ଗୁଣୁପୁରରେ କ୍ରିକେଟ ମହାକୁମ୍ଭ; ଗୁଣୁପୁର ପ୍ରିମିୟର ଲିଗ୍ ସିଜନ୍-୪ ଆସନ୍ତା ମେ ୮ରୁ ଆରମ୍ଭ। ଗୁଣୁପୁର: ସ୍ଥାନୀୟ ରାଇଜିଂ ଷ୍ଟାର୍ ସ୍ପୋର୍ଟସ୍ ଏଣ୍ଡ ସୋସିଆଲ ସର୍ଭିସ ଆସୋସିଏସନ ପକ୍ଷରୁ ଆୟୋଜିତ ହେବାକୁ ଯାଉଛି ବହୁ ପ୍ରତିକ୍ଷିତ ଲେଦର ବଲ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ "ଗୁଣୁପୁର ପ୍ରିମିୟର ଲିଗ୍" ଜିପିଏଲ୍ ସିଜନ୍-୪। ଆସନ୍ତା ମେ ମାସ ୮ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ଗୁଣୁପୁର ମିନି ଷ୍ଟାଡିୟମଠାରେ ଏହି ମେଗା କ୍ରିକେଟ ମୁକାବିଲା ଅନୁଷ୍ଠିତ ହେବ। ଚଳିତ ବର୍ଷ ଏହି ଟୁର୍ଣ୍ଣାମେଣ୍ଟରେ ମୋଟ ୮ଟି ଦଳକୁ ଦୁଇଟି ପୁଲ୍ରେ ବିଭକ୍ତ କରାଯାଇଛି। ପୁଲ୍-ଏ'ରେ ଡେଥ୍ ୱାରିୟର୍ସ, ନିୟମଗିରି ଟାଇଗର୍ସ, କିଙ୍ଗସ ୧୧ କାଶୀନଗର ଓ ଗୁଣୁପୁର ଚିତାସ୍ ରହିଥିବା ବେଳେ ପୁଲ୍-ବି'ରେ ବିଜେତା ୱାରିୟର୍ସ, ଆଜାଦ ଏକ୍ସଆଇ, ସନସାଇନ୍ ସୁପର କିଙ୍ଗସ ଓ ରମ୍ଭା ରାଇଜିଂ ଷ୍ଟାର୍ ସ୍ଥାନ ପାଇଛନ୍ତି। ଦର୍ଶକମାନେ ଏହି ସମସ୍ତ ରୋମାଞ୍ଚକର ମ୍ୟାଚକୁ ୟୁଟ୍ୟୁବ୍ ଚ୍ୟାନେଲ "RRLIVE STREAM" ମାଧ୍ୟମରେ ସିଧାପ୍ରସାରଣ ଦେଖିପାରିବେ। ଏହି ଟୁର୍ଣ୍ଣାମେଣ୍ଟକୁ ନେଇ ସ୍ଥାନୀୟ ଅଞ୍ଚଳର କ୍ରୀଡ଼ାପ୍ରେମୀଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଛି।

- ମହିଳା ସଂରକ୍ଷଣ ବିଲ୍କୁ ନେଇ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି କୋରାପୁଟ ସାଂସଦ ସପ୍ତଗିରି ଉଲାକା। ସରକାର ମହିଳାମାନଙ୍କୁ ସଶକ୍ତ କରିବା ପରିବର୍ତ୍ତେ କେବଳ ମିଥ୍ୟା ପ୍ରତିଶ୍ରୁତି ଦେଇ ଭୋଟ୍ ରାଜନୀତି କରୁଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି। ଏନେଇ କଣ କହୁଛନ୍ତି ସପ୍ତଗିରି ଉଲାକା, ଆସନ୍ତୁ ଶୁଣିବା...1
- ପାନୀୟ ଜଳଯୋଗାଣର ଅବ୍ୟବସ୍ଥା ନେଇ ନୁଆସାହିରେ ରାସ୍ତାରୋକ l ପଦ୍ମପୁର, ୨୦।୦୪ (ନିପ୍ର) ପଦ୍ମପୁରବାସୀଙ୍କ ଜଳକଷ୍ଟ ଏବେ ଜନ ଆନ୍ଦୋଳନର ରୂପ ନେଇଛି। ଦୀର୍ଘ ଦିନର ଜଳାଭାବ ଏବଂ କୋଟି କୋଟି ଟଙ୍କାର ବସୁଧା ପ୍ରକଳ୍ପରେ ଦେଖାଦେଇଥିବା ବାରମ୍ବାର ଯାନ୍ତ୍ରିକ ତ୍ରୁଟିକୁ ନେଇ ଆଜି ପଦ୍ମପୁରରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ପାନୀୟ ଜଳ ଯୋଗାଣରେ ବିପର୍ଯ୍ୟସ୍ତ ଅବସ୍ଥାକୁ ପ୍ରତିବାଦ କରି ଆଜି ପଦ୍ମପୁର ନୂଆସାହି ନିକଟରେ ଶତାଧିକ ମହିଳା ଓ ପୁରୁଷ ଗୁଣପୁର ପଦ୍ମପୁର ମୁଖ୍ୟ ରାସ୍ତାକୁ ଦୀର୍ଘ ଘଣ୍ଟା ଧରି ଅବରୋଧ କରିଥିଲେ। ଫଳରେ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିବା ବେଳେ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନର ଲମ୍ବା ଧାଡ଼ି ଦେଖିବାକୁ ମିଳିଥିଲା। ଏଠାରେ ସୂଚନାଯୋଗ୍ୟ ଯେ, ଗୁମୁଡ଼ା ନଦୀ କୂଳରେ ଥିବା ପ୍ରକଳ୍ପର ମୁଖ୍ୟ ପ୍ରଡକ୍ସନ ୱେଲ ମଧ୍ୟରେ ଅତ୍ୟଧିକ ବାଲି ଓ ମାଟି ଜମିଯିବା ସହ ଏକ ୧୫ ଏଚ.ପି.ର ପମ୍ପ ମୋଟର ପୋଡ଼ି ଯାଇଥିଲା। ଫଳରେ ତିନୋଟି ଯାକ ବୋରୱେଲ୍କୁ କମ୍ପ୍ରେସର ମାଧ୍ୟମରେ ସଫା କରାଯିବା ସହ ଦୁଇଟି ନୂତନ ଉଚ୍ଚ କ୍ଷମତା ସମ୍ପନ୍ନ ମୋଟର ସ୍ଥାପନ କରାଯାଇଛି। ଏହି ଯାନ୍ତ୍ରିକ ତ୍ରୁଟି ଏବଂ ପୂର୍ବରୁ ବିଛାଯାଇଥିବା ନିମ୍ନ ମାନର ପାଇପ୍ ଫାଟି ପାଣି ନଷ୍ଟ ହେଉଥିବାରୁ ନୂଆସାହି, ମାର୍କମା ସାହି, ଇନ୍ଦିରା ନଗର, ବଡ଼ ସାହି, ସୌରା ସାହି ଏବଂ ସୁନାରୀ ସାହି ଭଳି ଅଞ୍ଚଳରେ ଦୀର୍ଘ ଦିନ ହେଲା ଜଳ ଯୋଗାଣ ବନ୍ଦ ରହିଥିଲା। ପ୍ରଖର ଗ୍ରୀଷ୍ମ ପ୍ରବାହ ମଧ୍ୟରେ ପାଣି ମୁନ୍ଦାଏ ପାଇଁ ହନ୍ତସନ୍ତ ହୋଇ ଶେଷରେ ସ୍ଥାନୀୟ ବାସିନ୍ଦା ରାସ୍ତାକୁ ଓହ୍ଲାଇଥିଲେ। ଖବରପାଇ ଘଟଣା ସ୍ଥଳରେ ପଦ୍ମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ କୁରେଶ ଜାନୀ ଏବଂ ଆରଡବ୍ଲୁଏସଏସ ବିଭାଗର କନିଷ୍ଠ ଯନ୍ତ୍ରୀ ଅଜୟ ମାଝୀ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା କରିଥିଲେ। ଉକ୍ତ ସାହି ଗୁଡ଼ିକୁ ଦିନ ଛାଡ଼ି ଦିନେ ନିୟମିତ ଭାବେ ଜଳ ଯୋଗାଣ କରାଯିବ ବୋଲି ପ୍ରଶାସନିକ ସ୍ତରରେ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ପ୍ରଶମିତ ହୋଇଥିଲା ଏବଂ ଯାତାୟାତ ସ୍ୱାଭାବିକ ହୋଇଥିଲା।3
- ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ଙ୍କୁ ସମ୍ବର୍ଦ୍ଧନା ଭାଜପା କର୍ମୀମାନେ ଜଣାଇଥିଲେ। ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ରାଜ୍ୟ ସ୍ତରୀୟ ପଦାଧିକାରୀ ମାନଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ଙ୍କ ଅଧୀନରେ ଭାଜପା ପଂଚାୟତ ନିର୍ବାଚନ ରେ ଭଲ ପ୍ରଦର୍ଶନ କରିବ ବୋଲି ଭାଜପା କର୍ମୀ ଆଶା କରୁଛନ୍ତି।1
- Post by Ansubhai Pandey1
- ସ୍ଥାନ, ବିଷ୍ମଗିରି ଗ୍ରାମ ସୁବର୍ଣ୍ଣଗିରି 24ପହର ଅଖଣ୍ଡ ନାମ ସଂକୀର୍ତ୍ତନ ହେବ1
- ତା. 17/04/2026 ରିଖ ଦିନ ରାଇକିଆ ବ୍ଲକ ର କର୍ମକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହେଇଯାଇଛି। ଉକ୍ତ ବୈଠକ ରେ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀଯୁକ୍ତ ଚନ୍ଦ୍ରଶେଖର ପରିଡା, ମାନ୍ୟବର ବିଧାୟକ ଜି ଉଦୟଗିରି ଶ୍ରୀଯୁକ୍ତu ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ, ବ୍ଲକ କଂଗ୍ରେସ ସଭାପତି, ପଂଚାୟତ ସଭାପତି, ୱାର୍ଡ ସଭାପତି ଏବଂ ଶତାଧିକ କଂଗ୍ରେସ କର୍ମୀ ଉପସ୍ଥିତ ଥିଲେ, କିଛି ନିର୍ଦ୍ଧିଷ୍ଟ ବ୍ୟକ୍ତି ମାନେ ଅନ୍ୟ କାହା କଥା ରେ ପ୍ରେରିତ ହୋଇ ସଭା କୁ ଭଣ୍ଡୁର କରିବାକୁ ଚେଷ୍ଟା କରିଥିଲେ କିନ୍ତୁ ସଫଳ ହୋଇ ନ ଥିଲେ। ଜିଲ୍ଲା ରେ ଶ୍ରୀଯୁକ୍ତ ଚନ୍ଦ୍ରଶେଖର ପରିଡ଼ା ଜିଲ୍ଲା କଂଗ୍ରେସ କମିଟି ସଭାପତି ଦାୟିତ୍ୱ ନେଲା ପରେ କଂଗ୍ରେସ ଦଳ ଦିନକୁ ଦିନକୁ ବଢ଼ିବାରେ ଲାଗିଛି। କନ୍ଧମାଳ ଜିଲ୍ଲା ରେ କଂଗ୍ରେସ କର୍ମୀ ଓ ଭୋଟର ଆଗ୍ରହ ପ୍ରକାଶ କରିଥିବାର ଲୋକଙ୍କ ଠାରୁ ଶୁଣିବାକୁ ମିଳିଛି। କନ୍ଧମାଳ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା ଭୁବନେଶ୍ୱର।1
- ଗୀତ ଶୁଣନ୍ତୁ 🙏🙏🙏1
- ପଦ୍ମପୁରରେ ପାନୀୟ ଜଳ ପାଇଁ ଜନ ଆନ୍ଦୋଳନ ଉଗ୍ର ରୂପ ଧାରଣ କରିଛି। ଦୀର୍ଘ ଦିନର ଜଳାଭାବ ଏବଂ ବସୁଧା ପ୍ରକଳ୍ପର ବିପର୍ଯ୍ୟସ୍ତ ଅବସ୍ଥାକୁ ନେଇ ଆଜି ପଦ୍ମପୁର ନୂଆସାହି ନିକଟରେ ଶତାଧିକ ଲୋକ ଗୁଣପୁର-ପଦ୍ମପୁର ମୁଖ୍ୟ ରାସ୍ତାକୁ ଘଣ୍ଟା ଘଣ୍ଟା ଧରି ଅବରୋଧ କରିଥିଲେ। ଘଟଣା ସ୍ଥଳରେ ପଦ୍ମପୁର ବିଡିଓ କୁରେଶ ଜାନୀ ଏବଂ ଆରଡବ୍ଲୁଏସଏସ କନିଷ୍ଠ ଯନ୍ତ୍ରୀ ଅଜୟ ମାଝୀ ପହଞ୍ଚିବା ପରେ ଉତ୍ତ୍ୟକ୍ତ ଗ୍ରାମବାସୀ ସେମାନଙ୍କୁ ଘେରିବା ସହ ନିଜର ଦୁଃଖ ପ୍ରକାଶ କରିଥିଲେ। ଲୋକଙ୍କ ଅଭିଯୋଗ ଅନୁଯାୟୀ, ଗୁମୁଡ଼ା ନଦୀ କୂଳରେ ଥିବା ପ୍ରକଳ୍ପର ପ୍ରଡକ୍ସନ ୱେଲ ମଧ୍ୟରେ ବାଲି ଜମିଯିବା ଓ ପମ୍ପ ମୋଟର ପୋଡ଼ିଯିବା ଯୋଗୁଁ ନୂଆସାହି, ମାର୍କମା ସାହି, ଇନ୍ଦିରା ନଗର, ବଡ଼ ସାହି, ସୌରା ସାହି ଓ ସୁନାରୀ ସାହିରେ ପାଣି ମୁନ୍ଦାଏ ପାଇଁ ହାହାକାର ପରିସ୍ଥିତି ସୃଷ୍ଟି ହୋଇଥିଲା। ବିଭାଗୀୟ ଅଧିକାରୀମାନେ ଯୁଦ୍ଧକାଳୀନ ଭିତ୍ତିରେ ମରାମତି କରି ଦିନ ଛାଡ଼ି ଦିନେ ନିୟମିତ ଭାବେ ଜଳ ଯୋଗାଣ କରିବାକୁ ପ୍ରତିଶ୍ରୁତି ଦେବା ପରେ ଯାଇ ରାସ୍ତାରୋକ ହଟିଥିଲା। ଏହି ଘଟଣା ପରେ ଯାତାୟାତ ସ୍ୱାଭାବିକ ହୋଇଥିଲେ ମଧ୍ୟ ସ୍ଥାୟୀ ସମାଧାନ ନହେଲେ ଆଗାମୀ ଦିନରେ ଆନ୍ଦୋଳନ ଆହୁରି ତୀବ୍ର ହେବ ବୋଲି ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି।1