logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ମଧୁବନ ମିନି ଷ୍ଟାଡିୟମରେ ୨ୟ ବାର୍ଷିକୀ ସର୍ବଭାରତୀୟ ଦିବାରାତ୍ର ଜଗନ୍ନାଥ ମିସ୍ତ୍ରୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ #mayurbhanj ବାରିପଦା :- ବାରିପଦା ସ୍ଥିତ ମଧୁବନ ମିନି ଷ୍ଟାଡିୟମରେ ଜଗନ୍ନାଥ ମିସ୍ତ୍ରୀ ସ୍ମୃତି କମିଟି ଆନୁକୂଲ୍ୟରେ ୨ୟ ବାର୍ଷିକ ସର୍ବଭାରତୀୟ ଦିବାରାତ୍ର ଜଗନ୍ନାଥ ମିସ୍ତ୍ରୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ରବିବାର ରାତି ପ୍ରାୟ ୮ ଟାରେ ଉଦଘାଟିତ ହୋଇଯାଇଛି। ଏ ବର୍ଷ ଏହି ଟୁର୍ଣ୍ଣାମେଣ୍ଟରେ ଓଡିଶା ସମେତ ବିହାର, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡର ମୋଟ ୧୬ଟି ଦଳ ଅଂଶଗ୍ରହଣ ଅଂଶଗ୍ରହଣ କରିଛନ୍ତି। ମୟୁରଭଞ୍ଜ ଫୁଟବଲର ପ୍ରବାଦ ପୁରୁଷ ସ୍ବର୍ଗତ ଜଗନ୍ନାଥ ମିସ୍ତ୍ରୀଙ୍କ ସ୍ମୃତିରେ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟ ଆଜିଠାରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ତେବେ ଆଜିର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାରିପଦା ବିଧାୟକ ପ୍ରକାଶ ସୋରେନ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଉପ ନଗରପାଳ ସୀମା ଦାସ ଯୋଗ ଦେଇଥିଲେ। କମିଟିର ଅଧ୍ୟକ୍ଷ ତଥା ସିନେ ଅଭିନେତା ଅସିତ ବରଣ ପତି, ସାଧାରଣ ସମ୍ପାଦକ ଅଶୋକ ମିସ୍ତ୍ରୀ, ସାଙ୍ଗଠନିକ ସମ୍ପାଦକ ଅମର କୁମାର ସେଠି, ସନ୍ତୋଷ କୁମାର ବରାଜ ଏବଂ ଅନ୍ୟାନ୍ୟ ବରିଷ୍ଠ ବ୍ୟକ୍ତିବିଶେଷ ମାନେ ଏଥିରେ ପ୍ରମୁଖ ଉପସ୍ଥିତ ଥିଲେ I ତେବେ ପ୍ରଥମ ମ୍ୟାଚ ଟି କେନ୍ଦୁଆ ଏଫ୍ ସି ଏବଂ କିଶାନ ବ୍ରଦର୍ସ ଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। #mayurbhanj #dlh_khabar

1 day ago
user_DLH KHABAR
DLH KHABAR
Voice of people ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
1 day ago

ମଧୁବନ ମିନି ଷ୍ଟାଡିୟମରେ ୨ୟ ବାର୍ଷିକୀ ସର୍ବଭାରତୀୟ ଦିବାରାତ୍ର ଜଗନ୍ନାଥ ମିସ୍ତ୍ରୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ #mayurbhanj ବାରିପଦା :- ବାରିପଦା ସ୍ଥିତ ମଧୁବନ ମିନି ଷ୍ଟାଡିୟମରେ ଜଗନ୍ନାଥ ମିସ୍ତ୍ରୀ ସ୍ମୃତି କମିଟି ଆନୁକୂଲ୍ୟରେ ୨ୟ ବାର୍ଷିକ ସର୍ବଭାରତୀୟ ଦିବାରାତ୍ର ଜଗନ୍ନାଥ ମିସ୍ତ୍ରୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ରବିବାର ରାତି ପ୍ରାୟ ୮ ଟାରେ ଉଦଘାଟିତ ହୋଇଯାଇଛି। ଏ ବର୍ଷ ଏହି ଟୁର୍ଣ୍ଣାମେଣ୍ଟରେ ଓଡିଶା ସମେତ ବିହାର, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡର ମୋଟ ୧୬ଟି ଦଳ ଅଂଶଗ୍ରହଣ ଅଂଶଗ୍ରହଣ କରିଛନ୍ତି। ମୟୁରଭଞ୍ଜ ଫୁଟବଲର ପ୍ରବାଦ ପୁରୁଷ ସ୍ବର୍ଗତ ଜଗନ୍ନାଥ ମିସ୍ତ୍ରୀଙ୍କ ସ୍ମୃତିରେ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟ ଆଜିଠାରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ତେବେ ଆଜିର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାରିପଦା ବିଧାୟକ ପ୍ରକାଶ ସୋରେନ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଉପ ନଗରପାଳ ସୀମା ଦାସ ଯୋଗ ଦେଇଥିଲେ। କମିଟିର ଅଧ୍ୟକ୍ଷ ତଥା ସିନେ ଅଭିନେତା ଅସିତ ବରଣ ପତି, ସାଧାରଣ ସମ୍ପାଦକ ଅଶୋକ ମିସ୍ତ୍ରୀ, ସାଙ୍ଗଠନିକ ସମ୍ପାଦକ ଅମର କୁମାର ସେଠି, ସନ୍ତୋଷ କୁମାର ବରାଜ ଏବଂ ଅନ୍ୟାନ୍ୟ ବରିଷ୍ଠ ବ୍ୟକ୍ତିବିଶେଷ ମାନେ ଏଥିରେ ପ୍ରମୁଖ ଉପସ୍ଥିତ ଥିଲେ I ତେବେ ପ୍ରଥମ ମ୍ୟାଚ ଟି କେନ୍ଦୁଆ ଏଫ୍ ସି ଏବଂ କିଶାନ ବ୍ରଦର୍ସ ଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। #mayurbhanj #dlh_khabar

More news from ଓଡ଼ିଶା and nearby areas
  • Post by MN.NEWS ODIA
    1
    Post by MN.NEWS ODIA
    user_MN.NEWS ODIA
    MN.NEWS ODIA
    Teacher ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    42 min ago
  • *ପ୍ରେସ ବିଜ୍ଞପ୍ତି* ଗର୍ଭାଶୟ କ୍ୟାନ୍ସର ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ବାରିପଦା, ୧୦/୦୩/୨୦୨୬: ଗର୍ଭାଶୟ କ୍ୟାନ୍ସର ସମ୍ପର୍କରେ ସଚେତନତାର ବାର୍ତ୍ତା ସାଇକଲିଂ ଯାତ୍ରା କରି ପ୍ରଚାର କରୁଛନ୍ତି ସମୀରା ଖାନ୍ । ଏଥିପାଇଁ ଆନ୍ଧ୍ରପ୍ରଦେଶରୁ ସାଇକଲିଂ ଯାତ୍ରା ଆରମ୍ଭ କରି ବିଭିନ୍ନ ରାଜ୍ୟ ଅତିକ୍ରମ କରି ଆଜି ବାରିପଦାରେ ପହଞ୍ଚି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷ ସମ୍ମୁଖରେ ଏ ସମ୍ପର୍କିତ ବୈଠକରେ ଯୋଗଦାନ କରିଛନ୍ତି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଇଶ୍ୱର ଚନ୍ଦ୍ର ନାଏକ ମୁଖ୍ୟଅତିଥି ଭାବେ ଯୋଗଦେଇ ସମୀରା ଖାନ୍ ଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନାଏକ ଏଭଳି ପ୍ରଚାର ଯାତ୍ରା ଜିଲ୍ଲାରେ ତଥା ବିଶେଷ ଭାବରେ ଗ୍ରାମାଞ୍ଚଳରେ ଗର୍ଭାଶୟ କ୍ୟାନ୍ସର ବିଷୟରେ ସଚେତନତା ବଢ଼ାଇବାରେ ସହାୟକ ହେବ ଏବଂ ମହିଳାମାନଙ୍କୁ ନିୟମିତ ସ୍କ୍ରିନିଂ ପାଇଁ ପ୍ରେରିତ କରିବ ବୋଲି ନିଜ ଅଭିଭାଷଣରେ ମତପ୍ରକାଶ କରିଛନ୍ତି । ସେହିପରି ଏଡିପିଏଚଓ (ଭିବିଡି) ଡ଼ ବିଜୟ କୁମାର ଦାସ ସଠିକ୍ ସମୟରେ ସ୍କ୍ରିନିଂ ଓ ସଚେତନତା ମାଧ୍ୟମରେ ଗର୍ଭାଶୟ କ୍ୟାନ୍ସରକୁ ପ୍ରତିରୋଧ କରିବା ସମ୍ଭବ ବୋଲି ପ୍ରକାଶ କରିଛନ୍ତି । ଏହା ସହ ବର୍ତ୍ତମାନ ୧୪ ବର୍ଷରୁ କମ୍ ସମସ୍ତ ବାଳିକାମାନଙ୍କ ପାଇଁ ସମସ୍ତ ସରକାରୀ ସ୍ୱାସ୍ଥ୍ୟକେନ୍ଦ୍ର ମାନଙ୍କରେ ମାଗଣାରେ ଉପଲବ୍ଧ ହେଉଥିବା ସମ୍ପର୍କରେ ସୂଚାଇଥିଲେ । ସମୀରା ଖାନଙ୍କ ଏହି ସାଇକଲିଂ ଯାତ୍ରା ମହିଳା ସ୍ୱାସ୍ଥ୍ୟ ସୁରକ୍ଷା ଓ ଗର୍ଭାଶୟ କ୍ୟାନ୍ସର ବିରୋଧରେ ସଚେତନତା ବୃଦ୍ଧି ପାଇଁ ଏକ ପ୍ରେରଣାଦାୟୀ ପଦକ୍ଷେପ ବୋଲି ଉପସ୍ଥିତ ଅତିଥିମାନେ ମତ ପ୍ରକାଶ କରିଛନ୍ତି । ଏହି ଅବସରରେ ଏଡିପିଏଚଓ (ଏଫ୍‌ଡବ୍ଲ୍ୟୁ) ଡ଼ ସୁନାନ୍ଦା ମିଶ୍ର ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶିଶିର କୁମାର ମୁନ୍ଦୁୟା , ଓ ଜିଲ୍ଲା କ୍ରୀଡା ଅଧିକାରୀ ଡ଼ ଶୁଭାଶିଷ ନାୟକ ସହିତ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଜିଲ୍ଲା ପ୍ରଶାସନ, ମୟୂରଭଞ୍ଜ
    1
    *ପ୍ରେସ ବିଜ୍ଞପ୍ତି*
ଗର୍ଭାଶୟ କ୍ୟାନ୍ସର ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ 
ବାରିପଦା, ୧୦/୦୩/୨୦୨୬: 
ଗର୍ଭାଶୟ କ୍ୟାନ୍ସର ସମ୍ପର୍କରେ ସଚେତନତାର ବାର୍ତ୍ତା ସାଇକଲିଂ ଯାତ୍ରା କରି ପ୍ରଚାର କରୁଛନ୍ତି ସମୀରା ଖାନ୍ । ଏଥିପାଇଁ ଆନ୍ଧ୍ରପ୍ରଦେଶରୁ ସାଇକଲିଂ ଯାତ୍ରା ଆରମ୍ଭ କରି ବିଭିନ୍ନ ରାଜ୍ୟ ଅତିକ୍ରମ କରି ଆଜି ବାରିପଦାରେ ପହଞ୍ଚି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷ ସମ୍ମୁଖରେ ଏ ସମ୍ପର୍କିତ ବୈଠକରେ ଯୋଗଦାନ କରିଛନ୍ତି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଇଶ୍ୱର ଚନ୍ଦ୍ର ନାଏକ ମୁଖ୍ୟଅତିଥି ଭାବେ ଯୋଗଦେଇ ସମୀରା ଖାନ୍ ଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନାଏକ ଏଭଳି ପ୍ରଚାର ଯାତ୍ରା ଜିଲ୍ଲାରେ ତଥା ବିଶେଷ ଭାବରେ ଗ୍ରାମାଞ୍ଚଳରେ ଗର୍ଭାଶୟ କ୍ୟାନ୍ସର ବିଷୟରେ ସଚେତନତା ବଢ଼ାଇବାରେ ସହାୟକ ହେବ ଏବଂ ମହିଳାମାନଙ୍କୁ ନିୟମିତ ସ୍କ୍ରିନିଂ ପାଇଁ ପ୍ରେରିତ କରିବ ବୋଲି ନିଜ ଅଭିଭାଷଣରେ ମତପ୍ରକାଶ କରିଛନ୍ତି । ସେହିପରି ଏଡିପିଏଚଓ (ଭିବିଡି) ଡ଼ ବିଜୟ କୁମାର ଦାସ ସଠିକ୍ ସମୟରେ ସ୍କ୍ରିନିଂ ଓ ସଚେତନତା ମାଧ୍ୟମରେ ଗର୍ଭାଶୟ କ୍ୟାନ୍ସରକୁ ପ୍ରତିରୋଧ କରିବା ସମ୍ଭବ ବୋଲି ପ୍ରକାଶ କରିଛନ୍ତି । ଏହା ସହ ବର୍ତ୍ତମାନ ୧୪ ବର୍ଷରୁ କମ୍ ସମସ୍ତ ବାଳିକାମାନଙ୍କ ପାଇଁ ସମସ୍ତ ସରକାରୀ ସ୍ୱାସ୍ଥ୍ୟକେନ୍ଦ୍ର ମାନଙ୍କରେ ମାଗଣାରେ ଉପଲବ୍ଧ ହେଉଥିବା ସମ୍ପର୍କରେ ସୂଚାଇଥିଲେ । ସମୀରା ଖାନଙ୍କ ଏହି ସାଇକଲିଂ ଯାତ୍ରା ମହିଳା ସ୍ୱାସ୍ଥ୍ୟ ସୁରକ୍ଷା ଓ ଗର୍ଭାଶୟ କ୍ୟାନ୍ସର ବିରୋଧରେ ସଚେତନତା ବୃଦ୍ଧି ପାଇଁ ଏକ ପ୍ରେରଣାଦାୟୀ ପଦକ୍ଷେପ ବୋଲି ଉପସ୍ଥିତ ଅତିଥିମାନେ ମତ ପ୍ରକାଶ କରିଛନ୍ତି ।
ଏହି ଅବସରରେ ଏଡିପିଏଚଓ (ଏଫ୍‌ଡବ୍ଲ୍ୟୁ) ଡ଼ ସୁନାନ୍ଦା ମିଶ୍ର ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶିଶିର କୁମାର ମୁନ୍ଦୁୟା , ଓ ଜିଲ୍ଲା କ୍ରୀଡା ଅଧିକାରୀ ଡ଼ ଶୁଭାଶିଷ ନାୟକ ସହିତ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।
ଜିଲ୍ଲା ପ୍ରଶାସନ, ମୟୂରଭଞ୍ଜ
    user_Khabar
    Khabar
    Farmer ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    2 hrs ago
  • କଥା କୁହା ସରକାର ଚାଷୀ ଙ୍କୁ କେବଳ ଦେଉଛନ୍ତି ଧୋକା ଭାଷଣ ଦେଇ ଗପ ମାରୀ ଚାଲିଚି ସରକାର ବୋଲି କହିଲେ ସାଧାରଣ ଜନତା
    1
    କଥା କୁହା ସରକାର ଚାଷୀ ଙ୍କୁ କେବଳ ଦେଉଛନ୍ତି ଧୋକା ଭାଷଣ ଦେଇ ଗପ ମାରୀ ଚାଲିଚି ସରକାର ବୋଲି କହିଲେ ସାଧାରଣ ଜନତା
    user_Prime time press
    Prime time press
    Agistment service ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    3 hrs ago
  • Post by Ranjit baskey
    1
    Post by Ranjit baskey
    user_Ranjit baskey
    Ranjit baskey
    ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    4 hrs ago
  • #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update Date -08.03.2026 ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। ଆମକୁ ଯୋଗାଯୋଗ କରନ୍ତୁ - 7008944703
    1
    #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update
Date -08.03.2026
ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। 
ଆମକୁ ଯୋଗାଯୋଗ କରନ୍ତୁ - 7008944703
    user_Mayurbhanj Public News
    Mayurbhanj Public News
    ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    9 hrs ago
  • ଉଦଳା ଅଞ୍ଚଳରେ ପୁଣି ଛୁଆ ଚୋରୀ ଗୁଜବ,ଅମଣିଷ ପରି ଯୁବକଙ୍କୁ ପିଟି ପିଟି କଲେ ଗୁରୁତର, ଏଭଳି କିଛି ଅଭାବନୀୟ ଘଟଣା ଟି ଘଟିଛି ଉଦଳା ଜାଲଦା ଗ୍ରାମରେ, ଖବର ପାଇ , ଉଦଳା ପୋଲିସ ଗୁରୁତର ଅବସ୍ଥାରେ ଯୁବକଙ୍କୁ ଉଦ୍ଧାର କରି ଛି, ତେବେ ଯୁବକ ଜଣକ କପ୍ତିପଦା ଡାହିସାହି ଅଞ୍ଚଳ ର ପରିଚୟ ଦେବା ପରେ ମଧ୍ୟ ମାଡ ମାରି ଅଧlମରା କରିଛନ୍ତି , ପୋଲିସର ତଦନ୍ତ ଜାରି ରହିଛି, କେବେ ପୋଲିସ ଆକ୍ରମଣ କାରୀଙ୍କ ପାଖରେ ପହଞ୍ଚିବ ଦେଖିବାକୁ ବାକି ଅଛି..ଆଉ ନିର୍ଦୋଷ ଥିବା ଯୁବକଙ୍କୁ କେବେ ନ୍ୟାୟ ମିଳିବ
    2
    ଉଦଳା ଅଞ୍ଚଳରେ ପୁଣି ଛୁଆ ଚୋରୀ ଗୁଜବ,ଅମଣିଷ ପରି  ଯୁବକଙ୍କୁ ପିଟି ପିଟି କଲେ ଗୁରୁତର,  ଏଭଳି କିଛି ଅଭାବନୀୟ ଘଟଣା ଟି ଘଟିଛି ଉଦଳା ଜାଲଦା ଗ୍ରାମରେ, ଖବର ପାଇ
,  ଉଦଳା ପୋଲିସ ଗୁରୁତର ଅବସ୍ଥାରେ ଯୁବକଙ୍କୁ ଉଦ୍ଧାର କରି ଛି, ତେବେ ଯୁବକ ଜଣକ 
କପ୍ତିପଦା ଡାହିସାହି ଅଞ୍ଚଳ ର ପରିଚୟ ଦେବା ପରେ 
ମଧ୍ୟ ମାଡ ମାରି ଅଧlମରା କରିଛନ୍ତି , ପୋଲିସର ତଦନ୍ତ ଜାରି ରହିଛି, କେବେ ପୋଲିସ  ଆକ୍ରମଣ କାରୀଙ୍କ ପାଖରେ ପହଞ୍ଚିବ ଦେଖିବାକୁ ବାକି ଅଛି..ଆଉ ନିର୍ଦୋଷ ଥିବା ଯୁବକଙ୍କୁ କେବେ ନ୍ୟାୟ ମିଳିବ
    user_Rajib Behera
    Rajib Behera
    Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
    28 min ago
  • ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଶାଳୀ ଭିଣୋଇ! ଜଳେଶ୍ୱର ରେଳ ଷ୍ଟେସନ ଦକ୍ଷୀଣପୂର୍ବ କେବିନର ଅନତି ଦୂରରେ ଘଟିଛି ଘଟଣା । ସୋମବାର ସନ୍ଧ୍ୟାରେ ବାଲେଶ୍ୱର ଆଡକୁ ଯାଉଥିବା ଏକ ଯାତ୍ରୀବାହୀ ଟ୍ରେନ ଆଗକୁ ଡେଇଁପଡିଲେ, ମୃତ ଭିଣୋଇ ହେଉଛନ୍ତି ଜଳେଶ୍ୱର ଥାନା ରାଜପୁର ଗ୍ରାମର ବିଜୟ ସାହୁ ଓ ବାଲିଆପାଳ ଥାନା ଅଂଚଳର ଶାଳୀ ସଂଯୁକ୍ତା ସାହୁ । ସେପଟେ ରେଳବାଇ ପୋଲିସ ଶବ ଜବତ କରି ତଦନ୍ତ ଜାରି ରଖଛି । ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ରାଜପୁର ଗ୍ରାମରେ... #jaleswarnews #mahimatv #balasore #sisterinlaw #trainaccident #breakingnews
    1
    ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଶାଳୀ ଭିଣୋଇ! ଜଳେଶ୍ୱର ରେଳ ଷ୍ଟେସନ ଦକ୍ଷୀଣପୂର୍ବ କେବିନର ଅନତି ଦୂରରେ ଘଟିଛି ଘଟଣା । ସୋମବାର ସନ୍ଧ୍ୟାରେ ବାଲେଶ୍ୱର ଆଡକୁ ଯାଉଥିବା ଏକ ଯାତ୍ରୀବାହୀ ଟ୍ରେନ ଆଗକୁ ଡେଇଁପଡିଲେ, ମୃତ ଭିଣୋଇ ହେଉଛନ୍ତି ଜଳେଶ୍ୱର ଥାନା ରାଜପୁର ଗ୍ରାମର ବିଜୟ ସାହୁ ଓ ବାଲିଆପାଳ ଥାନା ଅଂଚଳର ଶାଳୀ ସଂଯୁକ୍ତା ସାହୁ । ସେପଟେ ରେଳବାଇ ପୋଲିସ ଶବ ଜବତ କରି ତଦନ୍ତ ଜାରି ରଖଛି । ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ରାଜପୁର ଗ୍ରାମରେ...
#jaleswarnews #mahimatv #balasore #sisterinlaw #trainaccident #breakingnews
    user_Mahima tv Rajesh Kumar Giri
    Mahima tv Rajesh Kumar Giri
    Voice of people ବାସ୍ତା, ବାଲେଶ୍ୱର, ଓଡ଼ିଶା•
    6 hrs ago
  • Post by MN.NEWS ODIA
    1
    Post by MN.NEWS ODIA
    user_MN.NEWS ODIA
    MN.NEWS ODIA
    Teacher ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    51 min ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.