logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ପଲଶାଗୋରା ଠାରେ ସ୍ଵଭାଵ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ ଓ ସ୍ବରଚିତ କବିତା ପଠନ । କଣ୍ଟାମାଳ:-୨୭/୦୮ ଗୁରୁବାର ପବିତ୍ର ଶ୍ରାବଣ ପୂର୍ଣ୍ଣିମା ଦିନ ସୃଷ୍ଟି ଓ ସ୍ରଷ୍ଟା, ପଲଶାଗୋରା ଆନୁକୂଲ୍ୟରେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଅନ୍ତର୍ଗତ ପଲଶାଗୋରା ଠାରେ ସ୍ୱଭାବ କବି ଗଙ୍ଗାଧର ମେହେର ଙ୍କ ଜୟନ୍ତୀ ପାଳିତ ହୋଇଛି l ପ୍ରଥମେ କବିଙ୍କ ଫୋଟୋ ରେ ଧୂପ ଓ ପୁଷ୍ପ ଅର୍ପଣ କରି ଗଙ୍ଗାଧର ଙ୍କ ର ରଚିତ ବିଶ୍ଵଦେଖମଧୁମୟ ରେ ଜୀବନ କୁ କଣ୍ଠଶିଳ୍ପୀ ଦିଲ୍ଲୀପ କୁମାର ମହାନ୍ତି ଗାନ କରିଥିଲେ l ଅନୁଷ୍ଠାନ ର ସଭାପତି ଲକ୍ଷ୍ମଣ କୁମାର ମହାପାତ୍ର ଗଙ୍ଗାଧର ଙ୍କ ଜୀବନୀ ଆଲୋଚନା କରିଥିବା ସ୍ଥଳେ ସମ୍ପାଦକ ରାଜକିଶୋର ସାହୁ ସଭା ସଂଯୋଜନା କରିଥିଲେ l ଏଥିରେ ବିଭିନ୍ନ କବି ଓ ସାରସ୍ୱତ ସାଧକ ଯଥା ସଂଜୀବ କୁମାର ପ୍ରହରାଜ, ଈଶ୍ୱର ଚନ୍ଦ୍ର ସାହୁ, ଅଜିତ ଗିରି, ସୁଧୀର ଖଟୁଆ, ମହେନ୍ଦ୍ର କୁମାର ପଧାନ ଓ ସନ୍ତୋଷ ସାହୁ ପ୍ରମୁଖ ସ୍ୱରଚିତ କବିତା ପାଠ କରିଥିଲେ lସର୍ବ ଶେଷରେ ଶକ୍ତି ଦାସ ପୁଝାରୀ ଧନ୍ୟବାଦ ଅର୍ପଣ କରିଥିଲେ l

49 min ago
user_Ashwini Kumar Nanda
Ashwini Kumar Nanda
Newsstand Kantamal, Boudh•
49 min ago
de92175f-2804-4211-ad6c-537adf7a2bea

ପଲଶାଗୋରା ଠାରେ ସ୍ଵଭାଵ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ ଓ ସ୍ବରଚିତ କବିତା ପଠନ । କଣ୍ଟାମାଳ:-୨୭/୦୮ ଗୁରୁବାର ପବିତ୍ର ଶ୍ରାବଣ ପୂର୍ଣ୍ଣିମା ଦିନ ସୃଷ୍ଟି ଓ ସ୍ରଷ୍ଟା, ପଲଶାଗୋରା ଆନୁକୂଲ୍ୟରେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଅନ୍ତର୍ଗତ ପଲଶାଗୋରା ଠାରେ ସ୍ୱଭାବ କବି ଗଙ୍ଗାଧର ମେହେର ଙ୍କ ଜୟନ୍ତୀ ପାଳିତ ହୋଇଛି l ପ୍ରଥମେ କବିଙ୍କ ଫୋଟୋ ରେ ଧୂପ ଓ ପୁଷ୍ପ ଅର୍ପଣ କରି ଗଙ୍ଗାଧର ଙ୍କ ର ରଚିତ ବିଶ୍ଵଦେଖମଧୁମୟ ରେ ଜୀବନ କୁ କଣ୍ଠଶିଳ୍ପୀ ଦିଲ୍ଲୀପ କୁମାର ମହାନ୍ତି ଗାନ କରିଥିଲେ l ଅନୁଷ୍ଠାନ ର ସଭାପତି ଲକ୍ଷ୍ମଣ କୁମାର ମହାପାତ୍ର ଗଙ୍ଗାଧର ଙ୍କ ଜୀବନୀ ଆଲୋଚନା କରିଥିବା ସ୍ଥଳେ ସମ୍ପାଦକ ରାଜକିଶୋର ସାହୁ ସଭା ସଂଯୋଜନା କରିଥିଲେ l ଏଥିରେ ବିଭିନ୍ନ କବି ଓ ସାରସ୍ୱତ ସାଧକ ଯଥା ସଂଜୀବ କୁମାର ପ୍ରହରାଜ, ଈଶ୍ୱର ଚନ୍ଦ୍ର ସାହୁ, ଅଜିତ ଗିରି, ସୁଧୀର ଖଟୁଆ, ମହେନ୍ଦ୍ର କୁମାର ପଧାନ ଓ ସନ୍ତୋଷ ସାହୁ ପ୍ରମୁଖ ସ୍ୱରଚିତ କବିତା ପାଠ କରିଥିଲେ lସର୍ବ ଶେଷରେ ଶକ୍ତି ଦାସ ପୁଝାରୀ ଧନ୍ୟବାଦ ଅର୍ପଣ କରିଥିଲେ l

More news from ଓଡ଼ିଶା and nearby areas
  • ଏ ହେଉଛି କଣ୍ଟାମାଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବିକଳ ଚିତ୍ର । ରୋଗୀଙ୍କୁ ଖାଲି ବେଡରେ ଚିକିତ୍ସା, ଚଦର ଗଲା କୁଆଡ଼େ?
    1
    ଏ ହେଉଛି କଣ୍ଟାମାଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବିକଳ ଚିତ୍ର । ରୋଗୀଙ୍କୁ ଖାଲି ବେଡରେ ଚିକିତ୍ସା, ଚଦର ଗଲା କୁଆଡ଼େ?
    user_Prabhat Sahu
    Prabhat Sahu
    Local News Reporter କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    7 hrs ago
  • ୧କ୍ୱିଣ୍ଟାଲ ଗଂଜେଇ ଜବତ କଲା ମନମୁଣ୍ଡା ପୋଲିସ , ଘଟଣା ସ୍ଥଳରୁ ମାଫିଆ ଫେରାର ଆଜି ମନମୁଣ୍ଡା ଥାନା ପୋଲିସ ଟିମ ଶଗଡା ଫାଣ୍ଡି ଅନ୍ତର୍ଗତ ସିଗାଡି ଗ୍ରାମ ନିକଟରେ ପେଟ୍ରୋଲିଂ କରୁଥିବା ସମୟରେ ଗ୍ରାମ ଜଙ୍ଗଲ ନିକଟରେ ଚୋରା ଚାଲାଣ ପାଇଁ ରଖା ଯାଇଥିବା ୨ଗୋଟି ବସ୍ତାରେ ଗଞ୍ଜେଇ ପାଇଥିଲେ । ମାଜିଷ୍ଟେଟ ଓ ସାକ୍ଷୀ ମାନଙ୍କର ଉପସ୍ଥିତିରେ ଓଜନ କରିବାରୁ ୧ କୁଇଣ୍ଟାଲ ହୋଇଥିଲା । କିଛି ଅଜଣା ଲୋକ ଉକ୍ତ ଗଞ୍ଜେଇ ପରିବହନ ନିମନ୍ତେ ଗଚ୍ଛିତ ରଖିଥିଲେ । ଏ ନେଇ ମନମୁଣ୍ଡା ଥାନାରେ ୩୪୫/୨୬ରେ ଏକ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ଚିରଞ୍ଜିବ ବେହେରା ସୂଚନା ଦେଇଛନ୍ତି | ଗତ ଦୁଇ ମାସ ମଧ୍ୟରେ ମନମୁଣ୍ଡା ପୋଲିସ ସମୁଦାୟ ୧୧ ଟି ମାମଲା ରୁଜୁ କରି ୩୨ ଜଣ ଲୋକଙ୍କୁ କୋର୍ଟ ଚାଲାଣ କରିଥିବା ବେଳେ ସମୁଦାୟ ୩୯କୁଇଣ୍ଟାଲ ଗଞ୍ଜେଇ ଓ ୯ ଗୋଟି ବନ୍ଧୁକ ଜବତ କରିଥିବା ସୂଚନା ମିଳିଛି ।
    2
    ୧କ୍ୱିଣ୍ଟାଲ ଗଂଜେଇ ଜବତ କଲା ମନମୁଣ୍ଡା ପୋଲିସ , ଘଟଣା ସ୍ଥଳରୁ ମାଫିଆ ଫେରାର 
ଆଜି ମନମୁଣ୍ଡା ଥାନା ପୋଲିସ ଟିମ ଶଗଡା ଫାଣ୍ଡି ଅନ୍ତର୍ଗତ ସିଗାଡି ଗ୍ରାମ ନିକଟରେ ପେଟ୍ରୋଲିଂ କରୁଥିବା ସମୟରେ ଗ୍ରାମ ଜଙ୍ଗଲ ନିକଟରେ ଚୋରା ଚାଲାଣ ପାଇଁ ରଖା ଯାଇଥିବା ୨ଗୋଟି ବସ୍ତାରେ ଗଞ୍ଜେଇ ପାଇଥିଲେ । ମାଜିଷ୍ଟେଟ ଓ ସାକ୍ଷୀ ମାନଙ୍କର ଉପସ୍ଥିତିରେ ଓଜନ କରିବାରୁ ୧ କୁଇଣ୍ଟାଲ ହୋଇଥିଲା । କିଛି ଅଜଣା ଲୋକ ଉକ୍ତ ଗଞ୍ଜେଇ ପରିବହନ ନିମନ୍ତେ ଗଚ୍ଛିତ ରଖିଥିଲେ । ଏ ନେଇ ମନମୁଣ୍ଡା ଥାନାରେ ୩୪୫/୨୬ରେ ଏକ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ଚିରଞ୍ଜିବ ବେହେରା ସୂଚନା ଦେଇଛନ୍ତି | ଗତ ଦୁଇ ମାସ ମଧ୍ୟରେ ମନମୁଣ୍ଡା ପୋଲିସ ସମୁଦାୟ ୧୧ ଟି ମାମଲା ରୁଜୁ କରି ୩୨ ଜଣ ଲୋକଙ୍କୁ କୋର୍ଟ ଚାଲାଣ କରିଥିବା ବେଳେ ସମୁଦାୟ ୩୯କୁଇଣ୍ଟାଲ ଗଞ୍ଜେଇ ଓ ୯ ଗୋଟି ବନ୍ଧୁକ ଜବତ କରିଥିବା ସୂଚନା ମିଳିଛି ।
    user_Hrudananda Meher
    Hrudananda Meher
    କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    23 hrs ago
  • ଭୂଆସୁଣୀ ପାହାଡ଼ ରେ ବେଆଇନ ଖନନ ଓ ଲୁଟ ଅଭିଯୋଗ, ପୂର୍ବ ରୁ ଲିଜ ନେଇ ବ୍ୟାପକ ଜାଲିଆତି। ଭୂଆସୁଣୀ ପାହାଡ଼ ରେ ବେଆଇନ ଖନନ ଓ ଲୁଟ ଅଭିଯୋଗ, ପୂର୍ବ ରୁ ଲିଜ ନେଇ ବ୍ୟାପକ ଜାଲିଆତି।
    1
    ଭୂଆସୁଣୀ ପାହାଡ଼ ରେ ବେଆଇନ ଖନନ ଓ ଲୁଟ ଅଭିଯୋଗ, ପୂର୍ବ ରୁ ଲିଜ ନେଇ ବ୍ୟାପକ ଜାଲିଆତି।
ଭୂଆସୁଣୀ ପାହାଡ଼ ରେ ବେଆଇନ ଖନନ ଓ ଲୁଟ ଅଭିଯୋଗ, ପୂର୍ବ ରୁ ଲିଜ ନେଇ ବ୍ୟାପକ ଜାଲିଆତି।
    user_Santosh Nayak PRESS
    Santosh Nayak PRESS
    Local News Reporter Balangir, Odisha•
    7 hrs ago
  • ଜଉଁରାଭଉଁରା ଗ୍ରାମପଞ୍ଚାୟତ ଛକ ଠାରୁ ଗ୍ରାମ ନାମ ମଣ୍ଡପ ପର୍ଯ୍ୟନ୍ତ କଳସ ବନ୍ଧନ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି 🚩 ଜୟ ଗୁରୁ ରବିଦାସ 🚩 ସୁବର୍ଣ୍ଣପୁର ଜିଲ୍ଲା ଉଲଣ୍ଡା ବ୍ଲକ ଜଉଁରାଭଉଁରା ଗ୍ରାମ ରେ ଆଜି ତା-୨୬/୦୮/୨୬ ସକାଳ 12.30ରେପବିତ୍ର କଳସ ବନ୍ଦନ ଶୋଭାଯାତ୍ରା" ଜଉଁରାଭଉଁରା ଗ୍ରାମପଞ୍ଚାୟତ ଛକ ଠାରୁ ଗ୍ରାମ ନାମ ମଣ୍ଡପ ପର୍ଯ୍ୟନ୍ତ କଳସ ବନ୍ଧନ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି ସମସ୍ତ ପଞ୍ଚାୟତ ପ୍ରମୁଖ, ବୁତ୍ ସଭାପତି ବରିଷ୍ଠ କାର୍ଯ୍ୟକର୍ତ୍ତା ଓ ମଣ୍ଡଳ କମିଟିର ସମସ୍ତ ସଦ୍ୟସ ଉପସ୍ଥିତ ଥିଲେ ଏହି କାର୍ଯ୍ୟକ୍ରମରେ *ପ୍ରିୟ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଇଂ ରଘୁନାଥ ଜଗଦଲା ଉପସ୍ଥିତ ଥିଲେ
    1
    ଜଉଁରାଭଉଁରା ଗ୍ରାମପଞ୍ଚାୟତ ଛକ ଠାରୁ ଗ୍ରାମ ନାମ ମଣ୍ଡପ  ପର୍ଯ୍ୟନ୍ତ କଳସ ବନ୍ଧନ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି
🚩 ଜୟ ଗୁରୁ ରବିଦାସ 🚩
ସୁବର୍ଣ୍ଣପୁର ଜିଲ୍ଲା ଉଲଣ୍ଡା ବ୍ଲକ ଜଉଁରାଭଉଁରା ଗ୍ରାମ ରେ ଆଜି ତା-୨୬/୦୮/୨୬ ସକାଳ
12.30ରେପବିତ୍ର କଳସ ବନ୍ଦନ ଶୋଭାଯାତ୍ରା" ଜଉଁରାଭଉଁରା ଗ୍ରାମପଞ୍ଚାୟତ ଛକ ଠାରୁ ଗ୍ରାମ ନାମ ମଣ୍ଡପ  ପର୍ଯ୍ୟନ୍ତ କଳସ ବନ୍ଧନ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି
ସମସ୍ତ ପଞ୍ଚାୟତ ପ୍ରମୁଖ, ବୁତ୍ ସଭାପତି ବରିଷ୍ଠ କାର୍ଯ୍ୟକର୍ତ୍ତା ଓ ମଣ୍ଡଳ କମିଟିର ସମସ୍ତ ସଦ୍ୟସ ଉପସ୍ଥିତ ଥିଲେ
ଏହି କାର୍ଯ୍ୟକ୍ରମରେ 
*ପ୍ରିୟ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଇଂ ରଘୁନାଥ ଜଗଦଲା ଉପସ୍ଥିତ ଥିଲେ
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    10 hrs ago
  • ବୌଦ୍ଧ ଜିଲ୍ଲା ବାଉଁଶୁଣୀ ବୈଦିଆପଡା ଠାରେ ଗହ୍ମା ଡିଆଁ ପରମ୍ପରା ପାଳିତ ।
    1
    ବୌଦ୍ଧ ଜିଲ୍ଲା ବାଉଁଶୁଣୀ ବୈଦିଆପଡା ଠାରେ ଗହ୍ମା ଡିଆଁ ପରମ୍ପରା ପାଳିତ ।
    user_DEBASISH NEPAK
    DEBASISH NEPAK
    Social worker ବାଉଁସୁଣି, ବୌଦ୍ଧ, ଓଡ଼ିଶା•
    3 hrs ago
  • ସୁବର୍ଣ୍ଣପୁର ଜିଲ୍ଲା ବାଙ୍କ ବୀଜା ଗ୍ରାମରେ ସରକାରୀ ଜମିକୁ ଜବରଦଖଲ କରିଥିବା ଲାଲବାବୁ ବାଘ ଙ୍କର ଘର ଭାଙ୍ଗିବା ପାଇଁ ଗ୍ରାମବାସୀ ମାନେ ଜିଲ୍ଲା ପ୍ରଶାସନ ପାଖରେ ଅଭିଯୋଗ କରିଥିଲେ ଫଳରେ ଜିଲ୍ଲାପାଳ ମହୋଦୟ ନିଜେ ଆସି ତଦାରଖ କଲାପରେ 24 ଘଣ୍ଟାରେ ପୋଲିସ ପ୍ରଶାସନ ଏବଂ ରାଜସ୍ୱୟ ନିରୀକ୍ଷକ ଆସି ମାପିବା ଆରହମ୍ଭ କରିଥିଲେ ଏବଂ ଆସନ୍ତା 7 ଦିନ ଭିତରେ ଭାଙ୍ଗିବା ପାଇଁ ନିଷ୍ପତି ନେଇଛନ୍ତି ll ପ୍ରଶାସନ ଙ୍କୁ ବାଙ୍କାବିଜା ଗ୍ରାମବାସୀ ପ୍ରଶଂସା କରିଛନ୍ତି
    1
    ସୁବର୍ଣ୍ଣପୁର ଜିଲ୍ଲା ବାଙ୍କ ବୀଜା ଗ୍ରାମରେ ସରକାରୀ ଜମିକୁ ଜବରଦଖଲ କରିଥିବା ଲାଲବାବୁ ବାଘ ଙ୍କର ଘର ଭାଙ୍ଗିବା ପାଇଁ ଗ୍ରାମବାସୀ ମାନେ ଜିଲ୍ଲା ପ୍ରଶାସନ ପାଖରେ ଅଭିଯୋଗ କରିଥିଲେ ଫଳରେ ଜିଲ୍ଲାପାଳ ମହୋଦୟ ନିଜେ ଆସି ତଦାରଖ କଲାପରେ 24 ଘଣ୍ଟାରେ ପୋଲିସ ପ୍ରଶାସନ ଏବଂ ରାଜସ୍ୱୟ ନିରୀକ୍ଷକ ଆସି ମାପିବା ଆରହମ୍ଭ କରିଥିଲେ ଏବଂ ଆସନ୍ତା 7 ଦିନ ଭିତରେ ଭାଙ୍ଗିବା ପାଇଁ ନିଷ୍ପତି ନେଇଛନ୍ତି ll ପ୍ରଶାସନ ଙ୍କୁ ବାଙ୍କାବିଜା ଗ୍ରାମବାସୀ ପ୍ରଶଂସା କରିଛନ୍ତି
    user_SonepurSambad
    SonepurSambad
    Court reporter ଡୁଙ୍ଗୁରିପାଲି, ସୋନପୁର, ଓଡ଼ିଶା•
    23 hrs ago
  • ଶ୍ରାବଣ ମାସର ଶେଷ ଦିନରେ ଘଣ୍ଟାପଡ଼ା ଶିବ ମନ୍ଦିରରେ ବାବା ଯୋଗେଶ୍ଵର କମିଟିର କାଉଡ଼ିଆଙ୍କ ପକ୍ଷରୁ ପୂର୍ଣ୍ଣାହୂତିର ଜଳାଭିଷେକ ନିମନ୍ତେ କଳସ ଯାତ୍ରା
    1
    ଶ୍ରାବଣ ମାସର ଶେଷ ଦିନରେ ଘଣ୍ଟାପଡ଼ା ଶିବ ମନ୍ଦିରରେ ବାବା ଯୋଗେଶ୍ଵର କମିଟିର କାଉଡ଼ିଆଙ୍କ ପକ୍ଷରୁ ପୂର୍ଣ୍ଣାହୂତିର ଜଳାଭିଷେକ ନିମନ୍ତେ କଳସ ଯାତ୍ରା
    user_Prabhat Sahu
    Prabhat Sahu
    Local News Reporter କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    7 hrs ago
  • ୧ କ୍ୟୁଣ୍ଟାଲ ୪୬୦ ଗ୍ରାମ ଗଞ୍ଜେଇ ଜବତ ଘଟଣା ସ୍ଥଳକୁ ପୋଲିସ ଆସୁଥିବା ଜାଣି ପାରି ଚାଲାଣ କାରୀ ଫେରାର l ୧ କ୍ୟୁଣ୍ଟାଲ ୪୬୦ ଗ୍ରାମ ଗଞ୍ଜେଇ ଜବତ ଘଟଣା ସ୍ଥଳକୁ ପୋଲିସ ଆସୁଥିବା ଜାଣି ପାରି ଚାଲାଣ କାରୀ ଫେରାର l ବୌଦ୍ଧ:ବୌଦ୍ଧ ଜିଲ୍ଲାର ମନମୁଣ୍ଡା ଥାନା ଅଞ୍ଚଳରୁ ପୁଣିଥରେ ବିପୁଳ ପରିମାଣର ଗଞ୍ଜେଇ ଜବତ। ପେଟ୍ରୋଲିଙ୍ଗ ସମୟରେ ପୋଲିସ ଦୁଇଟି ବସ୍ତାରୁ ୧ କ୍ୟୁଣ୍ଟାଲ ୪୬୦ ଗ୍ରାମ ଗଞ୍ଜେଇ ଜବତ କରିଛି। ତେବେ ଘଟଣାସ୍ଥଳରୁ ଗଞ୍ଜେଇ ଚାଲାଣରେ ସମ୍ପୃକ୍ତ କିଛି ଲୋକ ଫେରାର ହୋଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ ବୁଧବାର ଦିନ ମନମୁଣ୍ଡା ଥାନା ପୋଲିସ ର ଏକ ଟିମ୍ ପେଟ୍ରୋଲିଙ୍ଗ କରୁଥିବା ସମୟରେ ସିଙ୍ଗାଡ଼ି ଗ୍ରାମ ନିକଟସ୍ଥ ଅଞ୍ଚଳରେ ସନ୍ଦେହଜନକ ଭାବେ ରଖାଯାଇଥିବା ଦୁଇଟି ବସ୍ତା ଉପରେ ନଜର ପଡ଼ିଥିଲା। ପରେ ପୋଲିସ ଉକ୍ତ ବସ୍ତାଗୁଡ଼ିକ ଯାଞ୍ଚ କରିବାରୁ ସେଥିରୁ ଗଞ୍ଜେଇ ମିଳିଥିଲା। ସାକ୍ଷୀମାନଙ୍କ ଉପସ୍ଥିତିରେ ଗଞ୍ଜେଇ ଓଜନ କରାଯିବାରୁ ମୋଟ ୧ କ୍ୟୁଣ୍ଟାଲ ୪୬୦ ଗ୍ରାମ ହୋଇଥିବା ଜଣାପଡ଼ିଛି l ଘଟଣାସ୍ଥଳରେ ଗଞ୍ଜେଇ ଚାଲାଣ ପାଇଁ କିଛି ଲୋକ ଗଞ୍ଜେଇ ଗଚ୍ଛିତ ରଖି ଥିବା ପୋଲିସ ଜାଣିବାକୁ ପାଇଥିଲେ। ତେବେ ପୋଲିସ ଆସୁଥିବା ଜାଣି ପାରି ଚାଲାଣ କାରୀ ମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଏହି ଘଟଣାରେ ମନମୁଣ୍ଡା ଥାନାରେ କେସ୍ ନମ୍ବର ୩୪୫/୨୬ରେ ଏନ୍‌ଡିପିଏସ୍ ଆକ୍ଟର ଧାରା ୨୦(ବି)(ii)(C) ଅନୁଯାୟୀ ମାମଲା ରୁଜୁ କରାଯାଇଛି। ଫେରାର ଥିବା ବ୍ୟକ୍ତିମାନଙ୍କୁ ଧରିବା ସହ ଘଟଣାର ଅଧିକ ତଦନ୍ତ ଚାଲିଛି। ସୂଚନା ଅନୁସାରେ, ଗତ ଦୁଇ ମାସ ମଧ୍ୟରେ ମନମୁଣ୍ଡା ପୋଲିସ ପକ୍ଷରୁ ମୋଟ ୧୧ଟି ମାମଲା ରୁଜୁ କରାଯାଇ ୩୨ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏହାସହ ୩୯୦୦କ୍ୟୁଣ୍ଟାଲ ଗଞ୍ଜେଇ ଓ ୯ ଗୋଟି ବନ୍ଧୁକ,ଚାଲାଣରେ ବ୍ୟବହୃତ ଯାନବାହନ ମଧ୍ୟ ଜବତ କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।
    1
    ୧ କ୍ୟୁଣ୍ଟାଲ ୪୬୦ ଗ୍ରାମ ଗଞ୍ଜେଇ ଜବତ ଘଟଣା ସ୍ଥଳକୁ ପୋଲିସ ଆସୁଥିବା ଜାଣି ପାରି ଚାଲାଣ କାରୀ ଫେରାର l 

୧ କ୍ୟୁଣ୍ଟାଲ ୪୬୦ ଗ୍ରାମ ଗଞ୍ଜେଇ ଜବତ ଘଟଣା ସ୍ଥଳକୁ ପୋଲିସ ଆସୁଥିବା ଜାଣି ପାରି ଚାଲାଣ କାରୀ ଫେରାର l 
ବୌଦ୍ଧ:ବୌଦ୍ଧ ଜିଲ୍ଲାର ମନମୁଣ୍ଡା ଥାନା ଅଞ୍ଚଳରୁ ପୁଣିଥରେ ବିପୁଳ ପରିମାଣର ଗଞ୍ଜେଇ ଜବତ। ପେଟ୍ରୋଲିଙ୍ଗ ସମୟରେ ପୋଲିସ ଦୁଇଟି ବସ୍ତାରୁ ୧ କ୍ୟୁଣ୍ଟାଲ ୪୬୦ ଗ୍ରାମ ଗଞ୍ଜେଇ ଜବତ କରିଛି। ତେବେ ଘଟଣାସ୍ଥଳରୁ ଗଞ୍ଜେଇ ଚାଲାଣରେ ସମ୍ପୃକ୍ତ କିଛି ଲୋକ ଫେରାର ହୋଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ ବୁଧବାର ଦିନ ମନମୁଣ୍ଡା ଥାନା ପୋଲିସ ର ଏକ ଟିମ୍ ପେଟ୍ରୋଲିଙ୍ଗ କରୁଥିବା ସମୟରେ ସିଙ୍ଗାଡ଼ି ଗ୍ରାମ ନିକଟସ୍ଥ ଅଞ୍ଚଳରେ ସନ୍ଦେହଜନକ ଭାବେ ରଖାଯାଇଥିବା ଦୁଇଟି ବସ୍ତା ଉପରେ ନଜର ପଡ଼ିଥିଲା। ପରେ ପୋଲିସ ଉକ୍ତ ବସ୍ତାଗୁଡ଼ିକ ଯାଞ୍ଚ କରିବାରୁ ସେଥିରୁ ଗଞ୍ଜେଇ ମିଳିଥିଲା। ସାକ୍ଷୀମାନଙ୍କ ଉପସ୍ଥିତିରେ ଗଞ୍ଜେଇ ଓଜନ କରାଯିବାରୁ ମୋଟ ୧ କ୍ୟୁଣ୍ଟାଲ ୪୬୦ ଗ୍ରାମ ହୋଇଥିବା ଜଣାପଡ଼ିଛି l ଘଟଣାସ୍ଥଳରେ ଗଞ୍ଜେଇ ଚାଲାଣ ପାଇଁ କିଛି ଲୋକ ଗଞ୍ଜେଇ ଗଚ୍ଛିତ ରଖି ଥିବା ପୋଲିସ ଜାଣିବାକୁ ପାଇଥିଲେ। ତେବେ ପୋଲିସ ଆସୁଥିବା ଜାଣି ପାରି ଚାଲାଣ କାରୀ ମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଏହି ଘଟଣାରେ ମନମୁଣ୍ଡା ଥାନାରେ କେସ୍ ନମ୍ବର ୩୪୫/୨୬ରେ ଏନ୍‌ଡିପିଏସ୍ ଆକ୍ଟର ଧାରା ୨୦(ବି)(ii)(C) ଅନୁଯାୟୀ ମାମଲା ରୁଜୁ କରାଯାଇଛି। ଫେରାର ଥିବା ବ୍ୟକ୍ତିମାନଙ୍କୁ ଧରିବା ସହ ଘଟଣାର ଅଧିକ ତଦନ୍ତ ଚାଲିଛି।
ସୂଚନା ଅନୁସାରେ, ଗତ ଦୁଇ ମାସ ମଧ୍ୟରେ ମନମୁଣ୍ଡା ପୋଲିସ ପକ୍ଷରୁ ମୋଟ ୧୧ଟି ମାମଲା ରୁଜୁ କରାଯାଇ ୩୨ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏହାସହ ୩୯୦୦କ୍ୟୁଣ୍ଟାଲ ଗଞ୍ଜେଇ ଓ ୯ ଗୋଟି ବନ୍ଧୁକ,ଚାଲାଣରେ ବ୍ୟବହୃତ ଯାନବାହନ ମଧ୍ୟ ଜବତ କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।
    user_Basudev Sandha
    Basudev Sandha
    Sportswear Shop କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    7 hrs ago
  • ବୌଦ୍ଧ ଜିଲ୍ଲା ବାଉଁଶୁଣୀ ମହାନଦୀ ରେ କୁମ୍ଭୀର ଦେଖିବାକୁ ମିଳିଛି । କୁମ୍ଭୀର ଦେଖି ଲୋକେ ଆତଙ୍କିତ।
    1
    ବୌଦ୍ଧ ଜିଲ୍ଲା ବାଉଁଶୁଣୀ ମହାନଦୀ ରେ କୁମ୍ଭୀର ଦେଖିବାକୁ ମିଳିଛି । କୁମ୍ଭୀର ଦେଖି ଲୋକେ ଆତଙ୍କିତ।
    user_DEBASISH NEPAK
    DEBASISH NEPAK
    Social worker ବାଉଁସୁଣି, ବୌଦ୍ଧ, ଓଡ଼ିଶା•
    4 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.