Shuru
Apke Nagar Ki App…
ଲାଞ୍ଜିଗଡ଼-ସିକେରକୁଫା ରାସ୍ତାରେ ଏକ ବଡ଼ ଦୁର୍ଘଟଣା ଘଟିଛି, ଯେଉଁଥିରେ ଜଣେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ଆଲୁମିନିୟମ ଟ୍ରକ ତଳେ ଚାପି ହୋଇ ଡ୍ରାଇଭର ପ୍ରାଣ ହରାଇଛନ୍ତି। ଦୁର୍ଘଟଣା ଘଟିବାର ପ୍ରାୟ ୧୨ ଘଣ୍ଟା ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ମୃତ ଡ୍ରାଇଭରଙ୍କ ଶରୀରକୁ ଉଦ୍ଧାର କରାଯାଇପାରି ନାହିଁ।
ମଳୟ ବେନୁଆଁ.
ଲାଞ୍ଜିଗଡ଼-ସିକେରକୁଫା ରାସ୍ତାରେ ଏକ ବଡ଼ ଦୁର୍ଘଟଣା ଘଟିଛି, ଯେଉଁଥିରେ ଜଣେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ଆଲୁମିନିୟମ ଟ୍ରକ ତଳେ ଚାପି ହୋଇ ଡ୍ରାଇଭର ପ୍ରାଣ ହରାଇଛନ୍ତି। ଦୁର୍ଘଟଣା ଘଟିବାର ପ୍ରାୟ ୧୨ ଘଣ୍ଟା ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ମୃତ ଡ୍ରାଇଭରଙ୍କ ଶରୀରକୁ ଉଦ୍ଧାର କରାଯାଇପାରି ନାହିଁ।
More news from ଓଡ଼ିଶା and nearby areas
- ମଙ୍ଗଳବାର ଦିନ କଳାହାଣ୍ଡି ଜିଲ୍ଲା କେସିଙ୍ଗା ସହରରୁ ଓପିଏସସିରେ ଉତ୍ତୀର୍ଣ୍ଣ ହୋଇଥିବା ଦୁଇଜଣଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ସ୍ୱାଗତ ଓ ସମ୍ବର୍ଦ୍ଧନା କରାଯାଇଛି। ଏହି ସମ୍ବର୍ଦ୍ଧନା ଉତ୍ସବରେ କେସିଙ୍ଗା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଜନ୍ମେଜୟ ସ୍ୱାଇଁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୁଇଜଣ ଓପିଏସସି ଉତ୍ତୀର୍ଣ୍ଣଙ୍କୁ ପୁଷ୍ପ ଗୁଚ୍ଛ ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ। ସମ୍ମାନିତ ଅତିଥି ଭାବେ ଏନଏସି ଅଧ୍ୟକ୍ଷ ନୃପରାଜ ଯାଦବ, ଅନୁଷ୍ଠାନର ସଭାପତି ସୁଶାନ୍ତ ମହାପାତ୍ର, ଓ ସମ୍ପାଦକ ଅକ୍ଷୟ କୁମାର ଦାସ ଉପସ୍ଥିତ ଥିଲେ। ଏହି ଅବସରରେ ଓପିଏସସିରେ ୪ର୍ଥ ର୍ୟାଙ୍କରେ ଉତ୍ତୀର୍ଣ୍ଣ ହୋଇଥିବା କନକ ଜୈନ ଏବଂ ୧୧୩ ର୍ୟାଙ୍କରେ ଉତ୍ତୀର୍ଣ୍ଣ ହୋଇଥିବା ସଂଗୀତା ସେଠୀଙ୍କୁ ମାନପତ୍ର ଓ ପୁଷ୍ପ ଗୁଚ୍ଛ ଦେଇ ସ୍ୱାଗତ କରାଯାଇଥିଲା। କେସିଙ୍ଗା ବିଡିଓ ଉଭୟଙ୍କୁ ଆଗାମୀ ଦିନରେ ଭଲ ଭାବରେ କାମ କରିବା ସହ ଗରିବଙ୍କ ପ୍ରତି ଦୟାନୁଭାବ ରଖି ବିଭିନ୍ନ ବର୍ଗର ଲୋକଙ୍କ ସହ ମିଶିବା ସହିତ ଗରିବଙ୍କ ସମସ୍ୟା ଦୂର କରିବାକୁ ଉଦ୍ବୋଧନ ଦେଇଥିଲେ। ପ୍ରତିକ୍ରିୟାରେ, କନକ ଜୈନ ଓ ସଂଗୀତା ସେଠୀ ଉପସ୍ଥିତ ଅନୁଷ୍ଠାନର ସଦସ୍ୟମାନଙ୍କୁ ଶୁଭେଚ୍ଛା ଜଣାଇ ଜୁହାର କରି ନିଜସ୍ୱ ମତ ବ୍ୟକ୍ତ କରିଥିଲେ।1
- କଳାହାଣ୍ଡି ଜିଲ୍ଲାରୁ ଟ୍ରକ୍ ଟ୍ରକ୍ ଆମ୍ବ ବାହାର ରାଜ୍ୟକୁ ପଠାଯାଉଥିବା ସତ୍ତ୍ୱେ ଏହି ଅଞ୍ଚଳର ଚାଷୀମାନେ କ୍ଷତିର ସମ୍ମୁଖୀନ ହେଉଥିବା ଜଣାପଡ଼ିଛି।1
- ବର୍ତ୍ତମାନ ଗୋଟିକ ପରେ ଗୋଟିଏ ବିଜେପି ବିଧାୟକଙ୍କ ଅଡୁଆ ବଢ଼ିବାରେ ଲାଗିଛି। ପୂର୍ବରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଫାଙ୍କା ଗୁଳିଚାଳନା କରି ଚର୍ଚ୍ଚାକୁ ଆସି ଅଡୁଆରେ ପଡ଼ିଥିବା ବେଳେ, ଏବେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ମଧ୍ୟ ସମାନ ପରିସ୍ଥିତିର ସମ୍ମୁଖୀନ ହୋଇଛନ୍ତି। ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ଼ ଥାନାରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ତରଫରୁ ବିଧାୟକ ଲକ୍ଷ୍ମଣ ବାଗଙ୍କ ନାମରେ ଏକ ମାମଲା ରୁଜୁ କରାଯାଇଛି। ଅଭିଯୋଗ ଅନୁଯାୟୀ, ଏକ ଘରୋଇ ଟିଭି ଚ୍ୟାନେଲର କାର୍ଯ୍ୟକ୍ରମରେ ବିଧାୟକ ଲକ୍ଷ୍ମଣ ବାଗ ଆଦିବାସୀମାନଙ୍କୁ 'ଦୂଷିତ' ବୋଲି କହିଥିଲେ, ଯାହାକୁ ନେଇ ସଂଘ ତୀବ୍ର ବିରୋଧ ପ୍ରଦର୍ଶନ କରିଛି। ଏହି ଘଟଣାକୁ ନେଇ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଟିଟିଲାଗଡ଼ ଥାନା ସମ୍ମୁଖରେ ବିଧାୟକ ଲକ୍ଷ୍ମଣ ବାଗଙ୍କ ବିରୋଧରେ ସ୍ଲୋଗାନ ଦେବା ସହ ତାଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରିଛି। ସଂଘ ପକ୍ଷରୁ କଡ଼ା ଚେତାବନୀ ଦିଆଯାଇଛି ଯେ ଯଦି ତାଙ୍କୁ ଗିରଫ କରାନଯାଏ, ତେବେ ଆଗାମୀ ଦିନରେ ଏକ ଭୟଙ୍କର ଆନ୍ଦୋଳନ କରାଯିବ। ଏହି ମାମଲା ରୁଜୁ କରିବା ଏବଂ ବିରୋଧ ପ୍ରଦର୍ଶନ ସମୟରେ ଟିଟିଲାଗଡ଼ ବ୍ଲକ୍ ସଭାପତି ପଦ୍ମନ ପ୍ରଧାନୀଙ୍କ ନେତୃତ୍ୱରେ ଉପଦେଷ୍ଟା ଦେବ ସିଂ ମାଝୀ, ଉପସଭାପତି ଶତ୍ରୁଘ୍ନ ମାଝୀ ଓ ନିତ୍ୟାନନ୍ଦ ମାଝୀ, ସମ୍ପାଦକ ସୁନୀଲ ମାଝୀ, ପୃଥ୍ୱୀରାଜ ମାଝୀ, ଜଗଦିଶ ମାଝୀ, ଶଙ୍କର ମାଝୀ, ଭୁବନେଶ୍ୱର ପାତ୍ରଙ୍କ ସମେତ ଆଦିବାସୀ କଲ୍ୟାଣ ସଂଘର ଅନେକ କର୍ମକର୍ତ୍ତା ଓ ସଦସ୍ୟ ଉପସ୍ଥିତ ଥିଲେ।3
- ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ବ୍ଲକର ଆଟିଗାଁ ପଞ୍ଚାୟତ ଅନ୍ତର୍ଗତ ଚଚରାଗୁଡା ଗ୍ରାମର ସଦନ ଭତ୍ରାଙ୍କ ଝିଅ ଚନ୍ଦ୍ରା ଭତ୍ରା (୨୧)ଙ୍କୁ ବିଗତ ରବିବାର ରାତିରେ ଦୁଷ୍କର୍ମ କରି ହତ୍ୟା କରାଯାଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏହି ଅଭିଯୋଗ ପରେ କୋଡ଼ିଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ପୋଲିସ ଆଟିଗାଁ ଗ୍ରାମର ସନ୍ଧର ମାଝୀଙ୍କ ପୁଅ ଦଶରଥ ମାଝୀ (୨୫)ଙ୍କୁ ସନ୍ଦେହରେ ଥାନାରେ ଅଟକ ରଖି ପଚରାଉଚରା କରିଥିଲା। ପୋଲିସର ପଚରାଉଚରା ବେଳେ ଦଶରଥ ଯୁବତୀଙ୍କୁ ହତ୍ୟା କରିଥିବା ସ୍ୱୀକାର କରିଥିଲା। ଏହି ଘଟଣାରେ କୋଡ଼ିଙ୍ଗା ପୋଲିସ ୧୦୧/୨୬ରେ ଏକ ହତ୍ୟା ମାମଲା ରୁଜ୍ଜୁ କରିଥିବା ନେଇ ଅରୋକ୍ଷ ଅଧିକ୍ଷକ ଏକ ପ୍ରେସ ମିଟରେ ସୂଚନା ଦେଇଛନ୍ତି। ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା କରିଥିବା ଅଭିଯୋଗରେ ପୋଲିସ ଜଣେ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି।1
- ଗଜପତି ଜିଲ୍ଲା ଗୁମ୍ମା ବ୍ଲକରୁ ଦୁର୍ନୀତିର ଆଉ ଏକ ନମୁନା ସାମ୍ନାକୁ ଆସିଛି, ଯେଉଁଠାରେ ଠିକାଦାର ଓ ଯନ୍ତ୍ରୀଙ୍କ ମଧୁଚନ୍ଦ୍ରିକା ସ୍ପଷ୍ଟ ଦେଖିବାକୁ ମିଳିଛି। ବ୍ଲକ୍ କାର୍ଯ୍ୟାଳୟ ପରିସର ମଧ୍ୟରେ ନୂତନ ଭାବେ ଦୁଇ ଲକ୍ଷ ପଚାଶ ହଜାର ଟଙ୍କା ବ୍ୟୟରେ ନିର୍ମିତ ଏକ ମଟର ସାଇକେଲ ଷ୍ଟାଣ୍ଡର କାମ ସମ୍ପୂର୍ଣ୍ଣ ହୋଇନଥିବା ସତ୍ତ୍ୱେ, ଏହାର ପୁରା ବିଲ୍ ଉଠାଇ ନିଆଯାଇଥିବା ବିଶ୍ଵସ୍ଥ ସୂତ୍ରରୁ ସୂଚନା ମିଳିଛି। ଏହି ମଟର ସାଇକେଲ ଷ୍ଟାଣ୍ଡରେ ଟିଣ ସମ୍ପୂର୍ଣ୍ଣ ଭାବେ ପକାଯାଇ ନାହିଁ। ଏଥିସହ, ନିମ୍ନ ମାନର ଉପକରଣ ବ୍ୟବହାର କରାଯାଇଥିବାରୁ ଟିଣଗୁଡ଼ିକ ବଙ୍କା ହୋଇଯାଇଥିବା ମଧ୍ୟ ଲକ୍ଷ୍ୟ କରାଯାଉଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ କାର୍ଯ୍ୟାଳୟ, ଆବାସିକ କାର୍ଯ୍ୟାଳୟ ତଥା ସମଗ୍ର ଗୁମ୍ମା ବ୍ଲକର ଅଧିକାରୀଙ୍କ ଆଖି ଆଗରେ ଏପରି ଦୁର୍ନୀତି ଚାଲିଥିବା ବେଳେ, ଅନ୍ୟ ଉପାନ୍ତ ଅଞ୍ଚଳରେ କେତେ ଦୁର୍ନୀତି ହେଉଥିବ ତାହା ଅନୁମାନ କରାଯାଉଛି। ଏହି ପ୍ରସଙ୍ଗରେ ଗୁମ୍ମା ବିଡ଼ିଓ, ଏଇଇ ଏବଂ କନିଷ୍ଠ ଯନ୍ତ୍ରୀଙ୍କ ପ୍ରତିକ୍ରିୟା ନେବାକୁ ଫୋନ୍ ମାଧ୍ୟମରେ ଚେଷ୍ଟା କରାଯାଇଥିଲେ ମଧ୍ୟ ସେମାନେ ଫୋନ୍ ଉଠାଇ ନାହାନ୍ତି।1
- ଆନ୍ଧ୍ରା ବିଇଡି କରେଇ ଦେବା ନାଁରେ ଲକ୍ଷାଧିକ ଟଙ୍କା ହଡ଼ପ କରାଯାଇଥିବା ଅଭିଯୋଗ ନେଇ କିଛି ଛାତ୍ରଛାତ୍ରୀ ପୋଲିସ ଥାନାର ଦ୍ୱାରସ୍ତ ହୋଇଛନ୍ତି।1
- କଳାହାଣ୍ଡି ଜିଲ୍ଲାର ଭବାନୀପାଟଣା ଓ ରାୟଗଡ଼ାକୁ ସଂଯୋଗ କରୁଥିବା ୬ନମ୍ବର ରାଜ୍ୟ ରାଜପଥର ଢ଼େପଗୁଡା ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଆଲୁମିନା ପାଉଡର ବୋଝେଇ ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ଗାଡି ଭିତରେ ଚାପିହୋଇ ଟ୍ୟାଙ୍କରର ଚାଳକଙ୍କ ମୃତ୍ୟୁ ଘଟିଛି।1