କଣ୍ଟାମାଳ କଲେଜ ରୋଡ୍ରେ ଥିବା ପ୍ରମୁଖ କମ୍ପ୍ୟୁଟର ଶିକ୍ଷାନୁଷ୍ଠାନ ଗାଲାକ୍ସି ଆଇ.ଟି. ଏକାଡେମୀ ପରିସରରେ ଏକ ଭବ୍ୟ ସାର୍ଟିଫିକେଟ୍ ବିତରଣ ସମାରୋହ ଏବଂ ପୁରସ୍କାର ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଏକାଡେମୀର ବହୁ ସଂଖ୍ୟକ ଛାତ୍ରଛାତ୍ରୀ ଯୋଗଦେଇଥିଲେ। ଏହି ସମାରୋହରେ ପଞ୍ଚାୟତ ଡିଗ୍ରୀ ମହାବିଦ୍ୟାଳୟର ପଦାର୍ଥ ବିଜ୍ଞାନ ଅଧ୍ୟାପକ ଶ୍ରୀ ସିବଦତ୍ତ ପୁରୋହିତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆଜିର ଆଧୁନିକ ଯୁଗରେ କମ୍ପ୍ୟୁଟର ଶିକ୍ଷାର ଜରୁରୀ ଆବଶ୍ୟକତା ଓ ଏହାର ଉପଯୋଗିତା ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ବୁଝାଇବା ସହ ମାର୍ଗଦର୍ଶନ କରିଥିଲେ। ସମ୍ମାନିତ ଅତିଥି ଭାବେ ସିମିଲିଯୋରା ହାଇସ୍କୁଲ୍ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ପ୍ରକାଶ କୁମାର ପ୍ରଧାନ, ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଆଇ.ଟି. ଅଧ୍ୟାପକ ଶ୍ରୀଯୁକ୍ତ ଜୟପ୍ରକାଶ ମହଲା ଏବଂ କଣ୍ଟାମାଳ ସରକାରୀ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ ତଥା ବି.ଏଲ୍.ଓ. ଶ୍ରୀଯୁକ୍ତ ସରତ କୁମାର ସାହୁ ଉପସ୍ଥିତ ଥିଲେ। ଏହି ଅତିଥିମାନେ ଯୁବପିଢ଼ିକୁ ସଫଳତା ହାସଲ କରିବା ପାଇଁ ନିରନ୍ତର ପ୍ରେରଣା ଦେଇଥିଲେ। ଅତିଥିମାନେ ଗାଲାକ୍ସି ଆଇ.ଟି. ଏକାଡେମୀର ଉନ୍ନତ ଶିକ୍ଷାଦାନ ଶୈଳୀ, ଶୃଙ୍ଖଳିତ ପରିବେଶ ଏବଂ ଆଧୁନିକ ବ୍ୟବସ୍ଥାର ଭୂୟସୀ ପ୍ରଶଂସା କରିଥିଲେ। ସେମାନେ ମତବ୍ୟକ୍ତ କରିଥିଲେ ଯେ, ଅଞ୍ଚଳରେ ଗୁଣାତ୍ମକ କମ୍ପ୍ୟୁଟର ଶିକ୍ଷା ପ୍ରଦାନ କରି ଛାତ୍ରଛାତ୍ରୀମାନଙ୍କୁ ଆତ୍ମନିର୍ଭରଶୀଳ କରିବାରେ ଏକାଡେମୀର ପ୍ରୟାସ ଅତ୍ୟନ୍ତ ପ୍ରଶଂସନୀୟ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତୀତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ସମ୍ମାନଜନକ ସାର୍ଟିଫିକେଟ୍ ଓ ଟ୍ରଫି ପ୍ରଦାନ କରାଯାଇଥିଲା। ଏହା ସହିତ ସମାଜ ଓ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଉପସ୍ଥିତ ଅତିଥିମାନଙ୍କୁ ମଧ୍ୟ ଏକାଡେମୀ ପକ୍ଷରୁ ସମ୍ମାନ ପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ସମସ୍ତ କାର୍ଯ୍ୟକ୍ରମ ବହୁତ ଶୃଙ୍ଖଳିତ ଓ ଆନନ୍ଦଉଲ୍ଲାସର ସହ ସମ୍ପନ୍ନ ହୋଇଥିବା ବେଳେ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରାଯାଇଥିଲା।

- ଘଣ୍ଟାପଡ଼ା ପୋଲିସ ଏକ ପିକ୍ ଅପ୍ ଡାଲା ଗାଡି ସହିତ ୫ କ୍ୱିଣ୍ଟାଲ୍ ୫୦ କେଜି ଗଞ୍ଜେଇ ଜବତ କରିଛି।1
- ଆସନ୍ତା ବର୍ଷା ଋତୁ ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ସଫଳ ମୁକାବିଲା ନିମନ୍ତେ ବୌଦ୍ଧ ଜିଲ୍ଲାର ଜିଲ୍ଲା ପ୍ରଶାସନ ଏବଂ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (OSDMA)ଙ୍କ ମିଳିତ ଆୟୋଜନରେ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହ ଠାରେ ଜିଲ୍ଲାସ୍ତରୀୟ ଟେବୁଲ ଟପ୍ ଏକ୍ସରସାଇଜ (TTEX)-୨୦୨୬ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ତହସିଲଦାର ବୌଦ୍ଧ ଅନିତା କୁମାରୀ ସାହୁ, ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀ ତଥା ସମସ୍ତ ଲାଇନ ବିଭାଗର ଅଧିକାରୀମାନେ ଯୋଗଦେଇଥିଲେ। ପ୍ରାରମ୍ଭରେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଜ୍ୟୋତି ରଞ୍ଜନ ଭୁଏ ଅତିଥିମାନଙ୍କୁ ସ୍ୱାଗତ କରିଥିଲେ। ପରେ OSDMAର ଜିଲ୍ଲା ପ୍ରକଳ୍ପ ଅଧିକାରୀଙ୍କ ଦ୍ୱାରା ଟେବୁଲ ଟପ୍ ଏକ୍ସରସାଇଜର ଉଦ୍ଦେଶ୍ୟ, କଳ୍ପିତ ବିପର୍ଯ୍ୟୟ ପରିସ୍ଥିତି ଓ ପ୍ରତିକ୍ରିୟା ବ୍ୟବସ୍ଥା ସମ୍ପର୍କରେ ଏକ ବିସ୍ତୃତ ଉପସ୍ଥାପନା କରାଯାଇଥିଲା। ଏହି ଅବସରରେ ଜିଲ୍ଲା ଦୁର୍ଯ୍ୟୋଗ ପରିଚାଳନା ପ୍ରାଧିକରଣ (DDMA) ପକ୍ଷରୁ ବିପର୍ଯ୍ୟୟ ପୂର୍ବ ପ୍ରସ୍ତୁତି, ଜରୁରୀକାଳୀନ ପରିଚାଳନା, ଉଦ୍ଧାର ଓ ରିଲିଫ୍ ବ୍ୟବସ୍ଥା ଉପରେ ଆଲୋଚନା କରାଯାଇଥିଲା। ରାଜସ୍ୱ, ପୁଲିସ, ସ୍ୱାସ୍ଥ୍ୟ, ଅଗ୍ନିଶମ, ବିଦ୍ୟୁତ, ଜଳସମ୍ପଦ, ପରିବହନ, ପଞ୍ଚାୟତିରାଜ, କୃଷି, ପଶୁସମ୍ପଦ, ବନ, ଶିକ୍ଷା, ରେଳବାଇ ଓ ଅନ୍ୟାନ୍ୟ ବିଭାଗର ଅଧିକାରୀମାନେ ନିଜ ନିଜ ବିଭାଗ ପକ୍ଷରୁ ଗ୍ରହଣ କରାଯାଇଥିବା ପ୍ରସ୍ତୁତିମୂଳକ ପଦକ୍ଷେପଗୁଡ଼ିକୁ ଉପସ୍ଥାପନ କରିଥିଲେ। ରାଜ୍ୟ ପର୍ଯ୍ୟବେକ୍ଷକ ତଥା DMTC, ROTIର ପ୍ରଶିକ୍ଷକ ଅରୁଣ କୁମାର ପ୍ରଧାନ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ବିଭିନ୍ନ ବିଭାଗର ପ୍ରସ୍ତୁତି ସମ୍ପର୍କରେ ମତାମତ ଓ ପରାମର୍ଶ ଦେଇଥିଲେ ଏବଂ ଅଂଶଗ୍ରହଣକାରୀମାନଙ୍କ ଠାରୁ ମଧ୍ୟ ସୁପାରିଶ ଓ ମତାମତ ଗ୍ରହଣ କରାଯାଇଥିଲା। ଅତିରିକ୍ତ ଜିଲ୍ଲାପାଳ ବିପର୍ଯ୍ୟୟ ସମୟରେ ସମସ୍ତ ବିଭାଗ ମଧ୍ୟରେ ସୁଦୃଢ଼ ସମନ୍ୱୟ, ତ୍ୱରିତ ସୂଚନା ଆଦାନ-ପ୍ରଦାନ ଏବଂ ଜନସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେଇ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ। ଶେଷରେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅଭ୍ୟାସ ଜରିଆରେ ଜିଲ୍ଲାର ବିପର୍ଯ୍ୟୟ ମୁକାବିଲା କ୍ଷମତା, ଜରୁରୀକାଳୀନ ପ୍ରତିକ୍ରିୟା ବ୍ୟବସ୍ଥା ଏବଂ ଆନ୍ତଃବିଭାଗୀୟ ସମନ୍ୱୟ ଆହୁରି ସୁଦୃଢ଼ ହେବ ବୋଲି ଆଶା ପ୍ରକାଶ ପାଇଥିଲା।1
- ସୋନପୁର ଜିଲ୍ଲା ଅନ୍ତର୍ଗତ କୋଶଳ ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ଆଚାର୍ଯ୍ୟ ଆଚାର୍ଯ୍ୟା ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇଛି।1
- ସୁବର୍ଣ୍ଣପୁରର ଇଷ୍ଟଦେବ ସୁବର୍ଣ୍ଣମେରୁଙ୍କ ଚଳନ୍ତି ପ୍ରତିମା ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ଏହି ଅବସରରେ, ୧୦୮ ଭରି ସୁନାରେ ତିଆରି ସୁବର୍ଣ୍ଣନାଗ ଏବଂ ବାବା ଚନ୍ଦ୍ରଶେଖର ମଧ୍ୟ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ଏହି ଭବ୍ୟ ଦର୍ଶନକୁ ନେଇ ସ୍ଥାନୀୟ ଭକ୍ତମାନଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଛି।1
- ମୋହନ ସରକାର ଓଡ଼ିଶା ସାରା ବିକାଶର ଧାରା ଜାରି ରଖିଛନ୍ତି। ଏହି ସରକାର କଥାରେ ନୁହଁ ବରଂ କାର୍ଯ୍ୟରେ ବିଶ୍ୱାସ କରନ୍ତି ବୋଲି ଦୃଢ଼ୋକ୍ତି ପ୍ରକାଶ ପାଇଛି।1
- ଶନିବାର ଦିନ ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ରୁ ପିପଲପଦର ଗ୍ରାମକୁ ସ୍ଥାନାନ୍ତରିତ ହୋଇଥିବା ନୂତନ ଚିକିତ୍ସାଳୟର ତିନି ଜଣ କର୍ମଚାରୀଙ୍କ ବିରୁଦ୍ଧରେ ଏକ ଗୁରୁତର ଅଭିଯୋଗ ଆସିଛି। ଅଭିଯୋଗ ଅନୁଯାୟୀ, ଏହି କର୍ମଚାରୀମାନେ ପରାସରା ଗ୍ରାମର କୁମୁଦ ବଗର୍ତ୍ତି ନାମକ ଜଣେ ବ୍ୟକ୍ତିଙ୍କ ସ୍ତ୍ରୀ ଠାରୁ ୧୪୦୦ ଟଙ୍କା ନେଇ ସରକାରୀ ସାଲାଇନ ଓ ଔଷଧ ବିକ୍ରି କରିଥିଲେ। ଫଳରେ ରୋଗୀ ଗୁରୁତର ହେବାରୁ ତାଙ୍କୁ ବଲାଙ୍ଗୀର ମେଡିକାଲ କଲେଜ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କୁମୁଦ ବଗର୍ତ୍ତି କିଡନୀ ଜନିତ ରୋଗରେ ପୀଡ଼ିତ ଥିବାବେଳେ ସେ ରାୟପୁରରୁ ଫେରି ତାଙ୍କ ସ୍ତ୍ରୀଙ୍କ ସହ ଏହି ଡାକ୍ତରଖାନାକୁ ଆସିଥିଲେ। ସରକାରୀ ଭାବେ ତାଙ୍କୁ ଭର୍ତ୍ତି କରିବା ପରିବର୍ତ୍ତେ, ତିନି କର୍ମଚାରୀ ତାଙ୍କୁ କିଛି ସାଲାଇନ ଓ ଇଞ୍ଜେକ୍ସନ ଦେଇ ୧୪୦୦ ଟଙ୍କା ଠକେଇ କରି ତାଙ୍କ ଘରକୁ ପଠାଇ ଦେଇଥିଲେ। ଘରେ ସାଲାଇନ ଓ ଇଞ୍ଜେକ୍ସନ ନେବା ପରେ କୁମୁଦଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହୋଇପଡ଼ିଥିଲା। ଏହା ପରେ ତାଙ୍କୁ ଏକ ଗାଡ଼ି ଭଡ଼ା କରି ବଲାଙ୍ଗୀରକୁ ନିଆଯାଇ ମେଡିକାଲ କଲେଜ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଘଟଣାର ତୁରନ୍ତ ତଦନ୍ତ କରି ବିଭାଗୀୟ ମୁଖ୍ୟ ଆବଶ୍ୟକୀୟ ଦୃଷ୍ଟାନ୍ତମୂଳକ ପଦକ୍ଷେପ ଗ୍ରହଣ କରିବାକୁ ଦାବି ହୋଇଛି।4
- ମୟୂର କେବଳ ବର୍ଷା ସମୟରେ ହିଁ କାହିଁକି ନୃତ୍ୟ ପ୍ରଦର୍ଶନ କରେ ଏବଂ ଅନ୍ୟ ସମୟରେ କାହିଁକି ନାଚେ ନାହିଁ, ଏହି ପ୍ରଶ୍ନ ଅନେକଙ୍କ ମନରେ ସୃଷ୍ଟି ହୋଇଥାଏ। ଏହି ଆଶ୍ଚର୍ଯ୍ୟଜନକ କାରଣ ସମ୍ପର୍କରେ ଜାଣିଲେ ଆପଣ ନିଶ୍ଚିତ ଭାବରେ ଚକିତ ହୋଇଯିବେ।1
- ଚଳିତ ବର୍ଷ ବୌଦ୍ଧ ସହରରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପବିତ୍ର ଗୁଣ୍ଡିଚା ରଥଯାତ୍ରା ଜୁଲାଇ ୧୬ ତାରିଖ ଏବଂ ବାହୁଡ଼ା ଯାତ୍ରା ଜୁଲାଇ ୨୪ ତାରିଖରେ ପାରମ୍ପରିକ ରୀତିନୀତି ଅନୁଯାୟୀ ଅନୁଷ୍ଠିତ ହେବ। ଏହି ମହୋତ୍ସବର ସୁପରିଚାଳନା ନିମନ୍ତେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦ୍ଭାବନା ସଭାଗୃହରେ ଜିଲ୍ଲାପାଳ ବିଭୂତି ଭୂଷଣ ନାୟକଙ୍କ ସଭାପତିତ୍ୱରେ ଏକ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଉପ-ଜିଲ୍ଲାପାଳ ତଥା ଦେବତ୍ତର ନିର୍ବାହୀ ଅଧିକାରୀ ବିନୟ କୁମାର ଭୋଇ, ବୌଦ୍ଧ ମ୍ୟୁନିସିପାଲିଟୀ ଅଧ୍ୟକ୍ଷ ମୃତୁଞ୍ଜୟ ମିଶ୍ର, ବୌଦ୍ଧ ତହସିଲଦାର ଅନିତା କୁମାରୀ ସାହୁ, ଡେପୁଟି କଲେକ୍ଟର ତଥା ନିଜାରତ ଅଧିକାରୀ ମନୀଷା ମହାନନ୍ଦିଆ, ଏସ ଡି ପି ଓ ଲରେନ ରାଉତରାୟ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା, ସାମ୍ବାଦିକ ସଂଘ ସଭାପତି ଦେବାଶିଷ ପୁରୋହିତ ପ୍ରମୁଖ ଉପସ୍ଥିତ ଥିଲେ। ଏଥିସହ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ବିଭିନ୍ନ ଗଣମାଧ୍ୟମ ପ୍ରତିନିଧି, ରଥଯାତ୍ରା କମିଟି, ସ୍ୱେଚ୍ଛାସେବୀ ଅନୁଷ୍ଠାନ, କଳାକାର ସଂଘ ଏବଂ ମନ୍ଦିର ପରିଚାଳନା କମିଟିର ସଦସ୍ୟମାନେ ମଧ୍ୟ ଏହି ବୈଠକରେ ଯୋଗ ଦେଇଥିଲେ। ସଭା ପ୍ରାରମ୍ଭରେ ଉପ-ଜିଲ୍ଲାପାଳ ତଥା ଦେବତ୍ତର ନିର୍ବାହୀ ଅଧିକାରୀ ସମସ୍ତ ଅତିଥି ଓ ସଦସ୍ୟଙ୍କୁ ସ୍ୱାଗତ ଜଣାଇଥିଲେ। ବୈଠକରେ ରଥଯାତ୍ରା କମିଟି ଏବଂ ମନ୍ଦିର ପରିଚାଳନା କମିଟିର ସକ୍ରିୟ ସଦସ୍ୟ ସ୍ୱର୍ଗତ ଅଚ୍ୟୁତାନନ୍ଦ ମିଶ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କରାଯାଇ ଏକ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା। ଏହା ପରେ ବିଗତ ବର୍ଷର ଆୟ-ବ୍ୟୟ ହିସାବ ଉପସ୍ଥାପନ ସହିତ ରଥ ମରାମତି, ଦେବନୀତି, ଛେରା ପହଁରା ନୀତି, ବଡ଼ଦାଣ୍ଡରେ ଥିବା ଗଛର ଡାଳ କଟେଇ, ମାଉସୀମା ମନ୍ଦିରର ମରାମତି, ମନ୍ଦିରଗୁଡ଼ିକର ରଙ୍ଗ କାମ, ଅଗ୍ନିଶମ ସୁରକ୍ଷା ବ୍ୟବସ୍ଥା, ଆଇନ ଓ ଶାନ୍ତିଶୃଙ୍ଖଳା ରକ୍ଷା, ମିନାବଜାର ନିଲାମ, ଜନସ୍ୱାସ୍ଥ୍ୟ, ପାନୀୟ ଜଳ ଯୋଗାଣ, ଜରୁରୀକାଳୀନ ଚିକିତ୍ସା ସେବା, ସୂଚନା ଓ ପ୍ରଚାର ବ୍ୟବସ୍ଥା, ଆଲୋକୀକରଣ, ଭଜନ ସମାରୋହ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଆଦି ବିଭିନ୍ନ ବିଷୟରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଜିଲ୍ଲାପାଳ ସମସ୍ତ ବିଭାଗ ମଧ୍ୟରେ ସୁଦୃଢ଼ ସମନ୍ୱୟ ରକ୍ଷା କରି ରଥଯାତ୍ରାକୁ ଶାନ୍ତିପୂର୍ଣ୍ଣ, ସୁରକ୍ଷିତ ଓ ସୁଶୃଙ୍ଖଳ ଭାବେ ସମ୍ପନ୍ନ କରିବା ପାଇଁ ଆହ୍ୱାନ ଦେଇଥିଲେ। ଏଥିସହ ଜନସାଧାରଣ, ସ୍ୱେଚ୍ଛାସେବୀ ସଂଗଠନ, ବଦାନ୍ୟ ବ୍ୟକ୍ତିବିଶେଷ ଓ ଜନପ୍ରତିନିଧିମାନଙ୍କ ସକ୍ରିୟ ସହଯୋଗ କାମନା କରିଥିଲେ। ଶେଷରେ ଅତିରିକ୍ତ ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ।1