logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

*।। ଅକ୍ଷୟ ତୃତୀୟା ।।* ବୈଶାଖ ମାସ ଶୁକ୍ଳ ପକ୍ଷ ତୃତୀୟାଟି ଅକ୍ଷୟ ତୃତୀୟା ବା ଅକ୍ଷି ତୃତୀୟା ଭାବେ ପରିଚିତ । ନୂତନ କାର୍ଯ୍ୟଟିଏ ଆରମ୍ଭ କରିବା ପାଇଁ ଅକ୍ଷୟ ତୃତୀୟା ହେଉଛି ପୂରା ବର୍ଷ ମଧ୍ୟରେ ସବୁଠାରୁ ଶୁଭ ତିଥି । ଏହି ଦିନ କୌଣସି କାର୍ଯ୍ୟ ଆରମ୍ଭ କଲେ ତାହା କ୍ଷୟ ନହୋଇ ଅକ୍ଷୁର୍ଣ୍ଣ ରହିଥାଏ । ଶୁଭଦିନ ମନେକରି ଏହିଦିନ ଅକ୍ଷିମୁଠି ଅନୁକୁଳ, ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମମାନ ଅନୁଷ୍ଠିତ ହୋଇଥାଏ । ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚନ୍ଦନ ଯାତ୍ରା ଅକ୍ଷୟ ତୃତୀୟାଠାରୁ ଆରମ୍ଭ ହେଉଥିବା ବେଳେ ରଥ ତିଆରି କାମ ମଧ୍ୟ ଆରମ୍ଭ ହୋଇଥାଏ । ଅକ୍ଷୟ ତୃତୀୟା ତିଥିରେ ଅକ୍ଷି ପୂଜା ହେବା ପରେ ବିଶ୍ଵକର୍ମା ଓ ତାଙ୍କର ସହଯୋଗୀଗଣ ରଥନିର୍ମାଣରେ ପ୍ରବୃତ୍ତ ହୋଇଥାନ୍ତି । ଏହି ଦିନରେ ସଧବା ସ୍ତ୍ରୀମାନେ ଷଠିବୁଢ଼ୀ ପୂଜା କରନ୍ତି । ବଳଦେବ ଜିଉ ମନ୍ଦିରରେ କୃଷିର ଆରାଧ୍ୟ ଦେବ ହଳାୟୁଧ ବଳରାମ ଓ ରେବତୀଙ୍କ ବିବାହୋତ୍ସବ ଅନୁଷ୍ଠିତ ହୁଏ । ମା ଅନ୍ନପୂର୍ଣ୍ଣାଙ୍କ ଜୟନ୍ତୀ ଓ ଗୀତଗୋବିନ୍ଦ ରଚୟିତା କବି ଜୟଦେବଙ୍କ ଜୟନ୍ତୀ ପାଳନ ହୁଏ । ପୌରାଣିକ ଦୃଷ୍ଟିକୋଣରୁ ଏ ଦିନର ମହତ୍ତ୍ୱ ଯଥେଷ୍ଟ ଅଧିକ । ଏହି ଦିନକୁ ସତ୍ୟ ଯୁଗର ପ୍ରାରବ୍ଧ ଦିବସ ରୂପେ ଗ୍ରହଣ କରାଯାଇଛି । ଅକ୍ଷୟ ତୃତୀୟାରେ ଋଷି ବେଦବ୍ୟାସ ଓ ପ୍ରଭୁ ଗଣେଷ ମହାଭାରତ ଲେଖିବା ଆରମ୍ଭ କରିଥିଲେ । ପୌରାଣିକ କାଳରେ ଅକ୍ଷୟତୃତୀୟାରୁ ତ୍ରେତୟା ଯୁଗ ଆରମ୍ଭ ହେଉଥିବା ବେଳେ ପାପ-ନାଶିନୀ ଗଙ୍ଗା ପୃଥିବୀ ପୃଷ୍ଠରେ ପ୍ରବାହିତ ହୋଇଥିଲେ ବୋଲି କିମ୍ବଦନ୍ତୀ କହେ । ଅକ୍ଷୟତୃତୀୟା ତିଥିରେ ଶ୍ରୀକୃଷ୍ଣ ବାଲ୍ୟ ବନ୍ଧୁ ସୁଦାମାଙ୍କୁ ଭେଟି ତାଙ୍କ ଦାରିଦ୍ର୍ୟର ଅନ୍ତ ଘଟାଇଥିଲେ । ଏଣୁ ଏହି ତିଥିକୁ ସମୃଦ୍ଧି ଓ ସୌଭାଗ୍ୟର ତିଥି ବୋଲି ବିଶ୍ୱାସ କରାଯାଏ । ଏହି ଦିନ ସ୍ଵର୍ଣ୍ଣ କ୍ରୟ କଲେ ଲକ୍ଷ୍ମୀ ଧନଧାନ୍ୟରେ ଗୃହ ପୂରିଦିଅନ୍ତି ବୋଲି ବିଶ୍ଵାସ ଅଛି । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟ ମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣୀକୁ ଶଙ୍ଖ ହୁଳହୁଳି ଧ୍ୱନି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳ ଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାନ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହି ଦିନ କୃଷକ ତା ଜମିରେ ବୀଜ ବପନ କରି ଭରପୁର ଅମଳର ଆଶା ରଖିଥାଏ । ମୁହୂର୍ତ୍ତ ଶାସ୍ତ୍ର ଅନୁଯାୟୀ ଅକ୍ଷୟ ତୃତୀୟା ହେଉଛି ଆବୁଝା ମୁହୁର୍ତ୍ତ ବା ସ୍ବୟଂ ସିଦ୍ଧ ମୁହୂର୍ତ୍ତ। ଅର୍ଥାତ୍ ଯେଉଁ ତିଥିର ସବୁ ସମୟରେ ଶୁଭ କାର୍ଯ୍ୟ ବା ମାଙ୍ଗଳିକ କାର୍ଯ୍ୟ ସମ୍ପର୍ଣ୍ଣ କରିହେବ ଏବଂ କୌଣସି ସମୟକୁ ବିବେଚନା କରାଯିବ ନାହିଁ, ତାହାକୁ ଆବୁଝା ମୁହୁର୍ତ୍ତ କିମ୍ବା ସ୍ବୟଂ ସିଦ୍ଧ ମୁହୂର୍ତ୍ତ ବୋଲି କୁହାଯାଏ। ଏହି ଦିନ ଦାନ,ଧର୍ମ ଏବଂ ଶୁଭ କାର୍ଯ୍ୟ କରିବା ଦ୍ବାରା ଅକ୍ଷୟ ଫଳ ବା ସୌଭାଗ୍ୟ ପ୍ରାପ୍ତି ହୁଏ। ଏହିତିଥିରେ ଶ୍ରୀଜୀଉମାନଙ୍କର ରଥନିର୍ମାଣ ପାଇଁ ଅନୁକୂଳ କରାଯାଏ । ତନ୍ତ୍ରବିଧି ଅନୁସାରେ ମହାକାଳୀ ମନ୍ତ୍ରରେ ପୂଜିତ କୁରାଢି ଲଗାଇ ବନଯୋଗହୋମର ଆଚାର୍ଯ୍ୟ ତଥା ଦେଉଳ ପୁରୋହିତ ରଥନିର୍ମାଣର ଶୁଭାରମ୍ଭ କରିଥାନ୍ତି । ତାଳଧ୍ୱଜ, ଦେବଦଳନ ଓ ନନ୍ଦିଘୋଷ ରଥ ପାଇଁ ଉଦ୍ଦିଷ୍ଟ ଗୋଟିଏ ଧଉରା କାଠ ଗଣ୍ଡିରେ କୁରାଢି ସ୍ପର୍ଶ କରାଯାଇଥାଏ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ଚନ୍ଦନଠାକୁରଙ୍କ ସହ ପଟୁଆରରେ ରଥଖଳାକୁ ଆସିଥାଏ । ଏହାକୁ ତିନିଜଣ ପୂଜାପଣ୍ଡା ଆଣିଥାନ୍ତି । ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖସ୍ଥ ରଥଖଳାରେ ଶ୍ରୀମନ୍ଦିର ପୁରୋହିତ, ରାଜଗୁରୁ ଓ ସ୍ତ୍ରୋତୀୟ ବ୍ରାହ୍ମଣମାନେ ବନଯୋଗ ପୂଜା ସମ୍ପାଦନା କରିବାର ବିଧି ରହିଛି । ରୂପକାର, କମାର, ଚିତ୍ରକର, ଭୋଇ, ଅମୀନସେବକମାନଙ୍କ ଉପସ୍ଥିତିରେ ବିଶ୍ୱକର୍ମାଙ୍କ ଶାଢୀବନ୍ଧା ନୀତି ପାଳିତ ହୁଏ । ରଥ ସଂହିତା ଓ ଶିଳ୍ପଶାସ୍ତ୍ର ଅବଲମ୍ବନରେ ରଥନିର୍ମାଣ କରାଯାଏ । ଏଥିରେ ୧୧୩୯ ଖଣ୍ଡ କାଠଲାଗିଥାଏ । ସେହି କାଠଗୁଡିକ ହେଲା ଫାସି, ଅସନ, ଧଉରା, ଶିମିଳି, ପାଳଧୂଆ, ମହାନିମ୍ବ, ଗମ୍ଭାରୀ, ମଇ, କଦମ୍ବ, ଦେବଦାରୁ ଇତ୍ୟାଦି । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର କର୍ମଚାରୀ ରଥଖଳାରେ ଉପସ୍ଥିତ ରହି ଏହିକାର୍ଯ୍ୟ ସୁରୁଖୁରରେ ହେବାରେ ସାହାଯ୍ୟ କରିଥାନ୍ତି । ବାହାର ଚନ୍ଦନ ଯାତ୍ରାର ଶେଷଦିନ ରଥ ଅଖରେ ଚକ ଲାଗେ । ⚫❗⚫ -: ll ଘଡି ପଥୁଲି ପୂଜା ll :- ଅକ୍ଷୟ ତୃତୀୟା ଦିନ ସକାଳୁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇପଡେ। ସମସ୍ତେ ଜାଣନ୍ତି ବାହାର ଚନ୍ଦନ ଯାତ୍ରା ଓ ରଥ ଅନୁକୂଳ ଏହି ଦିନ ହୋଇଥାଏ। କିନ୍ତୁ କେବଳ ପୁରୀ ଆଉ ଏହାର ଆଖପାଖ ର ଲୋକ ଅକ୍ଷୟ ତୃତୀୟା ଦିନ ହେଉଥିବା ଏହି ଘଡି ପଥୁଲି ପୂଜା ସହ ପରିଚିତ ଥିବେ। ବଡ଼ ମାନଙ୍କ ପାଇଁ ଏହା ଏକ ପୂଜା ହେଇଥିବା ବେଳେ ଛୋଟ ଛୁଆଙ୍କ ପାଇଁ ଏହା ଏକ ମଉଜ ଆଉ ଘଡ଼ି ପଥୁଲି ସହ ଉପହାର ପାଇବାର ଦିନଟିଏ।ସକାଳୁ ମା ମାନେ ଚଉରା ମୂଳରେ ପିଲାଙ୍କ ଶୁଭମନାସୀ ଏହି ପୂଜା କରିଥାନ୍ତି। ଅକ୍ଷୟ ତୃତୀୟା ର ବହୁ ପୁର୍ବରୁ ମାଟି ର ଏଇ ଘଡ଼ି ପଥୁଲି କିଣି ସେଥିରେ ଚୂନ ଦେଇ ଶୁଖାଇ ତା' ଉପରେ ସୁନ୍ଦର ଚିତ୍ର ଆଙ୍କି ଦିଅନ୍ତି। ଏଥିରେ ଭୂଜା ଭରିକି ତା'ର ଉପରେ ପିଲାଙ୍କୁ ଭଲଲାଗିଲା ପରି ବିଭିନ୍ନ ସାମଗ୍ରୀ ସବୁ ରଖି ପୂଜା କରନ୍ତି। ଆଗେ ମୁଆଁ, ଖଣ୍ଡ ଘୋଡା, ବିଭିନ୍ନ ପ୍ରକାରର ଫଳ, ମିଠେଇ ଆଦି ରଖୁଥିଲେ। ଏବେ କିନ୍ତୁ ସମୟ ବଦଳିବା ସହ ପିଲାଙ୍କ ର ପସନ୍ଦକୁ ଦୃଷ୍ଟିରେ ରଖି ସେଥିରେ କଲମ, ପେନସିଲ, ଖାତା,ବହି,ରଙ୍ଗ,ସ୍କେଚ ପେନ୍, ଖେଳନା, ଚକୋଲେଟ ମଧ୍ୟ ରଖୁଛନ୍ତି। ଏହା ଭୋଗ ହେଲାପରେ ଛୋଟ ଛୁଆ ଙ୍କ ଭିତରେ ବାଣ୍ଟି ଦିଆଯାଏ। ଛୋଟ ଛୁଆ ମାନେ ମଧ୍ୟ ବ୍ୟାଗ୍ ଧରି ଘର ଘର ବୁଲି ଘଡି ପଥୁଲି ମାଗିବାକୁ ବାହାରି ପଡ଼ନ୍ତି। ରାଜା ଘରେ ବଡ଼ ବଡ଼ ଘଡି ପଥୁଲି ବସେ, ସେଥିରେ ନଡ଼ିଆ ସହ ବଡ଼ ବଡ଼ ଲଡୁ ଆଉ ଟିକିଏ ଦାମୀ ଜିନିଷ ମିଳିଥାଏ। ଯେଉଁ ପିଲା ରାଜା ଘରୁ ଯାଇ ସଂଗ୍ରହ କଲା, ତା'ର ଖୁସି ଆଉ କହିଲେ ନ ସରେ। ପୁରୀ ର ଏହି ଅନନ୍ୟ ପୂଜା ଶୁଭେଚ୍ଛା। ସଂଗୃହୀତ

7 hrs ago
user_B Shankar Mishra Zitunana
B Shankar Mishra Zitunana
Salesperson Mayurbhanj, Odisha•
7 hrs ago
7923e907-0c0f-4864-baba-0f7f561ec42b

*।। ଅକ୍ଷୟ ତୃତୀୟା ।।* ବୈଶାଖ ମାସ ଶୁକ୍ଳ ପକ୍ଷ ତୃତୀୟାଟି ଅକ୍ଷୟ ତୃତୀୟା ବା ଅକ୍ଷି ତୃତୀୟା ଭାବେ ପରିଚିତ । ନୂତନ କାର୍ଯ୍ୟଟିଏ ଆରମ୍ଭ କରିବା ପାଇଁ ଅକ୍ଷୟ ତୃତୀୟା ହେଉଛି ପୂରା ବର୍ଷ ମଧ୍ୟରେ ସବୁଠାରୁ ଶୁଭ ତିଥି । ଏହି ଦିନ କୌଣସି କାର୍ଯ୍ୟ ଆରମ୍ଭ କଲେ ତାହା କ୍ଷୟ ନହୋଇ ଅକ୍ଷୁର୍ଣ୍ଣ ରହିଥାଏ । ଶୁଭଦିନ ମନେକରି ଏହିଦିନ ଅକ୍ଷିମୁଠି ଅନୁକୁଳ, ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମମାନ ଅନୁଷ୍ଠିତ ହୋଇଥାଏ । ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚନ୍ଦନ ଯାତ୍ରା ଅକ୍ଷୟ ତୃତୀୟାଠାରୁ ଆରମ୍ଭ ହେଉଥିବା ବେଳେ ରଥ ତିଆରି କାମ ମଧ୍ୟ ଆରମ୍ଭ ହୋଇଥାଏ । ଅକ୍ଷୟ ତୃତୀୟା ତିଥିରେ ଅକ୍ଷି ପୂଜା ହେବା ପରେ ବିଶ୍ଵକର୍ମା ଓ ତାଙ୍କର ସହଯୋଗୀଗଣ ରଥନିର୍ମାଣରେ ପ୍ରବୃତ୍ତ ହୋଇଥାନ୍ତି । ଏହି ଦିନରେ ସଧବା ସ୍ତ୍ରୀମାନେ ଷଠିବୁଢ଼ୀ ପୂଜା କରନ୍ତି । ବଳଦେବ ଜିଉ ମନ୍ଦିରରେ କୃଷିର ଆରାଧ୍ୟ ଦେବ ହଳାୟୁଧ ବଳରାମ ଓ ରେବତୀଙ୍କ ବିବାହୋତ୍ସବ ଅନୁଷ୍ଠିତ ହୁଏ । ମା ଅନ୍ନପୂର୍ଣ୍ଣାଙ୍କ ଜୟନ୍ତୀ ଓ ଗୀତଗୋବିନ୍ଦ ରଚୟିତା କବି ଜୟଦେବଙ୍କ ଜୟନ୍ତୀ ପାଳନ ହୁଏ । ପୌରାଣିକ ଦୃଷ୍ଟିକୋଣରୁ ଏ ଦିନର ମହତ୍ତ୍ୱ ଯଥେଷ୍ଟ ଅଧିକ । ଏହି ଦିନକୁ ସତ୍ୟ ଯୁଗର ପ୍ରାରବ୍ଧ ଦିବସ ରୂପେ ଗ୍ରହଣ କରାଯାଇଛି । ଅକ୍ଷୟ ତୃତୀୟାରେ ଋଷି ବେଦବ୍ୟାସ ଓ ପ୍ରଭୁ ଗଣେଷ ମହାଭାରତ ଲେଖିବା ଆରମ୍ଭ କରିଥିଲେ । ପୌରାଣିକ କାଳରେ ଅକ୍ଷୟତୃତୀୟାରୁ ତ୍ରେତୟା ଯୁଗ ଆରମ୍ଭ ହେଉଥିବା ବେଳେ ପାପ-ନାଶିନୀ ଗଙ୍ଗା ପୃଥିବୀ ପୃଷ୍ଠରେ ପ୍ରବାହିତ ହୋଇଥିଲେ ବୋଲି କିମ୍ବଦନ୍ତୀ କହେ । ଅକ୍ଷୟତୃତୀୟା ତିଥିରେ ଶ୍ରୀକୃଷ୍ଣ ବାଲ୍ୟ ବନ୍ଧୁ ସୁଦାମାଙ୍କୁ ଭେଟି ତାଙ୍କ ଦାରିଦ୍ର୍ୟର ଅନ୍ତ ଘଟାଇଥିଲେ । ଏଣୁ ଏହି ତିଥିକୁ ସମୃଦ୍ଧି ଓ ସୌଭାଗ୍ୟର ତିଥି ବୋଲି ବିଶ୍ୱାସ କରାଯାଏ । ଏହି ଦିନ ସ୍ଵର୍ଣ୍ଣ କ୍ରୟ କଲେ ଲକ୍ଷ୍ମୀ ଧନଧାନ୍ୟରେ ଗୃହ ପୂରିଦିଅନ୍ତି ବୋଲି ବିଶ୍ଵାସ ଅଛି । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟ ମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣୀକୁ ଶଙ୍ଖ ହୁଳହୁଳି ଧ୍ୱନି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳ ଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାନ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହି ଦିନ କୃଷକ ତା ଜମିରେ ବୀଜ ବପନ କରି ଭରପୁର ଅମଳର ଆଶା ରଖିଥାଏ । ମୁହୂର୍ତ୍ତ ଶାସ୍ତ୍ର ଅନୁଯାୟୀ ଅକ୍ଷୟ ତୃତୀୟା ହେଉଛି ଆବୁଝା ମୁହୁର୍ତ୍ତ ବା ସ୍ବୟଂ ସିଦ୍ଧ ମୁହୂର୍ତ୍ତ। ଅର୍ଥାତ୍ ଯେଉଁ ତିଥିର ସବୁ ସମୟରେ ଶୁଭ କାର୍ଯ୍ୟ ବା ମାଙ୍ଗଳିକ କାର୍ଯ୍ୟ ସମ୍ପର୍ଣ୍ଣ କରିହେବ ଏବଂ କୌଣସି ସମୟକୁ ବିବେଚନା କରାଯିବ ନାହିଁ, ତାହାକୁ ଆବୁଝା ମୁହୁର୍ତ୍ତ କିମ୍ବା ସ୍ବୟଂ ସିଦ୍ଧ ମୁହୂର୍ତ୍ତ ବୋଲି କୁହାଯାଏ। ଏହି ଦିନ ଦାନ,ଧର୍ମ ଏବଂ ଶୁଭ କାର୍ଯ୍ୟ କରିବା ଦ୍ବାରା ଅକ୍ଷୟ ଫଳ ବା ସୌଭାଗ୍ୟ

b9a9e7e3-4154-48b0-b7de-89d81388bcd7

ପ୍ରାପ୍ତି ହୁଏ। ଏହିତିଥିରେ ଶ୍ରୀଜୀଉମାନଙ୍କର ରଥନିର୍ମାଣ ପାଇଁ ଅନୁକୂଳ କରାଯାଏ । ତନ୍ତ୍ରବିଧି ଅନୁସାରେ ମହାକାଳୀ ମନ୍ତ୍ରରେ ପୂଜିତ କୁରାଢି ଲଗାଇ ବନଯୋଗହୋମର ଆଚାର୍ଯ୍ୟ ତଥା ଦେଉଳ ପୁରୋହିତ ରଥନିର୍ମାଣର ଶୁଭାରମ୍ଭ କରିଥାନ୍ତି । ତାଳଧ୍ୱଜ, ଦେବଦଳନ ଓ ନନ୍ଦିଘୋଷ ରଥ ପାଇଁ ଉଦ୍ଦିଷ୍ଟ ଗୋଟିଏ ଧଉରା କାଠ ଗଣ୍ଡିରେ କୁରାଢି ସ୍ପର୍ଶ କରାଯାଇଥାଏ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ଚନ୍ଦନଠାକୁରଙ୍କ ସହ ପଟୁଆରରେ ରଥଖଳାକୁ ଆସିଥାଏ । ଏହାକୁ ତିନିଜଣ ପୂଜାପଣ୍ଡା ଆଣିଥାନ୍ତି । ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖସ୍ଥ ରଥଖଳାରେ ଶ୍ରୀମନ୍ଦିର ପୁରୋହିତ, ରାଜଗୁରୁ ଓ ସ୍ତ୍ରୋତୀୟ ବ୍ରାହ୍ମଣମାନେ ବନଯୋଗ ପୂଜା ସମ୍ପାଦନା କରିବାର ବିଧି ରହିଛି । ରୂପକାର, କମାର, ଚିତ୍ରକର, ଭୋଇ, ଅମୀନସେବକମାନଙ୍କ ଉପସ୍ଥିତିରେ ବିଶ୍ୱକର୍ମାଙ୍କ ଶାଢୀବନ୍ଧା ନୀତି ପାଳିତ ହୁଏ । ରଥ ସଂହିତା ଓ ଶିଳ୍ପଶାସ୍ତ୍ର ଅବଲମ୍ବନରେ ରଥନିର୍ମାଣ କରାଯାଏ । ଏଥିରେ ୧୧୩୯ ଖଣ୍ଡ କାଠଲାଗିଥାଏ । ସେହି କାଠଗୁଡିକ ହେଲା ଫାସି, ଅସନ, ଧଉରା, ଶିମିଳି, ପାଳଧୂଆ, ମହାନିମ୍ବ, ଗମ୍ଭାରୀ, ମଇ, କଦମ୍ବ, ଦେବଦାରୁ ଇତ୍ୟାଦି । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର କର୍ମଚାରୀ ରଥଖଳାରେ ଉପସ୍ଥିତ ରହି ଏହିକାର୍ଯ୍ୟ ସୁରୁଖୁରରେ ହେବାରେ ସାହାଯ୍ୟ କରିଥାନ୍ତି । ବାହାର ଚନ୍ଦନ ଯାତ୍ରାର ଶେଷଦିନ ରଥ ଅଖରେ ଚକ ଲାଗେ । ⚫❗⚫ -: ll ଘଡି ପଥୁଲି ପୂଜା ll :- ଅକ୍ଷୟ ତୃତୀୟା ଦିନ ସକାଳୁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇପଡେ। ସମସ୍ତେ ଜାଣନ୍ତି ବାହାର ଚନ୍ଦନ ଯାତ୍ରା ଓ ରଥ ଅନୁକୂଳ ଏହି ଦିନ ହୋଇଥାଏ। କିନ୍ତୁ କେବଳ ପୁରୀ ଆଉ ଏହାର ଆଖପାଖ ର ଲୋକ ଅକ୍ଷୟ ତୃତୀୟା ଦିନ ହେଉଥିବା ଏହି ଘଡି ପଥୁଲି ପୂଜା ସହ ପରିଚିତ ଥିବେ। ବଡ଼ ମାନଙ୍କ ପାଇଁ ଏହା ଏକ ପୂଜା ହେଇଥିବା ବେଳେ ଛୋଟ ଛୁଆଙ୍କ ପାଇଁ ଏହା ଏକ ମଉଜ ଆଉ ଘଡ଼ି ପଥୁଲି ସହ ଉପହାର ପାଇବାର ଦିନଟିଏ।ସକାଳୁ ମା ମାନେ ଚଉରା ମୂଳରେ ପିଲାଙ୍କ ଶୁଭମନାସୀ ଏହି ପୂଜା କରିଥାନ୍ତି। ଅକ୍ଷୟ ତୃତୀୟା ର ବହୁ ପୁର୍ବରୁ ମାଟି ର ଏଇ ଘଡ଼ି ପଥୁଲି କିଣି ସେଥିରେ ଚୂନ ଦେଇ ଶୁଖାଇ ତା' ଉପରେ ସୁନ୍ଦର ଚିତ୍ର ଆଙ୍କି ଦିଅନ୍ତି। ଏଥିରେ ଭୂଜା ଭରିକି ତା'ର ଉପରେ ପିଲାଙ୍କୁ ଭଲଲାଗିଲା ପରି ବିଭିନ୍ନ ସାମଗ୍ରୀ ସବୁ ରଖି ପୂଜା କରନ୍ତି। ଆଗେ ମୁଆଁ, ଖଣ୍ଡ ଘୋଡା, ବିଭିନ୍ନ ପ୍ରକାରର ଫଳ, ମିଠେଇ ଆଦି ରଖୁଥିଲେ। ଏବେ କିନ୍ତୁ ସମୟ ବଦଳିବା ସହ ପିଲାଙ୍କ ର ପସନ୍ଦକୁ ଦୃଷ୍ଟିରେ ରଖି ସେଥିରେ କଲମ, ପେନସିଲ, ଖାତା,ବହି,ରଙ୍ଗ,ସ୍କେଚ ପେନ୍, ଖେଳନା, ଚକୋଲେଟ ମଧ୍ୟ ରଖୁଛନ୍ତି। ଏହା ଭୋଗ ହେଲାପରେ ଛୋଟ ଛୁଆ ଙ୍କ ଭିତରେ ବାଣ୍ଟି ଦିଆଯାଏ। ଛୋଟ ଛୁଆ ମାନେ ମଧ୍ୟ ବ୍ୟାଗ୍ ଧରି ଘର ଘର ବୁଲି ଘଡି ପଥୁଲି ମାଗିବାକୁ ବାହାରି ପଡ଼ନ୍ତି। ରାଜା ଘରେ ବଡ଼ ବଡ଼ ଘଡି ପଥୁଲି ବସେ, ସେଥିରେ ନଡ଼ିଆ ସହ ବଡ଼ ବଡ଼ ଲଡୁ ଆଉ ଟିକିଏ ଦାମୀ ଜିନିଷ ମିଳିଥାଏ। ଯେଉଁ ପିଲା ରାଜା ଘରୁ ଯାଇ ସଂଗ୍ରହ କଲା, ତା'ର ଖୁସି ଆଉ କହିଲେ ନ ସରେ। ପୁରୀ ର ଏହି ଅନନ୍ୟ ପୂଜା ଶୁଭେଚ୍ଛା। ସଂଗୃହୀତ

More news from ଓଡ଼ିଶା and nearby areas
  • Post by Rajib Behera
    1
    Post by Rajib Behera
    user_Rajib Behera
    Rajib Behera
    Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
    4 hrs ago
  • ବେଙ୍ଗଲ ନିର୍ଵାଚନ ପ୍ରଚାର ବେଳେ ମୋଦି ୧୦ଟଙ୍କା ଦେଇ ମୁଢ଼ି ଖାଇଲେ ଛୋଟ ଛୋଟ ପିଲା ଙ୍କ ସହ ମିଶି ଖାଇଲେ ମୁଢ଼ି
    1
    ବେଙ୍ଗଲ ନିର୍ଵାଚନ ପ୍ରଚାର ବେଳେ ମୋଦି ୧୦ଟଙ୍କା ଦେଇ ମୁଢ଼ି ଖାଇଲେ ଛୋଟ ଛୋଟ ପିଲା ଙ୍କ ସହ ମିଶି ଖାଇଲେ ମୁଢ଼ି
    user_Prime time press
    Prime time press
    Agistment service ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    3 hrs ago
  • Post by MN.NEWS ODIA
    1
    Post by MN.NEWS ODIA
    user_MN.NEWS ODIA
    MN.NEWS ODIA
    Teacher ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    4 hrs ago
  • #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update #rairangpurnews #jashipur #udalanews Date - 18.04.2026 ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। ଆମକୁ ଯୋଗାଯୋଗ କରନ୍ତୁ - 7008944703
    1
    #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update  #rairangpurnews #jashipur #udalanews 
Date - 18.04.2026
ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। 
ଆମକୁ ଯୋଗାଯୋଗ କରନ୍ତୁ - 7008944703
    user_Mayurbhanj Public News
    Mayurbhanj Public News
    ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    8 hrs ago
  • Post by Khabar
    1
    Post by Khabar
    user_Khabar
    Khabar
    Farmer ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    18 hrs ago
  • Post by Jitendra raj
    2
    Post by Jitendra raj
    user_Jitendra raj
    Jitendra raj
    କରଞ୍ଜିଆ, ମୟୂରଭଞ୍ଜ, ଓଡ଼ିଶା•
    18 hrs ago
  • monaranjan pai nayaranga matha gobindapur distiki
    1
    monaranjan pai
nayaranga matha 
gobindapur distiki
    user_Birendra Singh
    Birendra Singh
    Farmer ଉଦଳା, ମୟୂରଭଞ୍ଜ, ଓଡ଼ିଶା•
    20 hrs ago
  • Post by Rajib Behera
    1
    Post by Rajib Behera
    user_Rajib Behera
    Rajib Behera
    Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
    7 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.