ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର ବ୍ଲକସ୍ଥିତ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଏକ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଏବଂ ସୁବର୍ଣ୍ଣପୁର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ କେ. କେ. ହରିପ୍ରସାଦ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ମୋଟ ୧୩୩ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା, ଯେଉଁଥିରେ ୧୧୬ଟି ବ୍ୟକ୍ତିଗତ ଏବଂ ୧୭ଟି ସାମୁହିକ ଦରଖାସ୍ତ ସାମିଲ ଥିଲା। ଗ୍ରହଣ କରାଯାଇଥିବା ସମସ୍ତ ଦରଖାସ୍ତକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ନିକଟକୁ ପଠାଯାଇଛି। ବୀରମହାରାଜପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ରାଜୀବ ହାଂସଦାଙ୍କ ଦ୍ୱାରା ଆୟୋଜିତ ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଶ୍ରୀ ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସୁବର୍ଣ୍ଣପୁର ଶ୍ରୀ ଅଶ୍ୱିନୀ ମେହେର, ଉପଜିଲ୍ଲାପାଳ ଶ୍ରୀ ସୁରେନ୍ଦ୍ର ମେହେର, ତହସିଲଦାର ସୁଶ୍ରୀ ସୁଚିସ୍ମିତା ପାଣିଗ୍ରାହୀ ପ୍ରମୁଖ ମଞ୍ଚାସୀନ ଥିଲେ। ଏଥିସହ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଶ୍ରୀମତୀ ଉଷାରଣୀ ଦାସ, ସହାୟକ କଲେକ୍ଟର (ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।
ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର ବ୍ଲକସ୍ଥିତ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଏକ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଏବଂ ସୁବର୍ଣ୍ଣପୁର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ କେ. କେ. ହରିପ୍ରସାଦ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ମୋଟ ୧୩୩ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା, ଯେଉଁଥିରେ ୧୧୬ଟି ବ୍ୟକ୍ତିଗତ ଏବଂ ୧୭ଟି ସାମୁହିକ ଦରଖାସ୍ତ ସାମିଲ ଥିଲା। ଗ୍ରହଣ କରାଯାଇଥିବା ସମସ୍ତ ଦରଖାସ୍ତକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ
ନିକଟକୁ ପଠାଯାଇଛି। ବୀରମହାରାଜପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ରାଜୀବ ହାଂସଦାଙ୍କ ଦ୍ୱାରା ଆୟୋଜିତ ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଶ୍ରୀ ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସୁବର୍ଣ୍ଣପୁର ଶ୍ରୀ ଅଶ୍ୱିନୀ ମେହେର, ଉପଜିଲ୍ଲାପାଳ ଶ୍ରୀ ସୁରେନ୍ଦ୍ର ମେହେର, ତହସିଲଦାର ସୁଶ୍ରୀ ସୁଚିସ୍ମିତା ପାଣିଗ୍ରାହୀ ପ୍ରମୁଖ ମଞ୍ଚାସୀନ ଥିଲେ। ଏଥିସହ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଶ୍ରୀମତୀ ଉଷାରଣୀ ଦାସ, ସହାୟକ କଲେକ୍ଟର (ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।
- ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର ବିଧାନସଭା କ୍ଷେତ୍ରରେ ଆମ ଆଦମୀ ପାର୍ଟି (ଆପ୍) ପକ୍ଷରୁ ଏକ ବିଧାନସଭାସ୍ତରୀୟ ପ୍ରସ୍ତୁତି ବୈଠକ ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାଠାରେ ଅନୁଷ୍ଠିତ ହୋଇଛି। ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ସଂଗଠନକୁ ସୁଦୃଢ଼ କରିବା ସହ ଦଳୀୟ ରଣନୀତି ପ୍ରସ୍ତୁତ କରିବା ଏହି ବୈଠକର ମୂଳ ଲକ୍ଷ୍ୟ ଥିଲା। ଏହି ବୈଠକରେ ଆପ୍ ଓଡ଼ିଶାର ସହ-ପ୍ରଭାରୀ ତଥା ଦିଲ୍ଲୀରୁ ଆସିଥିବା ଟିଙ୍କୁ ରାଜୋରା, ବଲାଙ୍ଗୀର ଜିଲ୍ଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେ, ଏବଂ ରାଜ୍ୟ ସାଧାରଣ ସମ୍ପାଦକ ଭବାନୀ ପ୍ରସାଦ ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ସେମାନେ ଦିଲ୍ଲୀରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ନେତୃତ୍ୱରେ ଶିକ୍ଷା, ସ୍ୱାସ୍ଥ୍ୟ, ବିଜୁଳି, ପାଣି ଓ ରୋଜଗାର କ୍ଷେତ୍ରରେ ହୋଇଥିବା ବିକାଶମୂଳକ କାର୍ଯ୍ୟକୁ ଉଲ୍ଲେଖ କରିଥିଲେ। ଏଥିସହ ଓଡ଼ିଶାରେ ମଧ୍ୟ ସେହିଭଳି ଜନମୁଖୀ ଶାସନ ବ୍ୟବସ୍ଥାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରି ନିଜର ମତ ରଖିଥିଲେ। ଜିଲ୍ଲା ସଂଯୋଜକ ମାଧବ ମହାକୁରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ଦଳର ସଂଗଠନକୁ ଗ୍ରାମସ୍ତରରେ ଅଧିକ ସୁଦୃଢ଼ କରିବା, ଆଗାମୀ ନିର୍ବାଚନରେ ପ୍ରାର୍ଥୀ ଦେଇ ଦୃଢ଼ତାର ସହ ପ୍ରତିଦ୍ୱନ୍ଦ୍ୱିତା କରିବା ଏବଂ ଜନସମସ୍ୟାକୁ ପ୍ରାଥମିକତା ଦେବା ଉପରେ ଆଲୋଚନା କରାଯାଇଥିଲା। ଏହି ଅବସରରେ ସୁରେଶ କଲତା, ଘନଶ୍ୟାମ ଭୋଇ, ମାନସ ଗାଈଗରିଆ, ରାଜେଶଙ୍କ ସମେତ ବହୁ ସଂଖ୍ୟକ ଦଳୀୟ ନେତୃବୃନ୍ଦ ଓ ନୂତନ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ। ବକ୍ତାମାନେ କର୍ମୀଙ୍କୁ ସଂଗଠିତ ହୋଇ ଆଗାମୀ ନିର୍ବାଚନରେ ଦଳର ସଫଳତା ପାଇଁ ଏକଜୁଟ ହୋଇ କାମ କରିବାକୁ ଆହ୍ୱାନ ଦେଇଥିଲେ।2
- ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ପୋଲିସ ପକ୍ଷରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯାଇଛି। ଘଟଣାଟି ବନ୍ଦପାଳି-ଡୁଙ୍ଗୁରିପାଲି ମୁଖ୍ୟ ରାସ୍ତାରେ ଥିବା କେନାଲ ନିକଟରେ ଘଟିଛି, ଯେଉଁଠାରେ ପୋଲିସ ପେଟ୍ରୋଲିଂ କରୁଥିଲା। ପେଟ୍ରୋଲିଂ ସମୟରେ ପୋଲିସ OR 03 E2125 ନମ୍ବର ବିଶିଷ୍ଟ ଏକ ବାଇଗଣୀ ରଙ୍ଗର ସ୍କର୍ପିଓ ଗାଡ଼ିକୁ ସନ୍ଦେହ କରି ଅଟକାଇଥିଲା। ଯାଞ୍ଚ ବେଳେ, ଗାଡ଼ି ଭିତରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯାଇଥିଲା।1
- ବଡ଼ ଜଗନ୍ନାଥଙ୍କ ପାଇଁ ଏକ ନୂତନ ମନ୍ଦିର ନିର୍ମାଣ କରିବାକୁ ଦାବି ହେଉଛି। ଚୌହାନ ବଂଶର ପ୍ରଥମ ରାଜା ମଦନ ଗୋପାଳ ଦେଓଙ୍କ ସମୟରୁ ଥିବା ଏହି ମନ୍ଦିର ବର୍ତ୍ତମାନ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି।1
- ଆମ ଆଦମୀ ପାର୍ଟୀର ଓଡିଶା ରାଜ୍ୟ ସହ ପ୍ରଭାରୀ ଶ୍ରୀ ଟିଙ୍କୁ ରାଜୋରା ଜୀ ବୀରମହାରାଜପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଆୟୋଜିତ ପ୍ରସ୍ତୁତି ବୈଠକରେ ଯୋଗଦେଇଛନ୍ତି।1
- ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ବ୍ଲକ ଅନ୍ତର୍ଗତ ବଲାଡି ଠାରେ ଏକ ବ୍ଲକ ସ୍ତରୀୟ ବ୍ରାହ୍ମଣ ସମାଜ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏହି ବୈଠକରେ ବ୍ରାହ୍ମଣ ସମାଜ, ହିନ୍ଦୁ ସଂସ୍କୃତି ଏବଂ ହିନ୍ଦୁତ୍ୱ ସମ୍ବନ୍ଧରେ ଆଲୋଚନା ହୋଇଥିଲା।1
- ବୌଦ୍ଧ ଜିଲ୍ଲା ଅନ୍ତର୍ଗତ ବରଗୋଛା ପଞ୍ଚାୟତ ଠାରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଏବଂ ଆରକ୍ଷୀ ଅଧିକ୍ଷ କୁଲଦୀପ ମୀନାଙ୍କ ଯୁଗ୍ମ ଜଣଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଉପଜିଲ୍ଲାପାଳ ବିଜୟ କୁମାର ଭୋଇ, ମୁଖ୍ୟ ଉନ୍ନୟନ ପ୍ରଭାଷ ଚନ୍ଦ୍ର ଦଣ୍ଡସେନା, ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ବିଦ୍ୟାପତି ପଣ୍ଡାଙ୍କ ସମେତ ବ୍ଲକର ସମସ୍ତ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ ଏବଂ ସହକାରୀ ଯନ୍ତ୍ରୀମାନେ ଯୋଗ ଦେଇଥିଲେ। ଉପଜିଲ୍ଲାପାଳ ବିଜୟ କୁମାର ଭୋଇ ସମସ୍ତ ଅଭିଯୋଗକାରୀଙ୍କୁ ଶୀଘ୍ର ସୁବିଧା ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।4
- ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର ବ୍ଲକସ୍ଥିତ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଏକ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଏବଂ ସୁବର୍ଣ୍ଣପୁର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ କେ. କେ. ହରିପ୍ରସାଦ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ମୋଟ ୧୩୩ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା, ଯେଉଁଥିରେ ୧୧୬ଟି ବ୍ୟକ୍ତିଗତ ଏବଂ ୧୭ଟି ସାମୁହିକ ଦରଖାସ୍ତ ସାମିଲ ଥିଲା। ଗ୍ରହଣ କରାଯାଇଥିବା ସମସ୍ତ ଦରଖାସ୍ତକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ନିକଟକୁ ପଠାଯାଇଛି। ବୀରମହାରାଜପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ରାଜୀବ ହାଂସଦାଙ୍କ ଦ୍ୱାରା ଆୟୋଜିତ ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଶ୍ରୀ ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସୁବର୍ଣ୍ଣପୁର ଶ୍ରୀ ଅଶ୍ୱିନୀ ମେହେର, ଉପଜିଲ୍ଲାପାଳ ଶ୍ରୀ ସୁରେନ୍ଦ୍ର ମେହେର, ତହସିଲଦାର ସୁଶ୍ରୀ ସୁଚିସ୍ମିତା ପାଣିଗ୍ରାହୀ ପ୍ରମୁଖ ମଞ୍ଚାସୀନ ଥିଲେ। ଏଥିସହ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଶ୍ରୀମତୀ ଉଷାରଣୀ ଦାସ, ସହାୟକ କଲେକ୍ଟର (ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।2
- ସୁବର୍ଣ୍ଣପୁର ଜିଲ୍ଲାର ବିନିକା ଥାନା ଅନ୍ତର୍ଗତ ଡଭଲା ଛକ ରାସ୍ତାରେ ଡିଭାଇଡର ଉପରକୁ ଚଢିଯିବା କାରଣରୁ ରାସ୍ତାରେ ଲାଗିଥିବା ଏକ ଷ୍ଟ୍ରିଟ ଲାଇଟ ଭାଙ୍ଗି ଓଲଟି ପଡିଛି।1