ସୁବର୍ଣ୍ଣପୁର ବ୍ଲକ ସମ୍ମିଳନୀ କକ୍ଷଠାରେ ଓଡ଼ିଶା ସାମ୍ବାଦିକ ସଂଘର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଆନୁଷ୍ଠାନିକ ଭାବେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବୀରମହାରାଜପୁର ବିଧାୟକ ତଥା ସୁବର୍ଣ୍ଣପୁର ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଇଂ. ରଘୁନାଥ ଜଗଦଲା ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଜିଲ୍ଲାପାଳ ଡ. ନୃପରାଜ ସାହୁ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଏବଂ ପୌରାଧ୍ୟକ୍ଷା ତାମସୀ ତାମସ୍ମିତା ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ସମାଜର ବିକାଶ ଓ ଗଣତନ୍ତ୍ରର ସୁରକ୍ଷା ପାଇଁ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ ଏବଂ ପ୍ରଶାସନ ପହଞ୍ଚି ପାରୁନଥିବା ଅଞ୍ଚଳର ସମସ୍ୟାକୁ ଗଣମାଧ୍ୟମ ପ୍ରତିନିଧିମାନେ ସରକାର ଓ ପ୍ରଶାସନ ସାମ୍ନାକୁ ଆଣିଥାନ୍ତି ବୋଲି ଅତିଥିମାନେ ମତପ୍ରକାଶ କରିଛନ୍ତି। ଏହି ଉତ୍ସବରେ ଓଡ଼ିଶା ସାମ୍ବାଦିକ ସଂଘର ରାଜ୍ୟ ସଭାପତି ଶଶିଭୂଷଣ ପ୍ରହରାଜ ଓ ରାଜ୍ୟ ସଂପାଦକ ଦୁର୍ଯ୍ୟୋଧନ ମହାରଣା ଯୋଗ ଦେଇ ସୁବର୍ଣ୍ଣପୁର ଟିମ୍ର ମିଳିତ ଉଦ୍ୟମକୁ ପ୍ରଶଂସା କରିଥିଲେ। ଏହା ସହିତ ରାଜ୍ୟ ସଂଘର ଉପସଭାପତି ଦୀପକ ନାୟକ, ଶୁଶାନ୍ତ ମହାପାତ୍ର, ରମଣୀ ରଞ୍ଜନ ଦାସ, ରାକେଶ ଗୁପ୍ତା, ରାଜ୍ୟ ସମ୍ପାଦକ ରାଜ କିଶୋର ତ୍ରିପାଠୀ, ଏବଂ ପଶ୍ଚିମ ଓଡ଼ିଶା ପ୍ରାନ୍ତୀୟ ସମ୍ପାଦକ ରମାକାନ୍ତ ବିଶ୍ୱାଳଙ୍କ ସମେତ ବିଭିନ୍ନ ଜିଲ୍ଲାରୁ ଆସିଥିବା ସଭାପତି, ସମ୍ପାଦକ ଓ ସଭ୍ୟମାନେ ସାଂଗଠନିକ ବିଷୟରେ ଆଲୋଚନା କରିଥିଲେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବ୍ୟକ୍ତିବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ତୃତୀୟ ଅଧିବେଶନରେ 'ସାମ୍ବାଦିକଙ୍କ ସୁରକ୍ଷା, ସ୍ଵାଧୀନତା ଓ ଅଧିକାର' ଶୀର୍ଷକ ଏକ ସେମିନାର ଆୟୋଜିତ ହୋଇଥିଲା। ଏଥିରେ ଜିଲ୍ଲାପାଳ ଡ. ନୃପରାଜ ସାହୁ ମୁଖ୍ୟ ଅତିଥି ଭାବେ ଏବଂ ବକ୍ତା ଭାବେ ବିଇଓ ଲକ୍ଷ୍ମଣ ପଣ୍ଡା ଓ ବୌଦ୍ଧ ଜିଲ୍ଲାର ସୂଚନା ଓ ଲୋକ ସଂପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଯୋଗ ଦେଇ ସାମ୍ପ୍ରତିକ ସମୟରେ ସାମ୍ବାଦିକଙ୍କ ସୁରକ୍ଷା ଉପରେ ନିଜର ମତ ରଖିଥିଲେ। ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ପାତ୍ର ସମଗ୍ର କାର୍ଯ୍ୟକ୍ରମ ସଂଚାଳନ କରିଥିବା ବେଳେ ମନୋରଞ୍ଜନ ତ୍ରିପାଠୀ ପ୍ରାରମ୍ଭିକ ଅଭିଭାଷଣ ପ୍ରଦାନ କରିଥିଲେ, ଜିଲ୍ଲା ସଂପାଦକ ମହାଦେବ ମଲ୍ଲିକ ସଂପାଦକୀୟ ବିବରଣୀ ପାଠ କରିଥିଲେ ଏବଂ ରାଜ୍ୟ ସଂପାଦକ ରାଜକିଶୋର ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ।

- ସୁବର୍ଣ୍ଣପୁର ଜିଲ୍ଲା ବାଙ୍କିପାଲି ଗ୍ରାମର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ବସଷ୍ଟାଣ୍ଡ ନିକଟରେ ମଦ ବିକ୍ରି ହେଉଥିବାରୁ ଏହାକୁ ଗ୍ରାମବାସୀ ତୀବ୍ର ବିରୋଧ କରିଛନ୍ତି। ଏହି ମଦ କାରବାରକୁ ସଂପୂର୍ଣ୍ଣ ରୂପେ ବନ୍ଦ କରିବା ପାଇଁ ବାଙ୍କିପାଲି ଗ୍ରାମବାସୀ ରାମପୁର ଥାନା ଅଧିକାରୀଙ୍କ ନିକଟରେ ଏକ ଲିଖିତ ଅଭିଯୋଗ କରିଛନ୍ତି। ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ବାଙ୍କିପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମାତ୍ର ୧୦୦ ମିଟର ଦୂରତାରେ ମଦ ବିକ୍ରି କରାଯାଉଛି ଏବଂ ମଦ୍ୟପମାନେ ସ୍କୁଲ ପରିସର ମଧ୍ୟରେ ମଧ୍ୟ ମଦ୍ୟପାନ କରୁଛନ୍ତି। ଏହା ବ୍ୟତୀତ ବାଙ୍କିପାଲି ବସଷ୍ଟାଣ୍ଡ ପରିସରରେ ମଧ୍ୟ ମଦ ବିକ୍ରି କରାଯାଉଛି, ଯେଉଁଠାରୁ ବାଙ୍କିପାଲି ହାଇସ୍କୁଳର ଦୂରତା ମାତ୍ର ୧୦୦ ମିଟର ରହିଛି। ଏହି ରାସ୍ତା ଦେଇ ଛାତ୍ରଛାତ୍ରୀମାନେ ପ୍ରତିଦିନ ସ୍କୁଲକୁ ଯିବା ଆସିବା କରୁଛନ୍ତି। ଗ୍ରାମରେ ପ୍ରଚୁର ପରିମାଣରେ ମଦ ବିକ୍ରି ହେଉଥିବାରୁ ସ୍ଥାନୀୟ ପରିବେଶ ନଷ୍ଟ ହେଉଛି ଏବଂ ଅନେକ ପରିବାର ମଧ୍ୟରେ ଅଶାନ୍ତି ସୃଷ୍ଟି ହେଉଛି। ଏହା ଛୋଟ ପିଲାଙ୍କ ଭବିଷ୍ୟତ ନଷ୍ଟ କରୁଥିବାରୁ ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ଗ୍ରାମବାସୀ ଅନୁରୋଧ କରିଛନ୍ତି।1
- ସୋନପୁରର ପାଣ୍ଡ୍ରି ଡୁଙ୍ଗୁରିରୁ ଏକ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ଏହି ଘଟଣାରେ ମୃତକଙ୍କ ବାପା ଅଷାଢୁ ପାଣ୍ଡେ ହତ୍ୟା ଅଭିଯୋଗ ଆଣିଛନ୍ତି।1
- ସୁବର୍ଣ୍ଣପୁର ଜିଲ୍ଲା ବିନିକା ତହସିଲ ସାନଭାଲୁପାଳି ଅଞ୍ଚଳରେ ଚାଲିଥିବା ଏକ ପଥର କ୍ରସର ଯୋଗୁଁ ସ୍ଥାନୀୟ ଜନଜୀବନ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇପଡ଼ିଛି। କ୍ରସର ମାଲିକ ବେଆଇନ ଭାବେ କୋଟି କୋଟି ଟଙ୍କାର ଚୋରା ପଥର ଚାଲାଣ କରୁଥିବା ବେଳେ ଦିନରାତି ଚାଲୁଥିବା ପଥର ବ୍ଲାଷ୍ଟିଙ୍ଗ୍ ଏବଂ କ୍ରସର କାର୍ଯ୍ୟ ଯୋଗୁଁ ଗ୍ରାମବାସୀଙ୍କ ଘରଗୁଡ଼ିକ ଥରୁଛି। ଏହି ବିସ୍ଫୋରଣ ଯୋଗୁଁ ଲୋକଙ୍କ ଘରର କାନ୍ଥ ଏବଂ ଛାତରେ ବଡ଼ ବଡ଼ ଫାଟ ସୃଷ୍ଟି ହେଉଛି, ଯାହା ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଗଭୀର ଆତଙ୍କ ଖେଳାଇ ଦେଇଛି। କ୍ରସରରୁ ନିର୍ଗତ ହେଉଥିବା ଧୂଳିଗୁଣ୍ଡ ଯୋଗୁଁ ଚାଷବାସ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଥିବା ବେଳେ ଏହା ପରିବେଶକୁ ପ୍ରଦୂଷିତ କରିବା ସହ ସାଧାରଣ ଜନତା ଓ ଜଙ୍ଗଲୀ ଜୀବଜନ୍ତୁଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରିଛି। ପୂର୍ବରୁ ଅନେକ ଔଷଧୀୟ ବୃକ୍ଷଲତା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ ଥିବା ଏହି ଅଞ୍ଚଳରେ ବେଆଇନ ଖନନ କାରଣରୁ ଶହ ଶହ ଫୁଟର ବଡ଼ ବଡ଼ ଗାତ ସୃଷ୍ଟି କରି ସେମିତି ଖୋଲା ଛାଡ଼ି ଦିଆଯାଉଛି। ଏହା ବ୍ୟତୀତ ଓଭରଲୋଡ୍ ଗାଡ଼ି ଚଳାଚଳ ଯୋଗୁଁ ସ୍ଥାନୀୟ ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଏହି ସମସ୍ୟା ନେଇ ଗ୍ରାମବାସୀ ବାରମ୍ବାର ଖଣି ବିଭାଗ ଅଧିକାରୀ, ତହସିଲଦାର ଏବଂ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଥିଲେ ସୁଦ୍ଧା କେହି ଶୁଣୁ ନଥିବା ଅଭିଯୋଗ ହୋଇଛି। ଅନ୍ୟପଟେ ଏହି ବେଆଇନ କ୍ରସର ସମ୍ପର୍କରେ ଅଭିଯୋଗ ପାଇବା ପରେ ରାଜସ୍ବ ନିରୀକ୍ଷକ ଏବଂ ମାଇନିଙ୍ଗ ବିଭାଗକୁ ଖବର ଦିଆଯାଇଥିବା ବିନିକା ଅତିତିକ୍ତ ତହସିଲଦାର କହିଛନ୍ତି। ଏହାସହ କ୍ଷତିଗ୍ରସ୍ତ ଘରଗୁଡ଼ିକର ତଦନ୍ତ କରି ଉଚିତ କ୍ଷତିପୂରଣ ପାଇଁ ସରକାରଙ୍କୁ ଜଣାଇବାକୁ ସେ ପ୍ରତିଶ୍ରୁତି ଦେଇଛନ୍ତି। ତେବେ ପରିବେଶକୁ ପ୍ରଦୂଷଣ ମୁକ୍ତ କରିବା ସହ ଆଗାମୀ ଦିନରେ ଯଦି ଏହି ବେଆଇନ ଖନନ ଓ ପଥର ବ୍ଲାଷ୍ଟିଙ୍ଗ୍ ଉପରେ ରୋକ ଲଗା ନଯାଏ, ତେବେ ଗ୍ରାମବାସୀ ଜୋରଦାର ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି।1
- ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଞ୍ଚଳରେ ରାସ୍ତା ଉପରେ ଗାଈଗୋରୁ ବୁଲୁଥିବାରୁ ଦୁର୍ଘଟଣାର ଆଶଙ୍କା ଦେଖାଦେଇଛି। ଗୋରୁ ମାଲିକମାନେ ନିଜ ଗାଈ ଓ ବଳଦମାନଙ୍କୁ ଘରେ ନ ରଖି ବାହାରେ ଛାଡ଼ି ଦେଉଛନ୍ତି। ଏହି କାରଣରୁ ଏବେ ଏହି ଗୋରୁମାନେ ଚାଷ ଜମିରେ ପଶି ଧାନ ଫସଲ ନଷ୍ଟ କରୁଥିବା ଅଭିଯୋଗ ହେଉଛି। ଏହା ସହିତ ଏହି ଗୋରୁଗାଈମାନେ ଦିନରାତି ରାସ୍ତା ଉପରେ ରହୁଥିବାରୁ ଦୁର୍ଘଟଣା ଘଟିବାର ଭୟ ବୃଦ୍ଧି ପାଇବାରେ ଲାଗିଛି।2
- ବୌଦ୍ଧ ଜିଲ୍ଲା ସଦର ବ୍ଲକ ବହିରା କ୍ଲଷ୍ଟର ସ୍ତରୀୟ ଅବସରକାଳୀନ ସମ୍ୱର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ବହିରା କ୍ଲଷ୍ଟରର ସିଆରସିସି ତୋଷଣ କୁମାର ମହାକୁଳଙ୍କ ସଂଯୋଜନାରେ ଆୟୋଜିତ ଏହି ସଭାରେ ଅବସର ଗ୍ରହଣ କରିଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବହିରାର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ଗଣ୍ଡାରାମ ସାହୁ, ସରକାରୀ ପ୍ରାଥମିକ ବିଦ୍ୟାଳୟ ବହିରାର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ହାଡିବନ୍ଧୁ ସାହୁ ଏବଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଜୁରାମୁଣ୍ଡାର ସହକାରୀ ଶିକ୍ଷକ ବାବୁଲାଲ ବଘାରଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବୌଦ୍ଧ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀ ପ୍ରବୀର କୁମାର ରଥ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ବହିରା କ୍ଲଷ୍ଟରର ପୂର୍ବ ସିଆରସିସି ଶ୍ରୀଯୁକ୍ତ ସୁଦାମ ଶେଖର ପୁରୋହିତ ଏବଂ ପୂର୍ବ ସିଆରସିସି ଶ୍ରୀଯୁକ୍ତ ଶଙ୍କର୍ଷଣ ହାତୀ ମଞ୍ଚାସୀନ ଥିଲେ। ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବହିରାର ସହକାରୀ ଶିକ୍ଷକ ଶ୍ରୀଯୁକ୍ତ ହିମାଂଶୁ ଶେଖର ବିଶି ଅତିଥି ପରିଚୟ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ବହିରା କ୍ଲଷ୍ଟରର ସମସ୍ତ ଶିକ୍ଷକ ସହଯୋଗ କରିଥିବା ବେଳେ ଶେଷରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଜୁରାମୁଣ୍ଡାର ସହକାରୀ ଶିକ୍ଷକ ଗିରିଶ ଚନ୍ଦ୍ର ମହାକୁଳ ଧନ୍ୟବାଦ ଅର୍ପଣ କରିଥିଲେ।1
- ଓଡ଼ିଶା ସରକାରଙ୍କ ଭିନ୍ନକ୍ଷମ କମିଶନର ତଥା ଆଇଏଏସ ଶ୍ରୀମତୀ ବ୍ରତତୀ ହରିଚନ୍ଦନ ଗୁରୁବାର ଦିନ ଗଜପତି ଜିଲ୍ଲାର ମୋହନାସ୍ଥିତ ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି ନେତ୍ରହୀନ ଓ ବଧିର ବିଦ୍ୟାଳୟ ଗସ୍ତ କରିଛନ୍ତି। ଏହି ପରିଦର୍ଶନ ସମୟରେ କମିଶନର ବିଦ୍ୟାଳୟର ସମସ୍ତ ବ୍ୟବସ୍ଥା ବୁଲି ଦେଖିବା ସହ ପିଲାମାନଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ। ସେ ପିଲାମାନଙ୍କୁ ସେମାନଙ୍କର ଖାଦ୍ୟପେୟ ଏବଂ ଶିକ୍ଷାଦାନ ସାମଗ୍ରୀ ବାବଦରେ ପଚାରି ବୁଝିଥିଲେ। ଏହି ଗସ୍ତ ସମୟରେ କମିଶନରଙ୍କ ସହ ଗଜପତି ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀମତୀ ବେଜଦୀତା ବଦରାଇତ, ମୋହନା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ, ଅନୁଷ୍ଠାନର ସମ୍ପାଦକ ଶ୍ରୀ ଦଣ୍ଡକୀ ସାହୁ, ପରିଚାଳନା କମିଟି, ଶିକ୍ଷକ, କର୍ମଚାରୀ ଏବଂ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ। ଏହାପରେ କମିଶନର ବିଦ୍ୟାଳୟର ସମ୍ପାଦକଙ୍କ ସହ ପିଲାମାନଙ୍କ ଭବିଷ୍ୟତ ବିଷୟରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ। ଏହି ଆଲୋଚନା ସମୟରେ ପୂର୍ବରୁ ଏଠାରେ ପଢ଼ୁଥିବା ପୁରାତନ ଛାତ୍ରଛାତ୍ରୀମାନେ ବର୍ତ୍ତମାନ କିଭଳି କାର୍ଯ୍ୟ କରୁଛନ୍ତି, ସେ ବିଷୟରେ ମଧ୍ୟ ପଚାରି ବୁଝାଯାଇଥିଲା। ଏହାର ଉତ୍ତରରେ ସମ୍ପାଦକ ଶ୍ରୀ ସାହୁ ଜଣାଇଥିଲେ ଯେ, ପୁରାତନ ଛାତ୍ରଛାତ୍ରୀମାନେ ଶିକ୍ଷକତା ସମେତ ବିଭିନ୍ନ ଚାକିରି କ୍ଷେତ୍ରରେ ନିୟୋଜିତ ଅଛନ୍ତି ଏବଂ ବିଭିନ୍ନ କାର୍ଯ୍ୟକ୍ରମରେ ସେମାନଙ୍କୁ ସମ୍ମାନିତ କରାଯାଇଛି। ବିଦ୍ୟାଳୟର ସୁନ୍ଦର ପରିବେଶ ଓ ଉତ୍ତମ ବ୍ୟବସ୍ଥା ଦେଖି କମିଶନର ବେଶ୍ ଖୁସି ପ୍ରକଟ କରିଛନ୍ତି।1
- ସୋନପୁର ଜିଲ୍ଲା ଡୁଙ୍ଗୁରିପାଲି ଅଞ୍ଚଳରେ ନିଜ ପୁତୁରାକୁ ହରାଇଥିବା ଜଣେ ବ୍ୟକ୍ତି ପୋଲିସ ପ୍ରଶାସନ ନିକଟରେ ଆକୁଳ ନିବେଦନ କରିଛନ୍ତି। ଯେଉଁମାନେ ତାଙ୍କ ପୁତୁରାକୁ ମାରିଛନ୍ତି, ସେହି ସମସ୍ତ ଅଭିଯୁକ୍ତମାନଙ୍କୁ ଯେପରି କଠୋର ଦଣ୍ଡ ମିଳିବ, ତାହା ନିଶ୍ଚିତ କରିବାକୁ ସେ ପୋଲିସ ପ୍ରଶାସନକୁ ଅନୁରୋଧ କରିଛନ୍ତି।1
- ସୁବର୍ଣ୍ଣପୁରରେ ପ୍ରବଳ ଝଡ଼ ବର୍ଷା ହେତୁ ରାସ୍ତାରେ ପାଣି ଜମି ରହିବା ଯୋଗୁଁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଅନେକ ଜାଗାରେ ଗଛ ମଧ୍ୟ ପଡ଼ିବା କାରଣରୁ ରାସ୍ତା ଗୁଡ଼ିକ ସମ୍ପୂର୍ଣ୍ଣ ଭାବେ ବ୍ଲକ ହୋଇ ରହିଛି। ପ୍ରବଳ ଝଡ଼ ଏବଂ ବର୍ଷାର ଏହି ପ୍ରଭାବ ଯୋଗୁଁ ସୁବର୍ଣ୍ଣପୁରରେ ରାସ୍ତାରେ ପାଣି ଜମି ରହିବା ସହ ରାସ୍ତା ବିଚ୍ଛିନ୍ନ ହୋଇପଡ଼ିଛି।1