logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଏକ ସମୟ ଥିଲା ଯେତେବେଳେ ଅବସର ନେବା ପରେ ମଧ୍ୟ ପେନସନ ରାଶି ପାଇବା ପାଇଁ ବର୍ଷ ବର୍ଷ ଧରି ଧା ଦୌଡ଼ କରିବାକୁ ପଡୁଥିଲା। କିନ୍ତୁ ଏବେ ଏହି ପରିସ୍ଥିତିରେ ପରିବର୍ତ୍ତନ ଆସିଛି, ଯାହା ଅନୁସାରେ ଅବସର ଦିନ ହିଁ ସମସ୍ତ ପୂର୍ଣ୍ଣାଙ୍ଗ ପେନସନ କାଗଜପତ୍ର ପ୍ରଦାନ କରାଯାଉଛି। ଏହିକ୍ରମରେ ଆଜି ଶନିବାର ପୂର୍ବାହ୍ନ ଏଗାରଟା ସମୟରେ କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ଗୋବର୍ଦ୍ଧନପୁର କ୍ଲଷ୍ଟରର ପୋଡ଼ାପଦର ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମଞ୍ଜୁଲତା ଦାସଙ୍କୁ ତାଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସହ ପୂର୍ଣ୍ଣାଙ୍ଗ ପେନସନ କାଗଜପତ୍ର ପ୍ରଦାନ କରାଯାଇଛି। ବିଶ୍ୱନାଥପୁର ବିଇଓ ଅଫିସ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଷିଆ ମେହେର ସଭାପତିତ୍ୱ କରିଥିଲେ। ଏହି ଅବସରରେ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଏବଂ ସମସ୍ତ କ୍ଲଷ୍ଟର ସଂଯୋଜକ ଉପସ୍ଥିତ ରହି ସହଯୋଗ କରିଥିଲେ।

1 hr ago
user_Gopal Das Mahananda
Gopal Das Mahananda
Voice of people ଲାଞ୍ଜିଗଡ଼, କଳାହାଣ୍ଡି, ଓଡ଼ିଶା•
1 hr ago

ଏକ ସମୟ ଥିଲା ଯେତେବେଳେ ଅବସର ନେବା ପରେ ମଧ୍ୟ ପେନସନ ରାଶି ପାଇବା ପାଇଁ ବର୍ଷ ବର୍ଷ ଧରି ଧା ଦୌଡ଼ କରିବାକୁ ପଡୁଥିଲା। କିନ୍ତୁ ଏବେ ଏହି ପରିସ୍ଥିତିରେ ପରିବର୍ତ୍ତନ ଆସିଛି, ଯାହା ଅନୁସାରେ ଅବସର ଦିନ ହିଁ ସମସ୍ତ ପୂର୍ଣ୍ଣାଙ୍ଗ ପେନସନ କାଗଜପତ୍ର ପ୍ରଦାନ କରାଯାଉଛି। ଏହିକ୍ରମରେ ଆଜି ଶନିବାର ପୂର୍ବାହ୍ନ ଏଗାରଟା ସମୟରେ କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ଗୋବର୍ଦ୍ଧନପୁର କ୍ଲଷ୍ଟରର ପୋଡ଼ାପଦର ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମଞ୍ଜୁଲତା ଦାସଙ୍କୁ ତାଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସହ ପୂର୍ଣ୍ଣାଙ୍ଗ ପେନସନ କାଗଜପତ୍ର ପ୍ରଦାନ କରାଯାଇଛି। ବିଶ୍ୱନାଥପୁର ବିଇଓ ଅଫିସ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଷିଆ ମେହେର ସଭାପତିତ୍ୱ କରିଥିଲେ। ଏହି ଅବସରରେ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଏବଂ ସମସ୍ତ କ୍ଲଷ୍ଟର ସଂଯୋଜକ ଉପସ୍ଥିତ ରହି ସହଯୋଗ କରିଥିଲେ।

More news from ଓଡ଼ିଶା and nearby areas
  • କଳାହାଣ୍ଡି ଜିଲ୍ଲାର ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ ଲାଞ୍ଜିଗଡ ଅଞ୍ଚଳର ବାସିନ୍ଦାମାନେ ଶୁକ୍ରବାର ଦିନ ଲାଞ୍ଜିଗଡ ଟାଟା ପାୱାର ବିଦ୍ୟୁତ ଗ୍ରୀଡରେ ତାଲା ପକାଇ ଧାରଣାରେ ବସିଥିଲେ। ଏହି ପ୍ରତିବାଦ ସମୟରେ, ସେମାନେ ଯନ୍ତ୍ରୀଙ୍କ ମାଧ୍ୟମରେ ଉପ ବିଭାଗୀୟ ଅଧିକାରୀଙ୍କୁ ଏକ ଲିଖିତ ଦାବିପତ୍ର ମଧ୍ୟ ପ୍ରଦାନ କରିଛନ୍ତି।
    1
    କଳାହାଣ୍ଡି ଜିଲ୍ଲାର ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ ଲାଞ୍ଜିଗଡ ଅଞ୍ଚଳର ବାସିନ୍ଦାମାନେ ଶୁକ୍ରବାର ଦିନ ଲାଞ୍ଜିଗଡ ଟାଟା ପାୱାର ବିଦ୍ୟୁତ ଗ୍ରୀଡରେ ତାଲା ପକାଇ ଧାରଣାରେ ବସିଥିଲେ। ଏହି ପ୍ରତିବାଦ ସମୟରେ, ସେମାନେ ଯନ୍ତ୍ରୀଙ୍କ ମାଧ୍ୟମରେ ଉପ ବିଭାଗୀୟ ଅଧିକାରୀଙ୍କୁ ଏକ ଲିଖିତ ଦାବିପତ୍ର ମଧ୍ୟ ପ୍ରଦାନ କରିଛନ୍ତି।
    user_Ramesh Chandra Nayak
    Ramesh Chandra Nayak
    ଲାଞ୍ଜିଗଡ଼, କଳାହାଣ୍ଡି, ଓଡ଼ିଶା•
    2 hrs ago
  • ଲକ୍ଷ୍ମୀପୁର ଥାନା ଅନ୍ତର୍ଗତ ବୁର୍ଜା ଗ୍ରାମରେ ଜଣେ ବିବାହିତ ପୁରୁଷ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ପାରିବାରିକ କଳହକୁ ଏହି ଘଟଣାର ମୁଖ୍ୟ କାରଣ ବୋଲି ଜଣାପଡିଛି।
    1
    ଲକ୍ଷ୍ମୀପୁର ଥାନା ଅନ୍ତର୍ଗତ ବୁର୍ଜା ଗ୍ରାମରେ ଜଣେ ବିବାହିତ ପୁରୁଷ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ପାରିବାରିକ କଳହକୁ ଏହି ଘଟଣାର ମୁଖ୍ୟ କାରଣ ବୋଲି ଜଣାପଡିଛି।
    user_Patra pilenti
    Patra pilenti
    ଲକ୍ଷ୍ମୀପୁର, କୋରାପୁଟ, ଓଡ଼ିଶା•
    17 hrs ago
  • ମୟୂରଭଞ୍ଜ ଜିଲ୍ଲାର କୁଲିଅଣା ସବଡିଭିଜନ ଅନ୍ତର୍ଗତ ଝାରପୋଖରିଆ ସେକ୍ସନ୍‌ର କୁଆଁରଡିହି ଗାଁରେ ଗତ ୮-୧୦ ଦିନ ହେଲା ବିଦ୍ୟୁତ୍ ସରବରାହ ବାଧାପ୍ରାପ୍ତ ହୋଇଛି। ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ଗାଁର ମଧ୍ୟଭାଗରେ ଟ୍ରାନ୍ସଫର୍ମର, ଖମ୍ବ ଏବଂ ପ୍ରତ୍ୟେକ ଘରେ ମିଟର ଲାଗିଥିଲେ ମଧ୍ୟ ବିଦ୍ୟୁତ୍ ନାହିଁ। ସେମାନେ ଅଭିଯୋଗ କରିଛନ୍ତି ଯେ, ଅଧିକାରୀମାନେ କେବଳ ଅଫିସରେ ବସି ମୋଟା ଦରମା ନେଉଛନ୍ତି। ପ୍ରତି ସପ୍ତାହରେ ମେଣ୍ଟେନାନ୍ସ ନାଁରେ ବିଦ୍ୟୁତ୍ କାଟ୍ କରାଯାଉଥିଲେ ମଧ୍ୟ ଟ୍ରାନ୍ସଫର୍ମରର ଅବସ୍ଥା ଦେଖିଲେ ପ୍ରକୃତ ମେଣ୍ଟେନାନ୍ସ ଉପରେ ପ୍ରଶ୍ନ ଉଠୁଛି। ଏହା ସହିତ ଝାରପୋଖରିଆ ସେକ୍ସନ୍‌ର ଟୋଲଫ୍ରି ନମ୍ବର ମଧ୍ୟ ଲାଗୁ ନଥିବା ଗ୍ରାମବାସୀ ଜଣାଇଛନ୍ତି। ଉର୍ଜା ମନ୍ତ୍ରୀ ବିଦ୍ୟୁତ୍ କାଟ୍ ନ ହେବା କଥା କହିଥିଲେ, କିନ୍ତୁ କୁଆଁରଡିହି ଗାଁରେ ପରିସ୍ଥିତି ସମ୍ପୂର୍ଣ୍ଣ ଓଲଟା ରହିଛି ଏବଂ ଗ୍ରାମବାସୀ ଅନ୍ଧାରରେ ରହିବାକୁ ବାଧ୍ୟ ହେଉଛନ୍ତି। ଏହି ରିପୋର୍ଟ ମୟୂରଭଞ୍ଜରୁ ବ୍ୟୁରୋ ପ୍ରମୁଖ ମୁରାରୀ ମୋହନ ମହାପାତ୍ର ଦେଇଛନ୍ତି।
    1
    ମୟୂରଭଞ୍ଜ ଜିଲ୍ଲାର କୁଲିଅଣା ସବଡିଭିଜନ ଅନ୍ତର୍ଗତ ଝାରପୋଖରିଆ ସେକ୍ସନ୍‌ର କୁଆଁରଡିହି ଗାଁରେ ଗତ ୮-୧୦ ଦିନ ହେଲା ବିଦ୍ୟୁତ୍ ସରବରାହ ବାଧାପ୍ରାପ୍ତ ହୋଇଛି। ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ଗାଁର ମଧ୍ୟଭାଗରେ ଟ୍ରାନ୍ସଫର୍ମର, ଖମ୍ବ ଏବଂ ପ୍ରତ୍ୟେକ ଘରେ ମିଟର ଲାଗିଥିଲେ ମଧ୍ୟ ବିଦ୍ୟୁତ୍ ନାହିଁ। ସେମାନେ ଅଭିଯୋଗ କରିଛନ୍ତି ଯେ, ଅଧିକାରୀମାନେ କେବଳ ଅଫିସରେ ବସି ମୋଟା ଦରମା ନେଉଛନ୍ତି। ପ୍ରତି ସପ୍ତାହରେ ମେଣ୍ଟେନାନ୍ସ ନାଁରେ ବିଦ୍ୟୁତ୍ କାଟ୍ କରାଯାଉଥିଲେ ମଧ୍ୟ ଟ୍ରାନ୍ସଫର୍ମରର ଅବସ୍ଥା ଦେଖିଲେ ପ୍ରକୃତ ମେଣ୍ଟେନାନ୍ସ ଉପରେ ପ୍ରଶ୍ନ ଉଠୁଛି। ଏହା ସହିତ ଝାରପୋଖରିଆ ସେକ୍ସନ୍‌ର ଟୋଲଫ୍ରି ନମ୍ବର ମଧ୍ୟ ଲାଗୁ ନଥିବା ଗ୍ରାମବାସୀ ଜଣାଇଛନ୍ତି। ଉର୍ଜା ମନ୍ତ୍ରୀ ବିଦ୍ୟୁତ୍ କାଟ୍ ନ ହେବା କଥା କହିଥିଲେ, କିନ୍ତୁ କୁଆଁରଡିହି ଗାଁରେ ପରିସ୍ଥିତି ସମ୍ପୂର୍ଣ୍ଣ ଓଲଟା ରହିଛି ଏବଂ ଗ୍ରାମବାସୀ ଅନ୍ଧାରରେ ରହିବାକୁ ବାଧ୍ୟ ହେଉଛନ୍ତି। ଏହି ରିପୋର୍ଟ ମୟୂରଭଞ୍ଜରୁ ବ୍ୟୁରୋ ପ୍ରମୁଖ ମୁରାରୀ ମୋହନ ମହାପାତ୍ର ଦେଇଛନ୍ତି।
    user_Santosh Nayak PRESS
    Santosh Nayak PRESS
    Local News Reporter ବଲାଙ୍ଗୀର, ବଲାଙ୍ଗୀର, ଓଡ଼ିଶା•
    9 hrs ago
  • କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଲାଞ୍ଜିଗଡ଼ ବ୍ଲକର ଭଟାଙ୍ଗପଦର ପଞ୍ଚାୟତ ପଡ଼ିଆ ପରିସରଠାରେ ଶୁକ୍ରବାର ଦିନ ଏକ ପଞ୍ଚାୟତ ସ୍ତରୀୟ କଂଗ୍ରେସ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।
    1
    କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଲାଞ୍ଜିଗଡ଼ ବ୍ଲକର ଭଟାଙ୍ଗପଦର ପଞ୍ଚାୟତ ପଡ଼ିଆ ପରିସରଠାରେ ଶୁକ୍ରବାର ଦିନ ଏକ ପଞ୍ଚାୟତ ସ୍ତରୀୟ କଂଗ୍ରେସ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।
    user_Ramesh Chandra Nayak
    Ramesh Chandra Nayak
    ଲାଞ୍ଜିଗଡ଼, କଳାହାଣ୍ଡି, ଓଡ଼ିଶା•
    13 hrs ago
  • ଲକ୍ଷ୍ମୀପୁର ରେଳବାଇ ଛକ ଠାରୁ ଘଡ଼ାବନ୍ଦ ପର୍ଯ୍ୟନ୍ତ ବିଜେପି ମହିଳା ପକ୍ଷରୁ ଏକ ବିରାଟ ରାଲି ଆୟୋଜିତ ହୋଇଥିଲା। ଏହି ବିଶାଳ ରାଲିରେ ପାଞ୍ଚ ଶହରୁ ଅଧିକ ମହିଳା ଉପସ୍ଥିତ ରହିଥିଲେ।
    1
    ଲକ୍ଷ୍ମୀପୁର ରେଳବାଇ ଛକ ଠାରୁ ଘଡ଼ାବନ୍ଦ ପର୍ଯ୍ୟନ୍ତ ବିଜେପି ମହିଳା ପକ୍ଷରୁ ଏକ ବିରାଟ ରାଲି ଆୟୋଜିତ ହୋଇଥିଲା। ଏହି ବିଶାଳ ରାଲିରେ ପାଞ୍ଚ ଶହରୁ ଅଧିକ ମହିଳା ଉପସ୍ଥିତ ରହିଥିଲେ।
    user_Patra pilenti
    Patra pilenti
    ଲକ୍ଷ୍ମୀପୁର, କୋରାପୁଟ, ଓଡ଼ିଶା•
    17 hrs ago
  • ଗଜପତି ଜିଲ୍ଲା ମୋହନା ନିକଟସ୍ଥ ମଧୁରାଆମ୍ବ ବୁଲାଣି ଠାରେ ଏକ ବାଇକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ବ୍ୟକ୍ତି ଗୁରୁତର ଭାବେ ଆହତ ହୋଇଥିବା ବେଳେ ଅନ୍ୟ ଦୁଇଜଣ ସାମାନ୍ୟ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ନୁଣ୍ଡରୁଗୁଡାରୁ ଛତାବେରୀ ଅଭିମୁଖେ ଗୋଟିଏ ବାଇକରେ ତିନିଜଣ ଯାତ୍ରା କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ସମସ୍ତ ଗୁରୁତର ଓ ଆହତମାନଙ୍କୁ ମୋହନା ମେଡିକାଲରେ ଭର୍ତ୍ତି କରାଯାଇଛି।
    1
    ଗଜପତି ଜିଲ୍ଲା ମୋହନା ନିକଟସ୍ଥ ମଧୁରାଆମ୍ବ ବୁଲାଣି ଠାରେ ଏକ ବାଇକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ବ୍ୟକ୍ତି ଗୁରୁତର ଭାବେ ଆହତ ହୋଇଥିବା ବେଳେ ଅନ୍ୟ ଦୁଇଜଣ ସାମାନ୍ୟ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ନୁଣ୍ଡରୁଗୁଡାରୁ ଛତାବେରୀ ଅଭିମୁଖେ ଗୋଟିଏ ବାଇକରେ ତିନିଜଣ ଯାତ୍ରା କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ସମସ୍ତ ଗୁରୁତର ଓ ଆହତମାନଙ୍କୁ ମୋହନା ମେଡିକାଲରେ ଭର୍ତ୍ତି କରାଯାଇଛି।
    user_Ansubhai Pandey
    Ansubhai Pandey
    ମୋହନା, ଗଜପତି, ଓଡ଼ିଶା•
    23 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.