ନୂଆପଡ଼ାରେ ଜିଲ୍ଲା ସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା’ ମାର୍ଚ୍ଚ ୧୦ ତାରିଖରୁ ଆରମ୍ଭ – ମହିଳା ଉଦ୍ୟୋଗୀ ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ l ନୂଆପଡ଼ା -୧୦/୩- ଓଡ଼ିଶାର ମହିଳା ଉଦ୍ୟୋଗୀ ତା ସହିତ ସାଂସ୍କୃତିକ ପରମ୍ପରାକୁ ଆଗେଇ ନେବା ଉଦ୍ଦେଶ୍ୟରେ ଜିଲ୍ଲା ପ୍ରଶାସନ ନୂଆପଡ଼ା ଓ ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗର ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ “ସୁଭଦ୍ରା ଶକ୍ତି ମେଳା” ମାର୍ଚ୍ଚ ୧୦ ରୁ ୧୬ ତାରିଖ ପର୍ଯ୍ୟନ୍ତ ନୂଆପଡ଼ା ସ୍ଥିତ ନେସନାଲ ମହାବିଦ୍ୟାଳୟ ପଡ଼ିଆରେ ଆୟୋଜିତ ହେବ। ମେଳାର ପ୍ରଥମ ଦିବସ ୧୦ ମାର୍ଚ୍ଚ ୨୦୨୬ ରେ ଆୟୋଜିତ ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ମଧୁସୂଦନ ଦାଶ ସଭାପତିତ୍ୱ କରିବେ l ଏଥିରେ ନୂଆପଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷା, ଶ୍ରୀମତୀ ଡଲି ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେବେ। ସମାରୋହରେ ନୂଆପଡ଼ା ଆରକ୍ଷୀ ଅଧିକ୍ଷକ, ଅମ୍ରିତପାଲ ସିଂ, ବନଖଣ୍ଡ ଅଧିକାରୀ (ପ୍ରାନ୍ତୀୟ) ଖଡିଆଳ,ଅଜିଜ ଖାନ, ନୂଆପଡ଼ା ପଞ୍ଚାୟତ ସମିତି ଅଧ୍ୟକ୍ଷା, ଶ୍ରୀମତୀ ତାରେଶ୍ୱରୀ ସାହୁ, ଖରିଆର ରୋଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା, ଡଃ ସୋନିଆ ଜୈନ ଓ ଜିଲ୍ଲା ପରିଷଦ ସଭ୍ୟା, ଶ୍ରୀମତୀ ଉମା ଠାକୁର ସମ୍ମାନିତ ଅତିଥି ଭାବରେ ଯୋଗଦେବେ। ସପ୍ତାହବ୍ୟାପୀ ଚାଲିବାକୁ ଥିବା ଏହି ମେଳାରେ ଜିଲ୍ଲାର ତଥା ରାଜ୍ୟର ପ୍ରାୟ ୩୦୦ ଉଦ୍ୟୋଗୀ ଓ ବିଭିନ୍ନ ସ୍ୱୟଂସହାୟକ ଗୋଷ୍ଠୀ ତାଙ୍କର ବିଭିନ୍ନ ହସ୍ତଶିଳ୍ପ, ଘରୋଇ ଉତ୍ପାଦ, ଖାଦ୍ୟ ପଦାର୍ଥ ଓ ଅନ୍ୟାନ୍ୟ ସାମଗ୍ରୀ ପ୍ରଦର୍ଶନ ଓ ବିକ୍ରୟ କରିବେ। ଏହା ସହିତ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ପରମ୍ପରାକୁ ଉଦଦ୍ଭାସିତ କରିବା ପାଇଁ ବିଭିନ୍ନ ସାହିତ୍ୟିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହେବ। ପ୍ରଥମ ଦିବସ ସନ୍ଧ୍ୟାରେ ଆୟୋଜିତ ଷ୍ଟାର୍ ନାଇଟ୍ କାର୍ଯ୍ୟକ୍ରମରେ ପ୍ରସିଦ୍ଧ କଳାକାର ଭାଗ୍ୟଶ୍ରୀ, ଦେବେଶ ପତି ଓ ଶୁଭଲକ୍ଷ୍ମୀଙ୍କ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ଦର୍ଶକମାନଙ୍କୁ ମନୋରଞ୍ଜନ କରିବ। ଏହି ଅବସରରେ ଜିଲ୍ଲାପାଳ କହିଛନ୍ତି ଯେ "ସୁଭଦ୍ରା ଶକ୍ତି ମେଳା" ମାଧ୍ୟମରେ ମହିଳା ସ୍ୱୟଂସହାୟକ ଗୋଷ୍ଠୀଙ୍କ ଉତ୍ପାଦକୁ ବଜାର ସୁବିଧା ଯୋଗାଇବା ସହିତ ମହିଳା ସଶକ୍ତିକରଣକୁ ଆହୁରି ମଜବୁତ କରିବାର ଲକ୍ଷ୍ୟ ରହିଛି। ଜିଲ୍ଲାବାସୀଙ୍କୁ ଏହି ମେଳାରେ ବହୁ ସଂଖ୍ୟାରେ ଯୋଗଦେଇ ମହିଳା ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହନ ଦେବାକୁ ସେ ଅନୁରୋଧ କରିଛନ୍ତି।
ନୂଆପଡ଼ାରେ ଜିଲ୍ଲା ସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା’ ମାର୍ଚ୍ଚ ୧୦ ତାରିଖରୁ ଆରମ୍ଭ – ମହିଳା ଉଦ୍ୟୋଗୀ ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ l ନୂଆପଡ଼ା -୧୦/୩- ଓଡ଼ିଶାର ମହିଳା ଉଦ୍ୟୋଗୀ ତା ସହିତ ସାଂସ୍କୃତିକ ପରମ୍ପରାକୁ ଆଗେଇ
ନେବା ଉଦ୍ଦେଶ୍ୟରେ ଜିଲ୍ଲା ପ୍ରଶାସନ ନୂଆପଡ଼ା ଓ ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗର ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ “ସୁଭଦ୍ରା ଶକ୍ତି ମେଳା” ମାର୍ଚ୍ଚ ୧୦ ରୁ ୧୬ ତାରିଖ ପର୍ଯ୍ୟନ୍ତ ନୂଆପଡ଼ା ସ୍ଥିତ ନେସନାଲ ମହାବିଦ୍ୟାଳୟ ପଡ଼ିଆରେ ଆୟୋଜିତ
ହେବ। ମେଳାର ପ୍ରଥମ ଦିବସ ୧୦ ମାର୍ଚ୍ଚ ୨୦୨୬ ରେ ଆୟୋଜିତ ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ମଧୁସୂଦନ ଦାଶ ସଭାପତିତ୍ୱ କରିବେ l ଏଥିରେ ନୂଆପଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷା, ଶ୍ରୀମତୀ ଡଲି ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେବେ।
ସମାରୋହରେ ନୂଆପଡ଼ା ଆରକ୍ଷୀ ଅଧିକ୍ଷକ, ଅମ୍ରିତପାଲ ସିଂ, ବନଖଣ୍ଡ ଅଧିକାରୀ (ପ୍ରାନ୍ତୀୟ) ଖଡିଆଳ,ଅଜିଜ ଖାନ, ନୂଆପଡ଼ା ପଞ୍ଚାୟତ ସମିତି ଅଧ୍ୟକ୍ଷା, ଶ୍ରୀମତୀ ତାରେଶ୍ୱରୀ ସାହୁ, ଖରିଆର ରୋଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା, ଡଃ ସୋନିଆ ଜୈନ
ଓ ଜିଲ୍ଲା ପରିଷଦ ସଭ୍ୟା, ଶ୍ରୀମତୀ ଉମା ଠାକୁର ସମ୍ମାନିତ ଅତିଥି ଭାବରେ ଯୋଗଦେବେ। ସପ୍ତାହବ୍ୟାପୀ ଚାଲିବାକୁ ଥିବା ଏହି ମେଳାରେ ଜିଲ୍ଲାର ତଥା ରାଜ୍ୟର ପ୍ରାୟ ୩୦୦ ଉଦ୍ୟୋଗୀ ଓ ବିଭିନ୍ନ ସ୍ୱୟଂସହାୟକ ଗୋଷ୍ଠୀ ତାଙ୍କର ବିଭିନ୍ନ
ହସ୍ତଶିଳ୍ପ, ଘରୋଇ ଉତ୍ପାଦ, ଖାଦ୍ୟ ପଦାର୍ଥ ଓ ଅନ୍ୟାନ୍ୟ ସାମଗ୍ରୀ ପ୍ରଦର୍ଶନ ଓ ବିକ୍ରୟ କରିବେ। ଏହା ସହିତ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ପରମ୍ପରାକୁ ଉଦଦ୍ଭାସିତ କରିବା ପାଇଁ ବିଭିନ୍ନ ସାହିତ୍ୟିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହେବ।
ପ୍ରଥମ ଦିବସ ସନ୍ଧ୍ୟାରେ ଆୟୋଜିତ ଷ୍ଟାର୍ ନାଇଟ୍ କାର୍ଯ୍ୟକ୍ରମରେ ପ୍ରସିଦ୍ଧ କଳାକାର ଭାଗ୍ୟଶ୍ରୀ, ଦେବେଶ ପତି ଓ ଶୁଭଲକ୍ଷ୍ମୀଙ୍କ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ଦର୍ଶକମାନଙ୍କୁ ମନୋରଞ୍ଜନ କରିବ। ଏହି ଅବସରରେ ଜିଲ୍ଲାପାଳ କହିଛନ୍ତି ଯେ "ସୁଭଦ୍ରା ଶକ୍ତି ମେଳା" ମାଧ୍ୟମରେ
ମହିଳା ସ୍ୱୟଂସହାୟକ ଗୋଷ୍ଠୀଙ୍କ ଉତ୍ପାଦକୁ ବଜାର ସୁବିଧା ଯୋଗାଇବା ସହିତ ମହିଳା ସଶକ୍ତିକରଣକୁ ଆହୁରି ମଜବୁତ କରିବାର ଲକ୍ଷ୍ୟ ରହିଛି। ଜିଲ୍ଲାବାସୀଙ୍କୁ ଏହି ମେଳାରେ ବହୁ ସଂଖ୍ୟାରେ ଯୋଗଦେଇ ମହିଳା ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହନ ଦେବାକୁ ସେ ଅନୁରୋଧ କରିଛନ୍ତି।
- କୋମନା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ l ନୂଆପଡା -୯/୦୩ -ନୂଆପଡା ଜିଲ୍ଲା କୋମନା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି l ଆଜି ଶିବିରରେ ୫୪ଗୋଟି ବ୍ୟକ୍ତିଗତ ଓ ୧୨ଟି ଗୋଷ୍ଠିଗତ ଅଭିଯୋଗର ଶୁଣାଣି ଜିଲ୍ଲାପାଳ କରିଥିଲେ ।ସମସ୍ତ ଅଭିଯୋଗ ଉପରେ ତୁରନ୍ତ ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ। ସେହିପରି, ୨ ଜଣ ଅସହାୟଙ୍କୁ ରେଡକ୍ରସ୍ ପାଣ୍ଠିରୁ ୧୦,୦୦୦ ଟଙ୍କା ଲେଖାଏ ତୁରନ୍ତ ସହାୟତା ପ୍ରଦାନ କରାଯାଇଥିଲା। ଏହି ଅବସରରେ, ୨୮ ଜଣ ହିତାଧିକାରୀଙ୍କୁ ବ୍ୟକ୍ତିଗତ ଜଙ୍ଗଲ ଅଧିକାର ସ୍ବୀକୃତି ଶିରୋନାମା ଓ ୨ଗୋଟି ଗୋଷ୍ଠୀଗତ ଜଙ୍ଗଲ ଅଧିକାର ସ୍ବୀକୃତି ଶିରୋନାମା ବଣ୍ଟନ କରାଯାଇଥିଲା। ବିଡ଼ିଓ ପବିତ୍ର କୁମାର ସାମଲ, ତହସିଲଦାର ସର୍ବେଶ୍ଵର ଜାଲ, ଡେପୁଟୀ କଲେକ୍ଟର ଚିନ୍ମୟ ସାଗର ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ l ଏହି ଅଭିଯୋଗ ଶୁଣାଣୀ ଶିବିର ଉପଲକ୍ଷେ ବ୍ଲକ୍ ପରିସରରେ ବରିଷ୍ଠ ନାଗରିକଙ୍କ ପାଇଁ ଏକ ସ୍ଵାସ୍ଥ୍ୟ ଶିବିର ତଥା ଆୟୁଷ୍ମାନ ଆରୋଗ୍ୟ ଶିବିର ଆୟୋଜନ କରା ଯାଇଥିଲା । ଅଭିଯୋଗ ଶୁଣାଣୀ ପରେ, ଜିଲ୍ଲାପାଳ ସାମ୍ବାଦିକ ମାନଙ୍କୁ କହିଥିଲେ ଯେ , ଅଭିଯୋଗ ଶୁଣାଣି ହେଉଛି ଏକ ନିରନ୍ତର ପ୍ରକ୍ରିୟା। ଆଜି କିଛି ବ୍ୟକ୍ତିଗତ ଓ ସାମୂହିକ ଅଭିଯୋଗ ଗ୍ରହଣ କରାଯାଇଥିଲା ଏବଂ ସଂପୃକ୍ତ ଅଧିକାରୀମାନଙ୍କୁ ସେଗୁଡିକର ତ୍ଵରିତ ସମାଧାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେ ସମସ୍ତଙ୍କୁ ନିଜ ଅଭିଯୋଗ ଅନଲାଇନ୍ ମାଧ୍ୟମରେ ମଧ୍ୟ ଦାଖଲ କରିବାକୁ ଆହ୍ବାନ କରିଥିଲେ। ଏହି ଅବସରରେ ସମରସିଂ ଗ୍ରାମ ପଞ୍ଚାୟତର ଭୂର୍କାଧୋଡ଼ା ଗ୍ରାମରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର, ଝିଅ ପାଇଁ ଗଛଟିଏ, ଗର୍ଭସ୍ଥ ଶିଶୁ ପାଇଁ ଦିନ ଟିଏ ଓ ପ୍ଲାଷ୍ଟିକ ମୁକ୍ତ ଅଭିଯାନ ଉପରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଗୃହପାଳିତ ପଶୁପକ୍ଷୀ ମାନଙ୍କ ପାଇଁ ପ୍ରାଣୀ ସମ୍ପଦ ବିଭାଗ ତରଫରୁ "ପ୍ରାଣୀ ପାଇଁ ଦିନଟିଏ" ନାମରେ ଗୋଟିଏ ଚିକିତ୍ସା ଶିବିର ମଧ୍ୟ ଆୟୋଜିତ ହୋଇଥିଲା l ଏହି ଅଭିଯୋଗ ଶିବିରରେ ଜିଲ୍ଲାପାଳ ମଧୁସୂଦନ ଦାଶ, ବନଖଣ୍ଡ ଅଧିକାରୀ ଖଡିଆଳ , ଅଜିଜ ଖାନ, ବନଖଣ୍ଡ ଅଧିକାରୀ (କେନ୍ଦୁପତ୍ର) କେ ମାଧବିଲତା, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ସୁର୍ମି ସୋରେନ୍ , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରଞ୍ଜିତ ନାୟକ, ଜିଲ୍ଲା ମୁଖ୍ୟ ଚିକତ୍ସାଧିକାରୀ ଡଃ ଧନେଶ୍ୱର ସେଠୀ, କୋମନା ବ୍ଲକ ଅଧ୍ୟକ୍ଷା ଅନୁସୂୟା କୁମ୍ଭାର, ଉପାଧ୍ୟକ୍ଷ ଜୟଦେବ ପ୍ରଧାନ, ଜୋନ୍ ୧ ଜିଲ୍ଲା ପରିଷଦ ସଦସ୍ୟ ମୁରଲୀ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ l1
- Post by Ramnath Kungam1
- #ଫଗୁନ ରଙ୍ଗେ ରଙ୍ଗୁ ଥୀ ଲୁ ରାନୀ1
- Post by Sonepur news khulasa1
- Post by Mangulu Sahu1
- ସୁବର୍ଣ୍ଣପୁର ଜିଲ୍ଲା ର ଳଚ୍ଛିପୁର ଗାଁର ଭାଷ୍କର ଷଣ୍ଢଙ୍କ ପାଇଁ ଆଜି ବି ସରକାରୀ ଯୋଜନା ସତ ସପନ l କେନାଲ ହିଡ଼ରେ ଝାଟି ମାଟି ଘରେ ଅବିବାହିତ ଝିଅ ଓ ନାତିକୁ ନେଇ 29 ବର୍ଷ ହେଲା ସେ ରହି ଆସୁଥିଲେବି ତାଙ୍କ ପ୍ରତି କାହାରି ଦୃଷ୍ଟି ପଡୁନାହିଁ l ଏକ ହଜାର ଟଙ୍କା ଭତ୍ତାକୁ ଛାଡିଦେଲେ ପଞ୍ଚାୟତରୁ ରାସନ ମଧ୍ୟ ମିଳୁନଥିବା ଅଭିଯୋଗ ହୋଇଛି1
- Post by Ranjan hota1
- ଆସନ୍ତା 20 ତାରିଖରୁ ଆରମ୍ଭ ହେବ ବୀରମହାରାଜପୁର ଲୋକ ମହୋତ୍ସବ ମଲେଶ୍ରୀ ଳ ମହୋତ୍ସବ ପାଇଁ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ଶୁଭ ସ୍ତମ୍ଭ ସ୍ଥାପିତ ହୋଇଯାଇଛି1