ଓଡ଼ିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ବରଗଡ଼ ଜିଲ୍ଲା ଭଟଲି ବ୍ଲକ ଅନ୍ତର୍ଗତ ଗୋପାଳପୁର ସ୍ଥିତ ଆଶ୍ରମ ବିଦ୍ୟାଳୟର ଇକୋ କ୍ଲବ୍ ପକ୍ଷରୁ ୭୭ ତମ ବନ ମହୋତ୍ସବ ପାଳିତ ହୋଇଯାଇଛି। ଛାତ୍ରଛାତ୍ରୀମାନଙ୍କୁ ବାଲ୍ୟାବସ୍ଥାରୁ ବୃକ୍ଷ ରୋପଣ ଦିଗରେ ସଚେତନ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା। ଏହି ଉତ୍ସବ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉଚ୍ଛବ ଭୁଏଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଇକୋ କ୍ଲବ୍ ମାଷ୍ଟର ଟ୍ରେନର ତଥା ଜୁନିଅର୍ ରେଡକ୍ରସ କାଉନସିଲର ସଞ୍ଜୟ ଖମାରୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ବନ ମହୋତ୍ସବ ପାଳନର ତାତ୍ପର୍ଯ୍ୟ ଓ ବୃକ୍ଷର ମାହାତ୍ମ୍ୟ ସମ୍ବନ୍ଧରେ ଛାତ୍ରଛାତ୍ରୀମାନଙ୍କୁ ଉଦବୋଦନ ଦେଇଥିଲେ। ମୁଖ୍ୟ ବକ୍ତା ଭାବରେ ଭଟଲି ବନପାଳ କଂଗ୍ରେସ ସୁନା ଏବଂ ସମ୍ମାନିତ ଅତିଥି ରୂପେ ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ଅନନ୍ତ ସାହୁ ଯୋଗ ଦେଇଥିଲେ। ଗତ ବାର୍ଷିକ ପରୀକ୍ଷାରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିଥିବା କୃତୀ ଛାତ୍ରଛାତ୍ରୀମାନଙ୍କୁ ଏହି ଅବସରରେ ଫଳ ଚାରା ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ପରିଚାଳନାରେ ଶିକ୍ଷକ ରାଜୀବ ସାହୁ, ଶିକ୍ଷୟିତ୍ରୀ ଦୀପ୍ତି ତ୍ରିପାଠୀ, ପଞ୍ଚମୀ ନାଏକ, ମମତା ସାହୁ, ମାନସୀ ଷଣ୍ଢ, ସାବିତ୍ରୀ ସା, ଜୟନ୍ତୀ ମୁନା, ସାବିତ୍ରୀ ଭୁଏ, ସବିତା ବାଗ ଏବଂ ସାବିତ୍ରୀ ବାଡା ସହଯୋଗ କରିଥିଲେ। ଶିକ୍ଷକ ଅଷ୍ଟମନ୍ୟୁ ବାରିକ ସଭାକାର୍ଯ୍ୟ ପରିଚାଳନା କରିଥିବା ବେଳେ ଶିକ୍ଷକ ଦିଲ୍ଲୀପ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ। ଅତିଥିବୃନ୍ଦ, ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଓ ଇକୋ କ୍ଲବର ଛାତ୍ରଛାତ୍ରୀମାନେ ଏହି କାର୍ଯ୍ୟକ୍ରମରେ ସକ୍ରିୟ ଭାବରେ ଅଂଶଗ୍ରହଣ କରି ଚାରା ରୋପଣ କରିଥିଲେ।
ଓଡ଼ିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ବରଗଡ଼ ଜିଲ୍ଲା ଭଟଲି ବ୍ଲକ ଅନ୍ତର୍ଗତ ଗୋପାଳପୁର ସ୍ଥିତ ଆଶ୍ରମ ବିଦ୍ୟାଳୟର ଇକୋ କ୍ଲବ୍ ପକ୍ଷରୁ ୭୭ ତମ ବନ ମହୋତ୍ସବ ପାଳିତ ହୋଇଯାଇଛି। ଛାତ୍ରଛାତ୍ରୀମାନଙ୍କୁ ବାଲ୍ୟାବସ୍ଥାରୁ ବୃକ୍ଷ ରୋପଣ ଦିଗରେ ସଚେତନ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା। ଏହି ଉତ୍ସବ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉଚ୍ଛବ ଭୁଏଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଇକୋ କ୍ଲବ୍ ମାଷ୍ଟର ଟ୍ରେନର ତଥା ଜୁନିଅର୍ ରେଡକ୍ରସ କାଉନସିଲର ସଞ୍ଜୟ ଖମାରୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ବନ ମହୋତ୍ସବ ପାଳନର ତାତ୍ପର୍ଯ୍ୟ ଓ ବୃକ୍ଷର ମାହାତ୍ମ୍ୟ ସମ୍ବନ୍ଧରେ ଛାତ୍ରଛାତ୍ରୀମାନଙ୍କୁ ଉଦବୋଦନ ଦେଇଥିଲେ। ମୁଖ୍ୟ ବକ୍ତା ଭାବରେ ଭଟଲି ବନପାଳ କଂଗ୍ରେସ ସୁନା
ଏବଂ ସମ୍ମାନିତ ଅତିଥି ରୂପେ ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ଅନନ୍ତ ସାହୁ ଯୋଗ ଦେଇଥିଲେ। ଗତ ବାର୍ଷିକ ପରୀକ୍ଷାରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିଥିବା କୃତୀ ଛାତ୍ରଛାତ୍ରୀମାନଙ୍କୁ ଏହି ଅବସରରେ ଫଳ ଚାରା ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ପରିଚାଳନାରେ ଶିକ୍ଷକ ରାଜୀବ ସାହୁ, ଶିକ୍ଷୟିତ୍ରୀ ଦୀପ୍ତି ତ୍ରିପାଠୀ, ପଞ୍ଚମୀ ନାଏକ, ମମତା ସାହୁ, ମାନସୀ ଷଣ୍ଢ, ସାବିତ୍ରୀ ସା, ଜୟନ୍ତୀ ମୁନା, ସାବିତ୍ରୀ ଭୁଏ, ସବିତା ବାଗ ଏବଂ ସାବିତ୍ରୀ ବାଡା ସହଯୋଗ କରିଥିଲେ। ଶିକ୍ଷକ ଅଷ୍ଟମନ୍ୟୁ ବାରିକ ସଭାକାର୍ଯ୍ୟ ପରିଚାଳନା କରିଥିବା ବେଳେ ଶିକ୍ଷକ ଦିଲ୍ଲୀପ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ। ଅତିଥିବୃନ୍ଦ, ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଓ ଇକୋ କ୍ଲବର ଛାତ୍ରଛାତ୍ରୀମାନେ ଏହି କାର୍ଯ୍ୟକ୍ରମରେ ସକ୍ରିୟ ଭାବରେ ଅଂଶଗ୍ରହଣ କରି ଚାରା ରୋପଣ କରିଥିଲେ।
- ବରଗଡ଼ ପଞ୍ଚାୟତ କଲେଜ ପାଖରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏକ ପାୱାର ଗ୍ରିଡ୍ ଉତ୍ଘାଟନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଆୟୋଜିତ ଏକ ସଭାରେ ବରଗଡ଼ ଲୋକ ସଭା ସାଂସଦ ପ୍ରଦୀପ ପୁରୋହିତ, ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ ଓ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ପ୍ରମୁଖ ଯୋଗଦେଇଥିଲେ।4
- ସୋନପୁର ଜିଲ୍ଲା ଡୁଙ୍ଗୁରିପାଲି ଅଞ୍ଚଳରେ ନିଜ ପୁତୁରାକୁ ହରାଇଥିବା ଜଣେ ବ୍ୟକ୍ତି ପୋଲିସ ପ୍ରଶାସନ ନିକଟରେ ଆକୁଳ ନିବେଦନ କରିଛନ୍ତି। ଯେଉଁମାନେ ତାଙ୍କ ପୁତୁରାକୁ ମାରିଛନ୍ତି, ସେହି ସମସ୍ତ ଅଭିଯୁକ୍ତମାନଙ୍କୁ ଯେପରି କଠୋର ଦଣ୍ଡ ମିଳିବ, ତାହା ନିଶ୍ଚିତ କରିବାକୁ ସେ ପୋଲିସ ପ୍ରଶାସନକୁ ଅନୁରୋଧ କରିଛନ୍ତି।1
- ଗଜପତି ମହାରାଜା ଦିବ୍ୟସିଂହ ଦେବ ଅଭିଯୋଗ କରିଛନ୍ତି ଯେ ଇସ୍କନ ରଥଯାତ୍ରା ବିଷୟରେ ମିଥ୍ୟା ପ୍ରଚାର କରୁଛି ଏବଂ ସାଧାରଣ ଲୋକଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରୁଛି। ଏଥିସହିତ, ଗଜପତି ମହାରାଜା ସେମାନଙ୍କର 'ଅଦିନିଆ' ରଥଯାତ୍ରାକୁ ପ୍ରଶଂସା କରିଥିବା ନେଇ ଇସ୍କନ ଯେଉଁ ଦାବି କରିଥିଲା, ତାହାକୁ ମଧ୍ୟ ସେ ସମ୍ପୂର୍ଣ୍ଣ ଭୁଲ୍ ବୋଲି ସ୍ପଷ୍ଟ କରିଛନ୍ତି।1
- ସୁବର୍ଣ୍ଣପୁର ଜିଲ୍ଲା ବିନିକା ତହସିଲ ସାନଭାଲୁପାଳି ଅଞ୍ଚଳରେ ଚାଲିଥିବା ଏକ ପଥର କ୍ରସର ଯୋଗୁଁ ସ୍ଥାନୀୟ ଜନଜୀବନ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇପଡ଼ିଛି। କ୍ରସର ମାଲିକ ବେଆଇନ ଭାବେ କୋଟି କୋଟି ଟଙ୍କାର ଚୋରା ପଥର ଚାଲାଣ କରୁଥିବା ବେଳେ ଦିନରାତି ଚାଲୁଥିବା ପଥର ବ୍ଲାଷ୍ଟିଙ୍ଗ୍ ଏବଂ କ୍ରସର କାର୍ଯ୍ୟ ଯୋଗୁଁ ଗ୍ରାମବାସୀଙ୍କ ଘରଗୁଡ଼ିକ ଥରୁଛି। ଏହି ବିସ୍ଫୋରଣ ଯୋଗୁଁ ଲୋକଙ୍କ ଘରର କାନ୍ଥ ଏବଂ ଛାତରେ ବଡ଼ ବଡ଼ ଫାଟ ସୃଷ୍ଟି ହେଉଛି, ଯାହା ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଗଭୀର ଆତଙ୍କ ଖେଳାଇ ଦେଇଛି। କ୍ରସରରୁ ନିର୍ଗତ ହେଉଥିବା ଧୂଳିଗୁଣ୍ଡ ଯୋଗୁଁ ଚାଷବାସ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଥିବା ବେଳେ ଏହା ପରିବେଶକୁ ପ୍ରଦୂଷିତ କରିବା ସହ ସାଧାରଣ ଜନତା ଓ ଜଙ୍ଗଲୀ ଜୀବଜନ୍ତୁଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରିଛି। ପୂର୍ବରୁ ଅନେକ ଔଷଧୀୟ ବୃକ୍ଷଲତା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ ଥିବା ଏହି ଅଞ୍ଚଳରେ ବେଆଇନ ଖନନ କାରଣରୁ ଶହ ଶହ ଫୁଟର ବଡ଼ ବଡ଼ ଗାତ ସୃଷ୍ଟି କରି ସେମିତି ଖୋଲା ଛାଡ଼ି ଦିଆଯାଉଛି। ଏହା ବ୍ୟତୀତ ଓଭରଲୋଡ୍ ଗାଡ଼ି ଚଳାଚଳ ଯୋଗୁଁ ସ୍ଥାନୀୟ ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଏହି ସମସ୍ୟା ନେଇ ଗ୍ରାମବାସୀ ବାରମ୍ବାର ଖଣି ବିଭାଗ ଅଧିକାରୀ, ତହସିଲଦାର ଏବଂ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଥିଲେ ସୁଦ୍ଧା କେହି ଶୁଣୁ ନଥିବା ଅଭିଯୋଗ ହୋଇଛି। ଅନ୍ୟପଟେ ଏହି ବେଆଇନ କ୍ରସର ସମ୍ପର୍କରେ ଅଭିଯୋଗ ପାଇବା ପରେ ରାଜସ୍ବ ନିରୀକ୍ଷକ ଏବଂ ମାଇନିଙ୍ଗ ବିଭାଗକୁ ଖବର ଦିଆଯାଇଥିବା ବିନିକା ଅତିତିକ୍ତ ତହସିଲଦାର କହିଛନ୍ତି। ଏହାସହ କ୍ଷତିଗ୍ରସ୍ତ ଘରଗୁଡ଼ିକର ତଦନ୍ତ କରି ଉଚିତ କ୍ଷତିପୂରଣ ପାଇଁ ସରକାରଙ୍କୁ ଜଣାଇବାକୁ ସେ ପ୍ରତିଶ୍ରୁତି ଦେଇଛନ୍ତି। ତେବେ ପରିବେଶକୁ ପ୍ରଦୂଷଣ ମୁକ୍ତ କରିବା ସହ ଆଗାମୀ ଦିନରେ ଯଦି ଏହି ବେଆଇନ ଖନନ ଓ ପଥର ବ୍ଲାଷ୍ଟିଙ୍ଗ୍ ଉପରେ ରୋକ ଲଗା ନଯାଏ, ତେବେ ଗ୍ରାମବାସୀ ଜୋରଦାର ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି।1
- ଝାରସୁଗୁଡ଼ା ଜିଲ୍ଲା ବେଲପାହାଡ଼ ରିଫ୍ରାକ୍ଟୋରିଜ୍ ଉଚ୍ଚ ବିଦ୍ୟାଳୟରେ ୭୭ତମ ବନମହୋତ୍ସବ ପାଳିତ ହୋଇଯାଇଛି। ପ୍ରକୃତିର ସୁରକ୍ଷା ଓ ବିଶ୍ୱତାପନରୁ ପରିବେଶକୁ ରକ୍ଷା କରିବା ଉଦ୍ଦେଶ୍ୟରେ ବିଦ୍ୟାଳୟ ପରିସରରେ ନିମ୍ବ, କରଞ୍ଜ, ଆମ୍ବ, ପିଜୁଳି ଓ ବଉଳ ଭଳି ବିଭିନ୍ନ ପ୍ରକାରର ଚାରା ରୋପଣ କରାଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷିକା ନିରୁପମା ଠାକୁରଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଟିଆରଏଲ କ୍ରୋସାକି କମ୍ପାନୀର ବରିଷ୍ଠ ଅଧିକାରୀ ତଥା ବିଦ୍ୟାଳୟ ପରିଚାଳନା ସମିତିର ସଭାପତି କୁମାର ହେରମ୍ବ ନାରାୟଣ ନାଏକ ମୁଖ୍ୟ ଅତିଥି ଏବଂ ସମିତିର ଉପସଭାପତି ନିରଞ୍ଜନ ଦାସ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଚାରା ରୋପଣ କରିଥିଲେ। ଅତିଥିମାନେ ଛାତ୍ରଛାତ୍ରୀଙ୍କୁ ବୃକ୍ଷରୋପଣର ଆବଶ୍ୟକତା ବୁଝାଇବା ସହ ବୃକ୍ଷ ଆମର ବନ୍ଧୁ ବୋଲି ଅଭିହିତ କରିଥିଲେ। ସହକାରୀ ପ୍ରଧାନ ଶିକ୍ଷକ ରଘୁନାଥ ନାୟକ, ଯୁଗ୍ମ ସହକାରୀ ପ୍ରଧାନଶିକ୍ଷକ ଦେବେନ୍ଦ୍ର କୁମାର ବେହେରା, ରେଡ଼କ୍ରସ କାଉନସିଲର ଦିଲୀପ ସାହୁ ଏବଂ ଏନସିସି ଅଫିସର ବିରେନ୍ଦ୍ର ଭୋଇଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ଏଥିରେ ସହଯୋଗ କରିଥିଲେ। ଶିକ୍ଷକ ଦିଲୀପ ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ଗିରିଶ ଚନ୍ଦ୍ର ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପରିବେଶ ସମ୍ପର୍କିତ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପଞ୍ଚମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ଚିତ୍ରାଙ୍କନ ଏବଂ ଅଷ୍ଟମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ବତ୍କୃତା ପ୍ରତିଯୋଗିତା କରାଯାଇଥିଲା। ଚିତ୍ରାଙ୍କନ ପ୍ରତିଯୋଗିତାରେ ଅଭିରାମ ସାହୁ ପ୍ରଥମ, ସୁନୟନା ପ୍ରଧାନ ଦ୍ଵିତୀୟ ଓ କ୍ଷୀରୋଦ ପ୍ରଧାନ ତୃତୀୟ ସ୍ଥାନ ଅଧିକାର କରିଥିଲେ। ସେହିପରି ବତ୍କୃତାରେ ପ୍ରଭାସିନୀ ନାୟକ ପ୍ରଥମ, ଦୀପକ ମହାନନ୍ଦ ଦ୍ଵିତୀୟ ଏବଂ ଶ୍ରୀଲେଖା ଷଡ଼ଙ୍ଗୀ ତୃତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଛନ୍ତି।4
- ଝାରସୁଗୁଡ଼ାରେ ଏକ ପ୍ରତିବାଦର ନୂତନ ଶୈଳୀର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ପ୍ରତିବାଦରେ ଏକ ଆଶ୍ଚର୍ଯ୍ୟଜନକ ଦୃଶ୍ୟ ଦେଖିବାକୁ ମିଳିଛି, ଯେଉଁଠାରେ ଏକ ପଟେ କୁଶପୁତ୍ତଳିକା ଜଳୁଛି ଏବଂ ଅନ୍ୟପଟେ ତା’ ପାଖରେ ଡାନ୍ସ ପର୍ଫର୍ମାନ୍ସ ଚାଲିଛି। ଆନ୍ଦୋଳନ ସମୟରେ ଦିଆଯାଉଥିବା ନାରା ଅପେକ୍ଷା ଏହି ନୃତ୍ୟର ନୂଆ ଷ୍ଟେପ୍ ଏବେ ଚର୍ଚ୍ଚାର ବିଷୟ ପାଲଟିଛି ଏବଂ କୁଶପୁତ୍ତଳିକା ଦାହ ଅପେକ୍ଷା ନାଚର ଭିଡିଓ ଅଧିକ ଭାଇରାଲ ହେଉଛି। ତେବେ ପାଠ ପଢ଼ୁଥିବା କୋମଳମତି ଶିଶୁମାନଙ୍କୁ ଏଭଳି ଏକ ଆନ୍ଦୋଳନରେ ସାମିଲ କରିବା ଘଟଣାକୁ ତୀବ୍ର ନିନ୍ଦା କରାଯାଇଛି। ଶିକ୍ଷକ ଶିକ୍ଷୟତ୍ରୀମାନେ ଶିଶୁମାନଙ୍କୁ ଭିନ୍ନ ଢଙ୍ଗରେ ବୁଝାଇ ପଢ଼ାଇପାରିଥାନ୍ତେ, ଯେପରି ସେମାନଙ୍କ ଉପରେ କୌଣସି ଖରାପ ପ୍ରଭାବ ପଡ଼ି ନଥାନ୍ତା। କିନ୍ତୁ ସେମାନଙ୍କୁ ଏହି ପ୍ରତିବାଦରେ ସାମିଲ କରାଇ, ସେମାନଙ୍କ ସମ୍ମୁଖରେ ଜନପ୍ରତିନିଧିମାନେ ଗୀତରେ ଏଭଳି ନାଚିବାକୁ ନେଇ ଗମ୍ଭୀର ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏଭଳି ପରିସ୍ଥିତିରେ କୋମଳମତି ଶିଶୁମାନେ ଜନପ୍ରତିନିଧିମାନଙ୍କଠାରୁ କ’ଣ ଶିଖିବେ ବୋଲି ପ୍ରଶ୍ନ ଉଠିଛି।1
- ବରଗଡ଼ ଜିଲ୍ଲା ବରପାଲିସ୍ଥିତ ଗଙ୍ଗାଧର ମେହେର କ୍ଲବଠାରେ ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ଓଡ଼ିଶା ସାହିତ୍ୟ ଏକାଡେ଼ମୀ ସଦସ୍ୟ ତଥା ବରପାଲି କଲେଜର ପ୍ରାକ୍ତନ ଅଧ୍ୟକ୍ଷ ଡ଼ଃ ଘନଶ୍ୟାମ ପାଣିଗ୍ରାହୀଙ୍କ ସଭାପତିତ୍ବରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଆସନ୍ତା ଅଗଷ୍ଟ ୨୮ ତାରିଖ ସନ୍ଧ୍ୟାରେ ଏହି ଜୟନ୍ତୀ ସମାରୋହ ପାଳନ କରାଯିବ। ଏହା ସହିତ ପ୍ରତି ମାସର ଗୋଟିଏ ଦିନରେ ଗଙ୍ଗାଧର ସାହିତ୍ୟ ଉପରେ ଏକ ଆଲୋଚନା ଚକ୍ର ଆୟୋଜନ କରାଯିବା ପାଇଁ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ନିଆଯାଇଥିବା ନେଇ ବର୍ତ୍ତମାନର ସଭାପତି ନରେନ୍ଦ୍ର କୁମାର ହୋତା ସୂଚନା ଦେଇଛନ୍ତି। ଏହି ବୈଠକରେ ଆନନ୍ଦ ମେହେର, ବାଳକିଶୋର ଖାଡ଼ଙ୍ଗl, ପଦ୍ମଲୋଚନ ସାହୁ, ରାଜାରାମ ମେହେର, ବାଳକୃଷ୍ଣ ପୂଝାରୀ, ମହେନ୍ଦ୍ର ଗହୀର ଓ ବନ୍ତରlମ ସେଠ ପ୍ରମୁଖ ଯୋଗ ଦେଇଥିଲେ।1
- ଝାରସୁଗୁଡ଼ା ଜିଲ୍ଲାର ରେଙ୍ଗାଲି ଥାନା ପୁଲିସ ଏକ ହତ୍ୟା ଉଦ୍ୟମ ମାମଲାରେ ଦ୍ରୁତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଅଭିଯୁକ୍ତ ପ୍ରେମାନନ୍ଦ ବିଶି (୪୯)ଙ୍କୁ ଗିରଫ କରିଛି। ଗତ ୧୦ ଜୁଲାଇ ସନ୍ଧ୍ୟାରେ ପିଠିଣ୍ଡା ଗ୍ରାମର ମାଉସୀ ଗୁଡ଼ି ନିକଟରେ ଶବସତ୍କାର ସମୟରେ କୌଣସି କଥାକୁ ନେଇ ବଚସା ହୋଇଥିଲା। ଏହି ବଚସା ଉଗ୍ରରୂପ ନେବା ପରେ ଅଭିଯୁକ୍ତ ପ୍ରେମାନନ୍ଦ ଏକ ଭୁଜାଲିରେ ଅନାମା ମାଝୀ (୪୧)ଙ୍କ ଉପରେ ସଂଘାତିକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏହି ଆକ୍ରମଣରେ ପୀଡ଼ିତଙ୍କ ମୁଣ୍ଡ, ଜହ୍ନା ଓ ହାତରେ ଗୁରୁତର ଆଘାତ ଲାଗିଥିଲା। ପ୍ରଥମେ ତାଙ୍କୁ ଚିକିତ୍ସା ପାଇଁ ଲଖନପୁର ସିଏଚସିରେ ଭର୍ତ୍ତି କରାଯାଇଥିବା ବେଳେ ପରବର୍ତ୍ତୀ ସମୟରେ ଅଧିକ ଉନ୍ନତ ଚିକିତ୍ସା ପାଇଁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ରେଙ୍ଗାଲି ଥାନା ପୁଲିସ ଘଟଣା ସ୍ଥଳରୁ ଆକ୍ରମଣରେ ବ୍ୟବହୃତ ହୋଇଥିବା ଭୁଜାଲିକୁ ଜବତ କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏହି ସମ୍ବେଦନଶୀଳ ମାମଲାରେ ପୁଲିସ ପକ୍ଷରୁ ଅଧିକ ତଦନ୍ତ ପ୍ରକ୍ରିୟା ଜାରି ରହିଛି।1