logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍ ଅନ୍ତର୍ଗତ ଖାରିସାହି ଗ୍ରାମରେ ଗତ ଦୁଇ ଦିନ ହେଲା ଏକ ଗଛ ପଡ଼ିଯିବା ଯୋଗୁଁ ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ ହୋଇଯାଇଛି। ଫଳରେ ଗ୍ରାମବାସୀମାନେ ଅନ୍ଧାରରେ ରହି ଅନେକ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ କରିଛନ୍ତି। ଗ୍ରାମବାସୀମାନେ ଏହି ସମସ୍ୟା ସମ୍ପର୍କରେ ବହୁଥର ବିଭାଗୀୟ ଅଧିକାରୀମାନଙ୍କୁ ଯୋଗାଯୋଗ କରିଥିଲେ ମଧ୍ୟ ସେମାନଙ୍କ ସହିତ ଯୋଗାଯୋଗ ସମ୍ଭବ ହୋଇପାରିନାହିଁ। ଏଭଳି ଅସୁବିଧା ସତ୍ତ୍ୱେ ବ୍ଲକ୍ ପ୍ରଶାସନ ଉକ୍ତ ସ୍ଥାନରେ ପହଞ୍ଚି ପାରି ନ ଥିବା ନେଇ ଦଣ୍ଡିଆ ଭୂୟାଁ, ଦାଉଦ ଭୂୟାଁ, ପ୍ରିୟଙ୍କା ନାୟକ, ନୟମି ରାଇତ, ସୁବାଷିନୀ ନାୟକ, ଆୟୁବ ଭୂୟାଁ ଏବଂ ଯିହୁଦା ଘଣ୍ଟ ପ୍ରମୁଖ ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି।

2 days ago
user_KHABAR TARANGA
KHABAR TARANGA
ସେରଙ୍ଗୋ, ଗଜପତି, ଓଡ଼ିଶା•
2 days ago

ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍ ଅନ୍ତର୍ଗତ ଖାରିସାହି ଗ୍ରାମରେ ଗତ ଦୁଇ ଦିନ ହେଲା ଏକ ଗଛ ପଡ଼ିଯିବା ଯୋଗୁଁ ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ ହୋଇଯାଇଛି। ଫଳରେ ଗ୍ରାମବାସୀମାନେ ଅନ୍ଧାରରେ ରହି ଅନେକ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ କରିଛନ୍ତି। ଗ୍ରାମବାସୀମାନେ ଏହି ସମସ୍ୟା ସମ୍ପର୍କରେ ବହୁଥର ବିଭାଗୀୟ ଅଧିକାରୀମାନଙ୍କୁ ଯୋଗାଯୋଗ କରିଥିଲେ ମଧ୍ୟ ସେମାନଙ୍କ ସହିତ ଯୋଗାଯୋଗ ସମ୍ଭବ ହୋଇପାରିନାହିଁ। ଏଭଳି ଅସୁବିଧା ସତ୍ତ୍ୱେ ବ୍ଲକ୍ ପ୍ରଶାସନ ଉକ୍ତ ସ୍ଥାନରେ ପହଞ୍ଚି ପାରି ନ ଥିବା ନେଇ ଦଣ୍ଡିଆ ଭୂୟାଁ, ଦାଉଦ ଭୂୟାଁ, ପ୍ରିୟଙ୍କା ନାୟକ, ନୟମି ରାଇତ, ସୁବାଷିନୀ ନାୟକ, ଆୟୁବ ଭୂୟାଁ ଏବଂ ଯିହୁଦା ଘଣ୍ଟ ପ୍ରମୁଖ ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି।

More news from ଓଡ଼ିଶା and nearby areas
  • ରଜ ସଂକ୍ରାନ୍ତି ଅବସରରେ ଜଗଦଳପୁର ଗ୍ରାମରେ ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖିବାକୁ ମିଳିଥାଏ।
    1
    ରଜ ସଂକ୍ରାନ୍ତି ଅବସରରେ ଜଗଦଳପୁର ଗ୍ରାମରେ ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖିବାକୁ ମିଳିଥାଏ।
    user_Live Odisha NewsUpdate Distric
    Live Odisha NewsUpdate Distric
    Court reporter ବ୍ରହ୍ମପୁର, ଗଞ୍ଜାମ, ଓଡ଼ିଶା•
    6 hrs ago
  • ମଙ୍ଗଳବାର ଦିନ କଳାହାଣ୍ଡି ଜିଲ୍ଲା କେସିଙ୍ଗା ସହରରୁ ଓପିଏସସିରେ ଉତ୍ତୀର୍ଣ୍ଣ ହୋଇଥିବା ଦୁଇଜଣଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ସ୍ୱାଗତ ଓ ସମ୍ବର୍ଦ୍ଧନା କରାଯାଇଛି। ଏହି ସମ୍ବର୍ଦ୍ଧନା ଉତ୍ସବରେ କେସିଙ୍ଗା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଜନ୍ମେଜୟ ସ୍ୱାଇଁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୁଇଜଣ ଓପିଏସସି ଉତ୍ତୀର୍ଣ୍ଣଙ୍କୁ ପୁଷ୍ପ ଗୁଚ୍ଛ ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ। ସମ୍ମାନିତ ଅତିଥି ଭାବେ ଏନଏସି ଅଧ୍ୟକ୍ଷ ନୃପରାଜ ଯାଦବ, ଅନୁଷ୍ଠାନର ସଭାପତି ସୁଶାନ୍ତ ମହାପାତ୍ର, ଓ ସମ୍ପାଦକ ଅକ୍ଷୟ କୁମାର ଦାସ ଉପସ୍ଥିତ ଥିଲେ। ଏହି ଅବସରରେ ଓପିଏସସିରେ ୪ର୍ଥ ର‍୍ୟାଙ୍କରେ ଉତ୍ତୀର୍ଣ୍ଣ ହୋଇଥିବା କନକ ଜୈନ ଏବଂ ୧୧୩ ର‍୍ୟାଙ୍କରେ ଉତ୍ତୀର୍ଣ୍ଣ ହୋଇଥିବା ସଂଗୀତା ସେଠୀଙ୍କୁ ମାନପତ୍ର ଓ ପୁଷ୍ପ ଗୁଚ୍ଛ ଦେଇ ସ୍ୱାଗତ କରାଯାଇଥିଲା। କେସିଙ୍ଗା ବିଡିଓ ଉଭୟଙ୍କୁ ଆଗାମୀ ଦିନରେ ଭଲ ଭାବରେ କାମ କରିବା ସହ ଗରିବଙ୍କ ପ୍ରତି ଦୟାନୁଭାବ ରଖି ବିଭିନ୍ନ ବର୍ଗର ଲୋକଙ୍କ ସହ ମିଶିବା ସହିତ ଗରିବଙ୍କ ସମସ୍ୟା ଦୂର କରିବାକୁ ଉଦ୍‌ବୋଧନ ଦେଇଥିଲେ। ପ୍ରତିକ୍ରିୟାରେ, କନକ ଜୈନ ଓ ସଂଗୀତା ସେଠୀ ଉପସ୍ଥିତ ଅନୁଷ୍ଠାନର ସଦସ୍ୟମାନଙ୍କୁ ଶୁଭେଚ୍ଛା ଜଣାଇ ଜୁହାର କରି ନିଜସ୍ୱ ମତ ବ୍ୟକ୍ତ କରିଥିଲେ।
    1
    ମଙ୍ଗଳବାର ଦିନ କଳାହାଣ୍ଡି ଜିଲ୍ଲା କେସିଙ୍ଗା ସହରରୁ ଓପିଏସସିରେ ଉତ୍ତୀର୍ଣ୍ଣ ହୋଇଥିବା ଦୁଇଜଣଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ସ୍ୱାଗତ ଓ ସମ୍ବର୍ଦ୍ଧନା କରାଯାଇଛି।

ଏହି ସମ୍ବର୍ଦ୍ଧନା ଉତ୍ସବରେ କେସିଙ୍ଗା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଜନ୍ମେଜୟ ସ୍ୱାଇଁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୁଇଜଣ ଓପିଏସସି ଉତ୍ତୀର୍ଣ୍ଣଙ୍କୁ ପୁଷ୍ପ ଗୁଚ୍ଛ ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ। ସମ୍ମାନିତ ଅତିଥି ଭାବେ ଏନଏସି ଅଧ୍ୟକ୍ଷ ନୃପରାଜ ଯାଦବ, ଅନୁଷ୍ଠାନର ସଭାପତି ସୁଶାନ୍ତ ମହାପାତ୍ର, ଓ ସମ୍ପାଦକ ଅକ୍ଷୟ କୁମାର ଦାସ ଉପସ୍ଥିତ ଥିଲେ। ଏହି ଅବସରରେ ଓପିଏସସିରେ ୪ର୍ଥ ର‍୍ୟାଙ୍କରେ ଉତ୍ତୀର୍ଣ୍ଣ ହୋଇଥିବା କନକ ଜୈନ ଏବଂ ୧୧୩ ର‍୍ୟାଙ୍କରେ ଉତ୍ତୀର୍ଣ୍ଣ ହୋଇଥିବା ସଂଗୀତା ସେଠୀଙ୍କୁ ମାନପତ୍ର ଓ ପୁଷ୍ପ ଗୁଚ୍ଛ ଦେଇ ସ୍ୱାଗତ କରାଯାଇଥିଲା।

କେସିଙ୍ଗା ବିଡିଓ ଉଭୟଙ୍କୁ ଆଗାମୀ ଦିନରେ ଭଲ ଭାବରେ କାମ କରିବା ସହ ଗରିବଙ୍କ ପ୍ରତି ଦୟାନୁଭାବ ରଖି ବିଭିନ୍ନ ବର୍ଗର ଲୋକଙ୍କ ସହ ମିଶିବା ସହିତ ଗରିବଙ୍କ ସମସ୍ୟା ଦୂର କରିବାକୁ ଉଦ୍‌ବୋଧନ ଦେଇଥିଲେ। ପ୍ରତିକ୍ରିୟାରେ, କନକ ଜୈନ ଓ ସଂଗୀତା ସେଠୀ ଉପସ୍ଥିତ ଅନୁଷ୍ଠାନର ସଦସ୍ୟମାନଙ୍କୁ ଶୁଭେଚ୍ଛା ଜଣାଇ ଜୁହାର କରି ନିଜସ୍ୱ ମତ ବ୍ୟକ୍ତ କରିଥିଲେ।
    user_Gopal Das Mahananda
    Gopal Das Mahananda
    Voice of people ଲାଞ୍ଜିଗଡ଼, କଳାହାଣ୍ଡି, ଓଡ଼ିଶା•
    11 hrs ago
  • କଳାହାଣ୍ଡି ଜିଲ୍ଲାରୁ ଟ୍ରକ୍ ଟ୍ରକ୍ ଆମ୍ବ ବାହାର ରାଜ୍ୟକୁ ପଠାଯାଉଥିବା ସତ୍ତ୍ୱେ ଏହି ଅଞ୍ଚଳର ଚାଷୀମାନେ କ୍ଷତିର ସମ୍ମୁଖୀନ ହେଉଥିବା ଜଣାପଡ଼ିଛି।
    1
    କଳାହାଣ୍ଡି ଜିଲ୍ଲାରୁ ଟ୍ରକ୍ ଟ୍ରକ୍ ଆମ୍ବ ବାହାର ରାଜ୍ୟକୁ ପଠାଯାଉଥିବା ସତ୍ତ୍ୱେ ଏହି ଅଞ୍ଚଳର ଚାଷୀମାନେ କ୍ଷତିର ସମ୍ମୁଖୀନ ହେଉଥିବା ଜଣାପଡ଼ିଛି।
    user_ମଳୟ ବେନୁଆଁ.
    ମଳୟ ବେନୁଆଁ.
    ଲାଞ୍ଜିଗଡ଼, କଳାହାଣ୍ଡି, ଓଡ଼ିଶା•
    17 hrs ago
  • ଗଜପତି ଜିଲ୍ଲା ଗୁମ୍ମା ବ୍ଲକରୁ ଦୁର୍ନୀତିର ଆଉ ଏକ ନମୁନା ସାମ୍ନାକୁ ଆସିଛି, ଯେଉଁଠାରେ ଠିକାଦାର ଓ ଯନ୍ତ୍ରୀଙ୍କ ମଧୁଚନ୍ଦ୍ରିକା ସ୍ପଷ୍ଟ ଦେଖିବାକୁ ମିଳିଛି। ବ୍ଲକ୍ କାର୍ଯ୍ୟାଳୟ ପରିସର ମଧ୍ୟରେ ନୂତନ ଭାବେ ଦୁଇ ଲକ୍ଷ ପଚାଶ ହଜାର ଟଙ୍କା ବ୍ୟୟରେ ନିର୍ମିତ ଏକ ମଟର ସାଇକେଲ ଷ୍ଟାଣ୍ଡର କାମ ସମ୍ପୂର୍ଣ୍ଣ ହୋଇନଥିବା ସତ୍ତ୍ୱେ, ଏହାର ପୁରା ବିଲ୍ ଉଠାଇ ନିଆଯାଇଥିବା ବିଶ୍ଵସ୍ଥ ସୂତ୍ରରୁ ସୂଚନା ମିଳିଛି। ଏହି ମଟର ସାଇକେଲ ଷ୍ଟାଣ୍ଡରେ ଟିଣ ସମ୍ପୂର୍ଣ୍ଣ ଭାବେ ପକାଯାଇ ନାହିଁ। ଏଥିସହ, ନିମ୍ନ ମାନର ଉପକରଣ ବ୍ୟବହାର କରାଯାଇଥିବାରୁ ଟିଣଗୁଡ଼ିକ ବଙ୍କା ହୋଇଯାଇଥିବା ମଧ୍ୟ ଲକ୍ଷ୍ୟ କରାଯାଉଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ କାର୍ଯ୍ୟାଳୟ, ଆବାସିକ କାର୍ଯ୍ୟାଳୟ ତଥା ସମଗ୍ର ଗୁମ୍ମା ବ୍ଲକର ଅଧିକାରୀଙ୍କ ଆଖି ଆଗରେ ଏପରି ଦୁର୍ନୀତି ଚାଲିଥିବା ବେଳେ, ଅନ୍ୟ ଉପାନ୍ତ ଅଞ୍ଚଳରେ କେତେ ଦୁର୍ନୀତି ହେଉଥିବ ତାହା ଅନୁମାନ କରାଯାଉଛି। ଏହି ପ୍ରସଙ୍ଗରେ ଗୁମ୍ମା ବିଡ଼ିଓ, ଏଇଇ ଏବଂ କନିଷ୍ଠ ଯନ୍ତ୍ରୀଙ୍କ ପ୍ରତିକ୍ରିୟା ନେବାକୁ ଫୋନ୍ ମାଧ୍ୟମରେ ଚେଷ୍ଟା କରାଯାଇଥିଲେ ମଧ୍ୟ ସେମାନେ ଫୋନ୍ ଉଠାଇ ନାହାନ୍ତି।
    1
    ଗଜପତି ଜିଲ୍ଲା ଗୁମ୍ମା ବ୍ଲକରୁ ଦୁର୍ନୀତିର ଆଉ ଏକ ନମୁନା ସାମ୍ନାକୁ ଆସିଛି, ଯେଉଁଠାରେ ଠିକାଦାର ଓ ଯନ୍ତ୍ରୀଙ୍କ ମଧୁଚନ୍ଦ୍ରିକା ସ୍ପଷ୍ଟ ଦେଖିବାକୁ ମିଳିଛି। ବ୍ଲକ୍ କାର୍ଯ୍ୟାଳୟ ପରିସର ମଧ୍ୟରେ ନୂତନ ଭାବେ ଦୁଇ ଲକ୍ଷ ପଚାଶ ହଜାର ଟଙ୍କା ବ୍ୟୟରେ ନିର୍ମିତ ଏକ ମଟର ସାଇକେଲ ଷ୍ଟାଣ୍ଡର କାମ ସମ୍ପୂର୍ଣ୍ଣ ହୋଇନଥିବା ସତ୍ତ୍ୱେ, ଏହାର ପୁରା ବିଲ୍ ଉଠାଇ ନିଆଯାଇଥିବା ବିଶ୍ଵସ୍ଥ ସୂତ୍ରରୁ ସୂଚନା ମିଳିଛି।

ଏହି ମଟର ସାଇକେଲ ଷ୍ଟାଣ୍ଡରେ ଟିଣ ସମ୍ପୂର୍ଣ୍ଣ ଭାବେ ପକାଯାଇ ନାହିଁ। ଏଥିସହ, ନିମ୍ନ ମାନର ଉପକରଣ ବ୍ୟବହାର କରାଯାଇଥିବାରୁ ଟିଣଗୁଡ଼ିକ ବଙ୍କା ହୋଇଯାଇଥିବା ମଧ୍ୟ ଲକ୍ଷ୍ୟ କରାଯାଉଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ କାର୍ଯ୍ୟାଳୟ, ଆବାସିକ କାର୍ଯ୍ୟାଳୟ ତଥା ସମଗ୍ର ଗୁମ୍ମା ବ୍ଲକର ଅଧିକାରୀଙ୍କ ଆଖି ଆଗରେ ଏପରି ଦୁର୍ନୀତି ଚାଲିଥିବା ବେଳେ, ଅନ୍ୟ ଉପାନ୍ତ ଅଞ୍ଚଳରେ କେତେ ଦୁର୍ନୀତି ହେଉଥିବ ତାହା ଅନୁମାନ କରାଯାଉଛି। ଏହି ପ୍ରସଙ୍ଗରେ ଗୁମ୍ମା ବିଡ଼ିଓ, ଏଇଇ ଏବଂ କନିଷ୍ଠ ଯନ୍ତ୍ରୀଙ୍କ ପ୍ରତିକ୍ରିୟା ନେବାକୁ ଫୋନ୍ ମାଧ୍ୟମରେ ଚେଷ୍ଟା କରାଯାଇଥିଲେ ମଧ୍ୟ ସେମାନେ ଫୋନ୍ ଉଠାଇ ନାହାନ୍ତି।
    user_KHABAR TARANGA
    KHABAR TARANGA
    ସେରଙ୍ଗୋ, ଗଜପତି, ଓଡ଼ିଶା•
    21 hrs ago
  • ଗଞ୍ଜାମରୁ ଆସୁଥିବା 'ବାଳ କୁମାରୀ' ନାମକ ଘରୋଇ ବସ୍ ଏବଂ ରାୟଗଡ଼ାରୁ ଆସୁଥିବା 'ଗିରିଧାରୀ' ନାମକ ଘରୋଇ ବସ୍ ମଧ୍ୟରେ ରା. ଉଦୟଗିରି ଥାନା ଅନ୍ତର୍ଗତ ଶିଆଳି ଲଟି ମେଣ୍ଟି ଆମ୍ବ ଛକ ଠାରେ ଏକ ଭୟଙ୍କର ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ତିନି ଜଣ ଗୁରୁତର ଭାବେ ଆହତ ହୋଇଥିବା ବେଳେ ସ୍ଥାନୀୟ ଲୋକେ ଆହତମାନଙ୍କୁ ତୁରନ୍ତ ଉଦ୍ଧାର କରି ଚନ୍ଦ୍ରଗିରି ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଛନ୍ତି। ଘଟଣାସ୍ଥଳରେ ପୋଲିସ ଏପର୍ଯ୍ୟନ୍ତ ପହଞ୍ଚି ନଥିବା ବେଳେ ଦୁର୍ଘଟଣାଗ୍ରସ୍ତ ବସ୍ ଦୁଇଟି ରାସ୍ତା ମଝିରେ ଅଟକି ରହିଛି, ଯାହା ଫଳରେ ଅନ୍ୟ ଯାନବାହନ ଚଳାଚଳରେ ବାଧା ସୃଷ୍ଟି ହେଉଛି।
    1
    ଗଞ୍ଜାମରୁ ଆସୁଥିବା 'ବାଳ କୁମାରୀ' ନାମକ ଘରୋଇ ବସ୍ ଏବଂ ରାୟଗଡ଼ାରୁ ଆସୁଥିବା 'ଗିରିଧାରୀ' ନାମକ ଘରୋଇ ବସ୍ ମଧ୍ୟରେ ରା. ଉଦୟଗିରି ଥାନା ଅନ୍ତର୍ଗତ ଶିଆଳି ଲଟି ମେଣ୍ଟି ଆମ୍ବ ଛକ ଠାରେ ଏକ ଭୟଙ୍କର ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ତିନି ଜଣ ଗୁରୁତର ଭାବେ ଆହତ ହୋଇଥିବା ବେଳେ ସ୍ଥାନୀୟ ଲୋକେ ଆହତମାନଙ୍କୁ ତୁରନ୍ତ ଉଦ୍ଧାର କରି ଚନ୍ଦ୍ରଗିରି ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଛନ୍ତି। ଘଟଣାସ୍ଥଳରେ ପୋଲିସ ଏପର୍ଯ୍ୟନ୍ତ ପହଞ୍ଚି ନଥିବା ବେଳେ ଦୁର୍ଘଟଣାଗ୍ରସ୍ତ ବସ୍ ଦୁଇଟି ରାସ୍ତା ମଝିରେ ଅଟକି ରହିଛି, ଯାହା ଫଳରେ ଅନ୍ୟ ଯାନବାହନ ଚଳାଚଳରେ ବାଧା ସୃଷ୍ଟି ହେଉଛି।
    user_KHABAR TARANGA
    KHABAR TARANGA
    ସେରଙ୍ଗୋ, ଗଜପତି, ଓଡ଼ିଶା•
    38 min ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.