logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଗଞ୍ଜାମ ଜିଲା ପାଇଁ କ୍ରିକେଟ ଖେଳିବେ ଆୟୁଷା, ଘୋଷଣା କଲା ଓସିଏ। ପଦ୍ମପୁର୨୦।୪( ): ରାୟଗଡା ଜିଲ୍ଲା ଗୁଡାରି ସହରର ପାଇକ ସାହିର ୧୪ ବର୍ଷୀୟା ଝିଅ ଆୟୁଷା ଗଞ୍ଜାମ ଜିଲା ପାଇଁ କ୍ରିକେଟ ଖେଳିବେ ଆୟୁଷା, ଘୋଷଣା କଲା ଓସିଏ। ପଦ୍ମପୁର୨୦।୪( ): ରାୟଗଡା ଜିଲ୍ଲା ଗୁଡାରି ସହରର ପାଇକ ସାହିର ୧୪ ବର୍ଷୀୟା ଝିଅ ଆୟୁଷା ଗଞ୍ଜାମ ଜିଲା ପାଇଁ ଓସିଏ ଆନ୍ତଃଜିଲା ମହିଳା କ୍ରିକେଟ ଟୁର୍ନାମେଣ୍ଟ ୨୦୨୬ ରେ ଖେଳିବାର ସୁଯୋଗ ପାଇଛନ୍ତି। କଟକରେ ଅନୁଷ୍ଠିତ ହେବାକୁ ଥିବା ଓସିଏ ଆନ୍ତଃଜିଲା ମହିଳା କ୍ରିକେଟ ଟୁର୍ନାମେଣ୍ଟ ୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଓଡ଼ିଶା କ୍ରିକେଟ ଆସୋସିଏଶନର ଚୟନ କମିଟି ଦ୍ୱାରା ପୋଲିସ ଏଏସ୍‌ଆଇ ମିନତ ମିଶ୍ର (ମିନୁ)ଙ୍କ ଝିଅ ଆୟୁଷା ସ୍ଥାନ ପାଇଛନ୍ତି। ଓସିଏ ପକ୍ଷରୁ ଘୋଷଣା ହୋଇଥିବା ୧୫ ଜଣିଆ ଟିମରେ ସେ ସ୍ଥାନ ପାଇଛନ୍ତି। ବର୍ତ୍ତମାନ ବ୍ରହ୍ମପୁର ସ୍ଥିତ ଦିଲ୍ଲୀ ପବ୍ଲିକ ସ୍କୁଲରେ ସେ ଦଶମ ଶ୍ରେଣୀରେ ପାଠ ପଢୁଛନ୍ତି ଏବଂ ତାଙ୍କ ପିତା ମଧ୍ୟ ବ୍ରହ୍ମପୁରରେ ପୋଲିସ ବିଭାଗରେ କାର୍ଯ୍ୟରତ ଅଛନ୍ତି। ସେ ବାମ ହାତୀ ବ୍ୟାଟ୍ସମ୍ୟାନ୍‌ ଏବଂ ଜିଲାର ଜଣେ ଜଣାଶୁଣା ଓଡ଼ିଶୀ ନୃତ୍ୟଶିଳ୍ପୀ ଅଟନ୍ତି। ଭୁବନେଶ୍ୱରରେ ସେ ଓଡ଼ିଶୀ ନୃତ୍ୟ କଳା ପ୍ରଦର୍ଶନ କରି ପ୍ରଖ୍ୟାତ ଓଡ଼ିଶୀ ନୃତ୍ୟଗୁରୁଙ୍କ ଠାରୁ ପୁରସ୍କୃତ ହୋଇଛନ୍ତି। ସେ ବ୍ରହ୍ମପୁରରେ କୋଚିଂ ନେଉଥିବା ତାଙ୍କ ପିତା ମିନତ ମିଶ୍ର ସୂଚନା ଦେଇଛନ୍ତି ଏବଂ ଓସିଏ ପକ୍ଷରୁ ପ୍ରକାଶିତ ହୋଇଥିବା ୧୫ ଜଣିଆ ତାଲିକାରେ ନିଜ ଝିଅର ନାମ ଥିବାରୁ ସେ ବହୁତ ଖୁସି ଥିବା କହିଛନ୍ତି। ମିନତ ମଧ୍ୟ ଜଣେ କ୍ରିକେଟ ଖେଳାଳି ଭାବେ ରାୟଗଡା ଜିଲାରେ ଖୁବ ଜଣାଶୁଣା ଏବଂ ସେ ଗଜପତି ଜିଲା କ୍ରିକେଟ ପାଇଁ ପୂର୍ବରୁ ଖେଳିବାର ସୁଯୋଗ ପାଇଥିଲେ। ଏହି ଖବର ପ୍ରସାରିତ ପରେ ଆୟୁଷାଙ୍କ ନିକଟକୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି।

4 hrs ago
user_Susanta kumar panda
Susanta kumar panda
ପଦ୍ମପୁର, ରାୟଗଡା, ଓଡ଼ିଶା•
4 hrs ago
95c73f0f-7169-4400-b4d3-68f92e1cbbbb

ଗଞ୍ଜାମ ଜିଲା ପାଇଁ କ୍ରିକେଟ ଖେଳିବେ ଆୟୁଷା, ଘୋଷଣା କଲା ଓସିଏ। ପଦ୍ମପୁର୨୦।୪( ): ରାୟଗଡା ଜିଲ୍ଲା ଗୁଡାରି ସହରର ପାଇକ ସାହିର ୧୪ ବର୍ଷୀୟା ଝିଅ ଆୟୁଷା ଗଞ୍ଜାମ ଜିଲା ପାଇଁ କ୍ରିକେଟ ଖେଳିବେ ଆୟୁଷା, ଘୋଷଣା କଲା ଓସିଏ। ପଦ୍ମପୁର୨୦।୪( ): ରାୟଗଡା ଜିଲ୍ଲା ଗୁଡାରି ସହରର ପାଇକ ସାହିର ୧୪ ବର୍ଷୀୟା ଝିଅ ଆୟୁଷା ଗଞ୍ଜାମ ଜିଲା ପାଇଁ ଓସିଏ ଆନ୍ତଃଜିଲା ମହିଳା କ୍ରିକେଟ ଟୁର୍ନାମେଣ୍ଟ ୨୦୨୬ ରେ ଖେଳିବାର ସୁଯୋଗ ପାଇଛନ୍ତି। କଟକରେ ଅନୁଷ୍ଠିତ ହେବାକୁ ଥିବା ଓସିଏ ଆନ୍ତଃଜିଲା ମହିଳା କ୍ରିକେଟ ଟୁର୍ନାମେଣ୍ଟ ୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଓଡ଼ିଶା କ୍ରିକେଟ ଆସୋସିଏଶନର ଚୟନ କମିଟି ଦ୍ୱାରା ପୋଲିସ ଏଏସ୍‌ଆଇ ମିନତ ମିଶ୍ର (ମିନୁ)ଙ୍କ ଝିଅ ଆୟୁଷା ସ୍ଥାନ ପାଇଛନ୍ତି। ଓସିଏ ପକ୍ଷରୁ ଘୋଷଣା ହୋଇଥିବା ୧୫ ଜଣିଆ ଟିମରେ ସେ ସ୍ଥାନ ପାଇଛନ୍ତି। ବର୍ତ୍ତମାନ ବ୍ରହ୍ମପୁର ସ୍ଥିତ ଦିଲ୍ଲୀ ପବ୍ଲିକ ସ୍କୁଲରେ ସେ ଦଶମ ଶ୍ରେଣୀରେ ପାଠ ପଢୁଛନ୍ତି ଏବଂ ତାଙ୍କ ପିତା ମଧ୍ୟ ବ୍ରହ୍ମପୁରରେ ପୋଲିସ ବିଭାଗରେ କାର୍ଯ୍ୟରତ ଅଛନ୍ତି। ସେ ବାମ ହାତୀ ବ୍ୟାଟ୍ସମ୍ୟାନ୍‌ ଏବଂ ଜିଲାର ଜଣେ ଜଣାଶୁଣା ଓଡ଼ିଶୀ ନୃତ୍ୟଶିଳ୍ପୀ ଅଟନ୍ତି। ଭୁବନେଶ୍ୱରରେ ସେ ଓଡ଼ିଶୀ ନୃତ୍ୟ କଳା ପ୍ରଦର୍ଶନ କରି ପ୍ରଖ୍ୟାତ ଓଡ଼ିଶୀ ନୃତ୍ୟଗୁରୁଙ୍କ ଠାରୁ ପୁରସ୍କୃତ ହୋଇଛନ୍ତି। ସେ ବ୍ରହ୍ମପୁରରେ କୋଚିଂ ନେଉଥିବା ତାଙ୍କ ପିତା ମିନତ ମିଶ୍ର ସୂଚନା ଦେଇଛନ୍ତି ଏବଂ ଓସିଏ ପକ୍ଷରୁ ପ୍ରକାଶିତ ହୋଇଥିବା ୧୫ ଜଣିଆ ତାଲିକାରେ ନିଜ ଝିଅର ନାମ ଥିବାରୁ ସେ ବହୁତ ଖୁସି ଥିବା କହିଛନ୍ତି। ମିନତ ମଧ୍ୟ ଜଣେ କ୍ରିକେଟ ଖେଳାଳି ଭାବେ ରାୟଗଡା ଜିଲାରେ ଖୁବ ଜଣାଶୁଣା ଏବଂ ସେ ଗଜପତି ଜିଲା କ୍ରିକେଟ ପାଇଁ ପୂର୍ବରୁ ଖେଳିବାର ସୁଯୋଗ ପାଇଥିଲେ। ଏହି ଖବର ପ୍ରସାରିତ ପରେ ଆୟୁଷାଙ୍କ ନିକଟକୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି।

More news from ଓଡ଼ିଶା and nearby areas
  • ପାନୀୟ ଜଳଯୋଗାଣର ଅବ୍ୟବସ୍ଥା ନେଇ ନୁଆସାହିରେ ରାସ୍ତାରୋକ l ପଦ୍ମପୁର, ୨୦।୦୪ (ନିପ୍ର) ପଦ୍ମପୁରବାସୀଙ୍କ ଜଳକଷ୍ଟ ଏବେ ଜନ ଆନ୍ଦୋଳନର ରୂପ ନେଇଛି। ଦୀର୍ଘ ଦିନର ଜଳାଭାବ ଏବଂ କୋଟି କୋଟି ଟଙ୍କାର ବସୁଧା ପ୍ରକଳ୍ପରେ ଦେଖାଦେଇଥିବା ବାରମ୍ବାର ଯାନ୍ତ୍ରିକ ତ୍ରୁଟିକୁ ନେଇ ଆଜି ପଦ୍ମପୁରରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ପାନୀୟ ଜଳ ଯୋଗାଣରେ ବିପର୍ଯ୍ୟସ୍ତ ଅବସ୍ଥାକୁ ପ୍ରତିବାଦ କରି ଆଜି ପଦ୍ମପୁର ନୂଆସାହି ନିକଟରେ ଶତାଧିକ ମହିଳା ଓ ପୁରୁଷ ଗୁଣପୁର ପଦ୍ମପୁର ମୁଖ୍ୟ ରାସ୍ତାକୁ ଦୀର୍ଘ ଘଣ୍ଟା ଧରି ଅବରୋଧ କରିଥିଲେ। ଫଳରେ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିବା ବେଳେ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନର ଲମ୍ବା ଧାଡ଼ି ଦେଖିବାକୁ ମିଳିଥିଲା। ଏଠାରେ ସୂଚନାଯୋଗ୍ୟ ଯେ, ଗୁମୁଡ଼ା ନଦୀ କୂଳରେ ଥିବା ପ୍ରକଳ୍ପର ମୁଖ୍ୟ ପ୍ରଡକ୍ସନ ୱେଲ ମଧ୍ୟରେ ଅତ୍ୟଧିକ ବାଲି ଓ ମାଟି ଜମିଯିବା ସହ ଏକ ୧୫ ଏଚ.ପି.ର ପମ୍ପ ମୋଟର ପୋଡ଼ି ଯାଇଥିଲା। ଫଳରେ ତିନୋଟି ଯାକ ବୋରୱେଲ୍‌କୁ କମ୍ପ୍ରେସର ମାଧ୍ୟମରେ ସଫା କରାଯିବା ସହ ଦୁଇଟି ନୂତନ ଉଚ୍ଚ କ୍ଷମତା ସମ୍ପନ୍ନ ମୋଟର ସ୍ଥାପନ କରାଯାଇଛି। ଏହି ଯାନ୍ତ୍ରିକ ତ୍ରୁଟି ଏବଂ ପୂର୍ବରୁ ବିଛାଯାଇଥିବା ନିମ୍ନ ମାନର ପାଇପ୍ ଫାଟି ପାଣି ନଷ୍ଟ ହେଉଥିବାରୁ ନୂଆସାହି, ମାର୍କମା ସାହି, ଇନ୍ଦିରା ନଗର, ବଡ଼ ସାହି, ସୌରା ସାହି ଏବଂ ସୁନାରୀ ସାହି ଭଳି ଅଞ୍ଚଳରେ ଦୀର୍ଘ ଦିନ ହେଲା ଜଳ ଯୋଗାଣ ବନ୍ଦ ରହିଥିଲା। ପ୍ରଖର ଗ୍ରୀଷ୍ମ ପ୍ରବାହ ମଧ୍ୟରେ ପାଣି ମୁନ୍ଦାଏ ପାଇଁ ହନ୍ତସନ୍ତ ହୋଇ ଶେଷରେ ସ୍ଥାନୀୟ ବାସିନ୍ଦା ରାସ୍ତାକୁ ଓହ୍ଲାଇଥିଲେ। ଖବରପାଇ ଘଟଣା ସ୍ଥଳରେ ପଦ୍ମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ କୁରେଶ ଜାନୀ ଏବଂ ଆରଡବ୍ଲୁଏସଏସ ବିଭାଗର କନିଷ୍ଠ ଯନ୍ତ୍ରୀ ଅଜୟ ମାଝୀ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା କରିଥିଲେ। ଉକ୍ତ ସାହି ଗୁଡ଼ିକୁ ଦିନ ଛାଡ଼ି ଦିନେ ନିୟମିତ ଭାବେ ଜଳ ଯୋଗାଣ କରାଯିବ ବୋଲି ପ୍ରଶାସନିକ ସ୍ତରରେ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ପ୍ରଶମିତ ହୋଇଥିଲା ଏବଂ ଯାତାୟାତ ସ୍ୱାଭାବିକ ହୋଇଥିଲା।
    3
    ପାନୀୟ ଜଳଯୋଗାଣର ଅବ୍ୟବସ୍ଥା ନେଇ ନୁଆସାହିରେ ରାସ୍ତାରୋକ l
ପଦ୍ମପୁର, ୨୦।୦୪ (ନିପ୍ର) ପଦ୍ମପୁରବାସୀଙ୍କ ଜଳକଷ୍ଟ ଏବେ ଜନ ଆନ୍ଦୋଳନର ରୂପ ନେଇଛି। ଦୀର୍ଘ ଦିନର ଜଳାଭାବ ଏବଂ କୋଟି କୋଟି ଟଙ୍କାର ବସୁଧା ପ୍ରକଳ୍ପରେ ଦେଖାଦେଇଥିବା ବାରମ୍ବାର ଯାନ୍ତ୍ରିକ ତ୍ରୁଟିକୁ ନେଇ ଆଜି ପଦ୍ମପୁରରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ପାନୀୟ ଜଳ ଯୋଗାଣରେ ବିପର୍ଯ୍ୟସ୍ତ ଅବସ୍ଥାକୁ ପ୍ରତିବାଦ କରି ଆଜି ପଦ୍ମପୁର ନୂଆସାହି ନିକଟରେ ଶତାଧିକ ମହିଳା ଓ ପୁରୁଷ ଗୁଣପୁର ପଦ୍ମପୁର ମୁଖ୍ୟ ରାସ୍ତାକୁ ଦୀର୍ଘ ଘଣ୍ଟା ଧରି ଅବରୋଧ କରିଥିଲେ। ଫଳରେ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିବା ବେଳେ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନର ଲମ୍ବା ଧାଡ଼ି ଦେଖିବାକୁ ମିଳିଥିଲା। ଏଠାରେ ସୂଚନାଯୋଗ୍ୟ ଯେ, ଗୁମୁଡ଼ା ନଦୀ କୂଳରେ ଥିବା ପ୍ରକଳ୍ପର ମୁଖ୍ୟ ପ୍ରଡକ୍ସନ ୱେଲ ମଧ୍ୟରେ ଅତ୍ୟଧିକ ବାଲି ଓ ମାଟି ଜମିଯିବା ସହ ଏକ ୧୫ ଏଚ.ପି.ର ପମ୍ପ ମୋଟର ପୋଡ଼ି ଯାଇଥିଲା। ଫଳରେ ତିନୋଟି ଯାକ ବୋରୱେଲ୍‌କୁ କମ୍ପ୍ରେସର ମାଧ୍ୟମରେ ସଫା କରାଯିବା ସହ ଦୁଇଟି ନୂତନ ଉଚ୍ଚ କ୍ଷମତା ସମ୍ପନ୍ନ ମୋଟର ସ୍ଥାପନ କରାଯାଇଛି। ଏହି ଯାନ୍ତ୍ରିକ ତ୍ରୁଟି ଏବଂ ପୂର୍ବରୁ ବିଛାଯାଇଥିବା ନିମ୍ନ ମାନର ପାଇପ୍ ଫାଟି ପାଣି ନଷ୍ଟ ହେଉଥିବାରୁ ନୂଆସାହି, ମାର୍କମା ସାହି, ଇନ୍ଦିରା ନଗର, ବଡ଼ ସାହି, ସୌରା ସାହି ଏବଂ ସୁନାରୀ ସାହି ଭଳି ଅଞ୍ଚଳରେ ଦୀର୍ଘ ଦିନ ହେଲା ଜଳ ଯୋଗାଣ ବନ୍ଦ ରହିଥିଲା। ପ୍ରଖର ଗ୍ରୀଷ୍ମ ପ୍ରବାହ ମଧ୍ୟରେ ପାଣି ମୁନ୍ଦାଏ ପାଇଁ ହନ୍ତସନ୍ତ ହୋଇ ଶେଷରେ ସ୍ଥାନୀୟ ବାସିନ୍ଦା ରାସ୍ତାକୁ ଓହ୍ଲାଇଥିଲେ। ଖବରପାଇ ଘଟଣା ସ୍ଥଳରେ ପଦ୍ମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ  କୁରେଶ ଜାନୀ ଏବଂ ଆରଡବ୍ଲୁଏସଏସ  ବିଭାଗର କନିଷ୍ଠ ଯନ୍ତ୍ରୀ ଅଜୟ ମାଝୀ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା କରିଥିଲେ। ଉକ୍ତ ସାହି ଗୁଡ଼ିକୁ ଦିନ ଛାଡ଼ି ଦିନେ ନିୟମିତ ଭାବେ ଜଳ ଯୋଗାଣ କରାଯିବ ବୋଲି ପ୍ରଶାସନିକ ସ୍ତରରେ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ପ୍ରଶମିତ ହୋଇଥିଲା ଏବଂ ଯାତାୟାତ ସ୍ୱାଭାବିକ ହୋଇଥିଲା।
    user_Susanta kumar panda
    Susanta kumar panda
    ପଦ୍ମପୁର, ରାୟଗଡା, ଓଡ଼ିଶା•
    2 hrs ago
  • ଆଜି ପଦ୍ମପୁର ବ୍ଲକ୍ ଆଖୁସିଂ ପଞ୍ଚାୟତର ସଉରା ଆମ୍ବକୁଲା ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମାଁ ଗ୍ରାମଦେବୀଙ୍କ ମନ୍ଦିର ପ୍ରତିଷ୍ଠା ପାଇଁ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ଲକ୍ ସଭାପତି ଶ୍ରୀ ମାଝି ଶବର ଏବଂ ସାଂସଦ ପ୍ରତିନିଧି ଏମ୍. ସୁରେଶ୍ କୁମାର (ନାନାଜୀ)ଙ୍କ ସମେତ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ। ଭକ୍ତିମୟ ଗାନ ଓ ପାରମ୍ପରିକ ରୀତିନୀତି ମଧ୍ୟରେ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଏହି ଶୁଭ କାର୍ଯ୍ୟ ସମ୍ପନ୍ନ ହୋଇଛି।
    1
    ଆଜି ପଦ୍ମପୁର ବ୍ଲକ୍ ଆଖୁସିଂ ପଞ୍ଚାୟତର ସଉରା ଆମ୍ବକୁଲା ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମାଁ ଗ୍ରାମଦେବୀଙ୍କ ମନ୍ଦିର ପ୍ରତିଷ୍ଠା ପାଇଁ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ଲକ୍ ସଭାପତି ଶ୍ରୀ ମାଝି ଶବର ଏବଂ ସାଂସଦ ପ୍ରତିନିଧି ଏମ୍. ସୁରେଶ୍ କୁମାର (ନାନାଜୀ)ଙ୍କ ସମେତ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ। ଭକ୍ତିମୟ ଗାନ ଓ ପାରମ୍ପରିକ ରୀତିନୀତି ମଧ୍ୟରେ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଏହି ଶୁଭ କାର୍ଯ୍ୟ ସମ୍ପନ୍ନ ହୋଇଛି।
    user_Gunupur Updates
    Gunupur Updates
    Local News Reporter ଗୁଣୁପୁର, ରାୟଗଡା, ଓଡ଼ିଶା•
    6 hrs ago
  • ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ଙ୍କୁ ସମ୍ବର୍ଦ୍ଧନା ଭାଜପା କର୍ମୀମାନେ ଜଣାଇଥିଲେ। ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ରାଜ୍ୟ ସ୍ତରୀୟ ପଦାଧିକାରୀ ମାନଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ଙ୍କ ଅଧୀନରେ ଭାଜପା ପଂଚାୟତ ନିର୍ବାଚନ ରେ ଭଲ ପ୍ରଦର୍ଶନ କରିବ ବୋଲି ଭାଜପା କର୍ମୀ ଆଶା କରୁଛନ୍ତି।
    1
    ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ଙ୍କୁ ସମ୍ବର୍ଦ୍ଧନା ଭାଜପା କର୍ମୀମାନେ ଜଣାଇଥିଲେ। ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ରାଜ୍ୟ ସ୍ତରୀୟ ପଦାଧିକାରୀ ମାନଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ଙ୍କ ଅଧୀନରେ ଭାଜପା ପଂଚାୟତ ନିର୍ବାଚନ ରେ ଭଲ ପ୍ରଦର୍ଶନ କରିବ ବୋଲି ଭାଜପା କର୍ମୀ ଆଶା କରୁଛନ୍ତି।
    user_KHABAR TARANGA
    KHABAR TARANGA
    ସେରଙ୍ଗୋ, ଗଜପତି, ଓଡ଼ିଶା•
    1 hr ago
  • Post by Ansubhai Pandey
    1
    Post by Ansubhai Pandey
    user_Ansubhai Pandey
    Ansubhai Pandey
    ମୋହନା, ଗଜପତି, ଓଡ଼ିଶା•
    9 hrs ago
  • ଅଦ୍ୟ ତା. 20/04/2026 ରିଖ ଆମ କଳିଙ୍ଗ ସମ୍ବାଦ ନିୟୁଜ ଚାନେଲ ର ନିମାପଡା ପ୍ରତିନିଧି ଦିପୁ ରଞ୍ଜନ ବେହେରା ନିମାପଡ଼ା ପାଟପୁର ଠାରୁ ଅରିଷଣ୍ଢ ରାସ୍ତା ର ଉନ୍ନତି କରଣ କାମ ବୁଲି ଦେଖିଛନ୍ତି। ରାସ୍ତା ରେ ଠିକାଦାର ଅଠା ମାଟି ପକାଇ ଥିବା ଯୋଗୁଁ ଅଳ୍ପ ଝିପି ଝିପି ବର୍ଷା ରେ ରାସ୍ତା ରେ କାଦୁଅ ହୋଇଯାଉଛି। ଯାତାୟାତ ପାଇଁ ଜନସାଧାରଣ ହଇରାଣ ହରକତ ହେଉଛନ୍ତି।ଚାଲି କରି ଯିବା ଆସିବା ବ୍ୟକ୍ତି ମାନେ ମଧ୍ୟ ଅସୁବିଧା ର ସମ୍ମୁଖୀନ ହେଉଛନ୍ତି। ଏଣୁ ବିଭାଗୀୟ ଅଧିକାରୀ ଏଥି ପ୍ରତି ଧ୍ୟାନ ଦେଇ ନିମାପଡା ପାଟପୁର ଠାରୁ ଅରିଷଣ୍ଢ ରାସ୍ତା କାମ ର ଉନ୍ନତି କରଣ ତୁରନ୍ତ ସମାପ୍ତ କଲେ ଜନସାଧାରଣ ଙ୍କ ଯାତାୟାତ ରେ ସୁବିଧା ହେବ ବୋଲି ଦାବୀ କରିଛନ୍ତି। ନିମାପଡା ରୁ ଦିପୁ ରଞ୍ଜନ ବେହେରା ଙ୍କ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା ଭୁବନେଶ୍ୱର
    1
    ଅଦ୍ୟ ତା. 20/04/2026 ରିଖ ଆମ କଳିଙ୍ଗ ସମ୍ବାଦ ନିୟୁଜ ଚାନେଲ ର ନିମାପଡା ପ୍ରତିନିଧି ଦିପୁ ରଞ୍ଜନ ବେହେରା 
ନିମାପଡ଼ା ପାଟପୁର ଠାରୁ ଅରିଷଣ୍ଢ ରାସ୍ତା ର ଉନ୍ନତି କରଣ କାମ ବୁଲି ଦେଖିଛନ୍ତି। ରାସ୍ତା ରେ ଠିକାଦାର ଅଠା ମାଟି ପକାଇ ଥିବା ଯୋଗୁଁ ଅଳ୍ପ ଝିପି ଝିପି ବର୍ଷା ରେ ରାସ୍ତା ରେ କାଦୁଅ ହୋଇଯାଉଛି। ଯାତାୟାତ ପାଇଁ ଜନସାଧାରଣ ହଇରାଣ ହରକତ ହେଉଛନ୍ତି।ଚାଲି କରି ଯିବା ଆସିବା ବ୍ୟକ୍ତି ମାନେ ମଧ୍ୟ ଅସୁବିଧା ର ସମ୍ମୁଖୀନ ହେଉଛନ୍ତି। ଏଣୁ ବିଭାଗୀୟ ଅଧିକାରୀ ଏଥି ପ୍ରତି ଧ୍ୟାନ ଦେଇ ନିମାପଡା ପାଟପୁର ଠାରୁ ଅରିଷଣ୍ଢ ରାସ୍ତା କାମ ର ଉନ୍ନତି କରଣ ତୁରନ୍ତ ସମାପ୍ତ କଲେ ଜନସାଧାରଣ ଙ୍କ ଯାତାୟାତ ରେ ସୁବିଧା ହେବ ବୋଲି ଦାବୀ କରିଛନ୍ତି।
ନିମାପଡା ରୁ ଦିପୁ ରଞ୍ଜନ ବେହେରା ଙ୍କ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା ଭୁବନେଶ୍ୱର
    user_OWNER-EDITOR
    OWNER-EDITOR
    Association or organisation ତୁମୁଡ଼ିବନ୍ଧ, କନ୍ଧମାଳ, ଓଡ଼ିଶା•
    6 hrs ago
  • ଦେଖନ୍ତୁ ଓ ଶୁଣନ୍ତୁ ଆପଣମାନେ 🙏🙏🙏
    1
    ଦେଖନ୍ତୁ ଓ ଶୁଣନ୍ତୁ ଆପଣମାନେ 🙏🙏🙏
    user_Baleswar Naik
    Baleswar Naik
    Thuamul Rampur, Kalahandi•
    4 hrs ago
  • ଭାରତ ର ଶିକ୍ଷ୍ୟା ବ୍ୟବସ୍ତା କୁ ଦୁର୍ବଳ କରି ନେତା ମନ୍ତ୍ରୀ ମାନେ ସେମାନଙ୍କ ପିଲ୍ଲାଙ୍କୁ ବିଦେଶ ରେ ପାଠ ପଢାଉଛନ୍ତି ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ଭାରତ ର ଶିକ୍ଷ୍ୟା ବ୍ୟବସ୍ତା କୁ ଦୁର୍ବଳ କରି ନେତା ମନ୍ତ୍ରୀ ମାନେ ସେମାନଙ୍କ ପିଲ୍ଲାଙ୍କୁ ବିଦେଶ ରେ ପାଠ ପଢାଉଛନ୍ତି ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    16 hrs ago
  • ମହିଳା ସଂରକ୍ଷଣ ବିଲ୍‌କୁ ନେଇ ସରକାର ଙ୍କୁ ଘେରିଲେ ସାଂସଦ ସପ୍ତଗିରି ଉଲାକା। ମହିଳା ସଂରକ୍ଷଣ ବିଲ୍‌କୁ କାର୍ଯ୍ୟକାରୀ କରିବାରେ ବିଳମ୍ବ ଓ କେନ୍ଦ୍ର ସରକାରଙ୍କ ଆଭିମୁଖ୍ୟକୁ ନେଇ ତୀବ୍ର ସମାଲୋଚନା କରିଛନ୍ତି କୋରାପୁଟ ସାଂସଦ ସପ୍ତଗିରି ଉଲାକା। ସେ ଅଭିଯୋଗ କରିଛନ୍ତି ଯେ, ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ ସରକାର ମହିଳା ମାନଙ୍କୁ ସଶକ୍ତ କରିବା ଅପେକ୍ଷା ମିଥ୍ୟା ପ୍ରଚାର କରି ଭୋଟ୍ ହାତେଇବାକୁ ଅଧିକ ପ୍ରୟାସ କରୁଛନ୍ତି। ​ଶ୍ରୀ ଉଲାକା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ୨୦୨୩ ମସିହାରେ ସମସ୍ତ ରାଜନୈତିକ ଦଳର ସହମତିରେ ସଂସଦରେ ପାରିତ ହୋଇଥିଲା। କିନ୍ତୁ ଦୁର୍ଭାଗ୍ୟର ବିଷୟ, ଏହାର ଗେଜେଟ୍ ନୋଟିଫିକେସନ୍ ପ୍ରକାଶ କରିବା ପାଇଁ ସରକାରଙ୍କୁ ଦୀର୍ଘ ସମୟ ଲାଗିଗଲା। ଗତ ୧୬ ଏପ୍ରିଲ ୨୦୨୬ରେ ଏହି ନୋଟିଫିକେସନ୍ ବାହାରିବା ସରକାରଙ୍କ ଇଚ୍ଛାଶକ୍ତିର ଅଭାବକୁ ସ୍ପଷ୍ଟ କରୁଛି। ​ସେ ଆହୁରି ମଧ୍ୟ କହିଛନ୍ତି ଯେ, ସରକାରଙ୍କ ପାଖରେ ଆବଶ୍ୟକୀୟ ସଂଖ୍ୟା ବଳ ନଥିବା ବେଳେ ବିରୋଧୀ ଦଳର ସହାୟତାରେ ଏହି ବିଲ୍ ପାସ ହୋଇଥିଲା। କିନ୍ତୁ ନିର୍ବାଚନ ସମୟରେ ଏହାକୁ ଏକ ରାଜନୈତିକ ଚାଲ୍ ଭାବେ ବ୍ୟବହାର କରାଯାଉଛି। କୌଣସି ପ୍ରକାର ସର୍ବଦଳୀୟ ଆଲୋଚନା କିମ୍ବା ପରାମର୍ଶ ନକରି ସରକାର ଏକପାଖିଆ ଭାବେ କାର୍ଯ୍ୟ କରୁଛନ୍ତି। କଂଗ୍ରେସ ବିରୋଧରେ ମିଥ୍ୟା ଅପପ୍ରଚାର କରି ସରକାର ନିଜର ବିଫଳତା ଲୁଚାଇବାକୁ ଚେଷ୍ଟା କରୁଥିବା ବେଳେ ଦେଶର ମହିଳାମାନେ ଏହାର ଉଚିତ୍ ଜବାବ ଦେବେ ବୋଲି ସାଂସଦ ଚେତାବନୀ ଦେଇଛନ୍ତି।
    1
    ମହିଳା ସଂରକ୍ଷଣ ବିଲ୍‌କୁ ନେଇ ସରକାର ଙ୍କୁ ଘେରିଲେ ସାଂସଦ ସପ୍ତଗିରି ଉଲାକା।
ମହିଳା ସଂରକ୍ଷଣ ବିଲ୍‌କୁ କାର୍ଯ୍ୟକାରୀ କରିବାରେ ବିଳମ୍ବ ଓ କେନ୍ଦ୍ର ସରକାରଙ୍କ ଆଭିମୁଖ୍ୟକୁ ନେଇ ତୀବ୍ର ସମାଲୋଚନା କରିଛନ୍ତି କୋରାପୁଟ ସାଂସଦ ସପ୍ତଗିରି ଉଲାକା। ସେ ଅଭିଯୋଗ କରିଛନ୍ତି ଯେ, ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ ସରକାର ମହିଳା ମାନଙ୍କୁ ସଶକ୍ତ କରିବା ଅପେକ୍ଷା ମିଥ୍ୟା ପ୍ରଚାର କରି ଭୋଟ୍ ହାତେଇବାକୁ ଅଧିକ ପ୍ରୟାସ କରୁଛନ୍ତି।
​ଶ୍ରୀ ଉଲାକା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ୨୦୨୩ ମସିହାରେ ସମସ୍ତ ରାଜନୈତିକ ଦଳର ସହମତିରେ ସଂସଦରେ ପାରିତ ହୋଇଥିଲା। କିନ୍ତୁ ଦୁର୍ଭାଗ୍ୟର ବିଷୟ, ଏହାର ଗେଜେଟ୍ ନୋଟିଫିକେସନ୍ ପ୍ରକାଶ କରିବା ପାଇଁ ସରକାରଙ୍କୁ ଦୀର୍ଘ ସମୟ ଲାଗିଗଲା। ଗତ ୧୬ ଏପ୍ରିଲ ୨୦୨୬ରେ ଏହି ନୋଟିଫିକେସନ୍ ବାହାରିବା ସରକାରଙ୍କ ଇଚ୍ଛାଶକ୍ତିର ଅଭାବକୁ ସ୍ପଷ୍ଟ କରୁଛି।
​ସେ ଆହୁରି ମଧ୍ୟ କହିଛନ୍ତି ଯେ, ସରକାରଙ୍କ ପାଖରେ ଆବଶ୍ୟକୀୟ ସଂଖ୍ୟା ବଳ ନଥିବା ବେଳେ ବିରୋଧୀ ଦଳର ସହାୟତାରେ ଏହି ବିଲ୍ ପାସ ହୋଇଥିଲା। କିନ୍ତୁ ନିର୍ବାଚନ ସମୟରେ ଏହାକୁ ଏକ ରାଜନୈତିକ ଚାଲ୍ ଭାବେ ବ୍ୟବହାର କରାଯାଉଛି। କୌଣସି ପ୍ରକାର ସର୍ବଦଳୀୟ ଆଲୋଚନା କିମ୍ବା ପରାମର୍ଶ ନକରି ସରକାର ଏକପାଖିଆ ଭାବେ କାର୍ଯ୍ୟ କରୁଛନ୍ତି। କଂଗ୍ରେସ ବିରୋଧରେ ମିଥ୍ୟା ଅପପ୍ରଚାର କରି ସରକାର ନିଜର ବିଫଳତା ଲୁଚାଇବାକୁ ଚେଷ୍ଟା କରୁଥିବା ବେଳେ ଦେଶର ମହିଳାମାନେ ଏହାର ଉଚିତ୍ ଜବାବ ଦେବେ ବୋଲି ସାଂସଦ ଚେତାବନୀ ଦେଇଛନ୍ତି।
    user_Susanta kumar panda
    Susanta kumar panda
    ପଦ୍ମପୁର, ରାୟଗଡା, ଓଡ଼ିଶା•
    4 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.