Shuru
Apke Nagar Ki App…
ସୁବର୍ଣ୍ଣପୁର ଜିଲ୍ଲାରେ ବିଜେଡିର ଜଣେ ବରିଷ୍ଠ ନେତାଙ୍କ ଘରେ ଗୁଳିମାଡ଼ ହୋଇଥିବା ଖବର ମିଳିଛି, ଯାହା ପରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ବିଜେଡି ଯୁବ ସଭାପତି ତଥା ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ସ୍ୱାମୀ ଅଶୋକ ନନ୍ଦଙ୍କ ଘରକୁ ବିଳମ୍ବିତ ରାତିରେ କିଛି ଅଜଣା ଲୋକ ଗୁଳି ଚଳାଇଥିଲେ।
SonepurSambad
ସୁବର୍ଣ୍ଣପୁର ଜିଲ୍ଲାରେ ବିଜେଡିର ଜଣେ ବରିଷ୍ଠ ନେତାଙ୍କ ଘରେ ଗୁଳିମାଡ଼ ହୋଇଥିବା ଖବର ମିଳିଛି, ଯାହା ପରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ବିଜେଡି ଯୁବ ସଭାପତି ତଥା ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ସ୍ୱାମୀ ଅଶୋକ ନନ୍ଦଙ୍କ ଘରକୁ ବିଳମ୍ବିତ ରାତିରେ କିଛି ଅଜଣା ଲୋକ ଗୁଳି ଚଳାଇଥିଲେ।
More news from ଓଡ଼ିଶା and nearby areas
- ସୁବର୍ଣ୍ଣପୁର ଜିଲ୍ଲାରେ ବିଜେଡିର ଜଣେ ବରିଷ୍ଠ ନେତାଙ୍କ ଘରେ ଗୁଳିମାଡ଼ ହୋଇଥିବା ଖବର ମିଳିଛି, ଯାହା ପରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ବିଜେଡି ଯୁବ ସଭାପତି ତଥା ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ସ୍ୱାମୀ ଅଶୋକ ନନ୍ଦଙ୍କ ଘରକୁ ବିଳମ୍ବିତ ରାତିରେ କିଛି ଅଜଣା ଲୋକ ଗୁଳି ଚଳାଇଥିଲେ।1
- କଟକର ଜବାହାରଲାଲ ଇଣ୍ଡୋର ଷ୍ଟାଡିୟମଠାରେ ଗତ ୧୫/୦୬/୨୦୨୬ ରୁ ୧୮/୦୬/୨୦୨୭ ପର୍ଯ୍ୟନ୍ତ ଚାରି ଦିବସୀୟ ରାଜ୍ୟସ୍ତରୀୟ କ୍ୟୁରୋଗୀ ଓ ପୂମସେ ଟାଇକୋଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ୧୮ଟି ଜିଲ୍ଲାରୁ ୬୦୦ରୁ ଅଧିକ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଏଥିରେ ବରଗଡ଼ ଜିଲ୍ଲାରୁ ସମ୍ପାଦକ ତଥା କୋଚ ବିଜୟ କୁମାର ଭୋଇଙ୍କ ନେତୃତ୍ୱରେ ୨୦ ଜଣ ପ୍ରତିଯୋଗୀ ଭାଗ ନେଇଥିଲେ। ସେମାନେ ୩ଟି ସ୍ୱର୍ଣ୍ଣ ପଦକ, ୩ଟି ରୌପ୍ୟ ପଦକ ଏବଂ ୫ଟି କାଂସ୍ୟ ପଦକ ହାସଲ କରିଛନ୍ତି। କୋଚ ଶ୍ରୀ ଭୋଇଙ୍କ ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ସ୍ୱର୍ଣ୍ଣ ପଦକ ଜିତିଥିବା ୩ ଜଣ ଖେଳାଳି ଆସନ୍ତା ଅଗଷ୍ଟ ମାସରେ ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ। ବରଗଡ଼ ଜିଲ୍ଲା ସଂଘର ସଭାପତି ଶ୍ରୀ ନବକିଶୋର ପାଣିଗ୍ରାହୀ, ଉପସଭାପତି ଶ୍ରୀ ଆଶୁତୋଷ ରଥ ଏବଂ କୋଷାଧ୍ୟକ୍ଷ ଶ୍ରୀୟା ମିଶ୍ରଙ୍କ ସମେତ ବରଗଡ଼ ବାସୀ ପଦକ ହାସଲ କରିଥିବା ଖେଳାଳିମାନଙ୍କୁ ଅନେକ ଅନେକ ଶୁଭେଚ୍ଛା ଜଣାଇଛନ୍ତି।1
- କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ ସରକାରର ୧୨ ବର୍ଷ ଏବଂ ରାଜ୍ୟରେ ବିଜେପି ସରକାରର ୨ ବର୍ଷ ପୂର୍ତ୍ତି ଉପଲକ୍ଷେ ଶୁକ୍ରବାର ଦିନ କାଲାହାଣ୍ଡିର ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନରେ ଭାରତୀୟ ଜନତା ପାର୍ଟି, କାଲାହାଣ୍ଡି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଓ ପ୍ରବୁଦ୍ଧ ଜନ ସମ୍ମିଳନୀ ଆୟୋଜନ କରାଯାଇଥିଲା। ବରିଷ୍ଠ ନେତା ହିମାଂଶୁ ଶେଖର ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଧର୍ମଗଡ଼ ବିଧାୟକ ସୁଧୀର ପାଟଜୋଶୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ପୂର୍ବତନ ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଶ୍ରୀ ମେହେର କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପଲବ୍ଧିଗୁଡ଼ିକର ବିସ୍ତୃତ ବିବରଣୀ ଉପସ୍ଥାପନ କରିଥିଲେ। ସେ କହିଥିଲେ ଯେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ୧୨ ବର୍ଷର ଶାସନ ଏବଂ ରାଜ୍ୟରେ ବିଜେପି ସରକାରର ୨ ବର୍ଷ ମଧ୍ୟରେ ଦେଶ ଓ ରାଜ୍ୟ ଏକ ନୂଆ ପରିଚୟ ସୃଷ୍ଟି କରିଛି। ଗରିବ କଲ୍ୟାଣ ପାଇଁ ଚାଲୁଥିବା ବିଭିନ୍ନ ଯୋଜନା ଲୋକଙ୍କ ଜୀବନଶୈଳୀରେ ପରିବର୍ତ୍ତନ ଆଣିଛି। ଏହି ସମ୍ମିଳନୀରେ ଜିଲ୍ଲା ବିଜେପି ଅଧ୍ୟକ୍ଷ ଯୁଗଳ ପୋଢ, ମନୋଜ ମେହେର, ମୁକେଶ ଅଗ୍ରୱାଲ, ବିନ୍ଦୁ ମହାନନ୍ଦ, ଭବସିନ୍ଧୁ ମଙ୍ଗରାଜ, ଦେବେନ୍ଦ୍ର ମହାନ୍ତି, ଭରତ ଭୂଷଣ ଦେବ ଏବଂ କାଞ୍ଚନ ବାଗ ପ୍ରମୁଖ ଉପସ୍ଥିତ ଥିଲେ। ବରିଷ୍ଠ ବିଜେପି ନେତା କାଳନ୍ଦୀ ପାଣିଗ୍ରାହୀ ସଭା ପରିଚାଳନା କରିଥିବା ବେଳେ ସମ୍ମିଳନୀର ସଂଯୋଜକ ହିମାଂଶୁ ବରାଡ଼ ଧନ୍ୟବାଦ ଅର୍ପଣ କରିଥିଲେ।1
- ଏକ ଗୁଳିକାଣ୍ଡ ଘଟଣାକୁ ନେଇ ଜଣେ ପ୍ରତ୍ୟେକ୍ଷଦର୍ଶୀଙ୍କ ବୟାନ ଶୁଣିବା ପାଇଁ କୁହାଯାଇଛି।1
- ଆସନ୍ତା ବର୍ଷା ଋତୁ ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ସଫଳ ମୁକାବିଲା ନିମନ୍ତେ ବୌଦ୍ଧ ଜିଲ୍ଲାର ଜିଲ୍ଲା ପ୍ରଶାସନ ଏବଂ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (OSDMA)ଙ୍କ ମିଳିତ ଆୟୋଜନରେ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହ ଠାରେ ଜିଲ୍ଲାସ୍ତରୀୟ ଟେବୁଲ ଟପ୍ ଏକ୍ସରସାଇଜ (TTEX)-୨୦୨୬ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ତହସିଲଦାର ବୌଦ୍ଧ ଅନିତା କୁମାରୀ ସାହୁ, ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀ ତଥା ସମସ୍ତ ଲାଇନ ବିଭାଗର ଅଧିକାରୀମାନେ ଯୋଗଦେଇଥିଲେ। ପ୍ରାରମ୍ଭରେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଜ୍ୟୋତି ରଞ୍ଜନ ଭୁଏ ଅତିଥିମାନଙ୍କୁ ସ୍ୱାଗତ କରିଥିଲେ। ପରେ OSDMAର ଜିଲ୍ଲା ପ୍ରକଳ୍ପ ଅଧିକାରୀଙ୍କ ଦ୍ୱାରା ଟେବୁଲ ଟପ୍ ଏକ୍ସରସାଇଜର ଉଦ୍ଦେଶ୍ୟ, କଳ୍ପିତ ବିପର୍ଯ୍ୟୟ ପରିସ୍ଥିତି ଓ ପ୍ରତିକ୍ରିୟା ବ୍ୟବସ୍ଥା ସମ୍ପର୍କରେ ଏକ ବିସ୍ତୃତ ଉପସ୍ଥାପନା କରାଯାଇଥିଲା। ଏହି ଅବସରରେ ଜିଲ୍ଲା ଦୁର୍ଯ୍ୟୋଗ ପରିଚାଳନା ପ୍ରାଧିକରଣ (DDMA) ପକ୍ଷରୁ ବିପର୍ଯ୍ୟୟ ପୂର୍ବ ପ୍ରସ୍ତୁତି, ଜରୁରୀକାଳୀନ ପରିଚାଳନା, ଉଦ୍ଧାର ଓ ରିଲିଫ୍ ବ୍ୟବସ୍ଥା ଉପରେ ଆଲୋଚନା କରାଯାଇଥିଲା। ରାଜସ୍ୱ, ପୁଲିସ, ସ୍ୱାସ୍ଥ୍ୟ, ଅଗ୍ନିଶମ, ବିଦ୍ୟୁତ, ଜଳସମ୍ପଦ, ପରିବହନ, ପଞ୍ଚାୟତିରାଜ, କୃଷି, ପଶୁସମ୍ପଦ, ବନ, ଶିକ୍ଷା, ରେଳବାଇ ଓ ଅନ୍ୟାନ୍ୟ ବିଭାଗର ଅଧିକାରୀମାନେ ନିଜ ନିଜ ବିଭାଗ ପକ୍ଷରୁ ଗ୍ରହଣ କରାଯାଇଥିବା ପ୍ରସ୍ତୁତିମୂଳକ ପଦକ୍ଷେପଗୁଡ଼ିକୁ ଉପସ୍ଥାପନ କରିଥିଲେ। ରାଜ୍ୟ ପର୍ଯ୍ୟବେକ୍ଷକ ତଥା DMTC, ROTIର ପ୍ରଶିକ୍ଷକ ଅରୁଣ କୁମାର ପ୍ରଧାନ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ବିଭିନ୍ନ ବିଭାଗର ପ୍ରସ୍ତୁତି ସମ୍ପର୍କରେ ମତାମତ ଓ ପରାମର୍ଶ ଦେଇଥିଲେ ଏବଂ ଅଂଶଗ୍ରହଣକାରୀମାନଙ୍କ ଠାରୁ ମଧ୍ୟ ସୁପାରିଶ ଓ ମତାମତ ଗ୍ରହଣ କରାଯାଇଥିଲା। ଅତିରିକ୍ତ ଜିଲ୍ଲାପାଳ ବିପର୍ଯ୍ୟୟ ସମୟରେ ସମସ୍ତ ବିଭାଗ ମଧ୍ୟରେ ସୁଦୃଢ଼ ସମନ୍ୱୟ, ତ୍ୱରିତ ସୂଚନା ଆଦାନ-ପ୍ରଦାନ ଏବଂ ଜନସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେଇ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ। ଶେଷରେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅଭ୍ୟାସ ଜରିଆରେ ଜିଲ୍ଲାର ବିପର୍ଯ୍ୟୟ ମୁକାବିଲା କ୍ଷମତା, ଜରୁରୀକାଳୀନ ପ୍ରତିକ୍ରିୟା ବ୍ୟବସ୍ଥା ଏବଂ ଆନ୍ତଃବିଭାଗୀୟ ସମନ୍ୱୟ ଆହୁରି ସୁଦୃଢ଼ ହେବ ବୋଲି ଆଶା ପ୍ରକାଶ ପାଇଥିଲା।1
- ସୁବର୍ଣ୍ଣପୁର ଜିଲ୍ଲାର ବିନିକା ବ୍ଲକ ଅଧ୍ୟକ୍ଷ୍ୟା ଦିପ୍ତୀରେଖା ନନ୍ଦଙ୍କ ସିଙ୍ଗିଯୁବା ଗ୍ରାମସ୍ଥିତ ଘରକୁ ଗତକାଲି ବିଳମ୍ବିତ ରାତିରେ ପ୍ରାୟ ୨୫ ରାଉଣ୍ଡ ଗୁଳିମାଡ଼ ହୋଇଥିବା ସୂଚନା ମିଳିଛି।1
- ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଲୁତୁରପଙ୍କ ଗ୍ରାମରେ ଯୁବକମାନେ ନିଜ ଇଚ୍ଛାରେ ଏକ ସାମୂହିକ ସଫେଇ ଅଭିଯାନ ଆରମ୍ଭ କରିଛନ୍ତି। ସ୍ଥାନୀୟ ଜୟ ଜଗନ୍ନାଥ ସ୍ପୋର୍ଟସ କ୍ଲବର ସଦସ୍ୟମାନେ ଆଜି ସକାଳୁ ରଥ ପଡ଼ିଆକୁ ପରିଷ୍କାର କରିଛନ୍ତି।1
- ବରଗଡ଼ ଜିଲ୍ଲା ସରପଞ୍ଚ ସଂଘ ପକ୍ଷରୁ ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଏକ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକର ତିଖିରି ଗ୍ରାମ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ ଉଚିତ୍ ନ୍ୟାୟ ଯୋଗାଇ ଦେବାକୁ ନାରାବାଜୀ କରିବା ସହ ସଂଘ ପକ୍ଷରୁ ଦାବି କରାଯାଇଛି। ନାରୀଙ୍କ ସୁରକ୍ଷା ନେଇ ସରକାର ଦାବି କରୁଥିବା ବେଳେ ଚାମେଲି ଓଝାଙ୍କ ପ୍ରତି ଏ କିଭଳି ସୁରକ୍ଷା ବୋଲି ସରପଞ୍ଚ ସଂଘ ପ୍ରଶ୍ନ ଉଠାଇଛି। ସରପଞ୍ଚ ସଂଘ ଖୋଲା ଚେତାବନୀ ଦେଇଛି ଯେ ଯଦି ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନରେ ଅବହେଳା କରାଯାଏ, ତେବେ ଆଗାମୀ ଦିନରେ ସଂଘ ଆନ୍ଦୋଳନ କରି ରାଜରାସ୍ତାକୁ ଓହ୍ଲାଇବ। ଏହି ପରିପ୍ରେକ୍ଷୀରେ, ସରପଞ୍ଚ ସଂଘ ବରଗଡ଼ ଜିଲ୍ଲାପାଳଙ୍କ ଜରିଆରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରି ଚାମେଲି ଓଝାଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ପାଇଁ ଅନୁରୋଧ କରିଛି। ଆମ ବରଗଡ଼ ଜିଲ୍ଲା ପ୍ରତିନିଧୀ ସୁଜିତ୍ ବେହେରା ଏ ନେଇ ସରପଞ୍ଚମାନଙ୍କ ସହ ଅଧିକ ଆଲୋଚନା କରିଛନ୍ତି।1