ନେସନାଲ କଲେଜ ଖେଳ ପଡ଼ିଆ ରେ ସପ୍ତାହବ୍ୟାପି ଜିଲ୍ଲା ସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬ ଆୟୋଜିତ : ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ। ନୂଆପଡ଼ା -୧୧/୩- ଓଡ଼ିଶାର ମହିଳା ଉଦ୍ୟୋଗୀତା ସହିତ ସାଂସ୍କୃତିକ ପରମ୍ପରାକୁ ଆଗେଇ ନେବା ଉଦ୍ଦେଶ୍ୟରେ ଜିଲ୍ଲା ପ୍ରଶାସନ, ନୂଆପଡ଼ା ଓ ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗର ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ସୁଭଦ୍ରା ଶକ୍ତି ମେଳା–୨୦୨୬ ,ନୂଆପଡ଼ା ସ୍ଥିତ ନେସନାଲ ମହାବିଦ୍ୟାଳୟ ପଡ଼ିଆରେ ବର୍ଣ୍ଣାଢ଼୍ୟ ପରିବେଶରେ ଗତ କାଲି ସନ୍ଧ୍ୟା ରେ ଉଦ୍ଘାଟିତ ହୋଇଯାଇଛି। ଏହି ମେଳା ମାର୍ଚ୍ଚ ୧୦ ରୁ ୧୬ ତାରିଖ ପର୍ଯ୍ୟନ୍ତ ସପ୍ତାହବ୍ୟାପୀ ଆୟୋଜିତ ହେବ। ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍ଘାଟନୀ ଉତ୍ସବ ସମାରୋହରେ ନୂଆପଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଡଲି ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ l ସମ୍ମାନିତ ଅତିଥି ଭାବେ ନୂଆପଡ଼ା ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମ୍ରିତପାଲ ସିଂ, ବନଖଣ୍ଡ ଅଧିକାରୀ (ପ୍ରାନ୍ତୀୟ) ଖଡ଼ିଆଳ ଅଜିଜ ଖାନ, ନୂଆପଡ଼ା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ତାରେଶ୍ୱରୀ ସାହୁ, ଖରିଆର ରୋଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ଡଃ ସୋନିଆ ଜୈନ ଓ ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ଉମା ଠାକୁର ଉପସ୍ଥିତ ଥିଲେ। ପ୍ରଥମେ ବରେଣ୍ୟ ଅତିଥିମାନଙ୍କ ଦ୍ବାରା ମେଳାର ଶୁଭ ଉଦ୍ଘାଟନ କରାଯାଇଥିଲା। ପରେ ଅତିଥିମାନେ ଷ୍ଟଲଗୁଡ଼ିକ ପରିଭ୍ରମଣ କରି ମହିଳା ସ୍ୱୟଂସହାୟକ ଗୋଷ୍ଠୀ ଓ ସ୍ଥାନୀୟ ଉଦ୍ୟୋଗୀମାନଙ୍କ ଦ୍ବାରା ପ୍ରସ୍ତୁତ ବିଭିନ୍ନ ହସ୍ତଶିଳ୍ପ, ଘରୋଇ ଉତ୍ପାଦ, ଖାଦ୍ୟ ପଦାର୍ଥ ଓ ଅନ୍ୟାନ୍ୟ ସାମଗ୍ରୀ ବୁଲି ଦେଖିଥିଲେ। ପରେ ପ୍ରଦୀପ ପ୍ରଜ୍ଜ୍ୱଳନ ଓ ପୂଜାର୍ଚ୍ଚନା ପରେ ସାଂସ୍କୃତିକ ସନ୍ଧ୍ୟାର ଶୁଭାରମ୍ଭ ହୋଇଥିଲା। ଆୟୋଜିତ ସଭାରେ ଅତିଥିମାନେ ମହିଳା ସଶକ୍ତିକରଣ ଓ ସ୍ୱୟଂସହାୟକ ଗୋଷ୍ଠୀମାନଙ୍କ ଆର୍ଥିକ ଉନ୍ନତିରେ ଏପରି ମେଳାର ଗୁରୁତ୍ୱ ରହିଛି ବୋଲି କହିଥିଲେ। ମେଳା ଉପଲକ୍ଷେ ଆୟୋଜିତ ଦୌଡ଼ ଡିଆଁ ଓ ମେହେନ୍ଦି ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ସମ୍ମାନିତ କରାଯାଇଥିଲା l ମଞ୍ଚରେ ଅତିଥିମାନଙ୍କୁ ସ୍ମୃତି ଉପହାର ପ୍ରଦାନ କରାଯାଇଥିଲା। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ l ପ୍ରଥମ ଦିନର ସାଂସ୍କୃତିକ କାର୍ଯ୍ୟକ୍ରମରେ କୋମନାର ରାଧେଶ୍ୟାମ ଘୁମୁରା ଦଳ, ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟ, ନୂଆପଡ଼ା କେଜିବିଭି ବିଦ୍ୟାଳୟ , କୋଶଳ ଫୋକ ଏକାଡେମୀ, ମା ବିଣାପାଣି ବଜାସାଲ (କୋନାବିରା) ଆକର୍ଷଣୀୟ ନୃତ୍ୟ ପ୍ରଦର୍ଶନ କରି ଥିଲେ । ସେହିପରି ପ୍ରଥମ ଦିନ ସନ୍ଧ୍ୟାରେ ଆୟୋଜିତ ଷ୍ଟାର୍ ନାଇଟ୍ କାର୍ଯ୍ୟକ୍ରମରେ ପ୍ରସିଦ୍ଧ କଳାକାର ଭାଗ୍ୟଶ୍ରୀ, ଦେବେଶ ପତି ଓ ଶୁଭଲକ୍ଷ୍ମୀଙ୍କ ଆକର୍ଷଣୀୟ ଅର୍କେଷ୍ଟ୍ରା ଦର୍ଶକମାନଙ୍କୁ ମନୋମୁଗ୍ଧ କରିଥିଲା। ଏହି ଅବସରରେ ଜିଲ୍ଲାପାଳ ସାମ୍ବାଦିକମାନଙ୍କୁ କହିଥିଲେ ଯେ ସୁଭଦ୍ରା ଶକ୍ତି ମେଳା ମାଧ୍ୟମରେ ମହିଳା ସ୍ୱୟଂସହାୟକ ଗୋଷ୍ଠୀମାନଙ୍କ ଉତ୍ପାଦକୁ ବଜାର ସୁବିଧା ଯୋଗାଇବା ସହିତ ମହିଳା ସଶକ୍ତିକରଣକୁ ଆହୁରି ମଜବୁତ କରିବାର ଲକ୍ଷ୍ୟ ରହିଛି। ଜିଲ୍ଲାବାସୀଙ୍କୁ ବହୁ ସଂଖ୍ୟାରେ ମେଳାକୁ ଆସି ଷ୍ଟଲଗୁଡ଼ିକ ପରିଦର୍ଶନ କରିବା, ସ୍ୱୟଂସହାୟକ ଗୋଷ୍ଠୀମାନଙ୍କ ପଦାର୍ଥ କ୍ରୟ କରିବା ସହ ସାଂସ୍କୃତିକ କାର୍ଯ୍ୟକ୍ରମର ଆନନ୍ଦ ନେବାକୁ ସେ ଆହ୍ୱାନ କରିଥିଲେ।ସପ୍ତାହବ୍ୟାପୀ ଚାଲିବାକୁ ଥିବା ଏହି ମେଳାରେ ଜିଲ୍ଲା ଓ ରାଜ୍ୟର ପ୍ରାୟ ୩୦୦ ଉଦ୍ୟୋଗୀ ଓ ବିଭିନ୍ନ ସ୍ୱୟଂସହାୟକ ଗୋଷ୍ଠୀ ତାଙ୍କର ହସ୍ତଶିଳ୍ପ, ଘରୋଇ ଉତ୍ପାଦ, ଖାଦ୍ୟ ପଦାର୍ଥ ଓ ଅନ୍ୟାନ୍ୟ ସାମଗ୍ରୀ ପ୍ରଦର୍ଶନ ଓ ବିକ୍ରୟ କରୁଛନ୍ତି। ଏହା ସହିତ ପ୍ରତିଦିନ ସନ୍ଧ୍ୟାରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଥିବାରୁ ମେଳା ପରିସର ଉତ୍ସବମୁଖର ହେବ।
ନେସନାଲ କଲେଜ ଖେଳ ପଡ଼ିଆ ରେ ସପ୍ତାହବ୍ୟାପି ଜିଲ୍ଲା ସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬ ଆୟୋଜିତ : ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ। ନୂଆପଡ଼ା -୧୧/୩- ଓଡ଼ିଶାର ମହିଳା ଉଦ୍ୟୋଗୀତା ସହିତ ସାଂସ୍କୃତିକ ପରମ୍ପରାକୁ ଆଗେଇ ନେବା ଉଦ୍ଦେଶ୍ୟରେ ଜିଲ୍ଲା ପ୍ରଶାସନ, ନୂଆପଡ଼ା ଓ ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗର ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ସୁଭଦ୍ରା ଶକ୍ତି ମେଳା–୨୦୨୬ ,ନୂଆପଡ଼ା ସ୍ଥିତ ନେସନାଲ ମହାବିଦ୍ୟାଳୟ ପଡ଼ିଆରେ ବର୍ଣ୍ଣାଢ଼୍ୟ ପରିବେଶରେ ଗତ କାଲି ସନ୍ଧ୍ୟା ରେ ଉଦ୍ଘାଟିତ ହୋଇଯାଇଛି। ଏହି ମେଳା ମାର୍ଚ୍ଚ ୧୦ ରୁ ୧୬ ତାରିଖ ପର୍ଯ୍ୟନ୍ତ ସପ୍ତାହବ୍ୟାପୀ ଆୟୋଜିତ ହେବ।
ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍ଘାଟନୀ ଉତ୍ସବ ସମାରୋହରେ ନୂଆପଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଡଲି ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ l ସମ୍ମାନିତ ଅତିଥି ଭାବେ ନୂଆପଡ଼ା ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମ୍ରିତପାଲ ସିଂ, ବନଖଣ୍ଡ ଅଧିକାରୀ (ପ୍ରାନ୍ତୀୟ) ଖଡ଼ିଆଳ ଅଜିଜ ଖାନ, ନୂଆପଡ଼ା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ତାରେଶ୍ୱରୀ ସାହୁ, ଖରିଆର ରୋଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ଡଃ ସୋନିଆ ଜୈନ ଓ ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ଉମା ଠାକୁର ଉପସ୍ଥିତ ଥିଲେ। ପ୍ରଥମେ ବରେଣ୍ୟ ଅତିଥିମାନଙ୍କ ଦ୍ବାରା ମେଳାର ଶୁଭ ଉଦ୍ଘାଟନ କରାଯାଇଥିଲା। ପରେ
ଅତିଥିମାନେ ଷ୍ଟଲଗୁଡ଼ିକ ପରିଭ୍ରମଣ କରି ମହିଳା ସ୍ୱୟଂସହାୟକ ଗୋଷ୍ଠୀ ଓ ସ୍ଥାନୀୟ ଉଦ୍ୟୋଗୀମାନଙ୍କ ଦ୍ବାରା ପ୍ରସ୍ତୁତ ବିଭିନ୍ନ ହସ୍ତଶିଳ୍ପ, ଘରୋଇ ଉତ୍ପାଦ, ଖାଦ୍ୟ ପଦାର୍ଥ ଓ ଅନ୍ୟାନ୍ୟ ସାମଗ୍ରୀ ବୁଲି ଦେଖିଥିଲେ। ପରେ ପ୍ରଦୀପ ପ୍ରଜ୍ଜ୍ୱଳନ ଓ ପୂଜାର୍ଚ୍ଚନା ପରେ ସାଂସ୍କୃତିକ ସନ୍ଧ୍ୟାର ଶୁଭାରମ୍ଭ ହୋଇଥିଲା। ଆୟୋଜିତ ସଭାରେ ଅତିଥିମାନେ ମହିଳା ସଶକ୍ତିକରଣ ଓ ସ୍ୱୟଂସହାୟକ ଗୋଷ୍ଠୀମାନଙ୍କ ଆର୍ଥିକ ଉନ୍ନତିରେ ଏପରି ମେଳାର ଗୁରୁତ୍ୱ ରହିଛି ବୋଲି କହିଥିଲେ। ମେଳା ଉପଲକ୍ଷେ ଆୟୋଜିତ ଦୌଡ଼ ଡିଆଁ ଓ ମେହେନ୍ଦି ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ସମ୍ମାନିତ କରାଯାଇଥିଲା l ମଞ୍ଚରେ ଅତିଥିମାନଙ୍କୁ ସ୍ମୃତି ଉପହାର ପ୍ରଦାନ କରାଯାଇଥିଲା। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ
ଅଧିକାରୀ ବିଦ୍ୟାପତି ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ l ପ୍ରଥମ ଦିନର ସାଂସ୍କୃତିକ କାର୍ଯ୍ୟକ୍ରମରେ କୋମନାର ରାଧେଶ୍ୟାମ ଘୁମୁରା ଦଳ, ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟ, ନୂଆପଡ଼ା କେଜିବିଭି ବିଦ୍ୟାଳୟ , କୋଶଳ ଫୋକ ଏକାଡେମୀ, ମା ବିଣାପାଣି ବଜାସାଲ (କୋନାବିରା) ଆକର୍ଷଣୀୟ ନୃତ୍ୟ ପ୍ରଦର୍ଶନ କରି ଥିଲେ । ସେହିପରି ପ୍ରଥମ ଦିନ ସନ୍ଧ୍ୟାରେ ଆୟୋଜିତ ଷ୍ଟାର୍ ନାଇଟ୍ କାର୍ଯ୍ୟକ୍ରମରେ ପ୍ରସିଦ୍ଧ କଳାକାର ଭାଗ୍ୟଶ୍ରୀ, ଦେବେଶ ପତି ଓ ଶୁଭଲକ୍ଷ୍ମୀଙ୍କ ଆକର୍ଷଣୀୟ ଅର୍କେଷ୍ଟ୍ରା ଦର୍ଶକମାନଙ୍କୁ ମନୋମୁଗ୍ଧ କରିଥିଲା। ଏହି ଅବସରରେ ଜିଲ୍ଲାପାଳ ସାମ୍ବାଦିକମାନଙ୍କୁ କହିଥିଲେ ଯେ ସୁଭଦ୍ରା ଶକ୍ତି ମେଳା ମାଧ୍ୟମରେ ମହିଳା ସ୍ୱୟଂସହାୟକ ଗୋଷ୍ଠୀମାନଙ୍କ ଉତ୍ପାଦକୁ
ବଜାର ସୁବିଧା ଯୋଗାଇବା ସହିତ ମହିଳା ସଶକ୍ତିକରଣକୁ ଆହୁରି ମଜବୁତ କରିବାର ଲକ୍ଷ୍ୟ ରହିଛି। ଜିଲ୍ଲାବାସୀଙ୍କୁ ବହୁ ସଂଖ୍ୟାରେ ମେଳାକୁ ଆସି ଷ୍ଟଲଗୁଡ଼ିକ ପରିଦର୍ଶନ କରିବା, ସ୍ୱୟଂସହାୟକ ଗୋଷ୍ଠୀମାନଙ୍କ ପଦାର୍ଥ କ୍ରୟ କରିବା ସହ ସାଂସ୍କୃତିକ କାର୍ଯ୍ୟକ୍ରମର ଆନନ୍ଦ ନେବାକୁ ସେ ଆହ୍ୱାନ କରିଥିଲେ।ସପ୍ତାହବ୍ୟାପୀ ଚାଲିବାକୁ ଥିବା ଏହି ମେଳାରେ ଜିଲ୍ଲା ଓ ରାଜ୍ୟର ପ୍ରାୟ ୩୦୦ ଉଦ୍ୟୋଗୀ ଓ ବିଭିନ୍ନ ସ୍ୱୟଂସହାୟକ ଗୋଷ୍ଠୀ ତାଙ୍କର ହସ୍ତଶିଳ୍ପ, ଘରୋଇ ଉତ୍ପାଦ, ଖାଦ୍ୟ ପଦାର୍ଥ ଓ ଅନ୍ୟାନ୍ୟ ସାମଗ୍ରୀ ପ୍ରଦର୍ଶନ ଓ ବିକ୍ରୟ କରୁଛନ୍ତି। ଏହା ସହିତ ପ୍ରତିଦିନ ସନ୍ଧ୍ୟାରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଥିବାରୁ ମେଳା ପରିସର ଉତ୍ସବମୁଖର ହେବ।
- Post by Surendra Tiwari3
- ତିଖାଳି ଡ୍ୟାମ ଲୋକ ମହୋତ୍ସବ କମିଟି ପକ୍ଷରୁ ସାମ୍ବାଦିକ ସମ୍ବିଳନୀ, ଆସନ୍ତା ମାର୍ଚ୍ଚ ୧୩ ତାରିଖ ଆରମ୍ଭ ହେବ ଉତ୍ସବ I1
- କଣ୍ଟାବାଞ୍ଜି ର ଭାଇରାଲ ଭିଡ଼ିଓ ଅଧିକାରୀଙ୍କୁ ହଟହଟା କଲେ ବିଜେଡ଼ି ନେତା ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ଚଟୁଅନକା ଗ୍ରାମ ପଞ୍ଚାୟତ ରେ ପୋଲ ନିର୍ମାଣ ସମୟରେ ସରକାରୀ ନିୟମ ଉଲ୍ଲଂଘନ କରି ଜନ ସାଧାରଣ ଙ୍କୁ ହରିଆଣା କରୁଥିବା ଅଭିଯୋଗ ରେ ଅଧିକାରୀ ଙ୍କୁ ହଟହଟା କଲେ ବିଜେଡ଼ି ନେତା ଗିରିରାଜ ସିଂ ମାଝୀ।1
- Post by RAGHUNANDAN SINGH1
- Post by Bighne Rana1
- ଟ୍ରକ ଧକାରେ1
- Post by Mangulu Sahu1
- ନୁଆପଡ଼ା - ୦୯/୦୩ ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ସମରସିଂଯ ଗ୍ରାମ ପଂଚାୟତର ଭୂର୍କାଧୋଡ଼ା ଗ୍ରାମରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସଭାପତିତ୍ବରେ ପ୍ରବାସୀ ଶ୍ରମିକ ନିରାକରଣ ପାଇଁ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି lଏହି ସଭାରେ କୋମନା ବ୍ଲକ ଅଧ୍ୟକ୍ଷା ଅନୁସୁୟା କୁମ୍ଭାର, ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ସୁର୍ମି ସୋରେନ, ସି ଡି ଏମ୍ ଓ ଡଃ ଧନେଶ୍ୱର ସେଠୀ , ବିଡ଼ିଓ ପବିତ୍ର କୁମାର ସାମଲ, ସ୍ଥାନୀୟ ସରପଞ୍ଚ ଉପେନ୍ଦ୍ର ରଣା ପ୍ରମୁଖ ଅତିଥି ହିସାବରେ ଯୋଗଦେଇଥିଲେ l ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ସମସ୍ତ ଅତିଥି, ଅଧିକାରୀ ତଥା ଜନସାଧାରଣଙ୍କୁ ସ୍ବାଗତ କରି ସଭା ପରିଚାଳନା କରିଥିଲେ l ସଭାରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗଦେଇ ଶ୍ରମିକ, କୃଷକ, ମହିଳା ତଥା ଜନସାଧାରଣଙ୍କ ପାଇଁ ଥିବା ବିଭିନ୍ନ ବିଭାଗୀୟ ଲୋକାଭିମୁଖୀ ଯୋଜନା ସମ୍ବନ୍ଧରେ ଅବଗତ କରାଇଥିଲେ lପ୍ରଥମେ ସମାରୋହରେ ଝିଅ ପାଇଁ ଗଛଟିଏ ଏବଂ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଜିଲ୍ଲାପାଳ ନବ ଜାତକ ଶିଶୁ କନ୍ୟା କ୍ରିତିକାଂଶି ଦାସ ଓ ଧନେଶ୍ୱରୀ ସାହୁକୁ କୋଳରେ ଧରି ତାଙ୍କର ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ । ଦୁଇ ଶିଶୁର ପିତାମାତାଙ୍କୁ ଉପହାର ସହିତ ନୂତନ ବୃକ୍ଷ ଚାରା ପ୍ରଦାନ କରିଥିଲେ l ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ଗାଁର ଚାରି ଜଣ ଗର୍ଭବତୀ ମହିଳାଙ୍କୁ ଫଳମୂଳ, ପନିପରିବା, ପୃଷ୍ଟିକର ଖାଦ୍ୟ ଏବଂ ବିଭିନ୍ନ ଉପହାର ଅତିଥି ମାନେ ଭେଟି ଦେଇଥିଲେ lଏହି ଅବସରରେ, ସ୍ଥାନୀୟ କଳାକାର ମାନଙ୍କ ଦ୍ବାରା ପାଲା ପରିବେଷଣ କରାଯାଇ ପ୍ରବାସୀ ଶ୍ରମିକ ନିରାକରଣ ଓ ସରକାରଙ୍କ ବିଭିନ୍ନ ଯୋଜନା ଉପରେ ସଚେତନତା ସୃଷ୍ଟି କରା ଯାଇଥିଲା। ଜିଲ୍ଲାପାଳ ସମସ୍ତଙ୍କୁ ଉଦବୋଧନ ଦେଇ କହିଲେ ଯେ ସରକାରଙ୍କ ପକ୍ଷରୁ ବହୁତ ଜନ ମଙ୍ଗଳକାରୀ ତଥା କର୍ମ ନିଯୁକ୍ତି ଯୋଜନା ଜିଲ୍ଲାରେ ଉପଲବ୍ଧ ଅଛି। ସେ ଗ୍ରାମବାସୀଙ୍କୁ ପ୍ରବାସୀ ଶ୍ରମିକ ଭାବେ ନ ଯାଇ ଘରେ ରହି ଏହାର ଲାଭ ଉଠାଇବା ପାଇଁ ଆହ୍ବାନ ଦେଇଥିଲେ। ସେ ଛୋଟ ପିଲାଙ୍କୁ ଶିଶୁ ଶ୍ରମିକ ଭାବେ ନିୟୋଜିତ ନକରି ସ୍କୁଲ୍ ପଠେଇବା ପାଇଁ ବାପା ମାଁ ମାନଙ୍କୁ କହିଥିଲେ। ସେହିପରି , ଗାଁ କୁ ଏକକ ବ୍ୟବହୃତ ପ୍ଲାଷ୍ଟିକ ମୁକ୍ତ ରଖିବାକୁ ସେ ଆହ୍ବାନ ଦେଇଥିଲେ। ଏହି ଅବସରରେ, ଆଠ ଜଣ ହିତାଧିକାରୀ ଶ୍ରମିକଙ୍କୁ ମନରେଗା ରେ ୧୦୦ ଦିନରୁ ଅଧିକ କାମ କରିଥିବାରୁ ସମ୍ୱର୍ଦ୍ଧିତ କରାଯାଇଥିଲା। ସେହିପରି ଦୁଇଟି ପରିବାରକୁ ନିର୍ମାଣ ଶ୍ରମିକ ପରିଚୟ ପତ୍ର ପ୍ରଦାନ କରାଯାଇଥିଲା। ଗିରିଧାରି ମାଝୀ, ହୀରାକାନ୍ତି ନାଗ ଓ ସୁଲୋଚନା ଶବରଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏ ମୃତ୍ୟୁ କାଳୀନ ସହାୟତା ଓ ଯାଇମଣୀଙ୍କୁ ୧୦,୦୦୦ ଟଙ୍କା ମାତୃତ୍ୱ ସହାୟତା ପ୍ରଦାନ କରାଯାଇଥିଲା। ଏହି ଅବସରରେ, ପକ୍ଷୀ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ଅତିଥିମାନେ ପକ୍ଷୀମାନଙ୍କ ପାଇଁ ବାସ, ଖାଦ୍ୟ ,ଜଳ ଯୋଗାଇ ଦେଇଥିଲେ lଶେଷରେ, ଜିଲ୍ଲାପାଳ ଓ ଅଧିକାରୀ ମାନେ ପ୍ରବାସୀ ଶ୍ରମିକ ଦେବଶିଂ ମାଝୀଙ୍କ ଘରକୁ ପରିଦର୍ଶନ କରି ତାଙ୍କ ପରିବାର ସହ ଆଲୋଚନା କରିଥିଲେ। ଜିଲ୍ଲାରେ ଥିବା ବିଭିନ୍ନ ସରକାରୀ ଯୋଜନା ବିଷୟରେ ବୁଝାଇବା ସହ ଏହାର ଲାଭ ନେବା ପାଇଁ ପରାମର୍ଶ ଦେଇଥିଲେ। ଏହି ଶିବିରକୁ କୋମନା ବିଡ଼ିଓ ପବିତ୍ର କୁମାର ସାମଲ, ତହସିଲଦାର ସର୍ବେଶ୍ଵର ଜାଲ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଏସ ଗୀତା ,ସ୍ଥାନୀୟ ସରପଞ୍ଚ, ପଞ୍ଚାୟତିରାଜ ବିଭାଗ, ଜଙ୍ଗଲ ବିଭାଗ ପ୍ରମୁଖ ଆୟୋଜନ କରିଥିଲେ।1