମ ମାଧ୍ୟମରେ ସରକାରୀ ସେବା ଓ ସହାୟତା ଲୋକଙ୍କ ପାଖରେ ସହଜରେ ପହଞ୍ଚିପାରୁଛି, ତେଣୁ ଜନ ସାଧାରଣ ଓ ସ୍ୱୟଂ ସହାୟକ ଗୋଷ୍ଠୀ ବିଭିନ୍ନ ଯୋଜନାର ଲାଭ ଉଠାଇ ଦୃତ ପ୍ରଗତି କରନ୍ତୁ। ଶେଷରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଧନ୍ୟବାଦ ଅର୍ପଣ କରିଥିବା ବେଳେ, ଏ ବି ଡି ଓ ସୁଦାମ ସାମଲଙ୍କ ସହିତ ସମସ୍ତ ବ୍ଲକ ସ୍ତରୀୟ ଅଧିକାରୀ ଓ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଏହି କାର୍ଯ୍ୟକ୍ରମରେ ବ୍ଲକର ସମସ୍ତ ଜନପ୍ରତିନିଧି, ବହୁ ସଂଖ୍ୟକ ହିତାଧିକାରୀ, ଜନସାଧାରଣ ଏବଂ ବିଭିନ୍ନ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ।1
- ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି ବୋଲି ଦର୍ଶାଯାଇଛି। ଏପରି ପରିସ୍ଥିତିରେ ସାଧାରଣ ଜନତା ପୁଲିସକୁ ଭୟ କରୁଥିବାବେଳେ, ଅପରାଧୀ ଓ ଆତତାୟୀମାନଙ୍କ ମନରେ ପୁଲିସ ପ୍ରତି କୌଣସି ଭୟ ନାହିଁ।1
- କେନ୍ଦ୍ରାପଡ଼ା ଜିଲ୍ଲାର ମହାକାଳପଡ଼ା ବିଧାନସଭା କ୍ଷେତ୍ର ଟିକସିରିର ସରପଞ୍ଚ ଚାମେଲି ଓଝା ବର୍ତ୍ତମାନ ସାରା ଓଡ଼ିଶାରେ ଚର୍ଚ୍ଚାରେ ରହିଛନ୍ତି। ଏହି ପରିପ୍ରେକ୍ଷୀରେ ବିଜେପି କର୍ମୀ ଓ ନେତାମାନେ ଏକ ପ୍ରେସ ମିଟିଂ କରି ତାଙ୍କ ବିରୋଧରେ ଜୋରଦାର ନାରାବାଜି କରିବା ସହ ତାଙ୍କ ଉପରେ ପ୍ରବଳ ବର୍ଷିଛନ୍ତି। ଜୋନ ନମ୍ବର ୨୬ ତରଫରୁ ଆୟୋଜିତ ଏହି ପ୍ରେସ ମିଟିଂରେ ଅଧ୍ୟକ୍ଷ ହିରଣ୍ୟ ମହାପାତ୍ର ପୂର୍ବତନ ବିଧାୟକଙ୍କୁ ତୀବ୍ର ଭାବରେ ଟାର୍ଗେଟ କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ପୂର୍ବତନ ବିଧାୟକ ଚାମେଲି ଓଝାଙ୍କ ପଛରେ ଅଛନ୍ତି, ଯାହା ଫଳରେ ମହାକାଳପଡ଼ାର ନାମ ବଦନାମ ହେଉଛି। ମହାକାଳପଡ଼ାର ବିଧାୟକ ଦୁର୍ଗା ପ୍ରସନ ନାୟକଙ୍କର ଏଥିରେ କୌଣସି ଭୂମିକା ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି ଏବଂ ତାଙ୍କୁ ଏହି ମାମଲାରେ ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ବୋଲି ଦର୍ଶାଇ ଘୋଷଡ଼ା ନଯିବାକୁ କହିଛନ୍ତି।1
- ବୌଦ୍ଧ ଜିଲ୍ଲାର ୫୭ ନମ୍ୱର ଜାତୀୟ ରାଜପଥରେ ପୁରୁଣାକଟକ ଥାନା ଅନ୍ତର୍ଗତ ଗଣ୍ଡାପାଜୁ ଠାରେ ଏକ ଆଇଚର୍ ଗାଡ଼ି ଗଛକୁ ପିଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ତିନି ଜଣ ଆହତ ହୋଇଥିବା ସୂଚନା ମିଳିଛି।1