ମାନନୀୟ କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିବସ, କେନ୍ଦ୍ରରେ ମୋଦୀ ସରକାରଙ୍କ ୧୨ ବର୍ଷ ଏବଂ ରାଜ୍ୟରେ ପ୍ରଥମ ବିଜେପି ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ୨୬ ଜୁନ ୨୦୨୬ ତାରିଖରେ ବିଭିନ୍ନ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ ପାଇଁ ଏକ ପ୍ରସ୍ତୁତି ବୈଠକ ମାନଜୋର ଡାକବଙ୍ଗଳା ଠାରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ମନ୍ତ୍ରୀ ସଞ୍ଜୀବ କୁମାର ସାହୁଙ୍କ ସଭାପତିତ୍ୱରେ ଏହି ବୈଠକରେ ବହୁ ବରିଷ୍ଠ ନେତା ଓ କର୍ମୀ ଉପସ୍ଥିତ ଥିଲେ। ବୈଠକରେ ନିଷ୍ପତ୍ତି ହୋଇଥିଲା ଯେ, ମାଧପୁର ମଣ୍ଡଳ ଅଧୀନ ନୂଆଗାଁ ମନ୍ଦିରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ଦୀର୍ଘାୟୁ କାମନା କରି ଦୀପଦାନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏହା ସହିତ ତାଙ୍କ ଜନ୍ମଦିବସ ଉପଲକ୍ଷେ ଏକ ରକ୍ତଦାନ ଶିବିର ମଧ୍ୟ ଅନୁଷ୍ଠିତ ହେବ। ଏଥିସହ, କେନ୍ଦ୍ରରେ ମୋଦୀ ସରକାରଙ୍କ ୧୨ ବର୍ଷ ଏବଂ ରାଜ୍ୟରେ ପ୍ରଥମ ବିଜେପି ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ‘ଓଡ଼ିଶା ସାରା ବିକାଶ ଧାରା’ କାର୍ଯ୍ୟକ୍ରମ ପାଳନ କରାଯିବ। ଏହି ପ୍ରସ୍ତୁତି ବୈଠକରେ ପୂର୍ବତନ ବିଧାୟକ ରମେଶ ସାଏ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ପୂର୍ବତନ ଜିଲ୍ଲା ସଭାପତି ଡିଲେଶ୍ୱର ପ୍ରଧାନ, ଜିଲ୍ଲା ଉପସଭାପତି ଅଞ୍ଜଳି ପ୍ରଧାନ, କୋଷାଧ୍ୟକ୍ଷ ବିଶ୍ୱଜିତ ମିଶ୍ର, ବିଧାନସଭା ସଂଯୋଜକ ଡ. ଅଲେଖ ପ୍ରଧାନ, ପୂର୍ବତନ ଜିଲ୍ଲା ସାଧାରଣ ସମ୍ପାଦକ ଭବାନୀ ପ୍ରସାଦ ଜ୍ୟୋତିଷରାୟ, ପୂର୍ବତନ ଜିଲ୍ଲା ସମ୍ପାଦକ ଚିତ୍ତରଞ୍ଜନ ମେହେର, ସାଂସଦଙ୍କ ପ୍ରତିନିଧି ସନ୍ତୋଷ ହୋତା ଓ ପ୍ରକାଶ ସାହୁ, ମାଧପୁର ମଣ୍ଡଳ ସଭାପତି ଅନ୍ତର୍ଯ୍ୟାମୀ ମହାକୁଡ଼ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମଗୁଡ଼ିକୁ ସଫଳ କରିବା ଏବଂ ସର୍ବସାଧାରଣଙ୍କ ସକ୍ରିୟ ଅଂଶଗ୍ରହଣ ସୁନିଶ୍ଚିତ କରିବା ନେଇ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା। ବକ୍ତାମାନେ ସେବା, ସୁଶାସନ ଓ ବିକାଶର ବାର୍ତ୍ତାକୁ ଜନସାଧାରଣଙ୍କ ନିକଟରେ ପହଞ୍ଚାଇବା ପାଇଁ ସମସ୍ତଙ୍କୁ ଏକଜୁଟ ହୋଇ କାମ କରିବାକୁ ଆହ୍ୱାନ ଦେଇଥିଲେ।
ମାନନୀୟ କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିବସ, କେନ୍ଦ୍ରରେ ମୋଦୀ ସରକାରଙ୍କ ୧୨ ବର୍ଷ ଏବଂ ରାଜ୍ୟରେ ପ୍ରଥମ ବିଜେପି ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ୨୬ ଜୁନ ୨୦୨୬ ତାରିଖରେ ବିଭିନ୍ନ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ ପାଇଁ ଏକ ପ୍ରସ୍ତୁତି ବୈଠକ ମାନଜୋର ଡାକବଙ୍ଗଳା ଠାରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ମନ୍ତ୍ରୀ ସଞ୍ଜୀବ କୁମାର ସାହୁଙ୍କ ସଭାପତିତ୍ୱରେ ଏହି ବୈଠକରେ ବହୁ ବରିଷ୍ଠ ନେତା ଓ କର୍ମୀ ଉପସ୍ଥିତ ଥିଲେ। ବୈଠକରେ ନିଷ୍ପତ୍ତି ହୋଇଥିଲା ଯେ, ମାଧପୁର ମଣ୍ଡଳ ଅଧୀନ ନୂଆଗାଁ ମନ୍ଦିରରେ କେନ୍ଦ୍ର
ଶିକ୍ଷାମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ଦୀର୍ଘାୟୁ କାମନା କରି ଦୀପଦାନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏହା ସହିତ ତାଙ୍କ ଜନ୍ମଦିବସ ଉପଲକ୍ଷେ ଏକ ରକ୍ତଦାନ ଶିବିର ମଧ୍ୟ ଅନୁଷ୍ଠିତ ହେବ। ଏଥିସହ, କେନ୍ଦ୍ରରେ ମୋଦୀ ସରକାରଙ୍କ ୧୨ ବର୍ଷ ଏବଂ ରାଜ୍ୟରେ ପ୍ରଥମ ବିଜେପି ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ‘ଓଡ଼ିଶା ସାରା ବିକାଶ ଧାରା’ କାର୍ଯ୍ୟକ୍ରମ ପାଳନ କରାଯିବ। ଏହି ପ୍ରସ୍ତୁତି ବୈଠକରେ ପୂର୍ବତନ ବିଧାୟକ ରମେଶ ସାଏ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ପୂର୍ବତନ ଜିଲ୍ଲା ସଭାପତି ଡିଲେଶ୍ୱର ପ୍ରଧାନ, ଜିଲ୍ଲା ଉପସଭାପତି ଅଞ୍ଜଳି ପ୍ରଧାନ, କୋଷାଧ୍ୟକ୍ଷ ବିଶ୍ୱଜିତ
ମିଶ୍ର, ବିଧାନସଭା ସଂଯୋଜକ ଡ. ଅଲେଖ ପ୍ରଧାନ, ପୂର୍ବତନ ଜିଲ୍ଲା ସାଧାରଣ ସମ୍ପାଦକ ଭବାନୀ ପ୍ରସାଦ ଜ୍ୟୋତିଷରାୟ, ପୂର୍ବତନ ଜିଲ୍ଲା ସମ୍ପାଦକ ଚିତ୍ତରଞ୍ଜନ ମେହେର, ସାଂସଦଙ୍କ ପ୍ରତିନିଧି ସନ୍ତୋଷ ହୋତା ଓ ପ୍ରକାଶ ସାହୁ, ମାଧପୁର ମଣ୍ଡଳ ସଭାପତି ଅନ୍ତର୍ଯ୍ୟାମୀ ମହାକୁଡ଼ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମଗୁଡ଼ିକୁ ସଫଳ କରିବା ଏବଂ ସର୍ବସାଧାରଣଙ୍କ ସକ୍ରିୟ ଅଂଶଗ୍ରହଣ ସୁନିଶ୍ଚିତ କରିବା ନେଇ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା। ବକ୍ତାମାନେ ସେବା, ସୁଶାସନ ଓ ବିକାଶର ବାର୍ତ୍ତାକୁ ଜନସାଧାରଣଙ୍କ ନିକଟରେ ପହଞ୍ଚାଇବା ପାଇଁ ସମସ୍ତଙ୍କୁ ଏକଜୁଟ ହୋଇ କାମ କରିବାକୁ ଆହ୍ୱାନ ଦେଇଥିଲେ।
- ସୋନପୁର ଜିଲ୍ଲା ଅନ୍ତର୍ଗତ କୋଶଳ ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ଆଚାର୍ଯ୍ୟ ଆଚାର୍ଯ୍ୟା ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇଛି।1
- ସୁବର୍ଣ୍ଣପୁରର ଇଷ୍ଟଦେବ ସୁବର୍ଣ୍ଣମେରୁଙ୍କ ଚଳନ୍ତି ପ୍ରତିମା ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ଏହି ଅବସରରେ, ୧୦୮ ଭରି ସୁନାରେ ତିଆରି ସୁବର୍ଣ୍ଣନାଗ ଏବଂ ବାବା ଚନ୍ଦ୍ରଶେଖର ମଧ୍ୟ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ଏହି ଭବ୍ୟ ଦର୍ଶନକୁ ନେଇ ସ୍ଥାନୀୟ ଭକ୍ତମାନଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଛି।1
- ମୋହନ ସରକାର ଓଡ଼ିଶା ସାରା ବିକାଶର ଧାରା ଜାରି ରଖିଛନ୍ତି। ଏହି ସରକାର କଥାରେ ନୁହଁ ବରଂ କାର୍ଯ୍ୟରେ ବିଶ୍ୱାସ କରନ୍ତି ବୋଲି ଦୃଢ଼ୋକ୍ତି ପ୍ରକାଶ ପାଇଛି।1
- ଆଜି ଜମନକିରା ବ୍ଲକ ଅନ୍ତର୍ଗତ ଫାଶୀମାଲ ଡାକ୍ତରଖାନା ପରିସରରେ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ସମାଜସେବୀ ସୁନୀଲ ମୁଦୁଲି ଏବଂ ଡାକ୍ତର ହରିଶ ଚନ୍ଦ୍ର ବାଘଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ଯୋଗ ଶିବିରରେ ଯୋଗର ଉପକାରିତା ଓ ସୁସ୍ଥ ଜୀବନଶୈଳୀ ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅଞ୍ଚଳର ବରିଷ୍ଠ ନାଗରିକ, ଯୁବକ-ଯୁବତୀ ଓ କୁନି କୁନି ଶିଶୁମାନେ ବହୁ ଉତ୍ସାହର ସହ ଭାଗ ନେଇଥିଲେ। ଯୋଗ ଶିକ୍ଷକ ସୁଧାଂଶୁ ଶେଖର ଥଲାପତି ଓ ମୀନା କୁମାରୀ ନାୟକ ଉପସ୍ଥିତ ଲୋକଙ୍କୁ ବିଭିନ୍ନ ଯୋଗାସନ ଓ ପ୍ରାଣାୟାମ ସମ୍ପର୍କରେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ସେମାନେ ଜଣାଇଥିଲେ ଯେ ନିୟମିତ ଯୋଗ ଅଭ୍ୟାସ ଦ୍ୱାରା ଶାରୀରିକ ଓ ମାନସିକ ସୁସ୍ଥତା ବଜାୟ ରହିବା ସହ ବିଭିନ୍ନ ରୋଗରୁ ମଧ୍ୟ ଦୂରେଇ ରହିବା ସମ୍ଭବ। କାର୍ଯ୍ୟକ୍ରମରେ ଅନେକ ଲୋକ ଯୋଗଦେଇ ଯୋଗାଭ୍ୟାସ କରିବା ସହ ଏହାକୁ ନିଜ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ କରିବାକୁ ସଂକଳ୍ପ ନେଇଥିଲେ।1
- ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ସହରର ପଟାଭାଡିଠାରେ ଅବସ୍ଥିତ ଲୋକନାଥ ବାବାଙ୍କ ବରାତି ସମୟରେ ଏକ ଅପୂର୍ବ ଦୃଶ୍ୟ ଦେଖିବାକୁ ମିଳିଛି। ଏହି ବରାତିରେ ବର ଲୋକନାଥ ବାବାଙ୍କର 'ଗାଲସେକା' ନୀତି ସମ୍ପାଦିତ ହୋଇଥିଲା, ଯାହା ଭକ୍ତମାନଙ୍କୁ ଆକର୍ଷିତ କରିଥିଲା।1
- ବୌଦ୍ଧ ଜିଲ୍ଲାର ୫୭ ନମ୍ୱର ଜାତୀୟ ରାଜପଥରେ ପୁରୁଣାକଟକ ଥାନା ଅନ୍ତର୍ଗତ ଗଣ୍ଡାପାଜୁ ଠାରେ ଏକ ଆଇଚର୍ ଗାଡ଼ି ଗଛକୁ ପିଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ତିନି ଜଣ ଆହତ ହୋଇଥିବା ସୂଚନା ମିଳିଛି।1