logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଚାଷୀ ସମସ୍ୟାକୁ ନେଇ ଜିଲ୍ଲା କଂଗ୍ରେସର ସାମ୍ବାଦିକ ସମ୍ମିଳନୀ, ସରକାରଙ୍କୁ ତୀବ୍ର ସମାଲୋଚନା ​ଚାଷୀ ସମସ୍ୟାକୁ ନେଇ ଜିଲ୍ଲା କଂଗ୍ରେସର ସାମ୍ବାଦିକ ସମ୍ମିଳନୀ, ସରକାରଙ୍କୁ ତୀବ୍ର ସମାଲୋଚନା ମାଲକାନଗିରି ଜିଲ୍ଲାରେ ଦେଖାଦେଇଥିବା ଚାଷୀ ଓ ଜନସାଧାରଣଙ୍କ ବିଭିନ୍ନ ମୌଳିକ ସମସ୍ୟାକୁ ନେଇ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟଠାରେ ଏକ ଗୁରୁତ୍ୱପୂର୍ଣ୍ଣ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ରାଜ୍ୟର ବିଜେଡି ସରକାର ଓ କେନ୍ଦ୍ରର ବିଜେପି ସରକାରଙ୍କ ଜନମାରଣ ନୀତି ବିରୋଧରେ କଂଗ୍ରେସ ନେତାମାନେ ବର୍ଷିଛନ୍ତି। ​ ଜିଲ୍ଲା କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି ଯେ, ଚାଷୀମାନେ ନିଜର ଶ୍ରମର ଉଚିତ୍ ମୂଲ୍ୟ ପାଉନାହାନ୍ତି। ବିଶେଷ କରି R.M.C. ଜରିଆରେ ଚାଷୀଙ୍କୁ ଶୋଷଣ କରାଯାଉଥିବା ନେଇ ଦଳ ପ୍ରଶ୍ନ ଉଠାଇଛି। ​ଜିଲ୍ଲାରେ ଗମନାଗମନ ଓ ରାସ୍ତାଘାଟର ଅବସ୍ଥା ଶୋଚନୀୟ। ପୋଲ ନିର୍ମାଣରେ ଅହେତୁକ ବିଳମ୍ବ ଯୋଗୁଁ ବର୍ଷା ଦିନେ ଅନେକ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ପଡୁଛି ଯାହା ପ୍ରଶାସନର ବିଫଳତାକୁ ଦର୍ଶାଉଛି। ​କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧୁଚନ୍ଦ୍ରିକା ଯୋଗୁଁ ସାଧାରଣ ଜନତା ହନ୍ତସନ୍ତ ହେଉଛନ୍ତି। ବିଶେଷ କରି ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲ୍ଲା ପ୍ରତି ଅବହେଳା କରାଯାଉଥିବା କଂଗ୍ରେସ ଅଭିଯୋଗ କରିଛି। ​କଂଗ୍ରେସ ପକ୍ଷରୁ ଦାବି କରାଯାଇଛି ଯେ ଚାଷୀଙ୍କ ସମସ୍ୟାର ସମାଧାନ ପାଇଁ ତୁରନ୍ତ ପଦକ୍ଷେପ ନିଆଯାଉ ଏବଂ ସମସ୍ତ ଅସମ୍ପୂର୍ଣ୍ଣ ପ୍ରକଳ୍ପକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରାଯାଉ। ଯଦି ସରକାର ଏହି ସମସ୍ୟାର ସମାଧାନ ନକରନ୍ତି ତେବେ ଆଗାମୀ ଦିନରେ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛି। ​ଏହି ସାମ୍ବାଦିକ ସମ୍ମିଳନୀରେ ଅଖିଳ ଭାରତ କିଷାନ୍ କଂଗ୍ରେସ ରାଷ୍ଟ୍ରୀୟ ସଂଯାଜକ ତଥା ପିସିସି ସମବାୟ ପ୍ରକଷ୍ଟ ଅଧକ୍ଷ ଅମିୟ କୁମାର ପଟ୍ଟନାୟକ ଜିଲ୍ଲା କଂଗ୍ରେସ ସଭାପତି ଜି. ଶ୍ରୀନିବାସ ରାଓ , ପୂର୍ବତନ ସୋଭପତି ଗୋବିନ୍ଦ ପାତ୍ର ,ପିସିସି ସମବାୟ ପ୍ରକଷ୍ଟ ର ଉପସଭାପତି ବୃନ୍ଦାବନ ଖୋଟେଇ ପିସିସି ସଂଜାଜକ ଲଲାଟେନ୍ଦୁ ପଟ୍ଟନାୟକ ବରିଷ୍ଟ କଂଗ୍ରେସ ନେତା ମାଲା ମାଢ଼ି, କେଶୁ ରାଓ ଏବଂ ଡିସିସି ସାଧାରଣ ସମ୍ପାଦକ ପଦ୍ମ ପାଙ୍ଗି,ପର୍ଶୁରାମ ଭକ୍ତ,କୃଷ୍ଟଚନ୍ଦ୍ର ଅନୁଗୁ ଏବଂ ଅନ୍ୟାନ୍ୟ ଜିଲ୍ଲା ଓ ବ୍ଲକ ସ୍ତରୀୟ କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।

1 hr ago
user_ମାନସ ରଞ୍ଜନ ଜେନା
ମାନସ ରଞ୍ଜନ ଜେନା
Fitness Trainer ଏମ.ଭି. 79, ମାଲକାନଗିରି, ଓଡ଼ିଶା•
1 hr ago
84fc5c17-4e99-432c-8645-af0c7580bbe0

ଚାଷୀ ସମସ୍ୟାକୁ ନେଇ ଜିଲ୍ଲା କଂଗ୍ରେସର ସାମ୍ବାଦିକ ସମ୍ମିଳନୀ, ସରକାରଙ୍କୁ ତୀବ୍ର ସମାଲୋଚନା ​ଚାଷୀ ସମସ୍ୟାକୁ ନେଇ ଜିଲ୍ଲା କଂଗ୍ରେସର ସାମ୍ବାଦିକ ସମ୍ମିଳନୀ, ସରକାରଙ୍କୁ ତୀବ୍ର ସମାଲୋଚନା ମାଲକାନଗିରି ଜିଲ୍ଲାରେ ଦେଖାଦେଇଥିବା ଚାଷୀ ଓ ଜନସାଧାରଣଙ୍କ ବିଭିନ୍ନ ମୌଳିକ ସମସ୍ୟାକୁ ନେଇ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟଠାରେ ଏକ ଗୁରୁତ୍ୱପୂର୍ଣ୍ଣ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ରାଜ୍ୟର ବିଜେଡି ସରକାର ଓ କେନ୍ଦ୍ରର ବିଜେପି ସରକାରଙ୍କ ଜନମାରଣ ନୀତି ବିରୋଧରେ କଂଗ୍ରେସ ନେତାମାନେ ବର୍ଷିଛନ୍ତି। ​ ଜିଲ୍ଲା କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି ଯେ, ଚାଷୀମାନେ ନିଜର ଶ୍ରମର ଉଚିତ୍ ମୂଲ୍ୟ ପାଉନାହାନ୍ତି। ବିଶେଷ କରି R.M.C. ଜରିଆରେ ଚାଷୀଙ୍କୁ ଶୋଷଣ କରାଯାଉଥିବା ନେଇ ଦଳ ପ୍ରଶ୍ନ ଉଠାଇଛି। ​ଜିଲ୍ଲାରେ ଗମନାଗମନ ଓ ରାସ୍ତାଘାଟର ଅବସ୍ଥା ଶୋଚନୀୟ। ପୋଲ ନିର୍ମାଣରେ ଅହେତୁକ ବିଳମ୍ବ ଯୋଗୁଁ ବର୍ଷା ଦିନେ ଅନେକ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ପଡୁଛି ଯାହା ପ୍ରଶାସନର ବିଫଳତାକୁ ଦର୍ଶାଉଛି। ​କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧୁଚନ୍ଦ୍ରିକା ଯୋଗୁଁ ସାଧାରଣ ଜନତା ହନ୍ତସନ୍ତ ହେଉଛନ୍ତି। ବିଶେଷ କରି ଆଦିବାସୀ ଅଧ୍ୟୁଷିତ

537be91b-ce4b-4946-8a85-141b150326ec

ମାଲକାନଗିରି ଜିଲ୍ଲା ପ୍ରତି ଅବହେଳା କରାଯାଉଥିବା କଂଗ୍ରେସ ଅଭିଯୋଗ କରିଛି। ​କଂଗ୍ରେସ ପକ୍ଷରୁ ଦାବି କରାଯାଇଛି ଯେ ଚାଷୀଙ୍କ ସମସ୍ୟାର ସମାଧାନ ପାଇଁ ତୁରନ୍ତ ପଦକ୍ଷେପ ନିଆଯାଉ ଏବଂ ସମସ୍ତ ଅସମ୍ପୂର୍ଣ୍ଣ ପ୍ରକଳ୍ପକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରାଯାଉ। ଯଦି ସରକାର ଏହି ସମସ୍ୟାର ସମାଧାନ ନକରନ୍ତି ତେବେ ଆଗାମୀ ଦିନରେ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛି। ​ଏହି ସାମ୍ବାଦିକ ସମ୍ମିଳନୀରେ ଅଖିଳ ଭାରତ କିଷାନ୍ କଂଗ୍ରେସ ରାଷ୍ଟ୍ରୀୟ ସଂଯାଜକ ତଥା ପିସିସି ସମବାୟ ପ୍ରକଷ୍ଟ ଅଧକ୍ଷ ଅମିୟ କୁମାର ପଟ୍ଟନାୟକ ଜିଲ୍ଲା କଂଗ୍ରେସ ସଭାପତି ଜି. ଶ୍ରୀନିବାସ ରାଓ , ପୂର୍ବତନ ସୋଭପତି ଗୋବିନ୍ଦ ପାତ୍ର ,ପିସିସି ସମବାୟ ପ୍ରକଷ୍ଟ ର ଉପସଭାପତି ବୃନ୍ଦାବନ ଖୋଟେଇ ପିସିସି ସଂଜାଜକ ଲଲାଟେନ୍ଦୁ ପଟ୍ଟନାୟକ ବରିଷ୍ଟ କଂଗ୍ରେସ ନେତା ମାଲା ମାଢ଼ି, କେଶୁ ରାଓ ଏବଂ ଡିସିସି ସାଧାରଣ ସମ୍ପାଦକ ପଦ୍ମ ପାଙ୍ଗି,ପର୍ଶୁରାମ ଭକ୍ତ,କୃଷ୍ଟଚନ୍ଦ୍ର ଅନୁଗୁ ଏବଂ ଅନ୍ୟାନ୍ୟ ଜିଲ୍ଲା ଓ ବ୍ଲକ ସ୍ତରୀୟ କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।

More news from ଓଡ଼ିଶା and nearby areas
  • ଜୟପୁରରେ କ୍ରିକେଟ୍ ପ୍ରେମୀମାନଙ୍କ ପାଇଁ ଆସୁଛି ଏକ ବଡ଼ ଖବର। ଏବେ ପୂରା Indian Premier League (ଆଇପିଏଲ୍) ଫର୍ମାଟ୍‌ରେ ଜୟପୁର ପ୍ରିମିୟର୍ ଲିଗ୍ (JPL) ଆୟୋଜିତ ହେବାକୁ ଯାଉଛି। ଏହି ନେଇ ଜେପିଏଲ୍ ଚେୟାରମ୍ୟାନ୍ ବାବୁଲା ରାଉତ ସୂଚନା ଦେଇ କହିଛନ୍ତି ଯେ, ଏହି ଟୁର୍ଣ୍ଣାମେଣ୍ଟ୍‌ରେ ମୋଟ ୬ଟି ଦଳ ଭାଗ ନେବେ। ପ୍ରତ୍ୟେକ ଦଳ ମଧ୍ୟରେ ତୀବ୍ର ପ୍ରତିସ୍ପର୍ଦ୍ଧା ଦେଖିବାକୁ ମିଳିବ ଓ ଖେଳ ପୂରାପୁରି ଆଇପିଏଲ୍ ଶୈଳୀରେ ଆୟୋଜିତ ହେବ। ସେ ଆହୁରି କହିଛନ୍ତି ଯେ, ଏହି ଲିଗ୍‌ର ମୁଖ୍ୟ ଆକର୍ଷଣ ହେଉଛି ପୁରସ୍କାର ରାଶି। ବିଜେତା ଦଳକୁ ଦିଆଯିବ ଦେଢ ଲକ୍ଷ ଟଙ୍କା, ଯାହା ଖେଳାଳିମାନଙ୍କୁ ଆହୁରି ଉତ୍ସାହିତ କରିବ।
    1
    ଜୟପୁରରେ କ୍ରିକେଟ୍ ପ୍ରେମୀମାନଙ୍କ ପାଇଁ ଆସୁଛି ଏକ ବଡ଼ ଖବର। ଏବେ ପୂରା Indian Premier League (ଆଇପିଏଲ୍) ଫର୍ମାଟ୍‌ରେ ଜୟପୁର ପ୍ରିମିୟର୍ ଲିଗ୍ (JPL) ଆୟୋଜିତ ହେବାକୁ ଯାଉଛି।
ଏହି ନେଇ ଜେପିଏଲ୍ ଚେୟାରମ୍ୟାନ୍ ବାବୁଲା ରାଉତ ସୂଚନା ଦେଇ କହିଛନ୍ତି ଯେ, ଏହି ଟୁର୍ଣ୍ଣାମେଣ୍ଟ୍‌ରେ ମୋଟ ୬ଟି ଦଳ ଭାଗ ନେବେ। ପ୍ରତ୍ୟେକ ଦଳ ମଧ୍ୟରେ ତୀବ୍ର ପ୍ରତିସ୍ପର୍ଦ୍ଧା ଦେଖିବାକୁ ମିଳିବ ଓ ଖେଳ ପୂରାପୁରି ଆଇପିଏଲ୍ ଶୈଳୀରେ ଆୟୋଜିତ ହେବ।
ସେ ଆହୁରି କହିଛନ୍ତି ଯେ, ଏହି ଲିଗ୍‌ର ମୁଖ୍ୟ ଆକର୍ଷଣ ହେଉଛି ପୁରସ୍କାର ରାଶି। ବିଜେତା ଦଳକୁ ଦିଆଯିବ ଦେଢ ଲକ୍ଷ ଟଙ୍କା, ଯାହା ଖେଳାଳିମାନଙ୍କୁ ଆହୁରି ଉତ୍ସାହିତ କରିବ।
    user_UD MEDIA NEWS
    UD MEDIA NEWS
    Journalist ଜୟପୁର, କୋରାପୁଟ, ଓଡ଼ିଶା•
    8 hrs ago
  • ମାଁ ଠାକୁରାଣୀ ଙ୍କ କଳସୀ ଯାତ୍ରା ମଇଦଳପୁର 2026
    1
    ମାଁ ଠାକୁରାଣୀ ଙ୍କ କଳସୀ ଯାତ୍ରା ମଇଦଳପୁର 2026
    user_Biranchi Dhangadamajhi
    Biranchi Dhangadamajhi
    Farmer କୋକସରା, କଳାହାଣ୍ଡି, ଓଡ଼ିଶା•
    3 hrs ago
  • ଦେଖନ୍ତୁ ଓ ଶୁଣନ୍ତୁ ଆପଣମାନେ 🙏🙏🙏
    1
    ଦେଖନ୍ତୁ ଓ ଶୁଣନ୍ତୁ ଆପଣମାନେ 🙏🙏🙏
    user_Baleswar Naik
    Baleswar Naik
    Thuamul Rampur, Kalahandi•
    7 hrs ago
  • ମହିଳା ସଂରକ୍ଷଣ ବିଲ୍‌କୁ ନେଇ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି କୋରାପୁଟ ସାଂସଦ ସପ୍ତଗିରି ଉଲାକା। ସରକାର ମହିଳାମାନଙ୍କୁ ସଶକ୍ତ କରିବା ପରିବର୍ତ୍ତେ କେବଳ ମିଥ୍ୟା ପ୍ରତିଶ୍ରୁତି ଦେଇ ଭୋଟ୍ ରାଜନୀତି କରୁଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି। ଏନେଇ କଣ କହୁଛନ୍ତି ସପ୍ତଗିରି ଉଲାକା, ଆସନ୍ତୁ ଶୁଣିବା...
    1
    ମହିଳା ସଂରକ୍ଷଣ ବିଲ୍‌କୁ ନେଇ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି କୋରାପୁଟ ସାଂସଦ ସପ୍ତଗିରି ଉଲାକା। ସରକାର ମହିଳାମାନଙ୍କୁ ସଶକ୍ତ କରିବା ପରିବର୍ତ୍ତେ କେବଳ ମିଥ୍ୟା ପ୍ରତିଶ୍ରୁତି ଦେଇ ଭୋଟ୍ ରାଜନୀତି କରୁଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି। ଏନେଇ କଣ କହୁଛନ୍ତି ସପ୍ତଗିରି ଉଲାକା, ଆସନ୍ତୁ ଶୁଣିବା...
    user_Gunupur Updates
    Gunupur Updates
    Local News Reporter ଗୁଣୁପୁର, ରାୟଗଡା, ଓଡ଼ିଶା•
    54 min ago
  • ପାନୀୟ ଜଳଯୋଗାଣର ଅବ୍ୟବସ୍ଥା ନେଇ ନୁଆସାହିରେ ରାସ୍ତାରୋକ l ପଦ୍ମପୁର, ୨୦।୦୪ (ନିପ୍ର) ପଦ୍ମପୁରବାସୀଙ୍କ ଜଳକଷ୍ଟ ଏବେ ଜନ ଆନ୍ଦୋଳନର ରୂପ ନେଇଛି। ଦୀର୍ଘ ଦିନର ଜଳାଭାବ ଏବଂ କୋଟି କୋଟି ଟଙ୍କାର ବସୁଧା ପ୍ରକଳ୍ପରେ ଦେଖାଦେଇଥିବା ବାରମ୍ବାର ଯାନ୍ତ୍ରିକ ତ୍ରୁଟିକୁ ନେଇ ଆଜି ପଦ୍ମପୁରରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ପାନୀୟ ଜଳ ଯୋଗାଣରେ ବିପର୍ଯ୍ୟସ୍ତ ଅବସ୍ଥାକୁ ପ୍ରତିବାଦ କରି ଆଜି ପଦ୍ମପୁର ନୂଆସାହି ନିକଟରେ ଶତାଧିକ ମହିଳା ଓ ପୁରୁଷ ଗୁଣପୁର ପଦ୍ମପୁର ମୁଖ୍ୟ ରାସ୍ତାକୁ ଦୀର୍ଘ ଘଣ୍ଟା ଧରି ଅବରୋଧ କରିଥିଲେ। ଫଳରେ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିବା ବେଳେ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନର ଲମ୍ବା ଧାଡ଼ି ଦେଖିବାକୁ ମିଳିଥିଲା। ଏଠାରେ ସୂଚନାଯୋଗ୍ୟ ଯେ, ଗୁମୁଡ଼ା ନଦୀ କୂଳରେ ଥିବା ପ୍ରକଳ୍ପର ମୁଖ୍ୟ ପ୍ରଡକ୍ସନ ୱେଲ ମଧ୍ୟରେ ଅତ୍ୟଧିକ ବାଲି ଓ ମାଟି ଜମିଯିବା ସହ ଏକ ୧୫ ଏଚ.ପି.ର ପମ୍ପ ମୋଟର ପୋଡ଼ି ଯାଇଥିଲା। ଫଳରେ ତିନୋଟି ଯାକ ବୋରୱେଲ୍‌କୁ କମ୍ପ୍ରେସର ମାଧ୍ୟମରେ ସଫା କରାଯିବା ସହ ଦୁଇଟି ନୂତନ ଉଚ୍ଚ କ୍ଷମତା ସମ୍ପନ୍ନ ମୋଟର ସ୍ଥାପନ କରାଯାଇଛି। ଏହି ଯାନ୍ତ୍ରିକ ତ୍ରୁଟି ଏବଂ ପୂର୍ବରୁ ବିଛାଯାଇଥିବା ନିମ୍ନ ମାନର ପାଇପ୍ ଫାଟି ପାଣି ନଷ୍ଟ ହେଉଥିବାରୁ ନୂଆସାହି, ମାର୍କମା ସାହି, ଇନ୍ଦିରା ନଗର, ବଡ଼ ସାହି, ସୌରା ସାହି ଏବଂ ସୁନାରୀ ସାହି ଭଳି ଅଞ୍ଚଳରେ ଦୀର୍ଘ ଦିନ ହେଲା ଜଳ ଯୋଗାଣ ବନ୍ଦ ରହିଥିଲା। ପ୍ରଖର ଗ୍ରୀଷ୍ମ ପ୍ରବାହ ମଧ୍ୟରେ ପାଣି ମୁନ୍ଦାଏ ପାଇଁ ହନ୍ତସନ୍ତ ହୋଇ ଶେଷରେ ସ୍ଥାନୀୟ ବାସିନ୍ଦା ରାସ୍ତାକୁ ଓହ୍ଲାଇଥିଲେ। ଖବରପାଇ ଘଟଣା ସ୍ଥଳରେ ପଦ୍ମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ କୁରେଶ ଜାନୀ ଏବଂ ଆରଡବ୍ଲୁଏସଏସ ବିଭାଗର କନିଷ୍ଠ ଯନ୍ତ୍ରୀ ଅଜୟ ମାଝୀ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା କରିଥିଲେ। ଉକ୍ତ ସାହି ଗୁଡ଼ିକୁ ଦିନ ଛାଡ଼ି ଦିନେ ନିୟମିତ ଭାବେ ଜଳ ଯୋଗାଣ କରାଯିବ ବୋଲି ପ୍ରଶାସନିକ ସ୍ତରରେ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ପ୍ରଶମିତ ହୋଇଥିଲା ଏବଂ ଯାତାୟାତ ସ୍ୱାଭାବିକ ହୋଇଥିଲା।
    3
    ପାନୀୟ ଜଳଯୋଗାଣର ଅବ୍ୟବସ୍ଥା ନେଇ ନୁଆସାହିରେ ରାସ୍ତାରୋକ l
ପଦ୍ମପୁର, ୨୦।୦୪ (ନିପ୍ର) ପଦ୍ମପୁରବାସୀଙ୍କ ଜଳକଷ୍ଟ ଏବେ ଜନ ଆନ୍ଦୋଳନର ରୂପ ନେଇଛି। ଦୀର୍ଘ ଦିନର ଜଳାଭାବ ଏବଂ କୋଟି କୋଟି ଟଙ୍କାର ବସୁଧା ପ୍ରକଳ୍ପରେ ଦେଖାଦେଇଥିବା ବାରମ୍ବାର ଯାନ୍ତ୍ରିକ ତ୍ରୁଟିକୁ ନେଇ ଆଜି ପଦ୍ମପୁରରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ପାନୀୟ ଜଳ ଯୋଗାଣରେ ବିପର୍ଯ୍ୟସ୍ତ ଅବସ୍ଥାକୁ ପ୍ରତିବାଦ କରି ଆଜି ପଦ୍ମପୁର ନୂଆସାହି ନିକଟରେ ଶତାଧିକ ମହିଳା ଓ ପୁରୁଷ ଗୁଣପୁର ପଦ୍ମପୁର ମୁଖ୍ୟ ରାସ୍ତାକୁ ଦୀର୍ଘ ଘଣ୍ଟା ଧରି ଅବରୋଧ କରିଥିଲେ। ଫଳରେ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିବା ବେଳେ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନର ଲମ୍ବା ଧାଡ଼ି ଦେଖିବାକୁ ମିଳିଥିଲା। ଏଠାରେ ସୂଚନାଯୋଗ୍ୟ ଯେ, ଗୁମୁଡ଼ା ନଦୀ କୂଳରେ ଥିବା ପ୍ରକଳ୍ପର ମୁଖ୍ୟ ପ୍ରଡକ୍ସନ ୱେଲ ମଧ୍ୟରେ ଅତ୍ୟଧିକ ବାଲି ଓ ମାଟି ଜମିଯିବା ସହ ଏକ ୧୫ ଏଚ.ପି.ର ପମ୍ପ ମୋଟର ପୋଡ଼ି ଯାଇଥିଲା। ଫଳରେ ତିନୋଟି ଯାକ ବୋରୱେଲ୍‌କୁ କମ୍ପ୍ରେସର ମାଧ୍ୟମରେ ସଫା କରାଯିବା ସହ ଦୁଇଟି ନୂତନ ଉଚ୍ଚ କ୍ଷମତା ସମ୍ପନ୍ନ ମୋଟର ସ୍ଥାପନ କରାଯାଇଛି। ଏହି ଯାନ୍ତ୍ରିକ ତ୍ରୁଟି ଏବଂ ପୂର୍ବରୁ ବିଛାଯାଇଥିବା ନିମ୍ନ ମାନର ପାଇପ୍ ଫାଟି ପାଣି ନଷ୍ଟ ହେଉଥିବାରୁ ନୂଆସାହି, ମାର୍କମା ସାହି, ଇନ୍ଦିରା ନଗର, ବଡ଼ ସାହି, ସୌରା ସାହି ଏବଂ ସୁନାରୀ ସାହି ଭଳି ଅଞ୍ଚଳରେ ଦୀର୍ଘ ଦିନ ହେଲା ଜଳ ଯୋଗାଣ ବନ୍ଦ ରହିଥିଲା। ପ୍ରଖର ଗ୍ରୀଷ୍ମ ପ୍ରବାହ ମଧ୍ୟରେ ପାଣି ମୁନ୍ଦାଏ ପାଇଁ ହନ୍ତସନ୍ତ ହୋଇ ଶେଷରେ ସ୍ଥାନୀୟ ବାସିନ୍ଦା ରାସ୍ତାକୁ ଓହ୍ଲାଇଥିଲେ। ଖବରପାଇ ଘଟଣା ସ୍ଥଳରେ ପଦ୍ମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ  କୁରେଶ ଜାନୀ ଏବଂ ଆରଡବ୍ଲୁଏସଏସ  ବିଭାଗର କନିଷ୍ଠ ଯନ୍ତ୍ରୀ ଅଜୟ ମାଝୀ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା କରିଥିଲେ। ଉକ୍ତ ସାହି ଗୁଡ଼ିକୁ ଦିନ ଛାଡ଼ି ଦିନେ ନିୟମିତ ଭାବେ ଜଳ ଯୋଗାଣ କରାଯିବ ବୋଲି ପ୍ରଶାସନିକ ସ୍ତରରେ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ପ୍ରଶମିତ ହୋଇଥିଲା ଏବଂ ଯାତାୟାତ ସ୍ୱାଭାବିକ ହୋଇଥିଲା।
    user_Susanta kumar panda
    Susanta kumar panda
    ପଦ୍ମପୁର, ରାୟଗଡା, ଓଡ଼ିଶା•
    4 hrs ago
  • ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ଙ୍କୁ ସମ୍ବର୍ଦ୍ଧନା ଭାଜପା କର୍ମୀମାନେ ଜଣାଇଥିଲେ। ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ରାଜ୍ୟ ସ୍ତରୀୟ ପଦାଧିକାରୀ ମାନଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ଙ୍କ ଅଧୀନରେ ଭାଜପା ପଂଚାୟତ ନିର୍ବାଚନ ରେ ଭଲ ପ୍ରଦର୍ଶନ କରିବ ବୋଲି ଭାଜପା କର୍ମୀ ଆଶା କରୁଛନ୍ତି।
    1
    ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ଙ୍କୁ ସମ୍ବର୍ଦ୍ଧନା ଭାଜପା କର୍ମୀମାନେ ଜଣାଇଥିଲେ। ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ରାଜ୍ୟ ସ୍ତରୀୟ ପଦାଧିକାରୀ ମାନଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ଙ୍କ ଅଧୀନରେ ଭାଜପା ପଂଚାୟତ ନିର୍ବାଚନ ରେ ଭଲ ପ୍ରଦର୍ଶନ କରିବ ବୋଲି ଭାଜପା କର୍ମୀ ଆଶା କରୁଛନ୍ତି।
    user_KHABAR TARANGA
    KHABAR TARANGA
    ସେରଙ୍ଗୋ, ଗଜପତି, ଓଡ଼ିଶା•
    3 hrs ago
  • ପାରମ୍ପରିକ ରୀତିନୀତି ଅନୁସାରେ ଜୟପୁରରେ ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ ଭକ୍ତିମୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ଏହି ପବିତ୍ର ଅବସରରେ ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ଉପସ୍ଥିତ ରହି ପାରମ୍ପରିକ ପୂଜାର୍ଚ୍ଚନା ମାଧ୍ୟମରେ ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ କରିଥିଲେ।
    1
    ପାରମ୍ପରିକ ରୀତିନୀତି ଅନୁସାରେ ଜୟପୁରରେ ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ ଭକ୍ତିମୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ଏହି ପବିତ୍ର ଅବସରରେ ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ଉପସ୍ଥିତ ରହି ପାରମ୍ପରିକ ପୂଜାର୍ଚ୍ଚନା ମାଧ୍ୟମରେ ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ କରିଥିଲେ।
    user_UD MEDIA NEWS
    UD MEDIA NEWS
    Journalist ଜୟପୁର, କୋରାପୁଟ, ଓଡ଼ିଶା•
    9 hrs ago
  • ବ୍ଳକ ଥୁଆମୂଳ ରାମପୁର ର ଦେଖନ୍ତୁ 🙏🙏🙏
    1
    ବ୍ଳକ ଥୁଆମୂଳ ରାମପୁର ର ଦେଖନ୍ତୁ 🙏🙏🙏
    user_Baleswar Naik
    Baleswar Naik
    Thuamul Rampur, Kalahandi•
    7 hrs ago
  • ପଦ୍ମପୁରରେ ପାନୀୟ ଜଳ ପାଇଁ ଜନ ଆନ୍ଦୋଳନ ଉଗ୍ର ରୂପ ଧାରଣ କରିଛି। ଦୀର୍ଘ ଦିନର ଜଳାଭାବ ଏବଂ ବସୁଧା ପ୍ରକଳ୍ପର ବିପର୍ଯ୍ୟସ୍ତ ଅବସ୍ଥାକୁ ନେଇ ଆଜି ପଦ୍ମପୁର ନୂଆସାହି ନିକଟରେ ଶତାଧିକ ଲୋକ ଗୁଣପୁର-ପଦ୍ମପୁର ମୁଖ୍ୟ ରାସ୍ତାକୁ ଘଣ୍ଟା ଘଣ୍ଟା ଧରି ଅବରୋଧ କରିଥିଲେ। ଘଟଣା ସ୍ଥଳରେ ପଦ୍ମପୁର ବିଡିଓ କୁରେଶ ଜାନୀ ଏବଂ ଆରଡବ୍ଲୁଏସଏସ କନିଷ୍ଠ ଯନ୍ତ୍ରୀ ଅଜୟ ମାଝୀ ପହଞ୍ଚିବା ପରେ ଉତ୍ତ୍ୟକ୍ତ ଗ୍ରାମବାସୀ ସେମାନଙ୍କୁ ଘେରିବା ସହ ନିଜର ଦୁଃଖ ପ୍ରକାଶ କରିଥିଲେ। ଲୋକଙ୍କ ଅଭିଯୋଗ ଅନୁଯାୟୀ, ଗୁମୁଡ଼ା ନଦୀ କୂଳରେ ଥିବା ପ୍ରକଳ୍ପର ପ୍ରଡକ୍ସନ ୱେଲ ମଧ୍ୟରେ ବାଲି ଜମିଯିବା ଓ ପମ୍ପ ମୋଟର ପୋଡ଼ିଯିବା ଯୋଗୁଁ ନୂଆସାହି, ମାର୍କମା ସାହି, ଇନ୍ଦିରା ନଗର, ବଡ଼ ସାହି, ସୌରା ସାହି ଓ ସୁନାରୀ ସାହିରେ ପାଣି ମୁନ୍ଦାଏ ପାଇଁ ହାହାକାର ପରିସ୍ଥିତି ସୃଷ୍ଟି ହୋଇଥିଲା। ବିଭାଗୀୟ ଅଧିକାରୀମାନେ ଯୁଦ୍ଧକାଳୀନ ଭିତ୍ତିରେ ମରାମତି କରି ଦିନ ଛାଡ଼ି ଦିନେ ନିୟମିତ ଭାବେ ଜଳ ଯୋଗାଣ କରିବାକୁ ପ୍ରତିଶ୍ରୁତି ଦେବା ପରେ ଯାଇ ରାସ୍ତାରୋକ ହଟିଥିଲା। ଏହି ଘଟଣା ପରେ ଯାତାୟାତ ସ୍ୱାଭାବିକ ହୋଇଥିଲେ ମଧ୍ୟ ସ୍ଥାୟୀ ସମାଧାନ ନହେଲେ ଆଗାମୀ ଦିନରେ ଆନ୍ଦୋଳନ ଆହୁରି ତୀବ୍ର ହେବ ବୋଲି ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି।
    1
    ପଦ୍ମପୁରରେ ପାନୀୟ ଜଳ ପାଇଁ ଜନ ଆନ୍ଦୋଳନ ଉଗ୍ର ରୂପ ଧାରଣ କରିଛି। ଦୀର୍ଘ ଦିନର ଜଳାଭାବ ଏବଂ ବସୁଧା ପ୍ରକଳ୍ପର ବିପର୍ଯ୍ୟସ୍ତ ଅବସ୍ଥାକୁ ନେଇ ଆଜି ପଦ୍ମପୁର ନୂଆସାହି ନିକଟରେ ଶତାଧିକ ଲୋକ ଗୁଣପୁର-ପଦ୍ମପୁର ମୁଖ୍ୟ ରାସ୍ତାକୁ ଘଣ୍ଟା ଘଣ୍ଟା ଧରି ଅବରୋଧ କରିଥିଲେ। ଘଟଣା ସ୍ଥଳରେ ପଦ୍ମପୁର ବିଡିଓ କୁରେଶ ଜାନୀ ଏବଂ ଆରଡବ୍ଲୁଏସଏସ କନିଷ୍ଠ ଯନ୍ତ୍ରୀ ଅଜୟ ମାଝୀ ପହଞ୍ଚିବା ପରେ ଉତ୍ତ୍ୟକ୍ତ ଗ୍ରାମବାସୀ ସେମାନଙ୍କୁ ଘେରିବା ସହ ନିଜର ଦୁଃଖ ପ୍ରକାଶ କରିଥିଲେ। ଲୋକଙ୍କ ଅଭିଯୋଗ ଅନୁଯାୟୀ, ଗୁମୁଡ଼ା ନଦୀ କୂଳରେ ଥିବା ପ୍ରକଳ୍ପର ପ୍ରଡକ୍ସନ ୱେଲ ମଧ୍ୟରେ ବାଲି ଜମିଯିବା ଓ ପମ୍ପ ମୋଟର ପୋଡ଼ିଯିବା ଯୋଗୁଁ ନୂଆସାହି, ମାର୍କମା ସାହି, ଇନ୍ଦିରା ନଗର, ବଡ଼ ସାହି, ସୌରା ସାହି ଓ ସୁନାରୀ ସାହିରେ ପାଣି ମୁନ୍ଦାଏ ପାଇଁ ହାହାକାର ପରିସ୍ଥିତି ସୃଷ୍ଟି ହୋଇଥିଲା। ବିଭାଗୀୟ ଅଧିକାରୀମାନେ ଯୁଦ୍ଧକାଳୀନ ଭିତ୍ତିରେ ମରାମତି କରି ଦିନ ଛାଡ଼ି ଦିନେ ନିୟମିତ ଭାବେ ଜଳ ଯୋଗାଣ କରିବାକୁ ପ୍ରତିଶ୍ରୁତି ଦେବା ପରେ ଯାଇ ରାସ୍ତାରୋକ ହଟିଥିଲା। ଏହି ଘଟଣା ପରେ ଯାତାୟାତ ସ୍ୱାଭାବିକ ହୋଇଥିଲେ ମଧ୍ୟ ସ୍ଥାୟୀ ସମାଧାନ ନହେଲେ ଆଗାମୀ ଦିନରେ ଆନ୍ଦୋଳନ ଆହୁରି ତୀବ୍ର ହେବ ବୋଲି ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି।
    user_Gunupur Updates
    Gunupur Updates
    Local News Reporter ଗୁଣୁପୁର, ରାୟଗଡା, ଓଡ଼ିଶା•
    1 hr ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.