Shuru
Apke Nagar Ki App…
ଢେଙ୍କାନାଳରେ ଜମି ଉଚ୍ଛେଦକୁ ବିରୋଧ କରି ଜବରଦଖଲକାରୀମାନେ ଏକ ଜେସିବି ମେସିନ୍ ସାମ୍ନାରେ ଶୋଇ ପ୍ରତିବାଦ କରିଛନ୍ତି।
Dhenkanal News
ଢେଙ୍କାନାଳରେ ଜମି ଉଚ୍ଛେଦକୁ ବିରୋଧ କରି ଜବରଦଖଲକାରୀମାନେ ଏକ ଜେସିବି ମେସିନ୍ ସାମ୍ନାରେ ଶୋଇ ପ୍ରତିବାଦ କରିଛନ୍ତି।
More news from Odisha and nearby areas
- ଢେଙ୍କାନାଳରେ ଜମି ଉଚ୍ଛେଦକୁ ବିରୋଧ କରି ଜବରଦଖଲକାରୀମାନେ ଏକ ଜେସିବି ମେସିନ୍ ସାମ୍ନାରେ ଶୋଇ ପ୍ରତିବାଦ କରିଛନ୍ତି।1
- ଓଡ଼ିଶାର ଢେଙ୍କାନାଳ ଜିଲ୍ଲା ଅନ୍ତର୍ଗତ ପିଙ୍ଗୁଆ ଗାଁରେ ଏକ ଦୀର୍ଘକାଳୀନ ପରିସ୍ଥିତି ସାମ୍ନାକୁ ଆସିଛି। ଏହି ଗ୍ରାମରେ ଥିବା ଡାକଘର ଗତ ୩୨ ବର୍ଷ ହେବ ଗାଁର କ୍ଲବ ଘର ଭିତରେ ହିଁ ନିଜର କାର୍ଯ୍ୟ ସମ୍ପାଦନ କରିଆସୁଛି।1
- ୨୦୨୬ ମସିହାର ଅନ୍ତର୍ଜାତୀୟ ଯୋଗ ଦିବସ ଶ୍ରୀ ଶ୍ରୀ ରବିଶଙ୍କର ବିଦ୍ୟା ମନ୍ଦିରରେ ପାଳନ କରାଯିବ।1
- ବ୍ରହ୍ମପୁର, ଓଡ଼ିଶାରୁ ମିଳିଥିବା ସୂଚନା ଅନୁଯାୟୀ, ଓଡ଼ିଆ ଚଳଚ୍ଚିତ୍ର 'ଡାଏରୀ'ରେ ଦୁଇଜଣ ଅଭିନେତାଙ୍କ ଅଭିନୟ ଖୁବ୍ ପସନ୍ଦ ଆସିଛି। ଜଣେ ଦର୍ଶକ ଏହି ଅଭିନୟକୁ ପ୍ରଶଂସା କରି ନିଜ ଡାଏରୀରେ ନିଶ୍ଚିତ ଭାବେ ଏହାକୁ ଲେଖିବାକୁ ଇଚ୍ଛା ପ୍ରକାଶ କରିଛନ୍ତି।1
- ରାୟଗଡ଼ା ଜିଲ୍ଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ବାହାର ରାଜ୍ୟରୁ ଆସି ଏକ NGO ସଂସ୍ଥାରେ ତଥ୍ୟ ସଂଗ୍ରହ କରୁଥିବା ଜଣେ ଯୁବତୀଙ୍କୁ ପିଲାଚୋର ସନ୍ଦେହରେ ଘେରି ଯାଇ ଭୟଙ୍କର ଭାବେ ଆକ୍ରମଣ କରାଯାଇଛି। ଶତାଧିକ ପୁଅଙ୍କ ମେଳରେ ଗୋଟିଏ ଝିଅକୁ ଏଭଳି ଅବସ୍ଥାକୁ ଠେଲି ଦିଆଗଲା ଯେ ସେ ନିଜ ଜୀବନ ବଞ୍ଚାଇବା ପାଇଁ ଚିତ୍କାର କରିବାକୁ ବାଧ୍ୟ ହୋଇଥିଲେ। ଏହି ଘଟଣା ପରେ ପୋଲିସ ଯୁବତୀଙ୍କୁ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଥିଲା ଏବଂ ମୋଟ ୨୦ ଜଣଙ୍କୁ ଗିରଫ କରିଛି। ଏଭଳି ନିନ୍ଦନୀୟ କାର୍ଯ୍ୟ ଓଡ଼ିଶାର ମୁଣ୍ଡକୁ ତଳକୁ କରିଦେଇଥିବା କହିବାକୁ ପଡ଼ିବ।1
- ଏଲ୍ ନିନୋ ପ୍ରଭାବଜନିତ ପରିସ୍ଥିତିକୁ ସାମ୍ନା କରିବା ପାଇଁ ସରକାରଙ୍କ ସମସ୍ତ ସମ୍ପୃକ୍ତ ବିଭାଗ ମିଳିତ ଭାବେ (Whole of Government Approach) ପଦକ୍ଷେପ ନେବାକୁ ପରାମର୍ଶ, କୃଷି ବିଭାଗକୁ କଣ୍ଟିନ୍ଜେନ୍ସି ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ୯୧୧ ଆଶ୍ରୟସ୍ଥଳୀର ରକ୍ଷଣାବେକ୍ଷଣ ପାଇଁ ମିଳିବ ୬ ଲକ୍ଷ ଟଙ୍କା ଲେଖାଏଁ ପାଣ୍ଠି ସୋସିଆଲ ମିଡିଆ ମାଧ୍ୟମରେ ମୋବାଇଲରେ ମିଳିବ ସଠିକ୍ ସୂଚନା 'ଜିରୋ କାଜୁଆଲ୍ଟି' ଆମର ସଙ୍କଳ୍ପ, ବିପର୍ଯ୍ୟୟ ପରିଚାଳନାରେ କୌଣସି ଶିଥିଳତା ବରଦାସ୍ତ କରାଯିବ ନାହିଁ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଫୁଲ୍ ପ୍ରୁଫ୍ କରିବା ଉପରେ ଭୁବନେଶ୍ୱର : ରାଜ୍ୟରେ ଆଗାମୀ ପ୍ରାକୃତିକ ବିପର୍ଯ୍ୟୟର ସଫଳ ମୁକାବିଲା ଓ ପ୍ରାକ୍-ପ୍ରସ୍ତୁତି ନିମନ୍ତେ ଗୁରୁତ୍ୱପୂର୍ଣ୍ଣ ‘ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ-୨୦୨୬’ (SLNCC) ସ୍ଥାନୀୟ ଲୋକସେବା ଭବନ କନଭେନସନ୍ ସେଣ୍ଟର ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶା ଏକ ସମ୍ପୂର୍ଣ୍ଣ 'ଫୁଲ୍ ପ୍ରୁଫ୍' ବ୍ୟବସ୍ଥା ବିକଶିତ କରିଛି। ଏହି ଫୁଲ୍ ପ୍ରୁଫ୍ ବ୍ୟବସ୍ଥାକୁ ବଜାୟ ରଖିବା ଉପରେ ସେ ଗୁରୁତ୍ୱ ଆରୋପ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂ ଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରେ ରାଜ୍ୟର ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ 'ଏଲ୍ ନିନୋ' ପ୍ରଭାବ ଯୋଗୁଁ କମ୍ ବୃଷ୍ଟିପାତ ହେବାର ଆଶଙ୍କା ଥିବାରୁ ଖରିଫ ଫସଲ ଯେପରି ପ୍ରଭାବିତ ନହେବ, ସେଥିପାଇଁ କୃଷି, ଜଳସେଚନ ଓ ଅନ୍ୟ ସମ୍ପୃକ୍ତ ବିଭାଗକୁ ସମନ୍ୱୟ ରକ୍ଷା କରି 'Whole of Government' ଆଭିମୁଖ୍ୟରେ କାମ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। କୃଷି ବିଭାଗକୁ ସ୍ୱତନ୍ତ୍ର 'Contingency Plan' ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏକ ରାଜ୍ୟସ୍ତରୀୟ ମନିଟରିଂ ମେକାନିଜିମ୍ ଜରିଆରେ ବୃଷ୍ଟିପାତ, ଜଳସ୍ତର, କ୍ରପ-ପ୍ଲାନିଙ୍ଗ୍ ଏବଂ ସାର ଓ ବିହନ ଯୋଗାଣର ନିୟମିତ ତଦାରଖ କରାଯାଉଛି। ଚଳିତ ବର୍ଷ ମଧ୍ୟପ୍ରାଚ୍ୟରେ ଅଶାନ୍ତ ପରିବେଶ ଯୋଗୁଁ ବିଶ୍ୱବ୍ୟାପୀ ସାର ସଙ୍କଟ ଦେଖାଦେଇପାରେ, ତେଣୁ ୟୁରିଆ ଓ କମ୍ପ୍ଲେକ୍ସ ସାର ଯୋଗାଣ ଉପରେ ତୀକ୍ଷଣ ନଜର ରଖିବା ସହ ଆବଶ୍ୟକ ସ୍ଥଳେ ପର୍ଯ୍ୟାପ୍ତ 'ନାନୋ ୟୁରିଆ' ମହଜୁଦ ରଖିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି। ବିଶେଷ କରି ସାରର କଳାବଜାରୀ ରୋକିବା ପାଇଁ ପ୍ରତ୍ୟେକ ପଞ୍ଚାୟତରେ 'ନିରକ୍ଷଣ ସମିତି' ଗଠନ କରାଯାଇଛି । ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଦକ୍ଷ ବିପର୍ଯ୍ୟୟ ପରିଚାଳନା ଉପରେ ଆଲୋକପାତ କରିଛନ୍ତି। ଓଡ଼ିଶାର ଏହି ସଫଳ 'ଜିରୋ କାଜୁଆଲ୍ଟି' (ଶୂନ୍ୟ ମୃତ୍ୟୁହାର) ନୀତି ଆଜି ବିଶ୍ୱବ୍ୟାପୀ ଆଦୃତ ହୋଇଛି। ନିକଟରେ ପୁରୀଠାରେ ଅନୁଷ୍ଠିତ ବ୍ରିକ୍ସ (BRICS) ବିପର୍ଯ୍ୟୟ ବିପଦ ହ୍ରାସ କାର୍ଯ୍ୟଗୋଷ୍ଠୀର ବୈଷୟିକ ବୈଠକରେ ସଦସ୍ୟ ରାଷ୍ଟ୍ରଗୁଡ଼ିକ ମଧ୍ୟ ରାଜ୍ୟର ଏହି ଦୀର୍ଘକାଳୀନ ବିପର୍ଯ୍ୟୟ ପ୍ରଶମନ ଓ ନିରାକରଣ ବ୍ୟବସ୍ଥାକୁ ଭୂୟସୀ ପ୍ରଶଂସା କରିଛନ୍ତି ବୋଲି ଶ୍ରୀ ମାଝୀ ସୂଚନା ଦେଇଛନ୍ତି। ଗତ ଅକ୍ଟୋବର ମାସରେ ଓଡ଼ିଶା ଉପକୂଳ ଅତିକ୍ରମ କରିଥିବା ସାମୁଦ୍ରିକ ବାତ୍ୟା "ମୋନ୍ଥା" ଏବଂ ପୂର୍ବର "ଦାନା" ବାତ୍ୟା ସମୟରେ ରାଜ୍ୟର ଦକ୍ଷ ପରିଚାଳନା ଦେଖିବାକୁ ମିଳିଥିଲା। "ମୋନ୍ଥା" ଦ୍ୱାରା ରାଜ୍ୟର ୧୧ଟି ଜିଲ୍ଲା ପ୍ରଭାବିତ ହୋଇଥିବା ବେଳେ ସରକାରଙ୍କ ସମୟୋଚିତ ପଦକ୍ଷେପ ଯୋଗୁଁ ସମ୍ବେଦନଶୀଳ ଅଞ୍ଚଳରୁ ପ୍ରାୟ ୩୮ ହଜାର ଲୋକଙ୍କୁ ସୁରକ୍ଷିତ ଭାବେ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇଥିଲା। ଏହି ଯୁଦ୍ଧକାଳୀନ ଉଦ୍ଧାର କାର୍ଯ୍ୟରେ ୩୩ଟି ଓଡ୍ରାଫ୍ (ODRAF), ୫ଟି ଏନଡିଆରଏଫ୍ (NDRF) ଏବଂ ୧୨୩ଟି ଅଗ୍ନିଶମ ବାହିନୀ ନିୟୋଜିତ ହୋଇ ରେକର୍ଡ ସମୟ ମଧ୍ୟରେ ସ୍ଥିତି ସ୍ୱାଭାବିକ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଚାଷୀ ଭାଇମାନଙ୍କ ସ୍ୱାର୍ଥ ରକ୍ଷା ପାଇଁ ଆମ ସରକାର ସର୍ବଦା ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ଚାଷୀମାନଙ୍କୁ ସହାୟତା ଦେବା ପାଇଁ ରାଜ୍ୟ ସରକାର 'ଅଦିନିଆ ବର୍ଷା'କୁ ଏକ 'ରାଜ୍ୟ-ନିର୍ଦ୍ଦିଷ୍ଟ ବିପର୍ଯ୍ୟୟ' (State Specific Disaster ) ଭାବେ ଘୋଷଣା କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଭିତ୍ତିଭୂମି ପ୍ରସ୍ତୁତି କ୍ରମରେ ରାଜ୍ୟରେ ଥିବା ୯୧୧ଟି ବହୁମୁଖୀ ଆଶ୍ରୟସ୍ଥଳୀର ବାର୍ଷିକ ରକ୍ଷଣାବେକ୍ଷଣ ପାଇଁ ଆଶ୍ରୟସ୍ଥଳୀ ପିଛା ୬ ଲକ୍ଷ ଟଙ୍କା ଲେଖାଏଁ ଜିଲ୍ଲା ପ୍ରଶାସନକୁ ପ୍ରଦାନ କରାଯାଇଛି, ଯେଉଁଠାରେ ପାନୀୟ ଜଳ, ଆଲୋକ ଓ ରନ୍ଧାଖାଦ୍ୟର ବ୍ୟବସ୍ଥା ପ୍ରାକ୍-ପ୍ରସ୍ତୁତି ସମୟରେ ହିଁ ସୁନିଶ୍ଚିତ କରାଯିବ। ଜାତୀୟ ସ୍ତରର କମନ ଆଲର୍ଟିଂ ପ୍ରୋଟୋକଲ (CAP) ମାଧ୍ୟମରେ SMS ପ୍ରେରଣ ବ୍ୟବସ୍ଥା, ୨୪ ଘଣ୍ଟିଆ ଜରୁରୀକାଳୀନ ନିୟନ୍ତ୍ରଣ କକ୍ଷ ଏବଂ ୧୧୨ ହେଲ୍ପଲାଇନ ସମ୍ପୂର୍ଣ୍ଣ ସକ୍ରିୟ ରହିଛି। ବିପର୍ଯ୍ୟୟ ସମୟରେ ଗୁଜବ ରୋକିବା ପାଇଁ ଟେଲିଭିଜନ ସହିତ ସୋସିଆଲ ମିଡିଆ ମାଧ୍ୟମରେ ମୋବାଇଲ୍ରେ ଲୋକଙ୍କୁ ସଠିକ୍ ଓ ନିର୍ଭୁଲ ସୂଚନା ଦେବାକୁ ମୁଖ୍ୟମନ୍ତ୍ରୀ ବିଶେଷ ପରାମର୍ଶ ଦେଇଛନ୍ତି। ବର୍ତ୍ତମାନର ୨୦ଟି ଓଡ୍ରାଫ୍ (ODRAF) ଟିମ୍ ଏବଂ ୩୪୭ଟି ଅଗ୍ନିଶମ କେନ୍ଦ୍ର ଅତ୍ୟାଧୁନିକ ସରଞ୍ଜାମ ସହ ପ୍ରସ୍ତୁତ ଥିବାବେଳେ, ରାଜ୍ୟରେ ଆଉ ୧୦ଟି ନୂତନ ଓଡ୍ରାଫ୍ ବାହିନୀ ଗଠନ ପ୍ରକ୍ରିୟା ଜାରି ରହିଛି। ଶେଷରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶାର ସ୍ୱତନ୍ତ୍ରତାକୁ ବଜାୟ ରଖିବା ପାଇଁ ସରକାର ଓ ଜନସାଧାରଣଙ୍କ ମିଳିତ ପ୍ରୟାସ ଏକାନ୍ତ ଆବଶ୍ୟକ ଏବଂ ସମସ୍ତ ବିଭାଗ ସମନ୍ୱୟ ରକ୍ଷା କରି ଓଡ଼ିଶାବାସୀଙ୍କ ଜୀବନ ଓ ଜୀବିକାର ସୁରକ୍ଷା ପାଇଁ ସଙ୍କଳ୍ପବଦ୍ଧ ହୋଇ କାର୍ଯ୍ୟ କରିବେ। ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ପୂଜାରୀ ଦର୍ଶାଇଥିଲେ ଯେ ଓଡ଼ିଶା କିଭଳି ବିଗତ ଦିନରେ ପ୍ରାକୃତିକ ସଂକଟଗୁଡ଼ିକର ସଫଳତାର ସହ ମୁକାବିଲା କରି ସାରା ବିଶ୍ୱରେ ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିପାରିଛି। ବିଶେଷ କରି ସରକାରଙ୍କ ସୁଚିନ୍ତିତ ପ୍ରାକ୍-ପ୍ରସ୍ତୁତି ଏବଂ ସମୟୋଚିତ ଉଦ୍ଧାର କାର୍ଯ୍ୟ ଯୋଗୁଁ ରାଜ୍ୟ 'ଜିରୋ କାଜୁଆଲ୍ଟି' ବା ଶୂନ୍ୟ ମୃତ୍ୟୁହାର ନୀତିକୁ ସଫଳତାର ସହ ପାଳନ କରିବାରେ ସମର୍ଥ ହୋଇଛି। ରାଜ୍ୟର ବିପର୍ଯ୍ୟୟ ପରିଚାଳନା ପାଇଁ ଆବଶ୍ୟକୀୟ ଆର୍ଥିକ ଅନୁଦାନ ଓ ଭିତ୍ତିଭୂମିର ସମୀକ୍ଷା କରିବା ସହ ରାଜ୍ୟ ବିପର୍ଯ୍ୟୟ ସହାୟତା ପାଣ୍ଠି (SDRF) ର ସଠିକ୍ ବିନିଯୋଗ ଉପରେ ଶ୍ରୀ ପୂଜାରୀ ଆଲୋକପାତ କରିଥିଲେ। ସେ ସୂଚନା ଦେଇଥିଲେ ଯେ ବିଗତ ବନ୍ୟା ଓ ବାତ୍ୟା ସମୟରେ ଉତ୍ତର ଓଡ଼ିଶା ଏବଂ ଆକସ୍ମିକ ବନ୍ୟା ପ୍ରଭାବିତ ଜିଲ୍ଲାଗୁଡ଼ିକୁ କୋଟି କୋଟି ଟଙ୍କାର ତୁରନ୍ତ ରିଲିଫ୍ ଓ ସାଧାରଣ ସମ୍ପତ୍ତିର ସାମୟିକ ମରାମତି ସହାୟତା ଯୋଗାଇ ଦିଆଯାଇଛି ବୋଲି କହିଥିଲେ । ଗୁରୁତ୍ୱପୂର୍ଣ୍ଣ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଉପସ୍ଥିତ ବିଧାୟକବୃନ୍ଦ ଏବଂ ସାଂସଦଗଣ ନିଜ ନିଜ ନିର୍ବାଚନ ମଣ୍ଡଳୀର ବାସ୍ତବ କ୍ଷେତ୍ରସ୍ତରୀୟ ସ୍ଥିତିକୁ ଆଧାର କରି ଅନେକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଉପସ୍ଥାପନ କରିଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ରାଜସ୍ୱ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଜନପ୍ରତିନିଧିମାନଙ୍କ ସମସ୍ତ ମୂଲ୍ୟବାନ ପରାମର୍ଶକୁ ସ୍ୱାଗତ କରିବା ସହ ରାଜ୍ୟର ବିପର୍ଯ୍ୟୟ ପରିଚାଳନା ଯୋଜନାରେ ଏହାକୁ ଉପଯୁକ୍ତ ସ୍ଥାନ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏହି ଅବସରରେ ରାଜ୍ୟ ମନ୍ତ୍ରମଣ୍ଡଳର ସଦସ୍ୟବୃନ୍ଦ, ସାଂସଦ, ବିଧାୟକ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ଓ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।1
- ଢେଙ୍କାନାଳ ସହରର ୯ ନମ୍ବର ୱାର୍ଡ ଅନ୍ତର୍ଗତ କୁଟୁଣିଆ ସାହିରେ ଜବରଦଖଲ ଉଚ୍ଛେଦକୁ ନେଇ ଉତ୍ତେଜନା ଦେଖିବାକୁ ମିଳିଛି। ସରକାରୀ ଜମିକୁ ମୁକ୍ତ କରିବା ପାଇଁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ ପ୍ରଶାସନ ପହଞ୍ଚିଥିଲା। ଢେଙ୍କାନାଳ ସହରର ଏହି ୯ ନମ୍ବର ୱାର୍ଡର କୁଟୁଣିଆ ସାହିରେ ବହୁ ବର୍ଷ ଧରି ସରକାରୀ ଜମି ଜବରଦଖଲ ହୋଇ ରହିଥିବା ଅଭିଯୋଗ ରହିଛି। ଜବରଦଖଲ ହୋଇଥିବା ଜମିକୁ ମୁକ୍ତ କରିବା ପାଇଁ ପ୍ରଶାସନ, ପୌରପାଳିକା ଏବଂ ପୋଲିସ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ ମଧ୍ୟ ବସ୍ତିବାସିନ୍ଦାଙ୍କ ତୀବ୍ର ବିରୋଧ ଯୋଗୁଁ ପରିସ୍ଥିତି ଭିନ୍ନ ମୋଡ଼ ନେଇଥିଲା। ବସ୍ତିବାସିନ୍ଦାମାନେ ଜେସିବି ଆଗରେ ବସି ବିରୋଧ ପ୍ରଦର୍ଶନ କରିଥିଲେ। ଏହି ପ୍ରବଳ ବିରୋଧ ଯୋଗୁଁ ଉଚ୍ଛେଦ ପ୍ରକ୍ରିୟା ଆଗକୁ ବଢ଼ିପାରିନଥିଲା ଏବଂ ପ୍ରଶାସନକୁ ଶେଷରେ ଖାଲି ହାତରେ ଫେରିବାକୁ ପଡ଼ିଥିଲା।1
- ABC ହସ୍ପିଟାଲ୍ ଏକ ନାବାଳିକାକୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଇ ବର୍ତ୍ତମାନ ଚର୍ଚ୍ଚାରେ ରହିଛି।1