ସୁବର୍ଣ୍ଣପୁର ଜିଲ୍ଲା ବିନିକା ତହସିଲ ସାନଭାଲୁପାଳି ଅଞ୍ଚଳରେ ଚାଲିଥିବା ଏକ ପଥର କ୍ରସର ଯୋଗୁଁ ସ୍ଥାନୀୟ ଜନଜୀବନ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇପଡ଼ିଛି। କ୍ରସର ମାଲିକ ବେଆଇନ ଭାବେ କୋଟି କୋଟି ଟଙ୍କାର ଚୋରା ପଥର ଚାଲାଣ କରୁଥିବା ବେଳେ ଦିନରାତି ଚାଲୁଥିବା ପଥର ବ୍ଲାଷ୍ଟିଙ୍ଗ୍ ଏବଂ କ୍ରସର କାର୍ଯ୍ୟ ଯୋଗୁଁ ଗ୍ରାମବାସୀଙ୍କ ଘରଗୁଡ଼ିକ ଥରୁଛି। ଏହି ବିସ୍ଫୋରଣ ଯୋଗୁଁ ଲୋକଙ୍କ ଘରର କାନ୍ଥ ଏବଂ ଛାତରେ ବଡ଼ ବଡ଼ ଫାଟ ସୃଷ୍ଟି ହେଉଛି, ଯାହା ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଗଭୀର ଆତଙ୍କ ଖେଳାଇ ଦେଇଛି। କ୍ରସରରୁ ନିର୍ଗତ ହେଉଥିବା ଧୂଳିଗୁଣ୍ଡ ଯୋଗୁଁ ଚାଷବାସ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଥିବା ବେଳେ ଏହା ପରିବେଶକୁ ପ୍ରଦୂଷିତ କରିବା ସହ ସାଧାରଣ ଜନତା ଓ ଜଙ୍ଗଲୀ ଜୀବଜନ୍ତୁଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରିଛି। ପୂର୍ବରୁ ଅନେକ ଔଷଧୀୟ ବୃକ୍ଷଲତା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ ଥିବା ଏହି ଅଞ୍ଚଳରେ ବେଆଇନ ଖନନ କାରଣରୁ ଶହ ଶହ ଫୁଟର ବଡ଼ ବଡ଼ ଗାତ ସୃଷ୍ଟି କରି ସେମିତି ଖୋଲା ଛାଡ଼ି ଦିଆଯାଉଛି। ଏହା ବ୍ୟତୀତ ଓଭରଲୋଡ୍ ଗାଡ଼ି ଚଳାଚଳ ଯୋଗୁଁ ସ୍ଥାନୀୟ ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଏହି ସମସ୍ୟା ନେଇ ଗ୍ରାମବାସୀ ବାରମ୍ବାର ଖଣି ବିଭାଗ ଅଧିକାରୀ, ତହସିଲଦାର ଏବଂ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଥିଲେ ସୁଦ୍ଧା କେହି ଶୁଣୁ ନଥିବା ଅଭିଯୋଗ ହୋଇଛି। ଅନ୍ୟପଟେ ଏହି ବେଆଇନ କ୍ରସର ସମ୍ପର୍କରେ ଅଭିଯୋଗ ପାଇବା ପରେ ରାଜସ୍ବ ନିରୀକ୍ଷକ ଏବଂ ମାଇନିଙ୍ଗ ବିଭାଗକୁ ଖବର ଦିଆଯାଇଥିବା ବିନିକା ଅତିତିକ୍ତ ତହସିଲଦାର କହିଛନ୍ତି। ଏହାସହ କ୍ଷତିଗ୍ରସ୍ତ ଘରଗୁଡ଼ିକର ତଦନ୍ତ କରି ଉଚିତ କ୍ଷତିପୂରଣ ପାଇଁ ସରକାରଙ୍କୁ ଜଣାଇବାକୁ ସେ ପ୍ରତିଶ୍ରୁତି ଦେଇଛନ୍ତି। ତେବେ ପରିବେଶକୁ ପ୍ରଦୂଷଣ ମୁକ୍ତ କରିବା ସହ ଆଗାମୀ ଦିନରେ ଯଦି ଏହି ବେଆଇନ ଖନନ ଓ ପଥର ବ୍ଲାଷ୍ଟିଙ୍ଗ୍ ଉପରେ ରୋକ ଲଗା ନଯାଏ, ତେବେ ଗ୍ରାମବାସୀ ଜୋରଦାର ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି।

- ସୁବର୍ଣ୍ଣପୁର ଜିଲ୍ଲା ବିନିକା ତହସିଲ ସାନଭାଲୁପାଳି ଅଞ୍ଚଳରେ ଚାଲିଥିବା ଏକ ପଥର କ୍ରସର ଯୋଗୁଁ ସ୍ଥାନୀୟ ଜନଜୀବନ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇପଡ଼ିଛି। କ୍ରସର ମାଲିକ ବେଆଇନ ଭାବେ କୋଟି କୋଟି ଟଙ୍କାର ଚୋରା ପଥର ଚାଲାଣ କରୁଥିବା ବେଳେ ଦିନରାତି ଚାଲୁଥିବା ପଥର ବ୍ଲାଷ୍ଟିଙ୍ଗ୍ ଏବଂ କ୍ରସର କାର୍ଯ୍ୟ ଯୋଗୁଁ ଗ୍ରାମବାସୀଙ୍କ ଘରଗୁଡ଼ିକ ଥରୁଛି। ଏହି ବିସ୍ଫୋରଣ ଯୋଗୁଁ ଲୋକଙ୍କ ଘରର କାନ୍ଥ ଏବଂ ଛାତରେ ବଡ଼ ବଡ଼ ଫାଟ ସୃଷ୍ଟି ହେଉଛି, ଯାହା ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଗଭୀର ଆତଙ୍କ ଖେଳାଇ ଦେଇଛି। କ୍ରସରରୁ ନିର୍ଗତ ହେଉଥିବା ଧୂଳିଗୁଣ୍ଡ ଯୋଗୁଁ ଚାଷବାସ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଥିବା ବେଳେ ଏହା ପରିବେଶକୁ ପ୍ରଦୂଷିତ କରିବା ସହ ସାଧାରଣ ଜନତା ଓ ଜଙ୍ଗଲୀ ଜୀବଜନ୍ତୁଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରିଛି। ପୂର୍ବରୁ ଅନେକ ଔଷଧୀୟ ବୃକ୍ଷଲତା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ ଥିବା ଏହି ଅଞ୍ଚଳରେ ବେଆଇନ ଖନନ କାରଣରୁ ଶହ ଶହ ଫୁଟର ବଡ଼ ବଡ଼ ଗାତ ସୃଷ୍ଟି କରି ସେମିତି ଖୋଲା ଛାଡ଼ି ଦିଆଯାଉଛି। ଏହା ବ୍ୟତୀତ ଓଭରଲୋଡ୍ ଗାଡ଼ି ଚଳାଚଳ ଯୋଗୁଁ ସ୍ଥାନୀୟ ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଏହି ସମସ୍ୟା ନେଇ ଗ୍ରାମବାସୀ ବାରମ୍ବାର ଖଣି ବିଭାଗ ଅଧିକାରୀ, ତହସିଲଦାର ଏବଂ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଥିଲେ ସୁଦ୍ଧା କେହି ଶୁଣୁ ନଥିବା ଅଭିଯୋଗ ହୋଇଛି। ଅନ୍ୟପଟେ ଏହି ବେଆଇନ କ୍ରସର ସମ୍ପର୍କରେ ଅଭିଯୋଗ ପାଇବା ପରେ ରାଜସ୍ବ ନିରୀକ୍ଷକ ଏବଂ ମାଇନିଙ୍ଗ ବିଭାଗକୁ ଖବର ଦିଆଯାଇଥିବା ବିନିକା ଅତିତିକ୍ତ ତହସିଲଦାର କହିଛନ୍ତି। ଏହାସହ କ୍ଷତିଗ୍ରସ୍ତ ଘରଗୁଡ଼ିକର ତଦନ୍ତ କରି ଉଚିତ କ୍ଷତିପୂରଣ ପାଇଁ ସରକାରଙ୍କୁ ଜଣାଇବାକୁ ସେ ପ୍ରତିଶ୍ରୁତି ଦେଇଛନ୍ତି। ତେବେ ପରିବେଶକୁ ପ୍ରଦୂଷଣ ମୁକ୍ତ କରିବା ସହ ଆଗାମୀ ଦିନରେ ଯଦି ଏହି ବେଆଇନ ଖନନ ଓ ପଥର ବ୍ଲାଷ୍ଟିଙ୍ଗ୍ ଉପରେ ରୋକ ଲଗା ନଯାଏ, ତେବେ ଗ୍ରାମବାସୀ ଜୋରଦାର ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି।1
- ସୋନପୁରର ପାଣ୍ଡ୍ରି ଡୁଙ୍ଗୁରିରୁ ଏକ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ଏହି ଘଟଣାରେ ମୃତକଙ୍କ ବାପା ଅଷାଢୁ ପାଣ୍ଡେ ହତ୍ୟା ଅଭିଯୋଗ ଆଣିଛନ୍ତି।1
- ଓଡ଼ିଶାର ସୁବର୍ଣ୍ଣପୁର ଜିଲ୍ଲାରେ ଋଷଭକୁଞ୍ଜ ମସାଲା (RISHABHKUNJ MASALA) ଉପଲବ୍ଧ ହେଉଛି। ଏହି ମସାଲାକୁ 'ହିନ୍ଦୁସ୍ତାନର ସ୍ୱାଦ' ଭାବରେ ବର୍ଣ୍ଣନା କରାଯାଇଛି।1
- ସୋନପୁର ଜିଲ୍ଲା ଡୁଙ୍ଗୁରିପାଲି ଅଞ୍ଚଳରେ ନିଜ ପୁତୁରାକୁ ହରାଇଥିବା ଜଣେ ବ୍ୟକ୍ତି ପୋଲିସ ପ୍ରଶାସନ ନିକଟରେ ଆକୁଳ ନିବେଦନ କରିଛନ୍ତି। ଯେଉଁମାନେ ତାଙ୍କ ପୁତୁରାକୁ ମାରିଛନ୍ତି, ସେହି ସମସ୍ତ ଅଭିଯୁକ୍ତମାନଙ୍କୁ ଯେପରି କଠୋର ଦଣ୍ଡ ମିଳିବ, ତାହା ନିଶ୍ଚିତ କରିବାକୁ ସେ ପୋଲିସ ପ୍ରଶାସନକୁ ଅନୁରୋଧ କରିଛନ୍ତି।1
- ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଞ୍ଚଳରେ ରାସ୍ତା ଉପରେ ଗାଈଗୋରୁ ବୁଲୁଥିବାରୁ ଦୁର୍ଘଟଣାର ଆଶଙ୍କା ଦେଖାଦେଇଛି। ଗୋରୁ ମାଲିକମାନେ ନିଜ ଗାଈ ଓ ବଳଦମାନଙ୍କୁ ଘରେ ନ ରଖି ବାହାରେ ଛାଡ଼ି ଦେଉଛନ୍ତି। ଏହି କାରଣରୁ ଏବେ ଏହି ଗୋରୁମାନେ ଚାଷ ଜମିରେ ପଶି ଧାନ ଫସଲ ନଷ୍ଟ କରୁଥିବା ଅଭିଯୋଗ ହେଉଛି। ଏହା ସହିତ ଏହି ଗୋରୁଗାଈମାନେ ଦିନରାତି ରାସ୍ତା ଉପରେ ରହୁଥିବାରୁ ଦୁର୍ଘଟଣା ଘଟିବାର ଭୟ ବୃଦ୍ଧି ପାଇବାରେ ଲାଗିଛି।2
- ପୁରୀ ବଡ଼ ଦାଣ୍ଡରେ ଆଜି ଏକ ଅପୂର୍ବ ଆନନ୍ଦର ଲହରୀ ଖେଳୁଛି। ଏହି ଦୃଶ୍ୟ ସତେ ଯେମିତି ମନେକରାଇ ଦେଉଛି ଯେ ସ୍ୱୟଂ ରାମ ବନମାଳୀ ମଥୁରା ଦାଣ୍ଡରେ ଯାତ୍ରା କରୁଛନ୍ତି। ବଡ଼ ଦାଣ୍ଡର ଏହି ସମଗ୍ର ବାତାବରଣ ଆଜି ପରମ ଆନନ୍ଦ ଓ ଆଧ୍ୟାତ୍ମିକ ଭାବରେ ପରିପୂର୍ଣ୍ଣ ହୋଇଉଠିଛି।1
- ବରଗଡ଼ ଜିଲ୍ଲାରେ ଚାକିରୀ ପାଇଁ ଏକ ଦକ୍ଷତା ବୃଦ୍ଧି ସମ୍ପାନ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ବାୟୁ ସେନାର ଯବାନ ସରୋଜ ମହାପାତ୍ର ମୁଖ୍ୟ ଅତିଥି ଭାବରେ, ପ୍ରାକ୍ତନ ଅଧ୍ୟକ୍ଷ ପତିତପାବନ ସାହୁ ମୁଖ୍ୟ ବକ୍ତା ଭାବରେ ଏବଂ ଗଣଦୃଷ୍ଟିର ମୁଖ୍ୟ ସମ୍ପାଦକ ଉମେଶ ଚନ୍ଦ୍ର ବିଶ୍ବାଳ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରିଥିଲେ। ଦୃଢ଼ ଇଚ୍ଛାଶକ୍ତି ଏବଂ ଦୃଢ଼ ଆତ୍ମବିଶ୍ୱାସ ବଳରେ ଜଣେ ପାଠୁଆ ନିଜର ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବ ବୋଲି ଏହି ଅବସରରେ ଅତିଥିମାନେ ମତବ୍ୟକ୍ତ କରିଛନ୍ତି। ଏହି ସମ୍ପାନରେ ଛାତ୍ରଛାତ୍ରୀମାନଙ୍କୁ ସଫଳତା ପାଇଁ ଛଅ ଗୋଟି ସୂତ୍ର ବାବଦରେ ଅବଗତ କରାଯାଇଥିଲା। ଏହା ସହିତ ନିଜ ଇଚ୍ଛା ଅନୁସାରେ କିପରି ଶିକ୍ଷକ, ଅଧ୍ୟାପକ, ଡାକ୍ତର ଓ ଯବାନ ହୋଇହେବ ସେ ନେଇ ମାର୍ଗଦର୍ଶନ ଦିଆଯାଇଥିଲା। କାର୍ଯ୍ୟକ୍ରମରେ ଶ୍ରୀ ହୋତା ଛାତ୍ରଛାତ୍ରୀଙ୍କୁ ଆଇଏଏସ ହେବା ପାଇଁ ପ୍ରେରଣା ପ୍ରଦାନ କରିଥିବା ବେଳେ ଶେଷରେ କଲେଜ ଅଧ୍ୟକ୍ଷ ମନୋଜ କୁମାର କର ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ ପ୍ରଥମ ବର୍ଷରେ ନାମ ଲେଖାଇଥିବା ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ ଏବଂ କଲେଜର ସମସ୍ତ କର୍ମଚାରୀ ଓ ଅଧ୍ୟାପକ, ଅଧ୍ୟାପିକାମାନେ ସହଯୋଗ କରି ଏହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ।1
- ବୌଦ୍ଧ ଜିଲ୍ଲା ବାଉଁଶୁଣୀ ଥାନା ଅନ୍ତର୍ଗତ ମଙ୍ଗଳାମୁଣ୍ଡା ଅଞ୍ଚଳରେ ଛୁରା ମାଡ଼ର ଏକ ଘଟଣା ଘଟିଛି। ଏହି ଘଟଣାରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ବୁର୍ଲା ସ୍ଥାନାନ୍ତର କରାଯାଇଛି।1