"ମହିଳା ସଶକ୍ତିକରଣର ସୁନାମି ଆସିଛି, ଓଡ଼ିଶା ପ୍ରଗତିପଥେ ଅଗ୍ରସର ହେଉଛି": ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଭୁବନେଶ୍ୱର : ଆନ୍ତର୍ଜାତୀୟ ମହିଳା ଦିବସ ପୂର୍ବ ସନ୍ଧ୍ୟାରେ, ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ରଖିଥିବା ବିଶିଷ୍ଟ ମହିଳାମାନଙ୍କୁ ସମ୍ମାନିତ କରିବା ପାଇଁ ଭୁବନେଶ୍ୱରସ୍ଥିତ ମେ’ଫେୟାର କନଭେନସନଠାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଦକ୍ଷ ନେତୃତ୍ୱ ଓ ମାର୍ଗଦର୍ଶନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମାନ୍ୟବର ରାଜ୍ୟପାଳଙ୍କ ପତ୍ନୀ ତଥା ରାଜ୍ୟର ପ୍ରଥମ ମହିଳା ଶ୍ରୀମତୀ କମ୍ଭମପାଟି ଜୟଶ୍ରୀ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ଡଃ ପ୍ରିୟଙ୍କା ମାରାଣ୍ଡି, ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଭୁବନେଶ୍ୱର ମହାନଗର ନିଗମର ମେୟର ଶ୍ରୀମତୀ ସୁଲୋଚନା ଦାସ, ମହିଳା ଓ ଶିଶୁ ବିକାଶ ବିଭାଗର କମିଶନର ତଥା ଶାସନ ସଚିବ ଡଃ ମୃଣାଳିନୀ ଦର୍ସୱାଲ, ମିଶନ ଶକ୍ତି ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ମାନସୀ ନିମ୍ଭାଲ, ସମେତ ରାଜ୍ୟର ଅନେକ ବିଶିଷ୍ଟ ଅତିଥି ଏବଂ ସଫଳ ମହିଳାମାନେ ଯୋଗ ଦେଇଥିଲେ। ଅତିଥିମାନଙ୍କ ଆଗମନ ପରେ ବୃକ୍ଷରେ ଜଳଦାନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା, ଯାହା ଅଭିବୃଦ୍ଧି, ଆଶା ଏବଂ ନାରୀଶକ୍ତିର ପ୍ରତୀକ ଅଟେ। ଏହି ଅବସରରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କୁ ତାଙ୍କର ଅଦ୍ୱିତୀୟ ନେତୃତ୍ୱ ଏବଂ ଜନ ପ୍ରଶାସନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା। ନିଜ ଅଭିଭାଷଣରେ ଉପମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି କାର୍ଯ୍ୟକ୍ରମରେ ବିଭିନ୍ନ କ୍ଷେତ୍ରରୁ ଏତେ ସଂଖ୍ୟକ ସଫଳ ମହିଳାଙ୍କ ଉପସ୍ଥିତି ଏକ ବଳିଷ୍ଠ ପ୍ରମାଣ ଯେ, ଆଜିର ଓଡ଼ିଶାରେ ମହିଳାମାନେ ରାଜ୍ୟର ବିକାଶରେ କେବଳ ସହଭାଗୀ ନୁହନ୍ତି, ବରଂ ପରିବର୍ତ୍ତନର ନେତୃତ୍ୱ ନେଇ ରାଜ୍ୟର ବିକାଶ ଧାରାକୁ ଏକ ନୂତନ ରୂପ ଦେଉଛନ୍ତି। ପରିଶେଷରେ, ବିଶିଷ୍ଟ କଣ୍ଠଶିଳ୍ପୀ ତଥା କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରାପ୍ତ ଶ୍ରୀମତୀ ସୁସ୍ମିତା ଦାଶ ଏବଂ ରାଜ୍ୟ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରାପ୍ତ ଡଃ ଆଦ୍ୟାଶା ଦାସଙ୍କ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ଉତ୍ସବକୁ ଅଧିକ ମନୋଜ୍ଞ କରିଥିଲା।

- Post by NEWS MANORANJAN1
- Post by Sibanava Panda1
- ପେଟାନାଳରେ ପଡ଼ିଗଲେ ନନ୍ଦୀ ମହାରାଜ! ଷଣ୍ଢ ଟିକୁ ଉଦ୍ଧାର କରିବାକୁ ନାକେଦମ୍ ହେଲା ଅଗ୍ନିଶମ ବାହିନୀ। କଟକ ସିଡିଏସ୍ଥିତ ପେଟାନାଳରେ ଫସିଲେ ନନ୍ଦୀ ମହାରାଜ। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଷଣ୍ଢ ଟିକୁ ବାହାର କରିଛନ୍ତି।1
- Post by ନିଷ୍ଠୁର ଦୁନିଆ Live1
- ok2
- ଜଗତସିଂହପୁର ୪/୪- ଅପ୍ରେଲ ୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ ଅବସରରେ ଏପ୍ରିଲ ୨ ତାରିଖ ଓ ୩ ତାରିଖ ପାରମ୍ପରିକ ପୋଷାକ ପରିଧାନ ଦିବସ 'ଆମ ପୋଷାକ ଆମ ପରିଚୟ' ପାଳିତ ହେଉଅଛି।ଜଗତସିଂହପୁର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟରେ ପାରମ୍ପରିକ ପୋଷାକ ପରିଧାନ ଦିବସ ପାଳିତ ହୋଇଯାଇଛି । ଜିଲ୍ଲାପାଳ ଜେ ସୋନାଲ , ଅତିରିକ୍ତ ଜିଲ୍ଲାପାଳ ସମ୍ବିତ କୁମାର ରାଉତ, ଅତିରିକ୍ତ ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ, ଉପ ଜିଲ୍ଲପାଳ ପ୍ରଶାନ୍ତ କୁମାର ତରାଇଙ୍କ ସମେତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ତଥା ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ର ଅଧିକାରୀ ଓ କର୍ମଚାରୀ ପାରମ୍ପରିକ ପୋଷାକ ପରିଧାନ ପୂର୍ବକ କାର୍ଯ୍ୟାଳୟକୁ ଆସିଥିଲେ । “ଆମ ପୋଷାକ ଆମ ପରିଚୟ” ସ୍ଲୋଗାନ୍କୁ ସମ୍ମାନ ଜଣାଇ ଆଜି ଖଦୀ, ସମ୍ବଲପୁରୀ, ସୋନପୁରୀ, କୋଟପାଡ, ମାଣିଆବନ୍ଧ, ନୂଆପାଟଣା, ବୋମକାଇ ଆଦି ରାଜ୍ୟର ବିଭିନ୍ନ ସ୍ଥାନର ହସ୍ତତନ୍ତ ବୁଣା ପୋଷାକ ପରିଧାନ କରିଥିଲେ । ଆମ ବସ୍ତ୍ର ହେଉଛି ଆମ ସ୍ୱାଭିମାନ ଓ ଆମ ପରିଚୟ । ଓଡ଼ିଶା ହସ୍ତତନ୍ତ ସମଗ୍ର ବିଶ୍ୱରେ ପ୍ରସିଦ୍ଧି ଲାଭ କରିଛି । ଏଣୁ କେବଳ ଓଡ଼ିଆ ପକ୍ଷ ପାଳନ ନୁହେଁ ଦୈନନ୍ଦିନ ଜୀବନରେ ସମସ୍ତେ ହସ୍ତତନ୍ତ ପୋଷାକ ପିନ୍ଧିବାକୁ ଅଭ୍ୟାସରେ ପରିଣତ କରି ଆମ ବୁଣାକାର ଓ ଗ୍ରାମ୍ୟ ଅର୍ଥନୀତିକୁ ସଶକ୍ତ କରିବା ସହ ସମୃଦ୍ଧ ଓଡ଼ିଶା ଗଠନରେ ଅଂଶୀଦାର ହେବାକୁ ଜିଲ୍ଲାପାଳ ଆହ୍ଵାନ ଦେଇଛନ୍ତି । ଏହି ଅବସରରେ ଜିଲ୍ଲାପାଳଙ୍କ ସମେତ ସମସ୍ତ ଅଧିକାରୀ ଓ କର୍ମଚାରୀ ଏକତ୍ରିତ ହୋଇ ଫଟୋ ଉଠାଇଥିଲେ । ଜିଲ୍ଲାର ବିଭିନ୍ନ ବ୍ଲକ କାର୍ଯ୍ୟାଳୟଠାରେ ମଧ୍ୟ ପାରମ୍ପରିକ ପୋଷାକ ପରିଧାନ ଦିବସ ଅନୁରୂପ ଭାବେ ପାଳିତ ହୋଇଯାଇଛି । ଏହା ମାଧ୍ୟମରେ ଲୋକମାନଙ୍କ ମନରେ ନିଜ ସଂସ୍କୃତି ପ୍ରତି ସମ୍ମାନ ବଢ଼ିବା ସହ ଏହାକୁ ଆଗାମୀ ପିଢି ପର୍ଯ୍ୟନ୍ତ ପହଞ୍ଚାଇବାର ଏହା ଏକ ପ୍ରୟାସ l ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ, ଜଗତସିଂହପୁର4
- ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ଶୁଭାରମ୍ଭ । ଶିଶୁ ବାଟିକା ଓ ପ୍ରଥମ ଶ୍ରେଣୀରେ ନାମ ଲେଖାଇବେ ୧୦,୧୩୪ ଶିଶୁ । ଢ଼େଙ୍କାନାଳ, ତା. ୪.୪. ୨୦୨୬- ଓଡ଼ିଆ ପକ୍ଷ ପାଳନ ଅବସରରେ ଆଜି ସାରା ରାଜ୍ୟରେ ବିଦ୍ୟାଳୟରେ ଶିଶୁମାନଙ୍କ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଛି । ଏହି ଉପଲକ୍ଷେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଜି ସ୍ଥାନୀୟ ପି.ଏମ. ଶ୍ରୀ ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟ ଠାରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀ କୃଷ୍ଣ ଚ଼ନ୍ଦ୍ର ପାତ୍ର ଯୋଗ ଦେଇ, ଶିଶୁମାନଙ୍କୁ ଖଡ଼ି ଛୁଆଁଇ ସେମାନଙ୍କର ବିଦ୍ୟାରମ୍ଭ କରିଥିଲେ। ବିଦ୍ୟା ମହାଧନ ଅଟେ, ସମସ୍ତଙ୍କୁ ଶିକ୍ଷା ପ୍ରଦାନକରିବା ଆମର ଲକ୍ଷ୍ୟ ହେବା ଉଚ଼ିତ ବୋଲି ପ୍ରକାଶ କରିଥିଲେ । ଶିକ୍ଷିତ ମାନେ ସମାଜରେ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗ୍ରହଣ କରିିବେ । ସମସ୍ତେ ଶିକ୍ଷିତ ହେଲେ ଜ୍ଞାନ ଓ ବିଜ୍ଞାନର ଦ୍ରୁତ ବିକାଶ ହେବ ଏବଂ ଦେଶର ସର୍ବାଙ୍ଗୀନ ଉନ୍ନତି ହେବ । ସାର୍ବଜନୀକ ଶିକ୍ଷା ନିମନ୍ତେ ସରକାର ସଂକଳ୍ପବଦ୍ଧ, ଏଥି ନିମନ୍ତେ ଗୁରୁଜୀମାନଙ୍କ ଦାୟୀତ୍ବ ଖୁବ ଅଧିକ । ପଢ଼ିଲେ ଜାଣିବା, ଜାଣିଲେ ଜିଣିବା ବୋଲି ମତବ୍ୟକ୍ତ କରି ମନ୍ତ୍ରୀ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ଅତିଥିମାନେ ଶିଶୁମାନଙ୍କୁ ଖଡ଼ି ଛୁଆଁଇ ବିଦ୍ଯାରମ୍ଭ କରାଇଥିଲେ । ଏହି ଅବସରରେ ଏକ ସଚ଼େତନତା ପ୍ରଚାର ରଥକୁ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ପାତ୍ର, ଜିଲ୍ଲା ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ପୂହାଣ, ପୌର ଅଧ୍ୟକ୍ଷା ଶ୍ରୀମତୀ ଜୟନ୍ତୀ ପାତ୍ର, ଜିଲ୍ଲାପାଳ ଶ୍ରୀ ଆଶିଷ ଈଶ୍ଵର ପାଟିଲ , ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପରେଶ ଚ଼ନ୍ଦ୍ର ପାତ୍ର, ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷ ଶ୍ରୀ ଲକ୍ଷ୍ମଣ ସାହୁ ପ୍ରମୂଖ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ବିଦ୍ୟାଳୟ ପରିସରରେ ହୋଇଥିବା ରଙ୍ଗର ଦୂନିଆ, ଗପ ରାଇଜ ଓ ଖେଳଘର ଷ୍ଟଲକୁ ଅତିଥି ମାନେ ପରିଦର୍ଶନ କରିଥିଲେ । ଜିଲ୍ଲାରେ ଶିଶୁ ବାଟିକାରେ ୮,୭୮୨ ଜଣ ଏବଂ ପ୍ରଥମ ଶ୍ରେଣୀରେ ୧,୩୫୨ ଜଣ, ସମୁଦାୟ ୧୦,୧୩୪ ଜଣ ଶିଶୁଙ୍କର ନାମ ଲେଖାଯିବ ବୋଲି ଜଣାଯାଇଛି । କାର୍ଯ୍ୟକ୍ରମ ଶେଷରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ବ୍ରହ୍ମୋତ୍ରୀ ବିଶ୍ୱାଳ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।3
- Post by NEWS MANORANJAN1