logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଶ୍ରୀ ବିଦ୍ୟାଧର ଶବରଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା। ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ବିଦ୍ୟାଧର ଶବର ଙ୍କୁ ପଦ୍ମପୁର ବ୍ଲକର ଆଖୁସିଙ୍ଗି ମଣ୍ଡଳ ଅନ୍ତର୍ଗତ ଇନ୍ଦୁପୁର ଗ୍ରାମର ଗ୍ରାମବାସୀ ମାନେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ ଏହି ସମୟରେ ପୂର୍ବତନ ମଣ୍ଡଳ ସଭାପତି ରାମକୃଷ୍ଣା ସହିତ ଭାରତୀୟ ଜନତା ପାର୍ଟିର ବହୁ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହିଥିଲେ।

4 days ago
user_Susanta kumar panda
Susanta kumar panda
ପଦ୍ମପୁର, ରାୟଗଡା, ଓଡ଼ିଶା•
4 days ago
b0052ce9-b337-4531-9486-61bb0e6655bd
108a7228-f2bc-48db-ac41-e9cd3437aae2

ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଶ୍ରୀ ବିଦ୍ୟାଧର ଶବରଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା। ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ବିଦ୍ୟାଧର ଶବର ଙ୍କୁ ପଦ୍ମପୁର ବ୍ଲକର ଆଖୁସିଙ୍ଗି ମଣ୍ଡଳ ଅନ୍ତର୍ଗତ ଇନ୍ଦୁପୁର ଗ୍ରାମର ଗ୍ରାମବାସୀ ମାନେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ ଏହି ସମୟରେ ପୂର୍ବତନ ମଣ୍ଡଳ ସଭାପତି ରାମକୃଷ୍ଣା ସହିତ ଭାରତୀୟ ଜନତା ପାର୍ଟିର ବହୁ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହିଥିଲେ।

More news from ଓଡ଼ିଶା and nearby areas
  • ପାନୀୟ ଜଳଯୋଗାଣର ଅବ୍ୟବସ୍ଥା ନେଇ ନୁଆସାହିରେ ରାସ୍ତାରୋକ l ପଦ୍ମପୁର, ୨୦।୦୪ (ନିପ୍ର) ପଦ୍ମପୁରବାସୀଙ୍କ ଜଳକଷ୍ଟ ଏବେ ଜନ ଆନ୍ଦୋଳନର ରୂପ ନେଇଛି। ଦୀର୍ଘ ଦିନର ଜଳାଭାବ ଏବଂ କୋଟି କୋଟି ଟଙ୍କାର ବସୁଧା ପ୍ରକଳ୍ପରେ ଦେଖାଦେଇଥିବା ବାରମ୍ବାର ଯାନ୍ତ୍ରିକ ତ୍ରୁଟିକୁ ନେଇ ଆଜି ପଦ୍ମପୁରରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ପାନୀୟ ଜଳ ଯୋଗାଣରେ ବିପର୍ଯ୍ୟସ୍ତ ଅବସ୍ଥାକୁ ପ୍ରତିବାଦ କରି ଆଜି ପଦ୍ମପୁର ନୂଆସାହି ନିକଟରେ ଶତାଧିକ ମହିଳା ଓ ପୁରୁଷ ଗୁଣପୁର ପଦ୍ମପୁର ମୁଖ୍ୟ ରାସ୍ତାକୁ ଦୀର୍ଘ ଘଣ୍ଟା ଧରି ଅବରୋଧ କରିଥିଲେ। ଫଳରେ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିବା ବେଳେ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନର ଲମ୍ବା ଧାଡ଼ି ଦେଖିବାକୁ ମିଳିଥିଲା। ଏଠାରେ ସୂଚନାଯୋଗ୍ୟ ଯେ, ଗୁମୁଡ଼ା ନଦୀ କୂଳରେ ଥିବା ପ୍ରକଳ୍ପର ମୁଖ୍ୟ ପ୍ରଡକ୍ସନ ୱେଲ ମଧ୍ୟରେ ଅତ୍ୟଧିକ ବାଲି ଓ ମାଟି ଜମିଯିବା ସହ ଏକ ୧୫ ଏଚ.ପି.ର ପମ୍ପ ମୋଟର ପୋଡ଼ି ଯାଇଥିଲା। ଫଳରେ ତିନୋଟି ଯାକ ବୋରୱେଲ୍‌କୁ କମ୍ପ୍ରେସର ମାଧ୍ୟମରେ ସଫା କରାଯିବା ସହ ଦୁଇଟି ନୂତନ ଉଚ୍ଚ କ୍ଷମତା ସମ୍ପନ୍ନ ମୋଟର ସ୍ଥାପନ କରାଯାଇଛି। ଏହି ଯାନ୍ତ୍ରିକ ତ୍ରୁଟି ଏବଂ ପୂର୍ବରୁ ବିଛାଯାଇଥିବା ନିମ୍ନ ମାନର ପାଇପ୍ ଫାଟି ପାଣି ନଷ୍ଟ ହେଉଥିବାରୁ ନୂଆସାହି, ମାର୍କମା ସାହି, ଇନ୍ଦିରା ନଗର, ବଡ଼ ସାହି, ସୌରା ସାହି ଏବଂ ସୁନାରୀ ସାହି ଭଳି ଅଞ୍ଚଳରେ ଦୀର୍ଘ ଦିନ ହେଲା ଜଳ ଯୋଗାଣ ବନ୍ଦ ରହିଥିଲା। ପ୍ରଖର ଗ୍ରୀଷ୍ମ ପ୍ରବାହ ମଧ୍ୟରେ ପାଣି ମୁନ୍ଦାଏ ପାଇଁ ହନ୍ତସନ୍ତ ହୋଇ ଶେଷରେ ସ୍ଥାନୀୟ ବାସିନ୍ଦା ରାସ୍ତାକୁ ଓହ୍ଲାଇଥିଲେ। ଖବରପାଇ ଘଟଣା ସ୍ଥଳରେ ପଦ୍ମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ କୁରେଶ ଜାନୀ ଏବଂ ଆରଡବ୍ଲୁଏସଏସ ବିଭାଗର କନିଷ୍ଠ ଯନ୍ତ୍ରୀ ଅଜୟ ମାଝୀ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା କରିଥିଲେ। ଉକ୍ତ ସାହି ଗୁଡ଼ିକୁ ଦିନ ଛାଡ଼ି ଦିନେ ନିୟମିତ ଭାବେ ଜଳ ଯୋଗାଣ କରାଯିବ ବୋଲି ପ୍ରଶାସନିକ ସ୍ତରରେ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ପ୍ରଶମିତ ହୋଇଥିଲା ଏବଂ ଯାତାୟାତ ସ୍ୱାଭାବିକ ହୋଇଥିଲା।
    3
    ପାନୀୟ ଜଳଯୋଗାଣର ଅବ୍ୟବସ୍ଥା ନେଇ ନୁଆସାହିରେ ରାସ୍ତାରୋକ l
ପଦ୍ମପୁର, ୨୦।୦୪ (ନିପ୍ର) ପଦ୍ମପୁରବାସୀଙ୍କ ଜଳକଷ୍ଟ ଏବେ ଜନ ଆନ୍ଦୋଳନର ରୂପ ନେଇଛି। ଦୀର୍ଘ ଦିନର ଜଳାଭାବ ଏବଂ କୋଟି କୋଟି ଟଙ୍କାର ବସୁଧା ପ୍ରକଳ୍ପରେ ଦେଖାଦେଇଥିବା ବାରମ୍ବାର ଯାନ୍ତ୍ରିକ ତ୍ରୁଟିକୁ ନେଇ ଆଜି ପଦ୍ମପୁରରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ପାନୀୟ ଜଳ ଯୋଗାଣରେ ବିପର୍ଯ୍ୟସ୍ତ ଅବସ୍ଥାକୁ ପ୍ରତିବାଦ କରି ଆଜି ପଦ୍ମପୁର ନୂଆସାହି ନିକଟରେ ଶତାଧିକ ମହିଳା ଓ ପୁରୁଷ ଗୁଣପୁର ପଦ୍ମପୁର ମୁଖ୍ୟ ରାସ୍ତାକୁ ଦୀର୍ଘ ଘଣ୍ଟା ଧରି ଅବରୋଧ କରିଥିଲେ। ଫଳରେ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିବା ବେଳେ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନର ଲମ୍ବା ଧାଡ଼ି ଦେଖିବାକୁ ମିଳିଥିଲା। ଏଠାରେ ସୂଚନାଯୋଗ୍ୟ ଯେ, ଗୁମୁଡ଼ା ନଦୀ କୂଳରେ ଥିବା ପ୍ରକଳ୍ପର ମୁଖ୍ୟ ପ୍ରଡକ୍ସନ ୱେଲ ମଧ୍ୟରେ ଅତ୍ୟଧିକ ବାଲି ଓ ମାଟି ଜମିଯିବା ସହ ଏକ ୧୫ ଏଚ.ପି.ର ପମ୍ପ ମୋଟର ପୋଡ଼ି ଯାଇଥିଲା। ଫଳରେ ତିନୋଟି ଯାକ ବୋରୱେଲ୍‌କୁ କମ୍ପ୍ରେସର ମାଧ୍ୟମରେ ସଫା କରାଯିବା ସହ ଦୁଇଟି ନୂତନ ଉଚ୍ଚ କ୍ଷମତା ସମ୍ପନ୍ନ ମୋଟର ସ୍ଥାପନ କରାଯାଇଛି। ଏହି ଯାନ୍ତ୍ରିକ ତ୍ରୁଟି ଏବଂ ପୂର୍ବରୁ ବିଛାଯାଇଥିବା ନିମ୍ନ ମାନର ପାଇପ୍ ଫାଟି ପାଣି ନଷ୍ଟ ହେଉଥିବାରୁ ନୂଆସାହି, ମାର୍କମା ସାହି, ଇନ୍ଦିରା ନଗର, ବଡ଼ ସାହି, ସୌରା ସାହି ଏବଂ ସୁନାରୀ ସାହି ଭଳି ଅଞ୍ଚଳରେ ଦୀର୍ଘ ଦିନ ହେଲା ଜଳ ଯୋଗାଣ ବନ୍ଦ ରହିଥିଲା। ପ୍ରଖର ଗ୍ରୀଷ୍ମ ପ୍ରବାହ ମଧ୍ୟରେ ପାଣି ମୁନ୍ଦାଏ ପାଇଁ ହନ୍ତସନ୍ତ ହୋଇ ଶେଷରେ ସ୍ଥାନୀୟ ବାସିନ୍ଦା ରାସ୍ତାକୁ ଓହ୍ଲାଇଥିଲେ। ଖବରପାଇ ଘଟଣା ସ୍ଥଳରେ ପଦ୍ମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ  କୁରେଶ ଜାନୀ ଏବଂ ଆରଡବ୍ଲୁଏସଏସ  ବିଭାଗର କନିଷ୍ଠ ଯନ୍ତ୍ରୀ ଅଜୟ ମାଝୀ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା କରିଥିଲେ। ଉକ୍ତ ସାହି ଗୁଡ଼ିକୁ ଦିନ ଛାଡ଼ି ଦିନେ ନିୟମିତ ଭାବେ ଜଳ ଯୋଗାଣ କରାଯିବ ବୋଲି ପ୍ରଶାସନିକ ସ୍ତରରେ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ପ୍ରଶମିତ ହୋଇଥିଲା ଏବଂ ଯାତାୟାତ ସ୍ୱାଭାବିକ ହୋଇଥିଲା।
    user_Susanta kumar panda
    Susanta kumar panda
    ପଦ୍ମପୁର, ରାୟଗଡା, ଓଡ଼ିଶା•
    19 hrs ago
  • ମହିଳା ସଂରକ୍ଷଣ ବିଲ୍‌କୁ ନେଇ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି କୋରାପୁଟ ସାଂସଦ ସପ୍ତଗିରି ଉଲାକା। ସରକାର ମହିଳାମାନଙ୍କୁ ସଶକ୍ତ କରିବା ପରିବର୍ତ୍ତେ କେବଳ ମିଥ୍ୟା ପ୍ରତିଶ୍ରୁତି ଦେଇ ଭୋଟ୍ ରାଜନୀତି କରୁଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି। ଏନେଇ କଣ କହୁଛନ୍ତି ସପ୍ତଗିରି ଉଲାକା, ଆସନ୍ତୁ ଶୁଣିବା...
    1
    ମହିଳା ସଂରକ୍ଷଣ ବିଲ୍‌କୁ ନେଇ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି କୋରାପୁଟ ସାଂସଦ ସପ୍ତଗିରି ଉଲାକା। ସରକାର ମହିଳାମାନଙ୍କୁ ସଶକ୍ତ କରିବା ପରିବର୍ତ୍ତେ କେବଳ ମିଥ୍ୟା ପ୍ରତିଶ୍ରୁତି ଦେଇ ଭୋଟ୍ ରାଜନୀତି କରୁଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି। ଏନେଇ କଣ କହୁଛନ୍ତି ସପ୍ତଗିରି ଉଲାକା, ଆସନ୍ତୁ ଶୁଣିବା...
    user_Gunupur Updates
    Gunupur Updates
    Local News Reporter ଗୁଣୁପୁର, ରାୟଗଡା, ଓଡ଼ିଶା•
    16 hrs ago
  • ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ଙ୍କୁ ସମ୍ବର୍ଦ୍ଧନା ଭାଜପା କର୍ମୀମାନେ ଜଣାଇଥିଲେ। ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ରାଜ୍ୟ ସ୍ତରୀୟ ପଦାଧିକାରୀ ମାନଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ଙ୍କ ଅଧୀନରେ ଭାଜପା ପଂଚାୟତ ନିର୍ବାଚନ ରେ ଭଲ ପ୍ରଦର୍ଶନ କରିବ ବୋଲି ଭାଜପା କର୍ମୀ ଆଶା କରୁଛନ୍ତି।
    1
    ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ଙ୍କୁ ସମ୍ବର୍ଦ୍ଧନା ଭାଜପା କର୍ମୀମାନେ ଜଣାଇଥିଲେ। ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ରାଜ୍ୟ ସ୍ତରୀୟ ପଦାଧିକାରୀ ମାନଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ଙ୍କ ଅଧୀନରେ ଭାଜପା ପଂଚାୟତ ନିର୍ବାଚନ ରେ ଭଲ ପ୍ରଦର୍ଶନ କରିବ ବୋଲି ଭାଜପା କର୍ମୀ ଆଶା କରୁଛନ୍ତି।
    user_KHABAR TARANGA
    KHABAR TARANGA
    ସେରଙ୍ଗୋ, ଗଜପତି, ଓଡ଼ିଶା•
    18 hrs ago
  • ସ୍ଥାନ, ବିଷ୍ମଗିରି ଗ୍ରାମ ସୁବର୍ଣ୍ଣଗିରି 24ପହର ଅଖଣ୍ଡ ନାମ ସଂକୀର୍ତ୍ତନ ହେବ
    1
    ସ୍ଥାନ, ବିଷ୍ମଗିରି ଗ୍ରାମ ସୁବର୍ଣ୍ଣଗିରି 24ପହର ଅଖଣ୍ଡ ନାମ ସଂକୀର୍ତ୍ତନ ହେବ
    user_ଅଜିତ ପାତ୍ର
    ଅଜିତ ପାତ୍ର
    Kotagarh, Kandhamal•
    7 hrs ago
  • ରାୟଗଡ଼ା ଜିଲ୍ଲା କାଶିପୁର ବ୍ଲକ ର ବାଫଳାମାଳି ର ବକ୍ସାଇଟ୍ ଖଣିକୁ ନେଇ ଆନ୍ଦୋଳନ ପାଇଁ ଦାନା ବାନ୍ଧୁଛି
    1
    ରାୟଗଡ଼ା ଜିଲ୍ଲା କାଶିପୁର ବ୍ଲକ ର ବାଫଳାମାଳି ର ବକ୍ସାଇଟ୍ ଖଣିକୁ ନେଇ ଆନ୍ଦୋଳନ ପାଇଁ ଦାନା ବାନ୍ଧୁଛି
    user_Tuna Behera
    Tuna Behera
    କାଶୀପୁର, ରାୟଗଡା, ଓଡ଼ିଶା•
    3 hrs ago
  • ତା. 20/04/2026 ରିଖ ପୁରୀ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ନିମାପଡା ବ୍ଲକ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି ।ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ ଏଥିରେ ଅଧ୍ୟକ୍ଷତା କରିଥିଲେ।ଏଥିରେ ମୋଟ ୩୪ ଗୋଟି ଅଭିଯୋଗ ମିଳିଥିଲା।ସେଥିରୁ ୩୧ ଗୋଟି ବ୍ୟକ୍ତିଗତ,୩ ଗୋଟି ଗ୍ରାମ ସମ୍ବନ୍ଧୀୟ ରହିଥିଲା।ତତକ୍ଷଣାତ ୨ ଗୋଟି ଅଭିଯୋଗ ର ସମାଧାନ କରାଯାଇଥିଲା। ଅନ୍ୟ ଅଭିଯୋଗ ଗୁଡିକ ର ଆଇନ ଅନୁସାରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗ ମାନଙ୍କୁ ପ୍ରେରଣ କରାଯାଇଥିଲା।ଏହି ଶୁଣାଣୀ ରେ ସିଡିଏମଓ ଡା ଅକ୍ଷୟ କୁମାର ଶତପଥୀ,,ଏସଡିପିଓ ଜନାର୍ଦ୍ଦନ ପାଢ଼ୀ, ନିମାପଡା ବିଡ଼ିଓ ଡ ଅଭିଜିତ ଷଡ଼ଙ୍ଗୀ,ସତହସିଲଦାର ଡ ମନୋଜ କୁମାର ପ୍ରଧାନ,ଅଭିଯୋଗ ଶୁଣାଣୀ ଅଧିକାରୀ ବିବେକାନନ୍ଦ ସାହୁ ଓ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।ଆସନ୍ତା ୨୭ ତାରିଖ ପୂର୍ବାହ୍ନ ୭ ଘଟିକା ରୁ ୧୦ ଘଟିକା ପର୍ଯ୍ୟନ୍ତ କଣାସ ବ୍ଲକ ସମ୍ମିଳନୀ କକ୍ଷରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ବୋଲି ଜଣାଯାଇଛି। ନିମାପଡା ରୁ ଦିପୁ ରଞ୍ଜନ ବେହେରା ଙ୍କ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା ଭୁବନେଶ୍ୱର
    1
    ତା. 20/04/2026 ରିଖ ପୁରୀ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ନିମାପଡା ବ୍ଲକ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି ।ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ ଏଥିରେ ଅଧ୍ୟକ୍ଷତା କରିଥିଲେ।ଏଥିରେ ମୋଟ ୩୪ ଗୋଟି  ଅଭିଯୋଗ ମିଳିଥିଲା।ସେଥିରୁ ୩୧ ଗୋଟି ବ୍ୟକ୍ତିଗତ,୩ ଗୋଟି ଗ୍ରାମ ସମ୍ବନ୍ଧୀୟ ରହିଥିଲା।ତତକ୍ଷଣାତ ୨ ଗୋଟି ଅଭିଯୋଗ ର ସମାଧାନ କରାଯାଇଥିଲା। ଅନ୍ୟ ଅଭିଯୋଗ ଗୁଡିକ ର ଆଇନ ଅନୁସାରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗ ମାନଙ୍କୁ ପ୍ରେରଣ କରାଯାଇଥିଲା।ଏହି ଶୁଣାଣୀ ରେ ସିଡିଏମଓ ଡା ଅକ୍ଷୟ କୁମାର ଶତପଥୀ,,ଏସଡିପିଓ ଜନାର୍ଦ୍ଦନ ପାଢ଼ୀ, ନିମାପଡା ବିଡ଼ିଓ ଡ ଅଭିଜିତ ଷଡ଼ଙ୍ଗୀ,ସତହସିଲଦାର ଡ ମନୋଜ କୁମାର ପ୍ରଧାନ,ଅଭିଯୋଗ ଶୁଣାଣୀ ଅଧିକାରୀ ବିବେକାନନ୍ଦ ସାହୁ ଓ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।ଆସନ୍ତା ୨୭ ତାରିଖ ପୂର୍ବାହ୍ନ ୭ ଘଟିକା ରୁ ୧୦ ଘଟିକା ପର୍ଯ୍ୟନ୍ତ କଣାସ ବ୍ଲକ ସମ୍ମିଳନୀ କକ୍ଷରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ବୋଲି ଜଣାଯାଇଛି।
ନିମାପଡା ରୁ ଦିପୁ ରଞ୍ଜନ ବେହେରା ଙ୍କ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା ଭୁବନେଶ୍ୱର
    user_OWNER-EDITOR
    OWNER-EDITOR
    Association or organisation ତୁମୁଡ଼ିବନ୍ଧ, କନ୍ଧମାଳ, ଓଡ଼ିଶା•
    1 hr ago
  • ଗୀତ ଶୁଣନ୍ତୁ 🙏🙏🙏
    1
    ଗୀତ ଶୁଣନ୍ତୁ 🙏🙏🙏
    user_Baleswar Naik
    Baleswar Naik
    Thuamul Rampur, Kalahandi•
    7 hrs ago
  • ମହିଳା ସଂରକ୍ଷଣ ବିଲ୍‌କୁ ନେଇ ସରକାର ଙ୍କୁ ଘେରିଲେ ସାଂସଦ ସପ୍ତଗିରି ଉଲାକା। ମହିଳା ସଂରକ୍ଷଣ ବିଲ୍‌କୁ କାର୍ଯ୍ୟକାରୀ କରିବାରେ ବିଳମ୍ବ ଓ କେନ୍ଦ୍ର ସରକାରଙ୍କ ଆଭିମୁଖ୍ୟକୁ ନେଇ ତୀବ୍ର ସମାଲୋଚନା କରିଛନ୍ତି କୋରାପୁଟ ସାଂସଦ ସପ୍ତଗିରି ଉଲାକା। ସେ ଅଭିଯୋଗ କରିଛନ୍ତି ଯେ, ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ ସରକାର ମହିଳା ମାନଙ୍କୁ ସଶକ୍ତ କରିବା ଅପେକ୍ଷା ମିଥ୍ୟା ପ୍ରଚାର କରି ଭୋଟ୍ ହାତେଇବାକୁ ଅଧିକ ପ୍ରୟାସ କରୁଛନ୍ତି। ​ଶ୍ରୀ ଉଲାକା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ୨୦୨୩ ମସିହାରେ ସମସ୍ତ ରାଜନୈତିକ ଦଳର ସହମତିରେ ସଂସଦରେ ପାରିତ ହୋଇଥିଲା। କିନ୍ତୁ ଦୁର୍ଭାଗ୍ୟର ବିଷୟ, ଏହାର ଗେଜେଟ୍ ନୋଟିଫିକେସନ୍ ପ୍ରକାଶ କରିବା ପାଇଁ ସରକାରଙ୍କୁ ଦୀର୍ଘ ସମୟ ଲାଗିଗଲା। ଗତ ୧୬ ଏପ୍ରିଲ ୨୦୨୬ରେ ଏହି ନୋଟିଫିକେସନ୍ ବାହାରିବା ସରକାରଙ୍କ ଇଚ୍ଛାଶକ୍ତିର ଅଭାବକୁ ସ୍ପଷ୍ଟ କରୁଛି। ​ସେ ଆହୁରି ମଧ୍ୟ କହିଛନ୍ତି ଯେ, ସରକାରଙ୍କ ପାଖରେ ଆବଶ୍ୟକୀୟ ସଂଖ୍ୟା ବଳ ନଥିବା ବେଳେ ବିରୋଧୀ ଦଳର ସହାୟତାରେ ଏହି ବିଲ୍ ପାସ ହୋଇଥିଲା। କିନ୍ତୁ ନିର୍ବାଚନ ସମୟରେ ଏହାକୁ ଏକ ରାଜନୈତିକ ଚାଲ୍ ଭାବେ ବ୍ୟବହାର କରାଯାଉଛି। କୌଣସି ପ୍ରକାର ସର୍ବଦଳୀୟ ଆଲୋଚନା କିମ୍ବା ପରାମର୍ଶ ନକରି ସରକାର ଏକପାଖିଆ ଭାବେ କାର୍ଯ୍ୟ କରୁଛନ୍ତି। କଂଗ୍ରେସ ବିରୋଧରେ ମିଥ୍ୟା ଅପପ୍ରଚାର କରି ସରକାର ନିଜର ବିଫଳତା ଲୁଚାଇବାକୁ ଚେଷ୍ଟା କରୁଥିବା ବେଳେ ଦେଶର ମହିଳାମାନେ ଏହାର ଉଚିତ୍ ଜବାବ ଦେବେ ବୋଲି ସାଂସଦ ଚେତାବନୀ ଦେଇଛନ୍ତି।
    1
    ମହିଳା ସଂରକ୍ଷଣ ବିଲ୍‌କୁ ନେଇ ସରକାର ଙ୍କୁ ଘେରିଲେ ସାଂସଦ ସପ୍ତଗିରି ଉଲାକା।
ମହିଳା ସଂରକ୍ଷଣ ବିଲ୍‌କୁ କାର୍ଯ୍ୟକାରୀ କରିବାରେ ବିଳମ୍ବ ଓ କେନ୍ଦ୍ର ସରକାରଙ୍କ ଆଭିମୁଖ୍ୟକୁ ନେଇ ତୀବ୍ର ସମାଲୋଚନା କରିଛନ୍ତି କୋରାପୁଟ ସାଂସଦ ସପ୍ତଗିରି ଉଲାକା। ସେ ଅଭିଯୋଗ କରିଛନ୍ତି ଯେ, ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ ସରକାର ମହିଳା ମାନଙ୍କୁ ସଶକ୍ତ କରିବା ଅପେକ୍ଷା ମିଥ୍ୟା ପ୍ରଚାର କରି ଭୋଟ୍ ହାତେଇବାକୁ ଅଧିକ ପ୍ରୟାସ କରୁଛନ୍ତି।
​ଶ୍ରୀ ଉଲାକା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ୨୦୨୩ ମସିହାରେ ସମସ୍ତ ରାଜନୈତିକ ଦଳର ସହମତିରେ ସଂସଦରେ ପାରିତ ହୋଇଥିଲା। କିନ୍ତୁ ଦୁର୍ଭାଗ୍ୟର ବିଷୟ, ଏହାର ଗେଜେଟ୍ ନୋଟିଫିକେସନ୍ ପ୍ରକାଶ କରିବା ପାଇଁ ସରକାରଙ୍କୁ ଦୀର୍ଘ ସମୟ ଲାଗିଗଲା। ଗତ ୧୬ ଏପ୍ରିଲ ୨୦୨୬ରେ ଏହି ନୋଟିଫିକେସନ୍ ବାହାରିବା ସରକାରଙ୍କ ଇଚ୍ଛାଶକ୍ତିର ଅଭାବକୁ ସ୍ପଷ୍ଟ କରୁଛି।
​ସେ ଆହୁରି ମଧ୍ୟ କହିଛନ୍ତି ଯେ, ସରକାରଙ୍କ ପାଖରେ ଆବଶ୍ୟକୀୟ ସଂଖ୍ୟା ବଳ ନଥିବା ବେଳେ ବିରୋଧୀ ଦଳର ସହାୟତାରେ ଏହି ବିଲ୍ ପାସ ହୋଇଥିଲା। କିନ୍ତୁ ନିର୍ବାଚନ ସମୟରେ ଏହାକୁ ଏକ ରାଜନୈତିକ ଚାଲ୍ ଭାବେ ବ୍ୟବହାର କରାଯାଉଛି। କୌଣସି ପ୍ରକାର ସର୍ବଦଳୀୟ ଆଲୋଚନା କିମ୍ବା ପରାମର୍ଶ ନକରି ସରକାର ଏକପାଖିଆ ଭାବେ କାର୍ଯ୍ୟ କରୁଛନ୍ତି। କଂଗ୍ରେସ ବିରୋଧରେ ମିଥ୍ୟା ଅପପ୍ରଚାର କରି ସରକାର ନିଜର ବିଫଳତା ଲୁଚାଇବାକୁ ଚେଷ୍ଟା କରୁଥିବା ବେଳେ ଦେଶର ମହିଳାମାନେ ଏହାର ଉଚିତ୍ ଜବାବ ଦେବେ ବୋଲି ସାଂସଦ ଚେତାବନୀ ଦେଇଛନ୍ତି।
    user_Susanta kumar panda
    Susanta kumar panda
    ପଦ୍ମପୁର, ରାୟଗଡା, ଓଡ଼ିଶା•
    21 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.